ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଜମୁଛି ପାଣି

କେନ୍ଦୁଝର, ୧୧ା୯(ସ୍ବ.ପ୍ର.)-ଐତିହ୍ୟ ସମ୍ପନ୍ନ କେନ୍ଦୁଝର ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଡ୍ରେନେଜ ବ୍ୟବସ୍ଥା ନ ଥିବାରୁ ଜଳ ନିଷ୍କାସନ ହୋଇ ନ ପାରି ଅନେକ ସ୍ଥାନରେ ପାଣି ଜମୁଥିବାରୁ ଅସ୍ବାସ୍ଥ୍ୟକର ପରିବେଶ ସୃଷ୍ଟି ହେଉଛି ା ଫଳରେ ବିଶେଷ କରି ଚାଲି ଚାଲି ଲୋକ ମାନେ ଯିବା ଆସିବା କରୁଥିବା ଲୋକ ମାନେ ବହୁ ଅସୁବିଧା ଭୋଗୁଛନ୍ତି। ସାଧାରଣ ଲୋକ ବିଶେଷ କରି ମହିଳା ମାନେ ଯିବା ଆସିବାରେ ବହୁ ଅସୁବିଧା ଭୋଗୁଥିଲେ ହେଁ ପ୍ରତିକାର କରାଯାଉନାହିଁ। ଏପରିକି ଗୋରୁଗାଈ ମାନଙ୍କ ପ୍ରବେଶ କରି ନ ପାରିବା ପାଇଁ ବିଛା ଯାଇଥିବା ପାଇପ ସବୁ ମାଟିରେ ପୋତି ହୋଇଯାଇଛି ା ଫଳରେ ଗୋରୁଗାଈ ଅବାଧରେ ପଶି ବୁଲୁଛନ୍ତି। ମୁଖ୍ୟ ଡ୍ରେନ ପୋତି ହୋଇଯାଇଥିବାରୁ ପାଣି ନିଷ୍କାସିତ ହୋଇ ନ ପାରି ମୁଖ୍ୟ ଗେଟରେ ଜମା ହୋଇ ରହୁଛି। ସେହିପରି ଆପାତକାଳୀନ ବିଭାଗ, ବ୍ଲକ, ନିର୍ବାଚନ ତଥା ଶିଶୁ ସୁରକ୍ଷା ଅଧିକାରୀ କାର୍ଯ୍ୟାଳୟ, ସୂଚନା ଲୋକ ସମ୍ପର୍କ ଅଧିକାରୀଙ୍କ କାର୍ଯ୍ୟାଳୟକୁ ଯାଇଥିବା ରାସ୍ତାରେ ପାଣି ଜମା ହୋଇ ରହୁଥିବାରୁ ଯିବା ଆସିବାରେ ବହୁ ସମସ୍ୟା ସୃଷ୍ଟି ହେଉଛି। ପ୍ରତିବର୍ଷ ପରିସରରେ ଥିବା ରାସ୍ତା ଉନ୍ନତିକରଣ ବା ମରାମତିରେ ଲକ୍ଷାଧିକ ଟଙ୍କା ଖର୍ଚ୍ଚ ହେଉଛି। କିନ୍ତୁ ନିମ୍ନମାନର କାମ ଓ ଉପଯୁକ୍ତ ତଦାରଖ ଅଭାବରୁ ଅବସ୍ଥା ସୁଧୁରୁନାହିଁ। ଫଳରେ ଦୁର୍ଘଟଣା ଘଟିଲେ ଗାଡି ରଖୁଥିବା ଲୋକମାନେ ମୃତାହତ ହେବା ଆଶଙ୍କା ରହୁଛି। ଲୋକ ତଥା କର୍ମଚାରୀ ମାନଙ୍କ ସୁବିଧା ପାଇଁ ପାଖାପାଖି ୧୦ ଲକ୍ଷ ଟଙ୍କାରେ ଏକ ଶୌଚାଳୟ ନିର୍ମାଣ କରାଯାଇଛି। କିନ୍ତୁ ସେଥିରେ ସବୁବେଳେ ତାଲା ଝୁଲୁଥିବାରୁ ବ୍ୟବହାର ହୋଇପାରୁନାହିଁ। ଫଳରେ କାର୍ଯ୍ୟାଳୟକୁ ଅଭିଯୋଗ ପ୍ରକୋଷ୍ଠ ବା ବିଭିନ୍ନ କାମ ପାଇଁ ଆସୁଥିବା ଲୋକମାନେ ବିଶେଷ କରି ମହିଳା ମାନେ ଶୌଚ ପାଇଁ ବହୁ ହୀନସ୍ତା ହେଉଛନ୍ତି। ଏହା ଛଡା ଐତିହ୍ୟ ସମ୍ପନ୍ନ ଏହି କୋଠା ରକ୍ଷଣାବେକ୍ଷଣ ଅଭାବରୁ ଜରାଜୀର୍ଣ୍ଣ ହୋଇ ପଡିଛି। ବହୁ ପୁରୁଣା ଏହି କୋଠାର ମରାମତି ପୂର୍ତ୍ତ ବିଭାଗର ଅନଭିଜ୍ଞ ଠିକାଦାରଙ୍କ ଦ୍ୱାରା କରାଯାଉଥିବାରୁ ଏହାର ଐତିହ୍ୟ ନଷ୍ଟ ହେବା ସହ କ୍ଷତିଗ୍ରସ୍ତ ହେବାକୁ ଲାଗିଛି ା ଏଠାରେ ସୂଚନାଯୋଗ୍ୟ ଯେ ରାଜ୍ୟର ୩୦ ଜିଲା ମଧ୍ୟରେ କେନ୍ଦୁଝର ଜିଲା ମୁଖ୍ୟାଳୟ କାଯର୍‌ୟଚାଲିଥିବା ରାଜାରାଜୁଡା ଅମଳର ଏହି କୋଠା ଘର ନିଆରା ା ଏଣୁ ଜିଲାର ଏହି କୋଠାର ସୁରକ୍ଷା କରିବା ସହ ଏହାର ପରିସରକୁ ସ୍ବଛ ଓ ସମୃଦ୍ଧ କରିବାକୁ ବିଭିନ୍ନ ସଂସ୍ଥା ଓ ସଂଗଠନ ପକ୍ଷରୁ ଦାବୀ ହେଉଛି ା


Enter your email to get our daily news in your inbox.

All Right Reserved By Dharitri.Com

ଖୋର୍ଦ୍ଧାରେ ପତାକା ଉତ୍ତୋଳନ କଲେ ଜିଲାପାଳ

ଖୋର୍ଦ୍ଧା,୧୫।୮: ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ୮୦ତମ ଜିଲାସ୍ତରୀୟ ସ୍ବାଧୀନତା ଦିବସ ସମାରୋହ ବିଜେବି ହାଇସ୍କୁଲ ଖେଳପଡିଆରେ ଉତ୍ସାହର ସହ ଅନୁଷ୍ଠିତ ହୋଇଯାଇଛି। ଜଲାପାଳ ଅମ୍ରିତ ଋତୁରାଜ…

କେସିଙ୍ଗାରେ ପାଳିତ ହେଲା ୮୦ ତମ ସ୍ବାଧୀନତା ଦିବସ

କେସିଙ୍ଗା,୧୫।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନଏସି କାର୍ଯ୍ୟାଳୟରେ ଅଧ୍ୟକ୍ଷ ନୃପରାଜ ଯାଦବ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ସେହିପରି ବିଦ୍ୟାପୀଠ ଖେଳ ପଡିଆରେ ନାଗରିକକମିଟି ପକ୍ଷରୁ…

୪୯ ନମ୍ବର ଜାତୀୟ ରାଜପଥରେ ଭୂସ୍ଖଳନ, ଯାତାୟାତ ବାଧାପ୍ରାପ୍ତ

କେନ୍ଦୁଝର,୧୫।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ୪୯ ନମ୍ବର ଜାତୀୟ ରାଜପଥ କାଞ୍ଜିପାଣି ଥାନା ଅନ୍ତର୍ଗତ କାଞ୍ଜିପାଣି ଘାଟି ଓ…

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌…

ସୁଭଦ୍ରା ସହ ମଧୁବାବୁ ପେନସନ୍ ଯୋଜନାରେ ମିଳିବ ଅଧିକ ଲାଭ, ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା

ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ…

କୁନି କୁନି ଶିଶୁ ପାଳିଲେ ୮୦ତମ ସ୍ୱାଧୀନତା ଦିବସ: ସାଂସ୍କୃତିକ କାର୍ଯ୍ୟକ୍ରମରେ ନାଚିଲେ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍‌ ସିମନବାଡ଼ିଠାରେ ନୂତନ ଭାବେ ସ୍ଥାପିତ ଭିକ୍ଟୋରିଆ ସ୍କୁଲ୍‌ ଅଫ୍‌ ନଲେଜ୍‌ ବିଦ୍ୟାଳୟର କୁନି କୁନି ଶିଶୁମାନେ…

କୋରାପୁଟରେ ପତାକା ଉତ୍ତୋଳନ କଲେ ମନ୍ତ୍ରୀ ସମ୍ପଦ ସ୍ୱାଇଁ

କୋରାପୁଟ, ୧୪।୮ (ଅମିତାଭ ବେହେରା): କୋରାପୁଟ ପୋଲିସ ପଡ଼ିଆରେ ଶନିବାର ୮୦ତମ ଜିଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri