ଜିଲାରେ ହେବ ବରିଷ୍ଠ ନାଗରିକ ପୁର୍ନବାସ କେନ୍ଦ୍ର

ଯାଜପୁର ଅଫିସ,୨୮।୮- ଯାଜପୁର ଜିଲାରେ ପ୍ରାୟ ୨୫ଏକର ପରିମିତ ଜାଗାରେ ବରିଷ୍ଠ ନାଗରିକ ପୁନର୍ବାସ କେନ୍ଦ୍ର କରାଯିବ ା ଏଥିରେ ବିବିଧ ସୁବିଧା ଓ ବରିଷ୍ଠ ନାଗରିକଙ୍କ ମନୋରଞ୍ଜନ କାର୍ଯ୍ୟକ୍ରମର ବ୍ୟବସ୍ଥା କରାଯିବ ବୋଲି ବିଜ୍ଞାନ ଓ ପ୍ରଯୁକ୍ତି, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ସୂଚନା ଦେଇଛନ୍ତି। ମଙ୍ଗଳବାର ପୂର୍ବାହ୍ନରେ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସମ୍ମିଳନୀ ଗୃହରେ ଯାଜପୁର ବରିଷ୍ଠ ନାଗରିକ ସଂଘ ପକ୍ଷରୁ ଦ୍ୱିତୀୟ ତ୍ରୟୋବାର୍ଷିକ ସାଧାରଣ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ଏଥିରେ ମନ୍ତ୍ରୀ ପଣ୍ଡା ମୁଖ୍ୟଅତିଥି ଭାବେ ଯୋଗଦେଇ ବରିଷ୍ଠ ନାଗରିକମାନେ ପ୍ରତ୍ୟେକ ରାଷ୍ଟ୍ରର ଅମୂଲ୍ୟ ସମ୍ପଦ ସଦୃଶ ବୋଲି କହିଥିଲେ। ସେମାନଙ୍କ ଜ୍ଞାନ, ଅଭିଜ୍ଞତାକୁ ସମାଜର ମଙ୍ଗଳ ପାଇଁ ଉପଯୋଗ କରିବା ଜରୁରୀ। ବିଗତ ବର୍ଷଗୁଡ଼ିକରେ ସେମାନଙ୍କ ଖୁସି ଓ ଆନନ୍ଦ ପାଇଁ ରାଜ୍ୟ ସରକାରଙ୍କ ବରିଷ୍ଠ ନାଗରିକ ତୀର୍ଥ ଯାତ୍ରା ଯୋଜନା ଆରମ୍ଭ କରିଛନ୍ତି। ବର୍ତ୍ତମାନ ସୁଦ୍ଧା ୧୨ଟି ଟ୍ରେନ୍‌ରେ ୧୨ହଜାର ଲୋକଙ୍କୁ ବିଭିନ୍ନ ତୀର୍ଥ ସ୍ଥାନ ବୁଲାଯାଇଛି। ବରିଷ୍ଠ ନାଗରିକଙ୍କ ସୁରକ୍ଷା ପାଇଁ ଟ୍ରିବ୍ୟୁନାଲ ଗଠିତ ହୋଇଛି। ଏହା ମାଧ୍ୟମରେ ବିନା ଖର୍ଚ୍ଚରେ ତ୍ୱରିତ ନ୍ୟାୟ ସେମାନଙ୍କୁ ଦିଆଯାଇ ପାରିଛି। ସରକାରଙ୍କ ୧୨ଟି ବିଭାଗ ମଧ୍ୟରେ ସମନ୍ବୟ ରଖାଯାଇ ବରିଷ୍ଠ ନାଗରିକଙ୍କୁ ସୁରକ୍ଷା, ଉନ୍ନତ ସ୍ବାସ୍ଥ୍ୟ ସେବା, ଆନନ୍ଦ ଓ ସୁସ୍ଥ ମାନସିକତା ପ୍ରଦାନ ପାଇଁ ବ୍ୟବସ୍ଥା କରାଯାଉଛି। ଚିକସତ୍ାଳୟଗୁଡ଼ିକରେ ସେମାନଙ୍କ ଚିକିତ୍ସା ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ପ୍ରତି ବ୍ଳକରେ ଡେ କେୟାର ସେଣ୍ଟର ବା ଚିତ୍ତବିନୋଦନ କେନ୍ଦ୍ର ମାଧ୍ୟମରେ ସେମାନେ ଯେପରି ସକାଳଠାରୁ ସନ୍ଧ୍ୟା ଯାଏ ଖୁସିରେ କଟାଇବେ ତାହାର ବ୍ୟବସ୍ଥା ହେଉଛି ବୋଲି କହିବା ସହ ଯାଜପୁର ଜିଲାପାଳ ଯେଉଁ ଟାଇମ୍‌ ବ୍ୟାଙ୍କ ସମ୍ପର୍କରେ କହିଛନ୍ତି ସେ ସମ୍ପର୍କରେ ଆଲୋଚନା କରି ନିଷ୍ପତ୍ତି ନିଆଯିବ ବୋଲି ପଣ୍ଡା ସୂଚନା ଦେଇଥିଲେ। ବରୀ ବିଧାୟିକା ସୁନନ୍ଦା ଦାସ, ଜିଲାପାଳ ରଞ୍ଜନକୁମାର ଦାସ, ଜିଲା ଆରକ୍ଷୀ ଅଧିକ୍ଷକ ଚରଣ ସିଂ ମୀନା ଯୋଗଦେଇ ବିରଷ୍ଠ ନାଗରିକଙ୍କ ପାଇଁ ପ୍ରଣୀତ ବିଭିନ୍ନ ଯୋଜନା ସମ୍ପର୍କରେ ଆଲୋକପାତ କରିଥିଲେ ା ରାଜ୍ୟ ବରିଷ୍ଠ ନାଗରିକ ମହା ସଂଘର ସଭାପତି କୃପାସିନ୍ଧୁ ସାହୁ ଯୋଗଦେଇ ୨୦୦୧ର ଜନ ଗଣନାରେ ବରିଷ୍ଠ ନାଗରିକଙ୍କ ସଂଖ୍ୟା ଯଥେଷ୍ଟ କମ୍‌ ଥିବାବେଳେ ୨୦୧୧ରେ ଏହା ଶତକଡା ୯.୭୫ ଭାଗ ରହିଛି। ୨୦୧୧ ବେଳକୁ ଏହା ୧୩ ଭାଗ ଓ ୨୦୨୬ ବେଳକୁ ପ୍ରାୟ ଶତକଡା ୫୦ ଭାଗକୁ ଛୁୁଇଁବା ଆକଳନ କରାଯାଇଛି ବୋଲି ସେ କହିଥିଲେ। ବରିଷ୍ଠ ନାଗରିକ ସଂଘର ସଭାପତି ପ୍ରଫୁଲ୍ଲ ଚନ୍ଦ୍ର ସାମଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବରିଷ୍ଠ ନାଗରିକ ମିଳିତ ମଞ୍ଚର ସଭାପତି ଗୟାଧର ପଣ୍ଡା, ଜିଲା ସାମାଜିକ ସୁରକ୍ଷା ଅଧିକାରୀ ଲକ୍ଷ୍ମୀଧର ସାହୁ ପ୍ରମୁଖ ଉପସ୍ଥିତ ଥିଲେ। ପରେ ମିଳିତ ମଞ୍ଚର ନିର୍ବାଚନ ଅନୁଷ୍ଠିତ ହୋଇ ସଭାପତି ଭାବେ ପ୍ରଫୁଲ୍ଲ ଚନ୍ଦ୍ର ସାମଲ, ଉପ ସଭାପତି ଭାବେ ନୃସିଂହ ଚନ୍ଦ୍ର ମହାପାତ୍ର, ସମ୍ପାଦକ ଭାବେ ପ୍ରବୋଧ କୁମାର ନାୟକ, ଯୁଗ୍ମ ସମ୍ପାଦକ ଭାବେ ଦେବେନ୍ଦ୍ର କୁମାର ନାୟକ, କୋଷାଧ୍ୟକ୍ଷ ଭାବେ ଗୋପୀନାଥ ସେଠୀଙ୍କ ସମେତ ୬ ଜଣଙ୍କୁ କାର୍ଯ୍ୟ ନିର୍ବାହୀ ସଦସ୍ୟ ଭାବେ ନିର୍ବାଚିତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଯାଜପୁର ଏମ୍‌ପିଙ୍କ ଘର ଉପରକୁ ଆକ୍ରମଣ, ୨ ଜଣଙ୍କୁ ବାନ୍ଧି…

ଧର୍ମଶାଳା,୩୦।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଏମ୍‌ପି ଡକ୍ଟର ରବୀନ୍ଦ୍ର ନାରାୟଣ ବେହେରାଙ୍କ ବାସଭବନ ଉପରକୁ ଆକ୍ରମଣ ହୋଇଥିବା ଖବର ମିଳିଛି। କୁଆଖିଆ ଥାନା ଅନ୍ତର୍ଗତ ରାଜେନ୍ଦ୍ରପୁର...

ଶିଶୁୁତ୍ରକୁ ଜନ୍ମ ଦେଇ ଆଖିବୁଜିଦେଲେ ମା’: ହସ୍ପିଟାଲରେ ତାଲାମାରି ଚମ୍ପଟ ମାରିଲେ…

ଧର୍ମଶାଳା,୩୦।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁରର ମେଡିକାଲ ଛକ ନିକଟରେ ଏକ ଘରୋଇ ମେଡିକାଲ ସାମ୍ନାରେ ପ୍ରସବ ପାଇଁ ଆସିଥିବା ପ୍ରସୂତିଙ୍କ ମୃତ୍ୟୁ ଘଟିଛି। ଚିକିତ୍ସାରେ ଅବହେଳା...

ଗଡ଼ମଧୁପୁରରେ ବଲିଉଡର ପ୍ରସିଦ୍ଧ କଣ୍ଠଶିଳ୍ପୀ ଅରିଜିତ ସିଂ, ରାଜବାଟି ବୁଲି ଫ୍ୟାନ୍ସଙ୍କ ସହ ଫଟୋ ଉଠାଇଲେ

ଧର୍ମଶାଳା,୩୦।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାର ଗଡ଼ମଧୁପୁର ରାଜବାଟିରେ ବଲିଉଡର ପ୍ରସିଦ୍ଧ କଣ୍ଠଶିଳ୍ପୀ ଅରିଜିତ ସିଂ ପହଞ୍ଚିବା ପରେ ତାଙ୍କୁ ଦେଖିବାକୁ ଲୋକଙ୍କ ଭିଡ ଦେଖିବାକୁ...

ଟାଟା ପାୱାରର ଶୋଷଣ ବିରୋଧରେ ତାତିଲା କଂଗ୍ରେସ

ଧର୍ମଶାଳା,୨୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରଦେଶ କଂଗ୍ରେସ କମିଟିର ନିଷ୍ପତ୍ତି କ୍ରମେ ଯାଜପୁର ଧର୍ମଶାଳା ବିଧାୟକ ପ୍ରାର୍ଥୀ କିଷାନ ପଣ୍ଡାଙ୍କ ନେତୃତ୍ୱରେ ଟାଟା ପାୱାର ଶୋଷଣ ବିରୋଧରେ...

ବରୁଣେଶ୍ୱର ମକର ମେଳା: ୫ରୁ ମିଳିବ ବ୍ୟବସାୟୀଙ୍କୁ ଷ୍ଟଲ ରସିଦ

ବିଞ୍ଝାରପୁର,୨୮ା୧୨(ରାମକୃଷ୍ଣ ଦାସ): ଆସନ୍ତା ଜାନୁଆରୀ ୧୪ ମକର ସଂକ୍ରାନ୍ତିଠାରୁ ବିଞ୍ଝାରପୁର ବ୍ଲକ୍‌ ଅଧୀନ ଅରେଇ ପଞ୍ଚାୟତର ବରୁଣେଶ୍ୱର ମକର ମେଳା ପଡ଼ିଆରେ ରାଜ୍ୟସ୍ତରୀୟ ମେଳା ଅନୁଷ୍ଠିତ...

ସର୍ଭିସ ରୋଡ୍‌ ଜାମ୍‌, ଘଣ୍ଟାଘଣ୍ଟା ଧରି ଅଟକିଲା ଗାଡ଼ିମୋଟର

ଧର୍ମଶାଳା,୨୯ା୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ୧୬ ନମ୍ବର ଜାତୀୟ ରାଜପଥର ଚଣ୍ଡିଖୋଲ ଛକ ନିକଟରେ ଥିବା ସର୍ଭିସ ରୋଡ୍‌ଟି ବାରମ୍ବାର ଜାମ୍‌ ରହୁଥିବା ଦେଖିବାକୁ...

ଡାକ୍ତରଙ୍କ ଆନ୍ଦୋଳନ: ଲାଇନ୍‌ରେ ଛିଡ଼ା ହୋଇଛନ୍ତି ରୋଗୀ

ଧର୍ମଶାଳା,୨୭।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତରମାନେ ବିଭିନ୍ନ ଦାବି ନେଇ ୧ ଘଣ୍ଟିଆ ଆନ୍ଦୋଳନ ଆରମ୍ଭ କରିଛନ୍ତି। ରାଜ୍ୟରେ ମଞ୍ଜୁରୀପ୍ରାପ୍ତ...

ଝାଡ଼ଖଣ୍ଡ, ପଶ୍ଚିମବଙ୍ଗରୁ ଆସୁଛି ଧାନ

ଯାଜପୁର,୨୬ା୧୨(ହର୍ଷବର୍ଦ୍ଧନ ବେହେରା): ଖରିଫ ଧାନ ସଂଗ୍ରହ କାର୍ଯ୍ୟକୁ ଆଉ ମାତ୍ର ୨ ସପ୍ତାହ ବାକି ରହିଥିବାବେଳେ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ନିକଟବର୍ତ୍ତୀ ଜିଲାଗୁଡ଼ିକରୁ ଯାଜପୁର ଜିଲାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri