ଜିଲାପାଳଙ୍କୁ ଦାବିପତ୍ର ଦେଲେ ଅଞ୍ଚଳବାସୀ: ଫାଣ୍ଡି ସ୍ଥାପନ, ହାତୀ ଉପଦ୍ରବ ରୋକାଯାଉ

ତାଳଚେର,୮ା୧(ନି.ପ୍ର.)- ତାଳଚେର ବ୍ଲକର ସନ୍ଥପଡ଼ା, ଗୁରୁଜାଙ୍ଗୁଲି ଏବଂ ବନ୍ତୋଲ ପଞ୍ଚାୟତର ବିଭିନ୍ନ ମୌଳିକ ସମସ୍ୟାର ସମାଧାନ ସହିତ ବହ୍ଲର ଛକଠାରେ ଏକ ଫାଣ୍ଡି ସ୍ଥାପନ ନିମନ୍ତେ ଅଞ୍ଚଳବାସୀ ସୋମବାର ଜିଲାପାଳଙ୍କ ଜନ ଅଭିଯୋଗ ଶୁଣାଣି ଶିବିରରେ ଦାବି କରିଛନ୍ତି। ସେହିପରି ପରଜଙ୍ଗ ନିକଟ ଜଙ୍ଗଲରୁ ଚାଲିଆସୁଥିବା ହାତୀ ତାଳଚେର ଅଞ୍ଚଳରେ କ୍ରମାଗତ ଭାବେ କ୍ଷୟକ୍ଷତି ଘଟାଉଥିବାରୁ ତାହା ରୋକିବା, ବୃଦ୍ଧିପାଉଥିବା ପ୍ରଦୂଷଣ ସମସ୍ୟାର ସମାଧାନ ପାଇଁ ବାରମ୍ବାର ପ୍ରଶାସନ ନିକଟରେ ଅଭିଯୋଗ କରାଯାଉଥିଲେ ବି କିଛି ସୁଫଳ ମିଳୁି ନ ଥିବା ଅଞ୍ଚଳବାସୀ ଜିଲାପାଳଙ୍କୁ ଜଣାଇଛନ୍ତି। ତେଣୁ ହାତୀ ଉପଦ୍ରବରୁ ରକ୍ଷା ନିମନ୍ତେ ବ୍ରାହ୍ମଣୀ ନଦୀ କୂଳରେ ସୋଲାର ଫେନସିଙ୍ଗ କରାଯିବା ଏବଂ ଏନ୍‌ଟିପିସି/ଟିଟିପିଏସ୍‌ ଆଶପଣ୍ଡରୁ ଜଙ୍ଗଲ ସଫା କରିବା, ଜାତୀୟ ରାଜପଥର ତାଳଚେର ବାଇପାସ ଠାରୁ ଚାଇଁପାଳ ପର୍ଯ୍ୟନ୍ତ ଓ ବହ୍ଲର ଛକ ଠାରୁ ବ୍ରାହ୍ମଣୀ ବ୍ରିଜ୍‌ ପର୍ଯ୍ୟନ୍ତ ମରାମତି, ଧୂଳି ରୋକିବାକୁ ଜଳ ସିଞ୍ଚନ ବ୍ୟବସ୍ଥା କରାଯିବାକୁ ଅଞ୍ଚଳବାସୀଙ୍କ ପକ୍ଷରୁ ଦାବି କରାଯାଇଛି। ଏଥିସହ ତାଳଚେର-ବଅଁରପାଳ ରାସ୍ତାର ବ୍ୟବସାୟିକ ପେଣ୍ଠସ୍ଥଳୀ ବହ୍ଲର ଛକରେ ଆପରାଧିକ କାର୍ଯ୍ୟ ବଢ଼ୁଥିବାରୁ ସେଠାରେ ଫାଣ୍ଡି ସ୍ଥାପନ କରିବାକୁ ପଞ୍ଚାୟତ ସମିତି ଅଧ୍ୟକ୍ଷ ବୃନ୍ଦାବନ ବେହେରା, ଗୁରୁଜାଙ୍ଗୁଲି ସରପଞ୍ଚ ସନ୍ତୋଷ କୁମାର ମହାନ୍ତି, ସନ୍ଥପଡ଼ା ସରପଞ୍ଚ ରୀନା ବେହେରା, ବରିଷ୍ଠ ଭାଜପା ନେତା ରୁଦ୍ର ନାରାୟଣ ପାଣି ପ୍ରମୁଖ ଦାବି କରିଛନ୍ତି। ପୂର୍ବତନ ସମିତିସଭ୍ୟ ସହଦେବ ସାହୁଙ୍କ ନେତୃତ୍ୱରେ ସନ୍ଥପଡ଼ା, ଗୁରୁଜାଙ୍ଗୁଲି ଏବଂ ବନ୍ତୋଲ ପଞ୍ଚାୟତ ଅଧିବାସୀ ଜିଲାପାଳ ମନୋଜ କୁମାର ମହାନ୍ତିଙ୍କୁ ଭେଟି ଏ ସଂକ୍ରାନ୍ତରେ ଏକ ଦାବିପତ୍ର ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବସଷ୍ଟାଣ୍ଡକୁ ଯାଉଥିବାବେଳେ ଧକ୍କା ଦେଇଥିଲା ବାଇକ, ଆଜି ଚିକିତ୍ସାଧୀନ ଅବସ୍ଥାରେ ଚାଲିଗଲା ଯୁଧିଷ୍ଠିରଙ୍କ ଜୀବନ

ଦିଗପହଣ୍ଡି,୩।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗ୍ରାମର ବ୍ୟକ୍ତି ଏଚ.ଯୁଧିଷ୍ଠିର ରେଡ୍ଡୀ(୫୪) ଗତ ମେ ୨୪ ତାରିଖ ସନ୍ଧ୍ୟାରେ ବାଇକ ଧକ୍କାରେ ଗୁରୁତର…

ପୁଣି କୋଟିଆରେ ଉପସ୍ଥିତି ଜାହିର କଲା ଆନ୍ଧ୍ର: ପଛଘୁଞ୍ଚା ନଦେଇ ଅନୁପ୍ରବେଶ କଲେ ଅଧିକାରୀ

ପଟ୍ଟାଙ୍ଗି, ୩।୬ (ଶରତ କୁମାର ଧଳ): କୋରାପୁଟ ଜିଲ୍ଲା ପଟ୍ଟାଙ୍ଗି ବ୍ଲକ୍ ଅଧୀନରେ ଥିବା କୋଟିଆ ପଞ୍ଚାୟତର ସୀମାନ୍ତ ଗ୍ରାମଗୁଡିକରେ ପୁଣିଥରେ ପଡୋଶୀ ଆନ୍ଧ୍ର ପ୍ରଦେଶର ପଦାଧିକାରୀମାନେ…

ବିଜେଡି ଛାଡ଼ିଲେ ପୂର୍ବତନ କର୍ପୋରେଟର, ନବୀନଙ୍କୁ ଇସ୍ତଫାପତ୍ର ପଠାଇ କହିଲେ…

କଟକ,୩ା୬: ଜଣଙ୍କ ପରେ ଜଣେ ନେତା ବିଜେଡିର ହାତ ଛାଡୁଛନ୍ତି। ଦେବାଶିଷଙ୍କ ପରେ ଏବେ ବିଜେଡି ଛାଡ଼ିଛନ୍ତି କଟକର ପୂର୍ବତନ କର୍ପୋରେଟର ରଞ୍ଜନ ବିଶ୍ୱାଳ। ସେ ତାଙ୍କର…

ଦିଅର ମାଡ଼ରେ ଚାଲିଗଲା ଭାଉଜଙ୍କ ଜୀବନ: ପାରିବାରିକ କଳହ ସାଜିଲା କାଳ

ଧର୍ମଶାଳା, ୩।୬(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ସାରୋଇ ଗ୍ରାମରେ ଦିଅର ମାଡ଼ରେ ତାଙ୍କ ଭାଉଜଙ୍କ ମୃତ୍ୟୁ ହୋଇଛି। ମିଳିଥିବା ସୂଚନା ଅନୁଯାୟୀ, ପାରିବାରିକ…

ବିଡିଓଙ୍କୁ ନିଲମ୍ବନ ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟ ନିର୍ବାଚନ ଅଧିକାରୀ, ଏହି ସବୁ ଅଭିଯୋଗ ଆସିବା ପରେ କାର୍ଯ୍ୟାନୁଷ୍ଠାନ

ବାରିପଦା,୩।୫(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ନିର୍ବାଚନମଣ୍ଡଳୀର ସହକାରୀ ନିର୍ବାଚନ ପଞ୍ଜିକରଣ ଅଧିକାରୀ (ଏଇଆରଓ) ତଥା ବଡ଼ସାହି ଗୋଷ୍ଠୀ ଉନ୍ନୟନ ଅଧିକାରୀ (ବିଡ଼ିଓ) ସ୍ମୃତିମୟୀ ବନଜା…

ବାଲିଅନ୍ତା ସୌମ୍ୟ ହତ୍ୟା ମାମଲାରେ ଆସିଲା ସାଂଘାତିକ ତଥ୍ୟ: କଲ୍‌ କରି ଆମ୍ବୁଲାନ୍ସ ଫେରାଇ ଦେଇଥିଲେ ଜଣେ ବ୍ୟକ୍ତି

ଭୁବନେଶ୍ୱର,୩ା୬: ବାଲିଅନ୍ତା ସୌମ୍ୟ ରଞ୍ଜନ ସ୍ବାଇଁ ହତ୍ୟା ମାମଲାରେ ସାମ୍ନାକୁ ଆସିଛି ଏକ ସାଂଘାତିକ ତଥ୍ୟ। ମେ’ ୭ରେ ଅଡ଼ଶପୁର ମେଡିକାଲର ଆମ୍ବୁଲାନ୍ସକୁ ଜଣେ ବ୍ୟକ୍ତି କଲ୍‌…

ହଜିଯାଉଛି ‘ବୋଉ’ ଶବ୍ଦ: ଆନ୍ତରିକତାକୁ ପୁନର୍ଜୀବିତ କରିବାକୁ ପ୍ରୟାସ

ଭଞ୍ଜନଗର,୩।୬(ବାବୁଲା ପ୍ରଧାନ):ଆଧୁନିକ ଜୀବନଧାରା ପ୍ରବାହରେ ବୋଉ ଶବ୍ଦଟି କ୍ରମଶଃ ହଜିବାରେ ଲାଗିଛି। ଏହି ପଛରେ ଥିବା ଆତ୍ମୀୟ ପରମ୍ପରା ଓ ସମର୍ପିତ ଆନ୍ତରିକତାକୁ ପୁନର୍ଜୀବିତ ଉଦ୍ଦେଶ୍ୟରେ ଲୋହରାଖଣ୍ଡି…

ସୌମ୍ୟ ମୃତ୍ୟୁ ମାମଲା: ଯୁବତୀ ଓ ଆମ୍ବୁଲାନ୍ସ ଡ୍ରାଇଭର NHRCରେ ହାଜର

ଭୁବନେଶ୍ୱର,୩।୬: ବାଲିଅନ୍ତାରେ ଘଟିଥିବା ଚର୍ଚ୍ଚିତ ବର୍ବରତା ଘଟଣାକୁ ନେଇ ନୂଆ ପରିସ୍ଥିତି ସୃଷ୍ଟି ହୋଇଛି। ଏହି ଘଟଣାରେ ଅଭିଯୋଗ କରିଥିବା ଯୁବତୀ ଏବଂ ଘଟଣା ସମୟରେ ଫେରିଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri