ଜିଲାପାଳଙ୍କ କାର୍ଯ୍ୟାଳୟରେ ଧସେଇ ପଶିଲେ ମହିଳା: ୮ ଗିରଫ

ବାରିପଦା ଅଫିସ,୧୯ା୫- ପିଆରଏମ୍‌ ମେଡିକାଲରେ ଶିଶୁ ବଦଳ ଘଟଣାକୁ ସପ୍ତାହେ ବିତି ଯାଇଥିବା ବେଳେ ଏ ଦିଗରେ ମେଡ଼ିକାଲ କର୍ତ୍ତୃପକ୍ଷ କିମ୍ବା ଜିଲାପ୍ରଶାସନ ପକ୍ଷରୁ କୌଣସି ପଦକ୍ଷେପ ଗ୍ରହଣ କରାଯାଇନି। ଫଳରେ ନ୍ୟାୟ ଦାବିରେ ସୋମବାର ଶିଶୁଙ୍କ ଅଭିଭାବକଙ୍କ ସମେତ ଶତାଧିକ ମହିଳା ବାରିପଦାସ୍ଥିତ ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟକୁ ଧସେଇ ପଶି ସେଠାରେ ହୋହଲ୍ଲା କରିଥିଲେ। ସହକାରୀ ଜିଲାପାଳ ବୁଝାଶୁଝା କରିଥିଲେ ମଧ୍ୟ ସେମାନେ ଜିଦ୍‌ରେ ଅଟଳ ରହିଥିଲେ। କେତେକ ମହିଳା ଜିଲାପାଳଙ୍କ କାର୍ଯ୍ୟାଳୟ କବାଟର କାଚକୁ ଗୋଇଠା ମାରି ଭାଙ୍ଗି ଦେଇଥିଲେ। ଖବର ପାଇ ଏସ୍‌ପି ପରମାର ସ୍ମିଥ ପୁରୁଷୋତ୍ତମ ଦାସ ୨ ପ୍ଲାଟୁନ ଫୋର୍ସ ସହ ଘଟଣାସ୍ଥଳରେ ପହଞ୍ଚି ମହିଳାମାନଙ୍କୁ ଦୁଇଟି ବସ୍‌ରେ ଉଠାଇ ନେଇଥିଲେ। ପରେ ଏହି ଘଟଣାରେ ପୋଲିସ ୮ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ମଞ୍ଜୁଲତା ସିଂ, ଝିଲି ସିଂ, ବୁଧୁନି ସିଂ, ଶତ୍ରୁଘନ ସିଂ, ଲଛମନ ସିଂ,କହ୍ନେଇ ସିଂ,ଘାସିଆ ସିଂ ଓ କୁନା ସିଂ।
ଉଲ୍ଲେଖଯୋଗ୍ୟ ଯେ, ବାରିପଦା ସଦର ଥାନା ଅନ୍ତର୍ଗତ ଜାମବଣି ଗ୍ରାମର କାର୍ତ୍ତିକ ସିଂଙ୍କ ସ୍ତ୍ରୀ ରଇବାରୀ ଗତ ୨୬ ତାରିଖ ସକାଳେ ପିଆରଏମ୍‌ ମେଡ଼ିକାଲ୍‌ରେ ଏକ ଶିଶୁପୁତ୍ର୍ର ଜନ୍ମ ଦେଇଥିଲେ। ଶିଶୁଟି ନ କାନ୍ଦିବାରୁ ମେଡ଼ିକାଲ କର୍ତ୍ତୃପକ୍ଷ ତାକୁ ଏସ୍‌ଏନସିୟୁରେ ଭର୍ତ୍ତି କରାଇଥିଲେ। ଚିକିତ୍ସା ପରେ ଶିଶୁ ପୁତ୍ରଟି ଭଲ ହେବାରୁ ମେଡ଼ିକାଲ୍‌ କର୍ତ୍ତୃପକ୍ଷ ଶିଶୁ ଓ ମାଆକୁ ୫ ତାରିଖରେ ଡିସଚାର୍ଜ କରିଥିଲେ। ୧୧ ତାରିଖରେ ମେଡିକାଲକୁ ଡକାଇ ଶିଶୁ ପୁତ୍ରକୁ ବଦଳି କରି ଅନ୍ୟ କାହା ମୃତ ଶିଶୁ ପୁତ୍ର ପ୍ରଦାନ କରାଯାଇଥିବା ଅଭିଯୋଗ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବଢୁଛି ବନ୍ୟାପାଣି: ଶହଶହ ହେକ୍ଟର ଚାଷଜମି ଜଳମଗ୍ନ, ଚିନ୍ତାରେ ଚାଷୀ

ନିରାକାରପୁର,୩୧ା୭(ମାନସ ଚନ୍ଦ୍ର ପଟ୍ଟନାୟକ): ଉପରମୁଣ୍ଡରେ ଲଗାଣ ବର୍ଷା ଜାରି ରହିଛି। ଏହାର ପ୍ରଭାବରେ ନିକଟସ୍ଥ ରାଜୁଆ, ମକରା, ଦୟା, ଲୁଣା, ମଲାଗୁଣୀ ନଦୀ ଓ ନାଳରେ ପ୍ରଚୁର…

ବନ୍ୟା ସଙ୍କଟକୁ ନେଇ ଚିନ୍ତା ପ୍ରକଟ କଲେ ଧମେନ୍ଦ୍ର ପ୍ରଧାନ, ସମ୍ବଲପୁରବାସୀଙ୍କୁ…

ଭୁବନେଶ୍ୱର,୩୧।୭: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଏବେ ଓଡ଼ିଶାର ୬ ଜିଲାରେ ବନ୍ୟା ସଙ୍କଟ ସୃଷ୍ଟି କରିଥିବାବେଳେ ୯ ଜିଲାରେ ବିଶେଷ ପ୍ରଭାବ ପକାଇଛି।…

ପ୍ରବଳ ଝଡ଼ବର୍ଷା ସମ୍ଭାବନା: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର, ୩୧ା୭ (ବନ୍ଦନା ସେଠୀ):ଗଭୀର ଅବପାତ ଦୁଇଦିନ ହେବ ଛତିଶଗଡ଼ ଉପରେ ଗତି କରୁଛି। ଏହା ଶୁକ୍ରବାର ସୁଦ୍ଧା ପଶ୍ଚିମ ଦିଗକୁ ଅଗ୍ରସର ହୋଇ କ୍ରମଶଃ ଦୁର୍ବଳ…

ପ୍ରେମିକଙ୍କ ଘର ବାରଣ୍ଡାରେ ଧାରଣାରେ ବସିଲେ ପ୍ରେମିକା

ମାଲକାନଗିର,୩୦।୭ (ଦୁର୍ଯ୍ୟୋଧନ ପାତ୍ର): ଜଣେ ବିବାହିତ ଯୁବକ ବିବାହର ପ୍ରତିଶ୍ରୁତି ଦେଇ ସମ୍ପର୍କ ଓ ପରେ ପ୍ରତାରଣା ବିରୋଧରେ ବିବାହିତ ପ୍ରେମିକା ଗତ ତିନି ଦିନ ଧରି…

କେରଳକୁ ଦାଦନ ଖଟି ଯାଇଥିଲେ, କୁଅରୁ ଉଦ୍ଧାର ହେଲା ଶ୍ରମିକଙ୍କ ମୃତଦେହ: ଅର୍ଥ ଅଭାବ ଯୋଗୁ ଚିନ୍ତାରେ ପରିବାର

ଦାରିଙ୍ଗବାଡ଼ି,୩୦।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗୁମିକିଆ ପଞ୍ଚାୟତ କୁନ୍ଦୁପାଙ୍ଗା ଅଞ୍ଚଳର ଜଣେ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତଦେହକୁ ନିଜ…

ବରଗଡ଼ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ସ୍କୁଲ ବସ୍‌ ଧକ୍କାରେ ଚାଲିଗଲା ୧୦୮ ଆମ୍ବୁଲାନ୍ସ ଚାଳକଙ୍କ ଜୀବନ

ବରଗଡ଼,୩୦।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି-ଅମ୍ବାଭୋନା ରାସ୍ତା ତରାଜୁଙ୍ଗା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସମ୍ମୁଖରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍କୁଲ ବସ୍ ଧକ୍କାରେ…

ରେଳମନ୍ତ୍ରୀଙ୍କୁ ଭେଟିଲେ MP ପ୍ରଦୀପ ପୁରୋହିତ: ବରଗଡ଼-ଝାରସୁଗୁଡ଼ା ପାଇଁ ୪ ନୂତନ ଟ୍ରେନ୍ ଚଳାଚଳ ପାଇଁ ଦେଲେ ପ୍ରସ୍ତାବ

ବରଗଡ଼,୩୦।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଲୋକସଭା କ୍ଷେତ୍ର ଅନ୍ତର୍ଗତ ବରଗଡ଼ ଓ ଝାରସୁଗୁଡ଼ା ଜିଲାରେ ରେଳସେବାର ବ୍ୟାପକ ବିକାଶ, ଯାତ୍ରୀ ସୁବିଧା ବୃଦ୍ଧି ଏବଂ ନୂତନ ଟ୍ରେନ୍ ସେବା…

ଅସହାୟଙ୍କ ପାଇଁ ସାହା ହେଲା ବିନ୍ଦୁମିନା ସେବା ଫାଉଣ୍ଡେଶନ: ବର୍ଷା ବିପନ୍ନଙ୍କୁ ମାଗଣା ରାଶନ ଓ ଶୁଖିଲା ଖାଦ୍ୟ ବଣ୍ଟନ

ଭବାନୀପାଟଣା/ଗୋଲାମୁଣ୍ଡା,୩୦।୭(ଉତ୍ତମ କୁମାର ଦାଶ/ବଟକୃଷ୍ଣ ପଣ୍ଡା): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକରେ ପ୍ରବଳ ବର୍ଷା ଯାହାକି ଜରୁରୀକାଳୀନ ପରିସ୍ଥିତି ସୃଷ୍ଟି କରିଛି, ସେହି ସମୟରେ ବିପନ୍ନଙ୍କ ପାଇଁ ଦେବଦୂତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri