Posted inଖେଳ

ଜିମ୍ବାଓ୍ବେକୁ ହରାଇଲା ଆଫଗାନିସ୍ତାନ

ଢାକା, ୧୫ା୯ (ଏଏଫ୍‌ପି)-ନାଜିବୁଲ୍ଲା ଜାଡ୍ରାନଙ୍କ ଅପରାଜିତ ଦ୍ରୁତ ଅର୍ଦ୍ଧଶତକ ସହାୟତାରେ ଆଫଗାନିସ୍ତାନ ଏଠାରେ ଚାଲିଥିବା ଅନ୍ତର୍ଜାତୀୟ ଟି୨୦ ତ୍ରିରାଷ୍ଟ୍ରୀୟ ଟୁର୍ନାମେଣ୍ଟରେ ଜିମ୍ବାଓ୍ବେକୁ ୨୮ରନରେ ପରାସ୍ତ କରିଛି। ନାଜିବୁଲ୍ଲା ୩୦ ବଲ୍‌ ସାମ୍ନା କରି ୫ ଚୌକା ଓ ୬ ଛକା ସହ ୬୯ ରନ କରି ଅପରାଜିତ ରହିଥିଲେ। ଶନିବାର ଖେଳାଯାଇଥିବା ଏହି ମ୍ୟାଚରେ ୧୯୮ ରନର ବିଜୟ ଲକ୍ଷ୍ୟକୁ ପିଛା କରି ଜିମ୍ବାଓ୍ବେ ନିର୍ଦ୍ଧାରିତ ଓଭରରେ ୭ ଉଇକେଟ ବିନିମୟରେ ୧୬୯ରନ ସଂଗ୍ରହ କରିବାରେ ସମର୍ଥ ହୋଇଥିଲା। ଦଳ ପକ୍ଷରୁ ରେଗିସ୍‌ ଚାକାବ୍‌ଭା ୪୨ରନ କରି ଅପରାଜିତ ରହିଥିଲେ। ଉଇକେଟକିପର ତଥା ଓପନର ବ୍ରେଣ୍ଡନ ଟେଲର ୨୭, ର଼୍ୟାନ ବୁରି ୨୫ରନ କରିଥିଲେ। ଆଫଗାନିସ୍ତାନ ତରଫରୁ ଫରିଦ ମଲିକ ଓ ଅଧିନାୟକ ରଶିଦ ଖାଁ ୨ଟି ଲେଖାଏଁ ଉଇକେଟ ଅକ୍ତିଆର କରିଥିଲେ। ପୂର୍ବରୁ ଟସ୍‌ରେ ହାରି ପ୍ରଥମେ ବ୍ୟାଟିଂ କରିଥିବା ଆଫଗାନିସ୍ତାନ ନିର୍ଦ୍ଧାରିତ ଓଭରରେ ୫ଉଇକେଟ ବିନିମୟରେ ୧୯୭ରନ କରିଥିଲା। ଦଳ ପକ୍ଷରୁ ନାଜିବୁଲ୍ଲାଙ୍କ ଦ୍ରୁତ ଅର୍ଦ୍ଧଶତକ ବ୍ୟତୀତ ଓପନର ତଥା ଉଇକେଟକିପର ରହମାନୁଲ୍ଲା ଗୁର୍‌ବାଜ ୪୩, ମହମ୍ମଦ ନବି ୩୮ରନ କରିଥିଲେ। ଜିମ୍ବାଓ୍ବେ ତରଫରୁ ଟେଣ୍ଡାଇ ଚାଟରା ଏବଂ ସିନ୍‌ ଓ୍ବିଲିୟମ୍ସ ୨ଟି ଲେଖାଏଁ ଉଇକେଟ ଅକ୍ତିଆର କରିଥିଲେ।
ସଂକ୍ଷିପ୍ତ ସ୍କୋର
ଆଫଗାନିସ୍ତାନ: ୨୦ ଓଭରରେ ୧୯୭/୫ (ନାଜିବୁଲ୍ଲା-୬୯*, ସିନ୍‌ ଓ୍ବିଲିୟମ୍ସ-୨/୧୬, ଟେଣ୍ଡାଇ ଚାଟରା-୨/୫୩)।
ଜିମ୍ବାଓ୍ବେ: ୨୦ ଓଭରରେ ୧୬୯/୭ (ରେଗିସ୍‌ ଚାକାବ୍‌ଭା-୪୨*, ବ୍ରେଣ୍ଡନ ଟେଲର-୨୭, ରଶିଦ ଖାଁ-୨/୨୯, ଫରିଦ ମଲିକ-୨/୩୫)।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri