ଛତ୍ରପୁର,୧୯ା୭(ଡି.ଏନ.ଏ)- ଗଞ୍ଜାମ ଜିଲାରେ ସ୍ବଳ୍ପ ବୃଷ୍ଟି ଯୋଗୁ ଚାଷକାର୍ଯ୍ୟ ବ୍ୟାହତ ହୋଇଛି। ପରିସ୍ଥିତିର ମୁକାବିଲା କରିବା ପାଇଁ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ କୃଷି ବିଭାଗ ସହ ଅନ୍ୟାନ୍ୟ ବିଭାଗ ଅଧିକାରୀଙ୍କୁ ନେଇ ଗୁରୁବାର ଏକ ଜରୁରୀ ବୈଠକ କରି କାର୍ଯ୍ୟ ଖସଡା ପ୍ରସ୍ତୁତ କରିଛନ୍ତି। ଜିଲାରେ ଖରିଫ୍ ଋତୁରେ ମୁଖ୍ୟ ହେଉଛି ଧାନଚାଷ। ଏଠାରେ ଚାଷକାର୍ଯ୍ୟ ଆଗୁଆ ଆରମ୍ଭ ହୋଇଥାଏ। ୪ ଲକ୍ଷ ହେକ୍ଟର ଚାଷ ଜମି ମଧ୍ୟରୁ ଅର୍ଦ୍ଧାଧିକରେ ଧାନ ଚାଷ ହୋଇଥାଏ। ଜୁଲାଇ ମଧ୍ୟ ଭାଗ ସୁଦ୍ଧା ଜିଲାରେ ୨୨୦ ମି.ମି. ବର୍ଷା ହେବା କଥା। ହେଲେ ଯାଏ ମାତ୍ର ୭୦ ମି.ମିରେ ସୀମିତ ରହିଛି। ଧାନତଳି ସମୟ ଅତିକ୍ରାନ୍ତ ହୋଇଯାଇଛି। ଏହି ଅବସ୍ଥାରେ ପ୍ରଶାସନ ଚାଷୀଙ୍କ ନିକଟତର ହେବା ପାଇଁ ଜିଲାପାଳ ବୈଠକରେ ନିର୍ଦ୍ଦେଶ ଦେଇଛନ୍ତି। ସଅଳ କିସମ ଧାନଗୁଡିକର ବିହନ ପୁନର୍ବାର ସଂଗୃହୀତ ହେବ। ପ୍ରାଥମିକ ସେବା ସମବାୟ ସମିତି ଜରିଆରେ ଚାଷୀଙ୍କୁ ଆବଣ୍ଟନ ହେବ। ଅଣଧାନ ଫସଲ ଯଥା ମୁଗ, ବିରି, ଚିନାବାଦାମ ଆଦି ବିହନ ପର୍ଯ୍ୟାପ୍ତ ମାତ୍ରାରେ ଚାଷୀଙ୍କୁ ଯୋଗାଇ ଦିଆଯିବ। ଧନେଇ, ବାଘୁଆ, ହରଭଙ୍ଗୀ ଓ ଋଷିକୁଲ୍ୟା ପ୍ରକଳ୍ପ ଜଳକୁ ନିୟନ୍ତ୍ରିତ କରି ଚାଷ ଜମିରେ ଜଳସେଚିତ କରାଯିବ। ଏପରିି ପରିସ୍ଥିତିରେ ଚାଷୀ କଣ କରିବା ଉଚିତ୍ ତାର ଏକ ପ୍ରଚାର ପତ୍ର ଓଡିଆ ଭାଷାରେ ଲିପିବଦ୍ଧ ହୋଇ ଜିଲାରେ ବଣ୍ଟାଯିବ। କୃଷି ବିଭାଗ ସୋସିଆଲ ମିଡିଆର ବ୍ୟାପକ ବ୍ୟବହାର କରି ଚାଷୀମାନଙ୍କ ପାଖରେ ବାର୍ତ୍ତା ପହଞ୍ଚାଇବେ। ଉଦ୍ୟାନ, କୃଷି ବିଭାଗ ପକ୍ଷରୁ ଆକାଶବାଣୀ ମାଧ୍ୟମରେ ଚାଷୀ ମାନଙ୍କୁ ପରାମର୍ଶ ଦେବେ। ପ୍ରଧାନମନ୍ତ୍ରୀ କୃଷିବୀମାକୁ ବ୍ୟାପକ କରିବା ପାଇଁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଏହାର ଅବଧି ଜୁଲାଇ ୩୧ ତାରିଖ ଥିବା ସ୍ଥଳେ ବୃଦ୍ଧି କରିବା ପାଇଁ ଜିଲାପାଳ ରାଜ୍ୟ ସରକାରଙ୍କୁ ଚିଠି ଲେଖିବେ। ରାଜସ୍ବ ନିରୀକ୍ଷକ, ଗ୍ରାମ ସେବକ ଓ ବୀମା କମ୍ପାନୀର ଏଜେଣ୍ଟ ମିଳିତ ଭାବେ ଗ୍ରାମୱାରୀ ସ୍ବଳ୍ପ ବୃଷ୍ଟିର ସର୍ଭେ କରିବେ। ଏଥିରେ ଗ୍ରାମକୁ ଏକକ ଭାବେ ନିଆଯିବ। ଚାଷ ବ୍ୟାହତ ହେଲେ ସମ୍ପୃକ୍ତ ଚାଷୀ କିପରି ବୀମା ରାଶି ପାଇପାରିବ ସେଥିପ୍ରତି ଯତ୍ନଶୀଳ ହେବାକୁ ଜିଲାପାଳ ସମ୍ପୃକ୍ତ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। କୃଷି ଋଣ ପାଇଁ ଚଳିତ ବର୍ଷ ୪୬୩ କୋଟି ଟଙ୍କା ଲକ୍ଷ୍ୟ ଧାର୍ଯ୍ୟ କରାଯାଇଥିବା ସ୍ଥଳେ ଏହା ପୂରଣ ହୋଇପାରୁ ନ ଥିବାରୁ ଋଣ ମେଳା ଆୟୋଜନ କରି ଧାର୍ଯ୍ୟଲକ୍ଷ୍ୟ ପୂରଣ କରିବା ପାଇଁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଜିଲାରେ ୧୬୬୨ ଉଠାଜଳସେଚନ ପ୍ରକଳ୍ପକୁ ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ରଖାଯିବ। ମହାମତ୍ାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନାରେ ବ୍ୟାପକ ବୃକ୍ଷ ରୋପଣ କରିବାକୁ ଗ୍ରାମ୍ୟ ଉନ୍ନୟନ ସଂସ୍ଥାକୁ ନିର୍ଦ୍ଦେଶ ଦିଆଯାଇଛି। ବୈଠକରେ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ ଇଂ. ସିଦ୍ଧାର୍ଥ ଶଙ୍କର ସ୍ବାଇଁ, ଅତିରିକ୍ତ ଜିଲାପାଳ ଲକ୍ଷ୍ମୀକାନ୍ତ ସେଠୀ, ଆଇଏଏସ୍ ପ୍ରୋବେସନ କୀର୍ତ୍ତି ଭାସନ ଭି , ଡେପୁଟି କଲେକ୍ଟର ଦିବ୍ୟଲୋଚନ ମହନ୍ତ, କୃଷି ଉପନିର୍ଦ୍ଦେଶକ ମନୋଜ କୁମାର ବେହେରା, ଉଦ୍ୟାନ କୃଷି ଉପନିର୍ଦ୍ଦେଶକ ଦିଗମ୍ବର ପଣ୍ଡା ଓ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀ ମାନେ ଯୋଗଦେଇଥିଲେ।
ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ
ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…
ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ
ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…
ଗ୍ରାମ୍ୟ ରାସ୍ତା ମରାମତି ପାଇଁ ସରପଞ୍ଚଙ୍କ ଦାବି: ଜିଲାପାଳଙ୍କୁ ସ୍ମାରକପତ୍ର
ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ମନୋରଞ୍ଜନ ଗୌଡ଼ କଇଠଖଣ୍ଡି ଏବଂ ବୋରିପଦର ଗ୍ରାମ ଖାଲଖମା ରାସ୍ତା ଗୁଡ଼ିକୁ ତୁରନ୍ତ…
ତପ୍ତପାଣି ରେ ମା ‘ କନ୍ଧୁଣୀ ଦେବୀ ଙ୍କୁ ଦର୍ଶନ କଲେ ବିଧାନସଭା ଗୃହ କମିଟି
ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ରାଜ୍ୟ ବିଧାନସଭା ଗୃହ କମିଟି(ଉପସ୍ଥାପନ) ବ୍ରହ୍ମପୁର ଠାରୁ ଭାୟା ଦିଗପହଣ୍ଡି ଦେଇ ଶୁକ୍ରବାର ପୂର୍ବାହ୍ନ ପ୍ରାୟ ୧୧ ଟାରେ ଗଞ୍ଜାମ – ଗଜପତି…
କେସିଙ୍ଗା ପଞ୍ଚାୟତ ସମିତିରେ ପାନୀୟଜଳବିଦ୍ୟୁତ ଉପରେ ଗୁରୁତ୍ୱ
କେସିଙ୍ଗା, ୨୧।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୧ତମ ସାଧାରଣ ବୈଠକ ଅଧ୍ୟକ୍ଷ ଚନ୍ଦନ କୁମାର ସେନାପତିଙ୍କ ସଭାପତିତ୍ୱରେ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ…
ନୂତନ ପରିବା ବଜାର କମ୍ପ୍ଲେକ୍ସକୁ ସ୍ଥାନାନ୍ତର ପାଇଁ ତତ୍ପର ପୌରପରିଷଦ
ଛତ୍ରପୁର, ୨୧/୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଜନସାଧାରଣଙ୍କ ସୁବିଧା ପାଇଁ ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ପକ୍ଷରୁ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ନିକଟରେ ନବନିର୍ମିତ ପରିବା…
ଚାଷୀ ପଞ୍ଜୀକରଣ ସରଳୀକରଣ ଓ ସମୟସୀମା ଅବଧି ବୃଦ୍ଧି ନେଇ ଆନ୍ଦୋଳନ
ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଅଖିଳ ଭାରତ କୃଷକ ସଭା ଅନୁବନ୍ଧିତ ଓଡ଼ିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ଚାଷୀଙ୍କ ବିଭିନ୍ନ ସମସ୍ୟା ନେଇ ବିକ୍ଷୋଭ ପ୍ରଦର୍ଶନ…
ଏନସିସି ନାଭାଲ ୱିଙ୍ଗ କ୍ୟାଡେଟ ଚୟନ ଶିବିର: ଯୋଗ୍ୟ ଛାତ୍ରୀଛାତ୍ର ଚୟନ
ଭଞ୍ଜନଗର,୨୧।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶୁକ୍ରବାର ଏନସିସି ନାଭାଲ ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ ହୋଇଯାଇଛି। ଶିବିରରେ…
Archives

