Posted inଜାତୀୟ

ଜିନ୍ଦାବାଦ୍‌ ଭିଡ଼ରେ ମୁର୍ଦ୍ଦାବାଦ ସ୍ବର

ନୂଆଦିଲ୍ଲୀ,୨୧ା୩: ନିର୍ଭୟା ଗଣବଳାତ୍କାର ଓ ହତ୍ୟା ମାମଲାର ୪ ଦୋଷୀଙ୍କୁ ଶୁକ୍ରବାର ଭୋର୍‌ ଠିକ୍‌ ୫ଟା ୩୦ରେ ଫାଶୀ ଖୁଣ୍ଟରେ ଝୁଲାଯିବା ମାତ୍ରେ ଦିଲ୍ଲୀର ତିହାର ଜେଲ୍‌ ବାହାରେ ଏକପ୍ରକାର ଉତ୍ସବର ପରିବେଶ ସୃଷ୍ଟି ହୋଇଥିଲା। ଦେଶର କୋଣ ଅନୁକୋଣରୁ ଆସି ରାତିରୁ ରାସ୍ତା ଉପରେ ଏକାଠି ହୋଇ ଉକ୍ତ ସମୟକୁ ଅପେକ୍ଷା କରିଥିବା ଶତାଧିକ ମହିଳା ପୁରୁଷ, ସାମାଜିକ କର୍ମୀ ଓ ଅନ୍ୟମାନେ ଖୁସିରେ ଆତ୍ମହରା ହୋଇପଡ଼ିଥିଲେ। କରୋନା ଭାଇରସ୍‌ ସଂକ୍ରମଣର ଭୟକୁ ଖାତିର ନ କରି ସେମାନେ ଉତ୍ସବ ମନାଇବା ଆରମ୍ଭ କରିଦେଇଥିଲେ। ‘ନିର୍ଭୟା ଜିନ୍ଦାବାଦ୍‌’ ଓ ’ଭାରତ ମାତା କି ଜୟ’ ଭଳି ଭଳିକି ଭଳି ସ୍ଲୋଗାନ ଦେବା ସହ ପରସ୍ପରକୁ ମିଠା ଖୁଆଇ ମିଳିଥିବା ବହୁ ପ୍ରତୀକ୍ଷିତ ନ୍ୟାୟକୁ ଭରପୂର ଉପଭୋଗ କରିଥିଲେ। ହେଲେ ଏହି ସମୟରେ ଜିନ୍ଦାବାଦ୍‌ର ଭିଡ଼ ଭିତରୁ ମୁର୍ଦ୍ଦାବାଦ୍‌ର ସ୍ବର ମଧ୍ୟ ଶୁଣିବାକୁ ମିଳିଥିଲା। କିନ୍ତୁ ଉକ୍ତ ସ୍ବର ଫାଶୀ ବିପକ୍ଷରେ କି ଦୋଷୀଙ୍କ ସପକ୍ଷରେ ନ ଥିଲା। ଏହା ଥିଲା ଆଇନର ଗଳାବାଟ ଦେଇ ଦୋଷୀଙ୍କୁ ଫାଶୀ ଖୁଣ୍ଟରୁ ଖସାଇବା ଓ ପୂରା ପ୍ରକ୍ରିୟାକୁ ବିଳମ୍ବିତ କରିବାକୁ ବାରମ୍ବାର କୋର୍ଟରେ ପିଟିଶନ ଦାଖଲ କରୁଥିବା ଦୋଷୀଙ୍କ ଓକିଲ ଏ.ପି. ସିଂହଙ୍କ ବିରୋଧରେ। ସେହିପରି ଜେଲ୍‌ ବାହାରେ ଉପସ୍ଥିତ ଶତାଧିକ ଜନତାଙ୍କ ମଧ୍ୟରୁ ଅନେକଙ୍କ ହାତରେ ଥିବା ପ୍ଲାକାର୍ଡ ଓ ପୋଷ୍ଟରରୁ ଏ.ପି.ସିଂହଙ୍କ କାର୍ଯ୍ୟକୁ ନେଇ ସେମାନେ କେତେ କ୍ଷୁବ୍ଧ ତାହାର ଝଲକ ମଧ୍ୟ ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରାରେ ସୁଯୋଗ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ଗଣବଳାତ୍କାର, ବନ୍ଧା ହେଲେ ଯାତ୍ରାପାର୍ଟିର ୨ ମ୍ୟାନେଜର

ପଟ୍ଟାମୁଣ୍ଡାଇ,୩୦।୫ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଯାତ୍ରାପାର୍ଟିରେ ସୁଯୋଗ ଦେବାର ପ୍ରତିଶ୍ରୁତି ଦେଇ ଚଉଦକୁଲାଟ ଅଞ୍ଚଳର ଜଣେ ଯୁବତୀଙ୍କୁ ମୃଦୁପାନୀୟରେ…

୩ରୁ କୋରାପୁଟରେ ରବିଧାନ କିଣା ଆରମ୍ଭ

ଜୟପୁର,୩୦।୫(ପବନ ପାଣିଗ୍ରାହୀ): କୋରାପୁଟ ଜିଲାରେ ଆସନ୍ତା ଜୁନ ୩ରୁ ଚାଷୀଙ୍କ ଅମଳ ରବିଧାନ କ୍ରୟ ନେଇ ମଣ୍ଡି ଶୁଭାରମ୍ଭ ହେବ। ଏହା ପୂର୍ବରୁ ଶନିବାର ଜୟପୁର ଉପଖଣ୍ଡର…

ଆକ୍ସନ ମୁଡ୍‌ରେ ଦାରିଙ୍ଗବାଡି ପୋଲିସ୍: ସପ୍ତାହରେ ଏକାଧିକ ଗାଡ଼ି ଜବତ, ନିୟମ ଖିଲାପକାରୀଙ୍କ ନିଦ ହଜାଇଲେ…

ଦାରିଙ୍ଗବାଡି, ୩୦।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପୋଲିସ ଏବେ ଆକ୍ସନ ମୁଡ୍‌ରେ। ଟ୍ରାଫିକ୍ ନିୟମ ଉଲ୍ଲଂଘନକାରୀ ଏବଂ ବେପରୁଆ ଗାଡ଼ି ଚାଳକଙ୍କ ବିରୋଧରେ ପୋଲିସ…

ଆଫଗାନ ଶରଣାର୍ଥୀଙ୍କୁ ନେଇଯାଉଥିବା ଟ୍ରକ୍‌ ଦୁର୍ଘଟଣା, ଆଉ ତା’ପରେ…

କାବୁଲ,୩୦ା୫: ପାକିସ୍ତାନରୁ ଆଫଗାନ୍‌ ଶରଶାର୍ଥୀମାନଙ୍କୁ ନେଇ ଯାଉଥିବା ଏକ ଟ୍ରକ୍‌ ଶନିବାର ପୂର୍ବ ଆଫଗାନିସ୍ତାନର ଜାତୀୟ ରାଜପଥରେ ଓଲଟିପଡ଼ି ଦୁର୍ଘଟଣଗ୍ରସ୍ତ ହୋଇଛି। ଫଳରେ ୨୨ଜଣଙ୍କ ମୃତ୍ୟୁ ଘଟିବା…

୩ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଶିବକୁମାର

ବେଙ୍ଗାଲୁରୁ,୩୦ା୫: କର୍ନାଟକ ପ୍ରଦେଶ କଂଗ୍ରେସ ସଭାପତି ଡି.କେ. ଶିବକୁମାର ଶନିବାର ବିଧାୟକ ଦଳ ନେତା ନିର୍ବାଚିତ ହୋଇଛନ୍ତି। ଜୁନ୍‌ ୩ରେ ସେ କର୍ନାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ…

ତୁମୁଡିବନ୍ଧରେ କାଳବୈଶାଖୀର ଭୟଙ୍କର ତାଣ୍ଡବ: ପତ୍ର ଭଳି ଉଡ଼ିଲା ଆଜବେଷ୍ଟସ, ଭାଙ୍ଗିଲା ବିଦ୍ୟୁତ ଖୁଣ୍ଟ

ତୁମୁଡିବନ୍ଧ, ୩୦।୫ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ କୋପ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟା ପ୍ରାୟ ୫ଟା ୩୦…

ଫାଇନାଲରେ ପହଞ୍ଚିଲେ ସାତ୍ତ୍ୱିକ-ଚିରାଗ ଯୋଡ଼ି

ସିଙ୍ଗାପୁର,୩୦ା୫: ଭାରତର ତାରକା ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ସିଙ୍ଗାପୁର ଓପନ ସୁପର ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ…

ରେସଲିଂ ଫେରିବା ଆଶା ଧୂଳିସାତ

ନୂଆଦିଲ୍ଲୀ,୩୦ା୫- ଅଲିମ୍ପିଆନ ଭିନେଶ ଫୋଗତଙ୍କ ପ୍ରତିଦ୍ୱନ୍ଦ୍ୱିତାମୂଳକ ରେସଲିଂକୁ ଫେରିବା ଆଶା ଧୂଳିସାତ ହୋଇଛି। ଶନିବାର ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ୫୩ କେଜି ସେମିଫାଇନାଲରେ ସେ ମୀନାକ୍ଷୀଙ୍କଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri