ଜିଲାସ୍ତରୀୟ ଡେଙ୍ଗୁ ଦିବସ ପାଳିତ: ୫ ବର୍ଷ ହେଲା ଡେଙ୍ଗୁ ମୃତ୍ୟୁ ଶୂନ

ଢେଙ୍କାନାଳ ଅଫିସ, ୧୭।୫- ଢେଙ୍କାନାଳ ଜିଲାରେ ୨୦୧୩ରୁ ଡେଙ୍ଗୁରେ କାହାରି ମୃତ୍ୟୁ ହୋଇନାହିଁ। ହେଲେ ଏପରି ମାରାତ୍ମକ ଜ୍ୱରକୁ ଦମନ କରିବା ଦିଗରେ ସ୍ବାସ୍ଥ୍ୟ ବିଭାଗକୁ ଶତ ପ୍ରତିଶତ ସଫଳତା ମିଳିନାହିଁ। ଜିଲାସ୍ତରୀୟ ଜାତୀୟ ଡେଙ୍ଗୁ ଦିବସ ଏବଂ ମ୍ୟାଲେରିଆ ନିରାକରଣ ପାଇଁ ଟାସ୍କଫୋର୍ସ ସମନ୍ବୟ କମିଟି ବୈଠକରେ ଏପରି ଚିତ୍ର ପଦାକୁ ଆସିଛି।
ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ସଦ୍‌ଭାବନା ଗୃହରେ ଜିଲା ସ୍ବାସ୍ଥ୍ୟ ସମିତି ପକ୍ଷରୁ ଗୁରୁବାର ଆୟୋଜିତ ଉକ୍ତ କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲାପାଳ ପୂର୍ଣ୍ଣଚନ୍ଦ୍ର ମିଶ୍ର ଅଧ୍ୟକ୍ଷତା କରିବା ସହ ଡେଙ୍ଗୁ ଏବଂ ମ୍ୟାଲେରିଆ ସଚେତନତା ଲାଗି ନିଆଯାଉଥିବା ପଦକ୍ଷେପ ସମ୍ପର୍କରେ ସୂଚନା ଦେଇଥିଲେ। ଜିଲାରେ ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇଛି। ଶିକ୍ଷାନୁଷ୍ଠାନ, ଶିଳ୍ପାନୁଷ୍ଠାନଗୁଡ଼ିକ ପକ୍ଷରୁ ବ୍ୟାପକ ସଚେତନତା ସୃଷ୍ଟି କରାଗଲେ ଏପରି ମାରାତ୍ମକ ଜ୍ୱର ଉପରେ ଅଙ୍କୁଶ ଲଗାଯାଇପାରିବ ବୋଲି ଅତିରିକ୍ତ ଜିଲାପାଳ କହିଛନ୍ତି। ଏଥିସହ ଶିଳ୍ପସଂସ୍ଥା ନିକଟବର୍ତ୍ତୀ ଗ୍ରାମରେ କୀଟନାଶକ ସିଞ୍ଚନ, ମଶାରି ବାଣ୍ଟିବା ଲାଗି ସେ ନିର୍ଦ୍ଦେଶ ଦେଇଛନ୍ତି। ତେବେ ବୈଠକରେ ଢେଙ୍କାନାଳ ପୌରସଂସ୍ଥା ସମେତ ୩ ଏନ୍‌ଏସିର କୌଣସି ଅଧିକାରୀ ଯୋଗଦେଇ ନ ଥିଲେ। ସୂଚନା ଦିଆଯିବ ସତ୍ତ୍ୱେ ଏପରି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମରେ ବରିଷ୍ଠ ଅଧିକାରୀଙ୍କ ଅନୁପସ୍ଥିତିକୁ ନେଇ ଅସନ୍ତୋଷ ପ୍ରକାଶ ପାଇଥିଲା।
ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ନିରଞ୍ଜନ ମିଶ୍ର ଆଲୋଚନାରେ ଭାଗ ନେଇ କହିଲେ, ଜିଲା ଚିକିତ୍ସାଳୟରେ ବିନା ମୂଲ୍ୟରେ ଡେଙ୍ଗୁ ପରୀକ୍ଷା ଓ ଚିକିତ୍ସା ସୁବିଧା କରାଯାଇଛି। ୨୦୧୩ରୁ ଜିଲାରେ ଡେଙ୍ଗୁଜନିତ ମୃତ୍ୟୁସଂଖ୍ୟା ଶୂନ ରହିଛି। ଗ୍ରାମାଞ୍ଚଳରେ ସଚେତନତା ସୃଷ୍ଟି କରିବା, ଡ୍ରେନ୍‌ରେ ମଶାତେଲ ସିଞ୍ଚନ, ଘର ଚାରିପଟେ ପାଣି ଜମିବାକୁ ନ ଦେବା, ଦୁର୍ଗମ ଅଞ୍ଚଳରେ ମ୍ୟାଲେରିଆ ନିରାକରଣ କାର୍ଯ୍ୟକ୍ରମ ‘ଦମନ’ର କାର୍ଯ୍ୟକାରିତା ଉପରେ ଗୁରୁତ୍ୱାରୋପ କରାଯାଇଥିଲା। ଡେଙ୍ଗୁ, ମ୍ୟାଲେରିଆ, ଜାପାନିଜ୍‌ ଏନସେଫାଲାଇଟିସ୍‌ ଆକ୍ରାନ୍ତଙ୍କ ପଞ୍ଜୀକରଣ ଓ ତତ୍‌ସମ୍ବନ୍ଧୀୟ ସୂଚନା ପ୍ରଦାନ ବାଧ୍ୟତାମୂଳକ କରାଯାଇଛି। ଏ ନେଇ ସମସ୍ତ ଘରୋଇ ଡାକ୍ତରଖାନା, ନର୍ସିଂହୋମ୍‌, ଚିକିତ୍ସକଙ୍କୁ ନିର୍ଦ୍ଦେଶ ଦିଆଯାଇଥିବା ସିଡିଏମ୍‌ଓ ସୂଚନା ଦେଇଛନ୍ତି। ଗଣମାଧ୍ୟମ ପ୍ରତିନିଧି ଦେବାଶିଷ ମିଶ୍ର, ବିଷ୍ଣୁ ପ୍ରସାଦ ସାମଲ ଆଲୋଚନାରେ ଭାଗ ନେଇ କହିଲେ, ଶିଳ୍ପାନୁଷ୍ଠାନ କର୍ତ୍ତୃପକ୍ଷ କାଗଜପତ୍ରରେ ସଚେତନତା କାର୍ଯ୍ୟକ୍ରମ କରୁଛନ୍ତି। ଗ୍ରାମାଞ୍ଚଳକୁ ଯାଇ ଲୋକଙ୍କୁ ସଚେତନ କରିବା ଏବଂ ଏଥିରେ ଗଣମାଧ୍ୟମକୁ ସାମିଲ କରିବାକୁ ଉଭୟେ ପ୍ରସ୍ତାବ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଛତ୍ରପୁରରେ ୯୧ତମ ପୋଲିିସ ପ୍ରତିଷ୍ଠା ଦିବସ ପାଳିତ: ଗଞ୍ଜାମ ପୋଲିସର ସଫଳତାକୁ ଏସ୍‌ପିଙ୍କ ପ୍ରଶଂସା, ପୁରସ୍କୃତ ହେଲେ…

ଛତ୍ରପୁର,୧।୪(ଦିଲ୍ଲୀପ ସାମଲ): ଛତ୍ରପୁର ପୋଲିସ ପଡ଼ିଆଠାରେ ବୁଧବାର ୯୧ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଗଞ୍ଜାମ ଜିଲା ଏସ୍‌ପି  ଶୁଭେନ୍ଦୁ କୁମାର ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri