ଜିଲାପାଳ, ଏସ୍‌ପିଙ୍କ କରୋନା ସ୍ଥିତି ସମୀକ୍ଷା

ଟିଟିଲାଗଡ, ୭।୫(ଡି.ଏନ.ଏ.): କରୋନା ମହାମାରୀ ନେଇ ବଲାଙ୍ଗୀର ଜିଲାପାଳ ଅରିନ୍ଦମ ଡାକୁଆ, ଏସ୍‌ପି ସନ୍ଦୀପ ସମ୍ପଦ, ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଲ୍ପ ନିର୍ଦ୍ଦେଶକ ଡ. ମହେଶ୍ୱର ସ୍ବାଇଁ ଗୁରୁବାର ଟିଟିଲାଗଡ ଗସ୍ତରେ ଆସି ସ୍ଥିତି ସମୀକ୍ଷା କରିଛନ୍ତି। ଏନେଇ ଟିଟିଲାଗଡ ଉପଜିଲାପାଳ ସୁଧାକର ନାୟକ, ବିଡିଓ ନବୀନ ଚନ୍ଦ୍ର ନାୟକ, ଏସଡିପିଓ ସୁରେନ୍ଦ୍ର ନାରାୟଣ ଶତପଥୀ ତଥା ବିଭିନ୍ନ ବିଭାଗୀୟ ଅଧିକାରୀଙ୍କ ସହ କରୋନା ମୁକାବିଲା ନେଇ ଆଲୋଚନା କରିଥିଲେ। ପରେ ଟିଟିଲାଗଡ ରେଳ ଷ୍ଟେଶନ ପରିଦର୍ଶନ କରିଥିଲେ। ବାହାର ରାଜ୍ୟର ଶ୍ରମିକଙ୍କୁ ଟ୍ରେନରେ ଟିଟିଲାଗଡ ଆଣି ବିଭିନ୍ନ ଅଞ୍ଚଳକୁ ପଠାଇବାକୁ ପ୍ରଶାସନର ଯୋଜନା ରହିଥିବା ଜଣାପଡିଛି। ପରେ ଜିଲାପାଳ ଏବଂ ଏସପି ଟିଟିଲାଗଡ ବ୍ଲକ ଅନ୍ତର୍ଗତ କତରକେଲା ସଙ୍ଗରୋଧ କେନ୍ଦ୍ର ପରିଦର୍ଶନ କରିଥିବା ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ମନୋଜ ବେହେରା ସୂଚନା ଦେଇଛନ୍ତି। ସହରର ମଧ୍ୟଭାଗରେ ରହିଥିବା ଟିଟିଲାଗଡ ରେଳ ଷ୍ଟେଶନରେ ବାହାର ରାଜ୍ୟରେ ରହୁଥିବା ଓଡିଆ ଶ୍ରମିକଙ୍କୁ ଆଣି ଓହ୍ଲାଇବାକୁ ପ୍ରଶାସନର ଯୋଜନା ନେଇ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଏନେଇ ପୂର୍ବତନ ନଗରପାଳ ଗୋବର୍ଦ୍ଧନ ନାଗ ଉପଜିଲାପାଳଙ୍କୁ ସାକ୍ଷାତ ସହ ନାଗିରକଙ୍କ ଅସନ୍ତୋଷ ନେଇ ଅବଗତ କରିଛନ୍ତି। ରେଳ ଷ୍ଟେଶନ ମଧ୍ୟସ୍ଥଳରେ ରହିଥିବାରୁ ହଜାର ହଜାର ସଂଖ୍ୟାରେ ଶ୍ରମିକ ଆସିଲେ ସଂକ୍ରମଣ ଆଶଙ୍କା ରହିଥିବା ନାଗ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ଛାଡ଼ି ପାରନ୍ତି ପୂର୍ବତନ ସାଂସଦ ପ୍ରସନ୍ନ ପାଟ୍ଟଶାଣୀ!

ଭୁବନେଶ୍ୱର,୧୯।୪: ଓଡ଼ିଶା ରାଜନୀତିରେ ଏବେ କେବଳ ଦଳ ବଦଳ ଚାଲିଛି। ଦଳରେ ଅନେକ ଦିନରୁ ଥିବା ବରିଷ୍ଠ ନେତାମାନେ ମଧ୍ୟ ଟିକେଟ ନ ମିଳିବାରୁ ଓ...

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

ବହୁ ପୁରାତନ ବଗିବନ୍ଧ କାର୍ଯ୍ୟାରମ୍ଭ

ରାଜକନିକା,୧୯।୪(ସଞ୍ଜୟ କୁମାର ଦାଶ): ରାଜକନିକା ବ୍ଲକର ମରହଟ୍ଟା ବନ୍ଧ ବା ବଗିବନ୍ଧ ଭାବେ ଜଣାଶୁଣା କନିକା ଉପଖଣ୍ଡ ସାଲାଇନ୍‌ ଏମବାଗମେଣ୍ଟର କାର୍ଯ୍ୟ ଆରମ୍ଭ ହୋଇଛି। ୨୫ ଲକ୍ଷ...

ମାଲକାନଗିରି ଜିଲା ସୀମାରେ ହାଇ ଆଲର୍ଟ

ମାଲକାନଗିରି,୧୯ା୪(ଦୁର୍ଯ୍ୟୋଧନ ପାତ୍ର):ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ରେ ଶୁକ୍ରବାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ମାଓବାଦୀମାନେ ସୀମାନ୍ତ ଛତିଶଗଡ଼ରେ ସେମାନଙ୍କର କାୟା ବିସ୍ତାରକରି ନିର୍ବାଚନକୁ ଭଣ୍ଡୁର...

ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତି ଅଭିଯୋଗ

ପଟ୍ଟାମୁଣ୍ଡାଇ,୧୯।୪(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରପରିଷଦ ପକ୍ଷରୁ କରାଯାଇଥିବା ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତିର ଗନ୍ଧ ସ୍ପଷ୍ଟ ବାରି ହେଉଥିବା ନେଇ ଅଭିଯୋଗ ଆସୁଥିଲେ...

ଭିଟାମାଟି ଛାଡ଼ି ଅନୁତପ୍ତ ବୁଡ଼ଇଞ୍ଚଳ ବିସ୍ଥାପିତ

ବଲାଙ୍ଗୀର, ୧୯ା୪(ବୀରେନ୍ଦ୍ର କୁମାର ଝାଙ୍କର):ଲୋୟର ସୁକ୍‌ତେଲ ଡ୍ୟାମ୍‌ ହେଲେ ଚିର ମରୁଡି ପ୍ରପୀଡିତ ବଲାଙ୍ଗୀର ଜିଲା ଜଳପ୍ଳାବିତ ହେବ। ହଜାର ଏକର କୃଷିକ୍ଷେତ୍ରକୁ ପାଣି ମାଡ଼ିବ।...

ଭାଜପାରେ ବଢୁଛି ଗୋଷ୍ଠୀ କନ୍ଦଳ

ପାଟଣା,୧୯ା୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବିଧାନସଭା କ୍ଷେତ୍ର ପାଇଁ ମଙ୍ଗଳବାର ଭାଜପା ଅବସରପ୍ରାପ୍ତ ପ୍ରଶାସନିକ ଅଧିକାରୀ ଅଖିଳ ଚନ୍ଦ୍ର ନାୟକଙ୍କ ନାମ ଘୋଷଣା କରିଛି।...

ଭୋଟ ଭିକ୍ଷା କଲେ ପ୍ରଣବ ଦାସ: ମୁଖ୍ୟମନ୍ତ୍ରୀଙ୍କୁ ସଶକ୍ତ କରିବାବୁ ଆଶୀର୍ବାଦ ଦିଅ

ଅନୁଗୋଳ,୧୯।୪ (ଅମିତ କୁମାର ସାମଲ):ସମ୍ବଲପୁର ଲୋକ ସଭା କ୍ଷେତ୍ରର ବିଜେଡି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ (ବବି) ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri