ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ: ୮୦ ହଜାର ମେଟ୍ରିକ୍‌ ଟନ୍‌ ଧାନ ସଂଗ୍ରହ ଲକ୍ଷ୍ୟ

ଜଗତ୍‌ସିଂହପୁର ଅଫିସ,୧୬ା୧୧: ଡିସେମ୍ବର ୨୭ରୁ ଧାନ ସଂଗ୍ରହ ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି। ତେଣୁ ଏଥର ଜଗତ୍‌ସିଂହପୁର ଜିଲାରୁ ୮୦,୧୪୯.୨୫ ମେଟ୍ରିକ୍‌ ଟନ୍‌ (ଏମ୍‌ଟି) ଧାନ ସଂଗ୍ରହ ପାଇଁ ଲକ୍ଷ୍ୟଧାର୍ଯ୍ୟ କରାଯାଇଛି। ଗତଥର ଅପେକ୍ଷା ଏଥର ୨ଟି ଅଧିକ ଅର୍ଥାତ୍‌ ମୋଟ ୧୦୫ଟି ମଣ୍ଡି ଖୋଲାଯିବାକୁ ନିଷ୍ପତ୍ତି ହୋଇଛି। ସରକାରଙ୍କ ପକ୍ଷରୁ ସାଧାରଣ ଏଫଏକ୍ୟୁ ଧାନ କୁଇଣ୍ଟାଲ ପ୍ରତି ମୂଲ୍ୟ ୧୮୧୫ ଟଙ୍କା ରଖାଯାଇଥିବା ବେଳେ ଗ୍ରେଡ୍‌ ଏ ୧୮୩୫ ଟଙ୍କା ଧାର୍ଯ୍ୟ କରାଯାଇଛି। ଚଳିତବର୍ଷ ଖୋଲାଯିବାକୁ ଥିବା ଧାନ ମଣ୍ଡି ମଧ୍ୟରୁ ଜଗତ୍‌ସିଂହପୁର ବ୍ଲକରେ ୧୬ଟି, ବାଲିକୁଦା ୨୧, ନାଉଗାଁ ୬, ବିରିଡ଼ି ୬, ରଘୁନାଥପୁର ୯, ତିର୍ତ୍ତୋଲ ୧୫, ଏରସମା ୧୬ ଓ କୁଜଙ୍ଗରେ ୧୬ଟି ରହିଛି। ଜିଲାରେ ମୋଟ ଉପରେ ୩୦,୫୮୨ ଚାଷୀ ପଞ୍ଜୀକୃତ ହୋଇଥିବା ଜଣାଯାଇଛି। ଧାନ ସଂଗ୍ରହର ୨୪ରୁ ୪୮ ଘଣ୍ଟା ମଧ୍ୟରେ ଅନଲାଇନ୍‌ ମାଧ୍ୟମରେ ଚାଷୀଙ୍କୁ ସେମାନଙ୍କ ଟଙ୍କା ବ୍ୟାଙ୍କ ଆକାଉଣ୍ଟ ମାଧ୍ୟମରେ ଦିଆଯିବ। ଧାନ ସଂଗ୍ରହ ବେଳେ ଚାଷୀଙ୍କୁ ସଙ୍ଗେସଙ୍ଗେ ଅଖା ଟଙ୍କା ପ୍ରଦାନ କରିବାକୁ ନିର୍ଦ୍ଦେଶ ହୋଇଛି।
ଶୁକ୍ରବାର ଜିଲାପାଳଙ୍କ କାର୍ଯ୍ୟ୍ୟାଳୟ ପରିସର ସଦ୍‌ଭାବନା ସଭାଗୃହରେ ଅନୁଷ୍ଠିତ ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଅତିରିକ୍ତ ଜିଲାପାଳ ସଚିଦାନନ୍ଦ ସାହୁଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ବୈଠକରେ ଏକଥା ମଧ୍ୟ କୁହାଯାଇଥିଲା ଯେ, ଜିଲାରେ ମିଲର ସଂଖ୍ୟା କମ ଥିବାରୁ ଅନ୍ୟ ଜିଲାରୁ ମିଲରଙ୍କୁ ଅମନ୍ତ୍ରଣ କରାଯିବ। କିନ୍ତୁ ଧାନ ସଂଗ୍ରହ ସମୟରେ କୌଣସି ଅବହେଳାକୁ ବରଦାସ୍ତ କରାଯିବନାହିଁ। ଚାଷୀଙ୍କଠାରୁ ସୂଚାରୁରୂପେ ଧାନ ସଂଗ୍ରହ ନିମନ୍ତେ ଜିଲା ଯୋଗାଣ ବିଭାଗ, ପ୍ରାଥମିକ କୃଷି ସମବାୟ ସମିତି, କେନ୍ଦ୍ର ସମବାୟ ବ୍ୟାଙ୍କ, ନିୟନ୍ତ୍ରିତ ବଜାର କମିଟି କର୍ମକର୍ତ୍ତା ଗୁରୁଦାୟିତ୍ୱ ତୁଲାଇବେ। ଧାନ ସଂଗ୍ରହ ସଂକ୍ରାନ୍ତରେ ଚାଷୀଙ୍କୁ ଅବଗତ କରିବା ନିମନ୍ତେ ମଣ୍ଡି ଖୋଲିବାର ଯଥେଷ୍ଟ ପୂର୍ବରୁ ପ୍ରତି ପଞ୍ଚାୟତ ଓ ଗାଁରେ ଡାକବାଜି ଯନ୍ତ୍ର ମାଧ୍ୟମରେ ଜଣାଯିବ। ଚଳିତବର୍ଷ ପଲ୍ଲି ଓ ତାରପୁରଠାରେ ଅଧିକ ୨ଟି ଉପକେନ୍ଦ୍ର ମାଧ୍ୟମରେ ଧାନ ସଂଗ୍ରହ କରାଯିବ। ବୈଠକରେ ଜିଲା ଯୋଗାଣ ଅଧିକାରୀ ଦିଲୀପ କୁମାର ପାତ୍ର କହିଥିଲେ, ଜିଲାରେ ସିଭିଲ ସପ୍ଲାଏ କର୍ପୋରେଶନ ମାଧ୍ୟମରେ ଧାନ କିଣାବିକା କରାଯିବ। ଚାଷୀଙ୍କଠାରୁ କିପରି ସହଜରେ ଏବଂ ସୁବିଧାରେ ଧାନ ସଂଗ୍ରହ ହୋଇପାରିବ ସେନେଇ ପ୍ରତ୍ୟେକ ଦାୟିତ୍ୱବାନ ହେବେ। ଅନ୍ୟମାନଙ୍କ ମଧ୍ୟରେ ଉପଜିଲାପାଳ ମହେନ୍ଦ୍ର ପ୍ରସାଦ ମହାନ୍ତି, ପାରାଦୀପ ବିଧାୟକଙ୍କ ପ୍ରତିନିଧି, ଜିଲାସ୍ତରୀୟ ଅଧିକାରୀ, ସହକାରୀ ଯୋଗାଣ ଅଧିକାରୀ, ସମବାୟ ବିଭାଗର କର୍ମକର୍ତ୍ତା, ମାର୍କେଟିଂ ଇନିସ୍ପେକ୍ଟର, ନିୟନ୍ତ୍ରିତ ବଜାର କମିଟି କର୍ମକର୍ତ୍ତା, ମିଲର ଓ ଚାଷୀ ପ୍ରତିନିଧିମାନେ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ। ସହକାରୀ ଯୋଗାଣ ଅଧିକାରୀ ପ୍ରଦ୍ୟୁମ୍ନ କୁମାର ରାଉତ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ IAS ସ୍ତରରେ ବଡ଼ଧରଣ ଅଦଳବଦଳ, ବଦଳାଇଲେ ଏହି ଜିଲାପାଳ

ଭୁବନେଶ୍ୱର,୧।୧: ନୂଆବର୍ଷର ପ୍ରଥମ ଦିନରେ ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି। ବରିଷ୍ଠ IAS ଅଧିକାରୀମାନଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରିଛନ୍ତି ରାଜ୍ୟ...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri