ଜିପ୍‌ରେ ପରୀକ୍ଷାର୍ଥୀଙ୍କୁ ଘରେ ଛାଡ଼ିଲେ ତହସିଲଦାର

ଦିଗପହଣ୍ଡି,୨୫ା୨(ଡି.ଏନ.ଏ.)-ଦିଗପହଣ୍ଡି ତହସିଲଦାର ଅଦ୍ୱୈତ କୁମାର ସ୍ବାଇଁ ସୋମବାର ମଧ୍ୟାହ୍ନରେ ଫାଶିଗୁଡା ଗ୍ରାମ ହାଇସ୍କୁଲ ପରୀକ୍ଷା କେନ୍ଦ୍ର ପରିଦର୍ଶନ କରି ଫେରୁଥିବା ବେଳେ ଭୀଷ୍ମଗିରି-ନିମଖଣ୍ଡି ପେଣ୍ଠ ମୁଖ୍ୟ ରାସ୍ତାରେ ମାଟ୍ରିକ ପରୀକ୍ଷାର୍ଥୀମାନେ ୨ଟି ଅଟୋରେ ବିପଦସଙ୍କୁଳ ଅବସ୍ଥାରେ ଘରକୁ ଫେରୁଥିବା ଦେଖିଥିଲେ। ରାସ୍ତାରେ ଅଟୋ ଦୁଇଟିକୁ ଅଟକାଇ ଅଟୋ ଚାଳକଙ୍କୁ ତାଗିଦ୍‌ କରିବା ସହ ପରୀକ୍ଷାର୍ଥୀଙ୍କୁ ଖମାରିଗଁା ପଞ୍ଚାୟତ ଶଙ୍କର ଖାଳିଗଁା ଏବଂ ନିମଖଣ୍ଡି ପେଣ୍ଠ ଗଁା ସ୍ଥିତ ପରୀକ୍ଷାର୍ଥୀଙ୍କ ଘରେ ଛାଡିଥିଲେ। ପରୀକ୍ଷାର୍ଥୀଙ୍କୁ ତହସିଲଦାର ବିଭିନ୍ନ ବିଷୟରେ ପ୍ରଶ୍ନ ପଚାରି ଉତ୍ତର ଦେବା ସହ ପରୀକ୍ଷା ପାଇଁ କଠିନ ପରିଶ୍ରମ କରିବାକୁ କହିଥିଲେ। ପରେ ସେମାନଙ୍କ ଅଭିଭାବକଙ୍କୁ ଡକାଇ ପରୀକ୍ଷା କେନ୍ଦ୍ରକୁ ପିଲାଙ୍କୁ ନେବାଆଣିବା ନିମନ୍ତେ ବିକଳ୍ପ ବ୍ୟବସ୍ଥା କରିବାକୁ ପରାମର୍ଶ ଦେଇଥିଲେ। ବିଦ୍ୟାଳୟକୁ ପାସେଞ୍ଜର ଅଟୋ ଯୋଗେ ଛାତ୍ରୀଛାତ୍ରଙ୍କ ଯାତାୟତ ପ୍ରତି ରାଜ୍ୟ ସରକାର କଟକଣା ଜାରି କରିଛନ୍ତି। ନିକଟରେ ସ୍କୁଲ ଅଟୋରୁ ପଡ଼ି ଦିଗପହଣ୍ଡିରେ ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିବା ସହ ଏକାଧିକ ଦୁର୍ଘଟଣା ଘଟୁଥିବାରୁ ଅଟୋରେ ଛାତ୍ରୀଛାତ୍ରମାନଙ୍କୁ ନେବା ଆଣିବା ପ୍ରତି ପୋଲିସ ଓ ପ୍ରଶାସନିକ ସ୍ତରରେ ସଚେତନତା କରାଯାଉଛି ବୋଲି ତହସିଲଦାର କହିଛନ୍ତି। ଅପରପକ୍ଷରେ ଅଭିଭାବକମାନେ ପିଲାଙ୍କୁ ବିଦ୍ୟାଳୟକୁ କିଭଳି ପଠାଇବେ ଚିନ୍ତାରେ ପଡିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ଭାଗ ସ୍ତରୀୟ ସଂସ୍କୃତି ମହୋତ୍ସବ, ଭଞ୍ଜନଗର ବିଧାୟକ….

ଭଞ୍ଜନଗର,୨୩।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ଡିହପଢାଳ ଠାରେ ସମ୍ଭାଗ ସ୍ତରୀୟ ସଂସ୍କୃତି ମହୋତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ…

ଅଗଷ୍ଟ ୩୦ରେ ମନ କି ବାତ୍ କାର୍ଯ୍ୟକ୍ରମ, ବୁଥ୍‌ସ୍ତରରେ କାର୍ଯ୍ୟକ୍ରମକୁ ସୁଦୃଢ଼ କରିବାକୁ ଗୁରୁତ୍ୱ

ଭଞ୍ଜନଗର,୨୩।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭାଜପା ଭଞ୍ଜନଗର ସାଂଗଠନିକ ଜିଲା ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲୋକପ୍ରିୟ ‘ମନ କି ବାତ’ କାର୍ଯ୍ୟକ୍ରମକୁ ନେଇ ଏକ କର୍ମଶାଳା…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ମହିଳା ବିଜେଡି ଜିଲା ଉପସଭାପତି ହେଲେ କର୍ଲାମୁଣ୍ଡାର ମନ୍ଦିରା ନାଏକ, ଛୁଟିଲା ଶୁଭେଚ୍ଛା

କର୍ଲାମୁଣ୍ଡା,୨୩।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା ବିଜୁ ମହିଳା ଜନତା ଦଳର କର୍ମକର୍ତ୍ତାଙ୍କ ନାମ ଘୋଷଣା କରାଯାଇଛି । ଏଥିରେ କର୍ଲାମୁଣ୍ଡା ବ୍ଲକ ପୂର୍ବତନ ଜିଲା ପରିଷଦ…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri