ଜିଲାପାଳଙ୍କୁ ଭେଟିଲେ ସେବାୟତ

ବାରିପଦା ଅଫିସ, ୧୩ା୫- ବାରିପଦାସ୍ଥିତ ଶ୍ରୀ ଶ୍ରୀ ହରିବଳଦେବଜୀଉଙ୍କ ମନ୍ଦିରର ସେବାୟତମାନେ ମଙ୍ଗଳବାର ଜିଲାପାଳଙ୍କୁ ଭେଟି ୨ ଦଫା ସମ୍ବଳିତ ଦାବିପତ୍ର ପ୍ରଦାନ କରିଛନ୍ତି। କାର୍ଯ୍ୟରତ ସେବାୟତମାନଙ୍କୁ ମହାମାରୀ କରୋନା ସମୟରେ ଆର୍ଥିକ ସାହାଯ୍ୟ ଓ ମନ୍ଦିରକୁ ନିମ୍ନମାନର ଭୋଗ ଯୋଗାଇ ଦିଆଯାଉଥିବାରୁ ଏହାର ସମାଧାନ ପାଇଁ ଦାବି ସେମାନେ କରିଛନ୍ତି। ସେବାୟତମାନଙ୍କ ସୂଚନା ଅନୁସାରେ ଦେଢ଼ମାସ ହେଲା ମହାମାରୀ କରୋନା ଯୋଗୁଁ ମନ୍ଦିରରେ ଭକ୍ତଙ୍କ ଦର୍ଶନ ବନ୍ଦ ରହିଛି। ବର୍ତ୍ତମାନ ସେବାୟତମାନଙ୍କୁ ଯାହା କିଛି ଅର୍ଥ ମିଳୁଛି ତାହା ସମୁଦ୍ରଙ୍କୁ ଶଙ୍ଖେ। ମହାପ୍ରଭୁଙ୍କ ପ୍ରସାଦ ବର୍ତ୍ତମାନ ବିକ୍ରି ହୋଇପାରୁ ନାହିଁ। ସେହିଭଳି ଭକ୍ତ ନ ଆସିବାରୁ ଦାନ ଦକ୍ଷିଣା କିଛି ବି ମିଳୁ ନାହିଁ। ଫଳରେ ପରିବାର ପ୍ରତିପୋଷଣ କରିବା ପାଇଁ ସେବାୟତମାନଙ୍କ ପକ୍ଷରେ ଅସୁବିଧା ହେଉଛି। ତେଣୁ ସେମାନଙ୍କୁ ଆର୍ଥିକ ସାହଯ୍ୟ ପ୍ରଦାନ ପାଇଁ ଦାବିପତ୍ରରେ ଉଲ୍ଲେଖ କରାଯାଇଛି। ସେହିଭଳି ମହାପ୍ରଭୁଙ୍କ ପ୍ରସାଦ ଲାଗି ଅତ୍ୟନ୍ତ ନିମ୍ନମାନର ରୋଷେଇ ଓ ଭୋଗ ସାମଗ୍ରୀ ଆସୁଛି। ଏ ନେଇ କର୍ତ୍ତୃପକ୍ଷଙ୍କୁ ଅବଗତ କରାଯାଇଥିଲେ ମଧ୍ୟ କୌଣସି ସୁଫଳ ମିଳୁନି ବୋଲି ସେବାୟତମାନେ ଅଭିଯୋଗ କରିଛନ୍ତି। ଏହି ଦାବି ପୂରଣ ନ ହେଲେ ସେବାୟତମାନଙ୍କ ପରିବାର ଅନିର୍ଦ୍ଦିଷ୍ଟ କାଳ ପାଇଁ ଉପବାସ ବ୍ରତ କରିବେ ବୋଲି ଜିଲାପାଳଙ୍କୁ ଲିଖିତ ଭାବେ ଜଣାଇଛନ୍ତି। ମନ୍ଦିର ପୂଜକ କାମେଶ୍ୱର ତ୍ରିପାଠୀ, ଅରୁଣ କୁମାର ମିଶ୍ର, ଅସିତ କୁମାର ମିଶ୍ରଙ୍କ ସମେତ ଏକାଧିକ ସେବାୟତ ଓ ତାଙ୍କ ପରିବାରବର୍ଗ ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ ବେଳେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରୋଗୀଙ୍କ ସହ ଦୁର୍ବ୍ୟହାର କରୁଛନ୍ତି ପାରଳାଖେମୁଣ୍ଡି ଚିକିତ୍ସାଳୟରେ ମୁତୟନ ସୁରକ୍ଷାକର୍ମୀ, ମୋବାଇଲ ନମ୍ବରରେ ୧୧ ସଂଖ୍ୟା…

ପାରଳାଖେମୁଣ୍ଡି,୨୪ା୫(ଗିରିଧାରୀ ପରିଛା): ବର୍ତ୍ତମାନ ପ୍ରବଳ ଖରା ହେଉଥିବା ବେଳେ ତାତିରୁ ତ୍ରାହି ପାଇଁ ଡହଳ ବିକଳ ହେଉଛନ୍ତି ଲୋକେ । ଏପରି ସ୍ଥଳେ ରୋଗୀଙ୍କ କଥା ଆହୁରି…

ଘୁମୁସର ବିକାଶ ପରିଷଦ ବୈଠକ, ଜିଲା ଅନ୍ଦୋଳନକୁ ତ୍ୱରାନ୍ୱିତ କରିବା….

ଭଞ୍ଜନଗର,୨୪।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର ବରିଷ୍ଠ ଆଇନଜୀବୀ ସୋମନାଥ ନାୟକଙ୍କ ବାସଭବନରେ ରବିବାର ଘୁମୁସର ବିକାଶ ପରିଷଦର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ…

ରୋଗୀ ସ୍ଥାନାନ୍ତର ବେଳେ ଚାଲିଲାନି ଆମ୍ବୁଲାନ୍ସ, ଘରୋଇ ଗାଡ଼ିରେ ବ୍ରହ୍ମପୁର ମେଡିକାଲ ଗଲେ

ଛତ୍ରପୁର,୨୪ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଛତ୍ରପୁର ଉପଖଣ୍ଡ ସରକାରୀ ହସ୍ପିଟାଲରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ ଶିଶୁର ଅବସ୍ଥା ଗୁରୁତର ହେବାରୁ ତାଙ୍କୁ…

ପ୍ରେମ ପାଇଁ ଜୀବନ ହାରିଲେ ଯୁବକ: ଭିଡିଓ ଭାଇରାଲ

ଭୁବନେଶ୍ୱର,୨୪।୫: ମୟୂରଭଞ୍ଜ ଜିଲା ରାସଗୋବନ୍ଦପୁର ଥାନା ମାଣିନ୍ଦା ଅଞ୍ଚଳରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ପ୍ରେମ ପାଇଁ ଜଣେ ଯୁବକ ବିଷ ପିଇ ସୋସିଆଲ ମିଡିଆରେ…

ଯନ୍ତ୍ରୀଙ୍କ ପିସି କାରବାର ଅଭିଯୋଗ, ବିଦ୍ୟାଳୟ ରୂପାନ୍ତରୀକରଣ କରି ପାଇଁ ଥାନାର ଦ୍ୱାରସ୍ଥ ହେଲେ ଯୁବକ

ଥୁଆମୂଳ ରାମପୁର,୨୪ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ କନିଷ୍ଠ ଯନ୍ତ୍ରୀ ଓ ଅସାଧୁ ବ୍ୟକ୍ତିଙ୍କ ମଧୁଚନ୍ଦ୍ରିକା ଏବେ ଚରମ ସୀମାରେ ପହଞ୍ଚିଛି। ଆଦିବାସୀ ବହୁଳ…

ଶ୍ବଶୁରଘରୁ ବର୍ଷାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

କଟକ,୨୪।୫:(ପ୍ରଭୁକଲ୍ୟାଣ ପାଲ):  ପୁଣି ଯୌତୁକ ଜୁଇରେ ଆଉ ଜଣେ ନବବଧୂ। ନବବଧୂଙ୍କୁ ଯୌତୁକ ପାଇଁ ଶାଶୁଘର ଲୋକେ ହତ୍ୟା କରିଥିବା ଅଭିଯୋଗ ହୋଇଛି । ଯାଜପୁର ଟାଉନ…

ଆଗପଛ ହୋଇ ଆସୁଥିଲା ଦୁଇ କାର୍‌, ହଠାତ୍‌ ମଝି ରାସ୍ତାରେ ଘଟିଲା…

ଗଞ୍ଜାମ,୨୪ା୫(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମ୍ମା ଫାଣ୍ଡି ଅନ୍ତର୍ଗତ ଜାତୀୟ ରାଜପଥ-୧୬ ହୁମ୍ମା ଓ ଶଙ୍ଖନୂଆଗାଁ ମଧ୍ୟଭାଗରେ ଥିବା ଜଷ୍ଟିଂଙ୍ଗ ନିକଟରେ ଗୋଟିଏ କାର୍‌…

ଭବିଷ୍ୟତରେ ବିଚାରପତି ହେବି: ଅନ୍ବେଷା

କୁଆଁରମୁଣ୍ଡା,୨୪।୫(ମହେନ୍ଦ୍ର କୁମାର ସାହୁ): ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର +୨ ପରୀକ୍ଷା ଫଳରେ ୯୬.୮୩ ପ୍ରତିଶତ ନମ୍ବର ରଖିଥିବା ସୁନ୍ଦରଗଡ଼ ଜିଲାର ଝିଅ ଅନ୍ବେଷା ପରିଜା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri