ଜିଲାପାଳ କ୍ଷମତା ଦେଖାଇଲେ ସରପଞ୍ଚ: ଆଖୁଆପାଳରେ ମଦ ବିକ୍ରି ବନ୍ଦ

ପରଜଙ୍ଗ, ୧୩।୫(ଡି.ଏନ.ଏ.) – ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଆଖୁଆପାଳ ପଞ୍ଚାୟତକୁ ସମ୍ପୂର୍ଣ୍ଣ ମଦମୁକ୍ତ କରିବାକୁ ଜିଲାପାଳ କ୍ଷମତାର ପ୍ରୟୋଗ କରିଛନ୍ତି ସରପଞ୍ଚ ପ୍ରଦୀପ ବେହେରା। ଏପରି ବେନିୟମ କାର୍ଯ୍ୟରୁ ବିରତ ରହିବାକୁ ସରପଞ୍ଚ ନୋଟିସ୍‌ ମାଧ୍ୟମରେ ଚେତାବନୀ ଦେଇଛନ୍ତି।
୧୪୯ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ଅବସ୍ଥିତ ଆଖୁଆପାଳ ପଞ୍ଚାୟତ ଚୋରା ମଦର ହବ୍‌ ପାଲଟିଛି। ରାସ୍ତାରେ ଖୁଲମ୍‌ଖୁଲା ମଦ ବିକ୍ରି କରାଯାଉଛି। କରୋନା ସଙ୍କଟ ସମୟରେ ଏପରି ମଦ ବ୍ୟବସାୟ ସଂକ୍ରମଣକୁ ନିମନ୍ତ୍ରଣ କରୁଥିବାବେଳେ ଏହାକୁ ନେଇ ଅଞ୍ଚଳବାସୀ ଚିନ୍ତାରେ ଥିଲେ। ପଞ୍ଚାୟତବାସୀଙ୍କ ସ୍ବାର୍ଥକୁ ଆଖି ଆଗରେ ରଖି ସରପଞ୍ଚ ମଦବିକ୍ରି ବନ୍ଦ ନିର୍ଦ୍ଦେଶାନାମା ଜାରି କରିଛନ୍ତି। ଏ ସଂକ୍ରାନ୍ତ ନୋଟିସ ପଞ୍ଚାୟତ କାର୍ଯ୍ୟାଳୟ ସହ ସର୍ବସାଧାରଣ ସ୍ଥାନରେ ଲାଗିଛି। ପଞ୍ଚାୟତରେ କେହି ମଦ ରାନ୍ଧିପାରିବେ ନାହିଁ। ବିଦେଶୀ ମଦ ବିକ୍ରି ବନ୍ଦ ରହିବ ବୋଲି ନୋଟିସ୍‌ରେ ଉଲ୍ଲେଖ ରହିଛି। ଏହାକୁ ତଦାରଖ କରିବା ଲାଗି କମିଟି ଗଢ଼ାଯାଇଛି। କମିଟି ସଦସ୍ୟମାନେ ମଦ ବିକ୍ରି ସମ୍ପର୍କରେ ପୋଲିସକୁ ଅବଗତ କରାଇବାକୁ ନିଷ୍ପତ୍ତି ହୋଇଛି। ଏହାକୁ ବାଦ୍‌ ଦେଲେ ଅଯଥା ଗହଳି ଏଡ଼ାଇବା, ଜୁଆ ନ ଖେଳିବା, ସାମାଜିକ ଦୂରତ୍ୱ ରକ୍ଷା, ବିନା ଅନୁମତିରେ ବନ୍ଧୁବାନ୍ଧବଙ୍କୁ ଆଣି ଘରେ ନ ରଖିବାକୁ ନୋଟିସ୍‌ରେ ଉଲ୍ଲେଖ କରାଯାଇଛି। ସରପଞ୍ଚଙ୍କ ଏପରି ନିଷ୍ପତ୍ତିକୁ ଅଞ୍ଚଳବାସୀ ସ୍ବାଗତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri