Posted inବୌଦ୍ଧ

ଜିଲାପାଳଙ୍କ ଆବାସିକ କାର୍ଯ୍ୟାଳୟ ଆଗରେ ବୁଲିଲେ ପ୍ରବାସୀ ଶ୍ରମିକ

ବୌଦ୍ଧ,୨୩ା୫(ସ୍ବ.ପ୍ର.)-କରୋନା ନେଇ ସମସ୍ତେ ଭୟଭୀତ ଥିବା ବେଳେ ସରକାର ଓ ପ୍ରଶାସନ ଏହାର ମୁକାବିଲା ପାଇଁ ପ୍ରୟାସ ଚଳାଇଛନ୍ତି ା ବୌଦ୍ଧ ଜିଲାରେ ୧୦୧ଟି ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର ପ୍ରସ୍ତୁତ କରାଯାଇ ଥିବା ବେଳେ ୫୬ କେନ୍ଦ୍ରରେ କେବଳ ପ୍ରବାସୀ ଶ୍ରମିକଙ୍କୁ ରଖିବାର ବ୍ୟବସ୍ଥା କରାଯାଇଛି। ଏହି ସ୍ବାସ୍ଥ୍ୟକେନ୍ଦ୍ରଗୁଡିକର ସମସ୍ତ ଦାୟିତ୍ୱ ସ୍ଥାନୀୟ ସରପଞ୍ଚମାନଙ୍କୁ ନ୍ୟସ୍ତ କରାଯାଇଛି ଓ ପ୍ରବାସୀ ଶ୍ରମିକଙ୍କ ଖାଇବା ପାଇଁ ସରକାର ସମସ୍ତ ଖର୍ଚ୍ଚ ଯୋଗାଇ ଦେବାର ବ୍ୟବସ୍ଥା ହୋଇଛି । କିନ୍ତୁ ଜିଲାର କେତେକ ପଞ୍ଚାୟତରେ ଅବ୍ୟବସ୍ଥା ଯୋଗୁ ବହୁ ସମୟରେ ପ୍ରବାସୀ ଶ୍ରମିକମାନେ ହଇରାଣ ହେଉଛନ୍ତି ା ଶନିବାର ଏମିତି ଏକ ଘଟଣା ଦେଖିବାକୁ ମିଳିଛି ା ବିଭିନ୍ନ ପଞ୍ଚାୟତର ୧୫ ଜଣ ପ୍ରବାସୀ ଶ୍ରମିକ ଏକ ବସ ଯୋଗେ ତାମିଲନାଡୁରୁ ଆସି ବୌଦ୍ଧରେ ପହଞ୍ଚତ୍ଥିଲେ । କିନ୍ତୁ ସେମାନେ କେଉଁଠି ପ୍ରଥମେ ଯିବେ କେହି କିଛି ନ ଶୁଣିବାରୁ ବସ ଧରି ସିଧା ଜିଲାପାଳଙ୍କ ଅବାସିକ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚତ୍ଥିଲେ। ସେଠାରେ ଗାଡିରୁ ଓହ୍ଳାଇ ଶ୍ରମିକମାନେ ଏଣେ ତେଣେ ବୁଲାବୁଲି ମଧ୍ୟ କରିଥିଲେ। ସୂଚନା ପାଇ ପୋଲିସ ପହଞ୍ଚତ୍ ସେମାନଙ୍କୁ ମହାନଦୀ ବ୍ରିଜଛକ ପାଖକୁ ନେଇଥିଲା ା ପରେ ସେମାନଙ୍କୁ ପ୍ରଶାସନ ପକ୍ଷରୁ ତିନି ବ୍ଲକର ଅସ୍ଥାୟୀ ସ୍ବାସ୍ଥ୍ୟ କେନ୍ଦ୍ରଗୁଡିକୁ ପଠାଯାଇଥିଲା। ପରେ ଜିଲାପାଳଙ୍କ ଆବାସିକ କାର୍ଯ୍ୟାଳୟକୁ ଅଗ୍ନିଶମ ବିଭାଗ ପକ୍ଷରୁ ସାନିଟାଇଜ କରାଯାଇଥିବା ଜଣାଯାଇଛି। ମନମୁଣ୍ଡାଠାରେ ଚେକ୍‌ଗେଟ ନିର୍ମାଣ କରି ପ୍ରବାସୀ ଶ୍ରମିକମାନଙ୍କୁ ସେହିଠାରୁ ସ୍ବତନ୍ତ୍ର ଗାଡିରେ ନିଜ ପଞ୍ଚାୟତ ପାଇଁ ଉର୍ଦ୍ଦିଷ୍ଟ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇବାକୁ ବ୍ୟବସ୍ଥା ହୋଇଛି ା କିନ୍ତୁ କିପରି ଶ୍ରମିକମାନେ ଅବାଧରେ ପଶି ଆସୁଛନ୍ତି ତାହା ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି କରିଛି ା ଫଳରେ ଆଗାମୀ ଦିନରେ ଗୋଷ୍ଠୀ ସଂକ୍ରମଣ ଆଶଙ୍କା ଦେଖାଦେଇପାରେ ବୋଲି ବୁଦ୍ଧିଜୀବୀ ମହଲରେ ମତ ପ୍ରକାଶ ପାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ଗାଁରେ ପଶି ତାଣ୍ଡବ ରଚିଲା ଦନ୍ତା, ଭାଙ୍ଗିଲା ବାଇକ୍‌-ସାଇକେଲ୍‌

ବୌଦ୍ଧ,୨୩।୩: ବୌଦ୍ଧ ଜିଲା ବୌଦ୍ଧ ବନଖଣ୍ଡ ସୁବଳୟା ଗାଁରେ ହାତୀ ଆତଙ୍କ ଦେଖାଦେଇଛି। ଏନେଇ ଗ୍ରାମବାସୀ ଭୟଭୀତ ହୋଇପଡିଛନ୍ତି। ମିଳିଥିବା ସୂଚନା ମୁତାବକ, ରବିବାର ବିଳମ୍ୱିତ ରାତିରେ…

ବାଇକ୍‌ରେ ଯାଉଥିଲେ ୩ ଭାଇ, ୧୦ ପୁଟ ଡ୍ରେନ ତଳକୁ ଖସିଲା ଗାଡ଼ି: ଆଉ ତା’ପରେ…

ବଘିଆପଡା,୧୯।୩(ଶ୍ରୀକାନ୍ତ ସାହୁ): ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ବୌଦ୍ଧ ଥାନା ଜହ୍ନାପଙ୍କ ଫାଣ୍ଡି ଅନ୍ତଗତ ତେଲିବନ୍ଧ ପନ୍ଥାଇ ବୁଲାଣି ନିକଟରେ ଭାରସାମ୍ୟ ହରାଇ ଏକ ବାଇକ…

ଘରକୁ ଫେରିବାବେଳେ ଅଟକାଇ ଜଣଙ୍କୁ ହତ୍ୟା କଲେ ଦୁର୍ବୃତ୍ତ, ଜଣେ ଗୁରୁତର

ବଘିଆପଡ଼ା,୯ା୩(ଶ୍ରୀକାନ୍ତ ସାହୁ): ବୌଦ୍ଧ ଜିଲା ହରିପୁର ଛକରେ ଏକ ହତ୍ୟାକାଣ୍ଡ ହୋଇଛି। ତେବେ ପୂର୍ବ ଶତ୍ରୁତାକୁ ନେଇ ଏହି ହତ୍ୟା ହୋଇଥିବା ଜଣାପଡ଼ିଛି। ସୂଚନା ମୁତାବକ, ବୌଦ୍ଧ…

ବାହାଘରର ୨ ଦିନ ପରେ ପ୍ରେମିକ ସହ ଛୁ’ ନବବଧୂ: ସ୍ବାମୀ ଏତଲା ଦେବାପରେ ଘଟିଲା..

ବୌଦ୍ଧ, ୨୮।୨(ଅଜିତ କୁମାର ବାରିକ): ବାହାଘରର ୨ ପରେ ପ୍ରେମିକ ସାଙ୍ଗରେ ଫେରାର ହୋଇଯାଇଛନ୍ତି ନବବଧୂ। ଏଭଳି ଘଟଣା ଦେଖିବାକୁ ମିଳିଛି ବୌଦ୍ଧ ଜିଲାରେ। ସ୍ବାମୀ ଥାନାରେ…

ବିୟୁଟିପାର୍ଲରରେ ଲାଗିଲା ଭୟଙ୍କର ନିଆଁ, ଧୂଆଁ ଦେଖି…

ବୌଦ୍ଧ,୨୭ା୨(ଅଜିତ କୁମାର ବାରିକ): ବୌଦ୍ଧ ସହରର ଖାଲିଆ ବଗିଚାଠାରେ ଏକ ବିୟୁଟିପାର୍ଲରରେ ଶୁକ୍ରବାର ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ସମ୍ପତ୍ତି ନଷ୍ଟ ହୋଇଥିବା ଜଣାପଡ଼ିଛି। ସୂଚନା ମୁତାବକ ଖାଲିଆ…

୪ ମାସ ବିତିନି ପୁଣି ବାଣ ବିସ୍ଫୋରଣ: ଲୋକେ ଭୟଭୀତ

ବୌଦ୍ଧ,୨୧ା୨(ଅଜିତ କୁମାର ବାରିକ): ବୌଦ୍ଧ ଜିଲା ପୁରୁଣା କଟକ ଥାନା ଜିଆକଟା ଗ୍ରାମରେ ବାଣ ବିସ୍ଫୋରଣ ଘଟଣାକୁ ୪ ମାସ ବିତି ନ ଥିବା ବେଳେ ପୁଣି…

ମହିଳାଙ୍କୁ ମାଡ ମାରିବା ସହ ହାତ ଗୋଡ ବାନ୍ଧି, ଲୁଟିନେଲେ

ବୌଦ୍ଧ,୧୧।୨(ଅଜିତ କୁମାର ବାରିକ): ବୌଦ୍ଧ ଆଦର୍ଶ ଥାନା ଭାଲିଆପଦର୍‌ ଗ୍ରାମରେ ମଙ୍ଗଳବାର ରାତ୍ରିରେ ସଶସ୍ତ୍ର ଡକାୟତି ହୋଇଛି। ଗ୍ରାମର ଦେବବ୍ରତ ମିଶ୍ରଙ୍କ ଘରେ ଡକାୟତି କରିଛନ୍ତି ଦୁର୍ବୃତ୍ତ…

ଆନ୍ଧ୍ର ପ୍ରଦେଶରେ ଦାଦନ ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ, ତଥ୍ୟ ସଂଗ୍ରହ କଲେ ଶ୍ରମ ଅଧିକାରୀ

ବଘିଆପଡ଼ା,୩୧।୧(ଶ୍ରୀକାନ୍ତ ସାହୁ): ଆନ୍ଧ୍ର ପ୍ରଦେଶକୁ ଦାଦନ ଖଟିବାକୁ ଯାଇଥିବା ବୌଦ୍ଧ ବ୍ଲକ ଟିକରପଡା ପଞ୍ଚାୟତର ବୁରଗୋରା ଗ୍ରାମର ଅରୁଣ ରଣବିଡାଙ୍କ ମୃତ୍ୟୁ ଘଟିଛି। ତାଙ୍କ ମୃତଦେହ ଜନ୍ମମାଟିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri