ଜିଲାସ୍ତରୀୟ ସ୍ବାଧୀନତା ଦିବସ

ରାୟଗଡ଼ା ଅଫିସ, ୧୫।୮-
ରାୟଗଡ଼ା ସହରସ୍ଥିତ ଜିସିଡି ପଡିଆରେ ଗୁରୁବାର ଜିଲାସ୍ତରୀୟ ୭୩ତମ ସ୍ବାଧୀନତା ଦିବସ ଅନୁଷ୍ଠିତ ହୋଇଛି। ଏହି କାର୍ଯ୍ୟକ୍ରମରେ ରାଜ୍ୟ ବୟନ ଶିଳ୍ପ ଓ ହସ୍ତତନ୍ତ ମନ୍ତ୍ରୀ ପଦ୍ମିନୀ ଦିଆନ ମୁଖ୍ୟ ଅତିଥିଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଏହି ଅବସରରେ ମନ୍ତ୍ରୀ ଶହୀଦ ବୀର ଯବାନଙ୍କ ସ୍ମୃତିଚାରଣ କରଥିଲେ। ଏଥିସହ ରାୟଗଡ଼ାକୁ ଶ୍ରେଷ୍ଠ ଜିଲାରେ ପରିଣତ କରିବା ପାଇଁ ସମସ୍ତେ ସଂକଳ୍ପବଦ୍ଧ ହେବା ଆବଶ୍ୟକ ବୋଲି ସେ କହିଥିଲେ। ସମ୍ମାନିତ ଅତିଥିଭାବେ କୋରାପୁଟ ଏମ୍‌ପି ସପ୍ତଗିରି ଉଲ୍ଲାକା, ଜିଲାପାଳ ପ୍ରମୋଦ କୁମାର ବେହେରା, ରାୟଗଡ଼ା ଏସ୍‌ପି ସର୍ବଣା ବିବେକ ଏମ୍‌, ରାୟଗଡ଼ା ପୂର୍ବତନ ବିଧାୟକ ଲାଲ ବିହାରୀ ହିମିରିକା, ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ବସନ୍ତ କୁମାର ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ। ମୁଖ୍ୟଅତିଥି ପରେଡ ଅଭିବାଦନ ଗ୍ରହଣ କରିଥିଲେ। ୪୦ଟି ଟ୍ରୁପ ପରେଡରେ ସାମିଲ ହୋଇଥିଲେ। ୬ ବିଭାଗରେ ବିଜେତା ଓ ରନର୍ସଅପ୍‌ଙ୍କୁ ଅତିଥି ପୁରସ୍କୃତ କରିଥିଲେ। ଏହି ଅବସରରେ ବିଭିନ୍ନ ସ୍କୁଲର ଛାତ୍ରୀଛାତ୍ରମାନେ କ୍ରୀଡ଼ା କୌଶଳ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ। ସ୍ବାଧୀନତା ଦିବସ ପାଇଁ ଜିଲାସ୍ତରରେ କରାଯାଇଥିବା ବିଭିନ୍ନ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀଙ୍କୁ ଅତିଥି ପୁରସ୍କୃତ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ବିଭିନ୍ନ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…

ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍‌ଡ଼ ଡିଏସ୍‌ୱାଇଏସ୍‌ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍‌ଯାପିତ ହୋଇଛି।...

ନୂଆବର୍ଷରେ ଚିଲିକାରେ ବଡ଼ ଅଘଟଣ: ମଝି ଚିଲିକାରେ ଫସିଲା ଭସାପୋଲ

କୃଷ୍ଣପ୍ରସାଦ,୧।୧: ନୂଆବର୍ଷରେ ଚିଲିକାରେ ଏକ ଅଘଟଣ ଘଟିଯାଇଛି। ଏଠାରେ ଏକ ଯାତ୍ରୀବାହୀ ଭସାପୋଲ ଫସିଯାଇଛି। ମଝି ଚିଲିକାରେ ୫୦ ଯାତ୍ରୀ, ଗୋଟିଏ ବସ ଓ ୨ଟି...

ଜାଡ଼ରେ ଜିରୋ ନାଇଟ, ସକାଳୁ ନୂଆବର୍ଷ ପାଇଁ ଉତ୍ସବମୁଖର: ଭାଇଚାରା ବାଣ୍ଟିଲେ ଅଞ୍ଚଳବାସୀ

ଦାରିଙ୍ଗବାଡି, ୧ (୧ (ଅରୁଣ ସାହୁ ):ଓଡିଶାର କାଶ୍ମୀର ଦାରିଙ୍ଗବାଡିରେ ଲାଗି ରହିଛି ଶୀତ। ତାପମାତ୍ରା ୭ ଡିଗ୍ରୀ ରହିଥିବାବେଳେ ଶୀତକୁ ଖାତିର ନକରି ସବୁଠି...

ନିଆରା ଢଙ୍ଗରେ ନୂଆବର୍ଷକୁ ସ୍ବାଗତ: ଚା’ ବାଣ୍ଟି ଜଣାଇଲେ ଶୁଭେଚ୍ଛା

ରାଇକିଆ,୧।୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ ଉତ୍ସାହ ଓ ଉଦ୍ଦୀପନାର ସହ ପାଳନ ହୋଇଛି ଇଂରାଜୀ ନୂତନ ବର୍ଷ। ଏହାକୁ ନିଆରା ଢଙ୍ଗରେ ପାଳନ...

ଘେଁସ ‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’ରେ ସାମିଲ: ୧୫ କୋଟି ବିନିଯୋଗରେ …

ମଥୁରାନଗରୀ/ ସୋହେଲା,୧ା୧(ପ୍ରେମାନନ୍ଦ ଖମାରୀ/ଅଶ୍ୱିନୀ କୁମାର ପାତ୍ର):ବରଗଡ଼ ଜିଲା ଘେଁସଠାରେ ବୁଧବାର ରାଜ୍ୟସ୍ତରୀୟ ବୀରତା ଦିବସ ଏବଂ ଶହୀଦ ମାଧୋ ସିଂହଙ୍କ ସ୍ମୃତି ସମାରୋହ ଆୟୋଜନ ହୋଇଥିଲା।...

ବଜାରରେ ମିଳୁଛି ନକଲି ଶାଗୁଦାନା: ହୋଇଯାନ୍ତୁ ସାବଧାନ

ନୂଆପଡ଼ା,୧ା୧ (ମକାରୁ ବେମାଲ):ନୂଆପଡ଼ା ସହରରେ ପ୍ଲାଷ୍ଟିକ ଶାଗୁଦାନା ବିକ୍ରୟ ହେଉଥିବା ଅଭିଯୋଗ ହୋଇଛି। ସୂଚନା ମୁତାବକ ଟାନୱାଟ ପଞ୍ଚାୟତ ଝିଲମିଲା ଗାଁର ଜ୍ୟୋତିର୍ମୟ ପୁହାଣ ନୂଆପଡ଼ା...

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri