ଜିଲାର ବିଭିନ୍ନ ସମସ୍ୟା ଉପରେ ଆଲୋଚନା: ସମସ୍ତଙ୍କ ସହଯୋଗ ଲୋଡ଼ିଲେ ଏମ୍‌ପି

କେନ୍ଦୁଝର,୩।୧(ସ୍ବ.ପ୍ର.): କେନ୍ଦୁଝର ଏମ୍‌ପି ଚନ୍ଦ୍ରାଣୀ ମୁର୍ମୁ ନବବର୍ଷ ଅବସରରେ ଶୁକ୍ରବାର ଜିଲାର ବହୁ ସମସ୍ୟା ଉପରେ ସ୍ଥାନୀୟ ବିଭିନ୍ନ ଗଣମାଧ୍ୟମର ଖବରଦାତା ସମ୍ମିଳନୀରେ ଆଲୋଚନା କରିଛନ୍ତି। ସେ ଜିଲାର ବିଭିନ୍ନ ସମସ୍ୟାକୁ ନେଇ କେନ୍ଦ୍ର ସରକାରଙ୍କ ପାଖରେ କରିଥିବା ଦାବି ସମ୍ପର୍କରେ ଆଲୋଚନା କରିଥିଲେ। ଏନ୍‌ଏଚ୍‌ ୨୦ ଓ ୪୯ ସମସ୍ୟା, ରେଳଲାଇନ ଓ ନୂଆ ରେଳ ଚଳାଚଳ ଆଦି ଉପରେ କେନ୍ଦ୍ରମନ୍ତ୍ରୀଙ୍କ ସହ ଆଲୋଚନା କରିଥିବା କହିଥିଲେ। ଜିଲାର ବହୁ ସମସ୍ୟା ରହିଛି, ସେସବୁ ସମାଧନ ପାଇଁ ସେ ଉଦ୍ୟମ ଜାରି ରଖିଥିବା ବେଳେ ଏ ନେଇ ସମସ୍ତଙ୍କ ସହଯୋଗ ଓ ସହାୟତା ଲୋଡ଼ିଥିଲେ। ରାସ୍ତା ନିର୍ମାଣ ଶେଷ ନ ହୋଇ ଟୋଲ୍‌ ଆଦାୟକୁ ନେଇ ଉଦ୍‌ବେଗ ପ୍ରକାଶ କରିଥିଲେ। ଏହା ସହ ବୈତରଣୀ ନଦୀ ସୁରକ୍ଷା ପାଇଁ ପଦକ୍ଷେପ ନେବାକୁ ପ୍ରସ୍ତାବ ଦିଆଯାଇଥିଲା। କୃଷିକ୍ଷେତ୍ରର ବିକାଶ, କାନପୁର ଜଳସେଚନ ପ୍ରକଳ୍ପ କାର୍ଯ୍ୟକାରୀ କରିବା, ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ଆଦି ଉପରେ ଆଲୋଚନା କରାଯାଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ପୂର୍ବତନ ଏମ୍‌ପି ମାଧବ ସର୍ଦ୍ଦାର ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦନ୍ତ ଚିକିତ୍ସକଙ୍କୁ ମାସିକ ୨୦ହଜାର ଟଙ୍କା ପ୍ରୋତ୍ସାହନ ଘୋଷଣା

ଭୁବନେଶ୍ୱର,୩୦ା୮(ବନ୍ଦନା ସେଠୀ): ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଓଡ଼ିଶା ମେଡିକାଲ ସର୍ଭିସେସ୍‌ (ଡେଣ୍ଟାଲ) କ୍ୟାଡରରେ କାର୍ଯ୍ୟରତ ଦନ୍ତ ଚିକିତ୍ସକଙ୍କ ପାଇଁ ପ୍ରୋତ୍ସାହନ ରାଶି ଘୋଷଣା…

ସ୍ମାର୍ଟ ପୋଲିସିଂ’ ପାଇଁ ମୁଖ୍ୟମନ୍ତ୍ରୀଙ୍କ ୧୦ସୂତ୍ରୀ ବ୍ଲୁ-ପ୍ରିଣ୍ଟ: ଜାଣନ୍ତୁ କ’ଣ…

ଭୁବନେଶ୍ୱର, ୩୦।୮ (ସୁନିତ୍‌ ମିଶ୍ର): ଭୁବନେଶ୍ୱରସ୍ଥିତ ରାଜ୍ୟ ପୋଲିସ ଭବନଠାରେ ଆୟୋଜିତ ରାଜ୍ୟସ୍ତରୀୟ ଡିଜିପି ଏବଂ ଆଇଜିପି ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ରାଜ୍ୟର…

ଗରିବ ହୋଇ ରହିବୁ

ଚଳିତ ସପ୍ତାହରେ ଏକ ବିଦେଶୀ ଗଣମାଧ୍ୟମ ମୋର ସାକ୍ଷାତ୍‌କାର ନେଇଥିଲା। ଏହା ଶେଷ ହେବା ପରେ ସାକ୍ଷାତ୍‌କାର ନେଇଥିବା ଖବରଦାତା କହିଥିଲେ, ଭାରତର ସ୍ଥିତି ଏଭଳି ହୋଇଛି…

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦…

ଖଟ ତଳକୁ ଓହ୍ଲାଇବା ବେଳେ ଚୋଟ ମାରିଲା ସାପ, ରାତିସାରା ଗୁଣିଆ ଡାକି ଝଡ଼ାଫୁଙ୍କା କଲେ, ମେଡିକାଲ ନେବାରେ ବିଳମ୍ବ ଯୋଗୁ…

ଡୁଙ୍ଗୁରିପାଲି,୨୯।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ଅନ୍ତର୍ଗତ ବଡ଼ଭାଲୁପାଲି ଗ୍ରାମରେ ଅନ୍ଧବିଶ୍ୱାସ ଯୋଗୁ ଜଣେ ବୃଦ୍ଧଙ୍କର ଅକାଳ ମୃତ୍ୟୁ ଘଟିଛି। ବିଷାକ୍ତ ସାପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri