ଜିଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର: ୭୪୮ ଅଭିଯୋଗ ପଞ୍ଜୀକୃତ

ମହାକାଳପଡା, ୨୨ା୧୦(ଡି.ଏନ୍‌.ଏ.): ମହାକାଳପଡ଼ା ବ୍ଲକ ସଭାଗୃହରେ ସୋମବାର ଜିଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ରେକର୍ଡ ସଂଖ୍ୟକ ୭୪୮ ଅଭିଯୋଗ ପଞ୍ଜିକୃତ ହୋଇଥିଲା। ଶିବିରରେ ୪୧ଟି ସାମୂହିକ ଓ ଅନ୍ୟଗୁଡିକ ବ୍ୟକ୍ତିଗତ ଅଭିଯୋଗ ହୋଇଥିଲା। ଜିଲାପାଳ ସମର୍ଥ ବର୍ମା ଏଥିରେ ଯୋଗଦେଇ ଅଭିଯୋଗଗୁଡ଼ିକର ଶୁଣାଣି କରିଥିଲେ। ଏସବୁ ଅଭିଯୋଗଗୁଡିକର ତୁରନ୍ତ ସମାଧାନ କରିବାକୁ ସେ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏହି ଶିବିରରେ ମା’ରାମଚଣ୍ଡୀ ମନ୍ଦିର ଜମିର ଜବର ଦଖଲ, ବାହାକୁଦ ମହାନଦୀ ଫେରିଘାଟ ନିଲାମ ସମସ୍ୟା, ଗୁପ୍ତଗିରି ଶାଖା ନଦୀରେ ବେଆଇନ ଭାବେ ଆଡ଼ିବନ୍ଧ ନିର୍ମାଣ କରାଯାଇଥିବା ଭଳି ବିଭିନ୍ନ ସମସ୍ୟା ସମ୍ପର୍କରେ ଅଭିଯୋଗ ହୋଇଥିଲା। ଏସବୁ ଅଭିଯୋଗକୁ ଗୁରୁତ୍ୱର ସହ ନେବାକୁ ଜିଲାପାଳ ତହସିଲଦାରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ସେହିପରି ଶିବିରରେ ଆବାସ ଯୋଜନା, ପାନୀୟ ଜଳ, ଶୌଚାଳୟ, ରାଶନ କାର୍ଡ, ଶିକ୍ଷା ଓ ସ୍ବାସ୍ଥ୍ୟ ସମ୍ପର୍କିତ ଅଭିଯୋଗଗୁଡ଼ିକର ଶୁଣାଣି ହୋଇଥିଲା। ଏହି ଅବସରରେ ବରଜ ବାଲିପାଟ ଗ୍ରାମର ନିଖୋଜ ମତ୍ସ୍ୟଜୀବୀ ବାବୁ ସାମଲଙ୍କ ପରିବାରକୁ ୧୦ ହଜାର ଟଙ୍କାର ଚେକ୍‌ ଜିଲାପାଳ ପ୍ରଦାନ କରିଥିଲେ। ଏଥିସହ ସାମାଜିକ ସୁରକ୍ଷା ଯୋଜନାରେ ୩ ଦିବ୍ୟାଙ୍ଗଙ୍କୁ ଟ୍ରାଇ ସାଇକେଲ, ୫ ଜଣଙ୍କୁ ଶ୍ରବଣଯନ୍ତ୍ର, ୨୦ ଜଣଙ୍କୁ ଭତ୍ତା, ୨ ଜଣଙ୍କୁ ଋଣ ପ୍ରଦାନ କରାଯାଇଥିଲା। କାର୍ଯ୍ୟକ୍ରମରେ ଜିଲା ଏସପି ନିତିଶେଖର, ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ ଦିଲୀପ କୁମାର ପରିଡା, ସିଡିଏମଓ ଡା. ଉର୍ମିଳା ମିଶ୍ର, ଭାରପ୍ରାପ୍ତ ବିଡିଓ ଇଂ.ମୁରଲୀଧର ଦାଶ, ଅତିରିକ୍ତ ତହସିଲଦାର ଅଜିତ କୁମାର ସାହୁ, ଜିଲା ମଙ୍ଗଳ ଅଧିକାରୀ କାଳନ୍ଦୀଚରଣ ଭୋଇ ଓ ଜିଲା ଶିକ୍ଷା ଅଧିକାରିଣୀ କଳ୍ପନା ବେହେରା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri