ଜିଲାସ୍ତରୀୟ ପକ୍ଷୀ ଗଣନା ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ

ଚିତ୍ରକୋଣ୍ଡା,୩୧।୧୨(ଡି.ଏନ.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ପଞ୍ଚାୟତ ସମିତି ଅନ୍ତର୍ଗତ ସ୍ଥାନୀୟ ୟୁକୋ ପାର୍କଠାରେ ମାଲକାନଗିରି ବନଖଣ୍ଡ ଏବଂ ଚିତ୍ରକୋଣ୍ଡା ବନାଞ୍ଚଳ ପରିଚାଳନାରେ ଜିଲାସ୍ତରୀୟ ପକ୍ଷୀ ଗଣନା ପ୍ରଶିକ୍ଷଣ ଶିବିର-୨୦୨୦ ଅନୁଷ୍ଠିତ ହୋଇଯାଇଛି। ମାଲକାନଗିରି ବନଖଣ୍ଡ ଅଧିକାରୀ ପ୍ରଦୀପ ମୀରାସେଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି ଶିବିରରେ ମୁଖ୍ୟ ଅତିଥି ଭାବରେ କୋରାପୁଟ ଆଞ୍ଚଳିକ ମୁଖ୍ୟ ବନ ସଂରକ୍ଷକ ସନ୍ଦୀପ ତ୍ରିପାଠୀ ଓ ସମ୍ମାନିତ ଅତିଥି ଭାବରେ ସହ ବନଖଣ୍ଡ ଅଧିକାରୀ ଶ୍ରୀକାନ୍ତ ନାୟକ ଯୋଗ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ମାଲକାନଗିରି ଜିଲାର ସମସ୍ତ ବନାଞ୍ଚଳ ଅଧିକାରୀ, ବନପାଳ ଓ ବନରକ୍ଷୀମାନଙ୍କୁ ନେଇ ପ୍ରଶିକ୍ଷଣ ଶିବିର କରାଯାଇଥିଲା। ଏଥିରେ ପକ୍ଷୀ ଗଣନା କରାଯିବା ପାଇଁ ବିଭିନ୍ନ କୌଶଳ, ସହଜ ଗଣିବା ପଦ୍ଧତି ଅବଲମ୍ବନ, ନୂଆ ପକ୍ଷୀଙ୍କ ସ୍ବତନ୍ତ୍ର ତାଲିକା ପ୍ରସ୍ତୁତ କରିବା ଭଳି ଭିନ୍ନ ଭିନ୍ନ ପ୍ରଶିକ୍ଷଣ ମାଧ୍ୟମରେ କୁହାଯାଇଥିଲା। ବିଭିନ୍ନ ପ୍ରଜାତିର ପକ୍ଷୀଙ୍କ ଗଣନା ତଥା ପକ୍ଷୀଙ୍କୁ ପାୱାର ପଏଣ୍ଟରେ ଦେଖାଇ ଦିଆଯାଇଥିଲା। ଉକ୍ତ କାର୍ଯ୍ୟକ୍ରମକୁ ଚିତ୍ରକୋଣ୍ଡା ବନାଞ୍ଚଳ ଅଧିକାରୀ ବଳରାମ ନାୟକ ଓ ଚିତ୍ରକୋଣ୍ଡା ବନପାଳ ମୃତ୍ୟୁଞ୍ଜୟ ସେଠୀ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର  ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା  ୨୬ ନଂ…

ଥୁଆମୂଳ ରାମପୁର ବ୍ଲକରେ ବିକାଶ କାର୍ଯ୍ୟର ସମୀକ୍ଷା; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବାକୁ ଚେତାବନୀ ଦେଲେ ପ୍ରଦୀପ ଦିଶାରୀ

ଥୁଆମୂଳ ରାମପୁର, ୧୦/୦୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ପ୍ରଶାସନିକ ଅବହେଳାର ଏକ ନଗ୍ନ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri