ଜିଲା ଖଣିଜ ପାଣ୍ଠି ସପ୍ତମ ବୋର୍ଡ ଅଫ୍‌ ଟ୍ରଷ୍ଟି ବୈଠକ:ଅଧାପନ୍ତରିଆ କାର୍ଯ୍ୟ ନେଇ ଅସନ୍ତୋଷ

ଅନୁଗୋଳ ଅଫିସ, ୧୨।୧୧ଖଣି ପ୍ରଭାବିତ ଅଞ୍ଚଳର ଲୋକଙ୍କ ବିକାଶ ଓ କଲ୍ୟାଣ ପାଇଁ ଜିଲା ଖଣିଜ ପାଣ୍ଠିର ସପ୍ତମ ବୋର୍ଡ ଅଫ୍‌ ଟ୍ରଷ୍ଟି ବୈଠକ ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ସଭାଗୃହଠାରେ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଢେଙ୍କାନାଳ ଏମ୍‌ପି ମହେଶ ସାହୁ, ସମ୍ବଲପୁର ଏମ୍‌ପି ନିତେଶ ଗଙ୍ଗଦେବ, ତାଳଚେର ବିଧାୟକ ବ୍ରଜକିଶୋର ପ୍ରଧାନ ଓ ଛେଣ୍ଡିପଦା ବିଧାୟକ ସୁଶାନ୍ତ କୁମାର ବେହେରା ପ୍ରମୁଖ ଯୋଗଦେଇଥିଲେ। ପ୍ରାରମ୍ଭରେ ଜିଲାପାଳ ସମସ୍ତଙ୍କୁ ସ୍ବାଗତ ଜଣାଇବା ସହ ଜିଲା ଖଣିଜ ପାଣ୍ଠିରୁ ନିୟମାବଳୀ ଆଧାରରେ ବିଭିନ୍ନ ପ୍ରକଳ୍ପ ପାଇଁ ଦିଆଯାଇଥିବା ଅନୁଦାନ ଖର୍ଚ୍ଚ କରିବା ସହ ଚଳିତ ବର୍ଷ ପାଇଁ ଏକ ଲୋକାଭିମୁଖୀ ଯୋଜନା ପ୍ରସ୍ତୁତ କରିବାକୁ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ତେବେ ପୂର୍ବ ବୈଠକର ନିଷ୍ପତ୍ତି ଅନୁଯାୟୀ ହୋଇଥିବା କାର୍ଯ୍ୟ ସମ୍ପୂର୍ଣ୍ଣ କରାଯାଇ ନ ଥିବାରୁ ସଦସ୍ୟମାନେ ଅସନ୍ତୋଷ ବ୍ୟକ୍ତ କରିଥିଲେ।
୨୦୧୫ ମସିହାରୁ ଜିଲାରେ କାର୍ଯ୍ୟକାରୀ ହେଉଥିବା ଜିଲା ଖଣିଜ ପାଣ୍ଠି ଯୋଜନାରେ ବିଭିନ୍ନ ବିଭାଗକୁ ଦିଆଯାଇଥିବା ଅର୍ଥର ସୁବିନିଯୋଗ ଉପରେ ଢେଙ୍କାନାଳ ଏମ୍‌ପି ଗୁରୁତ୍ୱାରୋପ କରିଥିଲେ। ଜିଲାର ସାମୂହିକ ବିକାଶ ଓ ଲୋକମାନଙ୍କ ହିତରେ ବିଭିନ୍ନ ପ୍ରକଳ୍ପ ଜରିଆରେ ଅର୍ଥ ଖର୍ଚ୍ଚ କରିବାକୁ ଏମ୍‌ପି ବିଭାଗୀୟ ଅଧିକାରୀମାନଙ୍କୁ କହିଥିଲେ। ସେହିପରି ଜିଲା ଖଣିଜ ପାଣ୍ଠିରେ ଜଳ ଯୋଗାଣ ପ୍ରକଳ୍ପ ବାବଦରେ ମଞ୍ଜୁର ହୋଇଥିବା ଅନୁଦାନ ଠିକ୍‌ ଭାବେ କାର୍ଯ୍ୟକାରୀ କରିବାକୁ ସମ୍ବଲପୁର ଏମ୍‌ପି ପରାମର୍ଶ ଦେଇଥିଲେ। ଜିଲା ଖଣିଜ ପାଣ୍ଠିର ସୁବିନିଯୋଗ କରି ଖଣି ପ୍ରଭାବିତ ଅଞ୍ଚଳର ଲୋକଙ୍କ ପାଖରେ ବିଭିନ୍ନ ସେବା ପହଞ୍ଚାଇବା ଉପରେ ତାଳଚେର ବିଧାୟକ ଗୁରୁତ୍ୱାରୋପ କରିଥିଲେ। ରାସ୍ତା, ପାନୀୟ ଜଳ ଓ ବିଦ୍ୟୁତ୍‌ ସେବା ଭଳି ଅତ୍ୟବଶ୍ୟକ ସେବା ତ୍ୱରାନ୍ବିତ ଭାବେ କାର୍ଯ୍ୟକାରୀ କରିବାକୁ ଛେଣ୍ଡିପଦା ବିଧାୟକ ମତବ୍ୟକ୍ତ କରିଥିଲେ। ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଅତୁଲ୍ୟ କୁମାର ଚମ୍ପତିରାୟ ଜିଲା ଖଣିଜ ପାଣ୍ଠିରୁ ମଞ୍ଜୁର ହୋଇଥିବା ବିଭିନ୍ନ ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ ତଥ୍ୟ ଉପସ୍ଥାପନ କରିଥିଲେ। ଜିଲା ଖଣିଜ ପାଣ୍ଠିରେ ବର୍ତ୍ତମାନ ସୁଦ୍ଧା ୧୨୦୮.୪୨ କୋଟି ଟଙ୍କା ସଂଗ୍ରହ ହୋଇଛି। ସେଥିମଧ୍ୟରୁ ମୋଟ ୧୦୯୮.୯୯ କୋଟି ଟଙ୍କା ବିଭିନ୍ନ ପ୍ରକଳ୍ପ ବାବଦରେ ମଞ୍ଜୁର ହୋଇଛି। ଏଥିରେ ଉଚ୍ଚ ଅଗ୍ରାଧିକାର ସେକ୍ଟରରେ ୧୮୧୪ଟି ପ୍ରକଳ୍ପ ଓ ଅନ୍ୟାନ୍ୟ ଅଗ୍ରାଧିକାର ସେକ୍ଟରରେ ୧୧୦୪ଟି ପ୍ରକଳ୍ପ କାର୍ଯ୍ୟ ଚାଲୁ ରହିଛି। ବର୍ତ୍ତମାନ ସୁଦ୍ଧା ୧୬୨୭ଟି ପ୍ରକଳ୍ପ ଶେଷ ହୋଇଥିବାବେଳେ ୭୫୨ଟି ଚାଲୁ ରହିଛି ଓ ୫୪୨ଟି କାର୍ଯ୍ୟ ଆରମ୍ଭ ହୋଇନାହିଁ। ଜିଲା ଖଣିଜ ପାଣ୍ଠିରେ ପାନୀୟ ଜଳ, ସ୍ବାସ୍ଥ୍ୟ, ଶିକ୍ଷା, ମା ଓ ଶିଶୁ ବିକାଶ, ବୟସ୍କ ଓ ଅକର୍ମଣ୍ୟମାନଙ୍କ ସହାୟତା, ଦକ୍ଷତା ବିକାଶ, ଜଳ ସେଚନ, ଶକ୍ତି ଓ ବୃକ୍ଷରୋପଣ ଆଦି ସେକ୍ଟର ଅନ୍ତର୍ଗତ ବିଭିନ୍ନ କାର୍ଯ୍ୟକ୍ରମର ଅଗ୍ରଗତି ସମ୍ପର୍କରେ ସେ ସୂଚନା ପ୍ରଦାନ କରିଥିଲେ। ତାଳଚେର ଓ ବଅଁରପାଳରେ କଠିନ ବର୍ଜ୍ୟବସ୍ତୁ ପରିଚାଳନା ଓ ଜିଲାର ୨ଟି ପୌରପାଳିକାରେ ପ୍ଲାଷ୍ଟିକ ବ୍ୟବହାର ବନ୍ଦ କରାଯିବା ପାଇଁ ପଦକ୍ଷେପ ନିଆଯିବ ବୋଲି ଜିଲାପାଳ ପ୍ରକାଶ କରିଥିଲେ। ଏହାଛଡ଼ା ସମସ୍ତ ବ୍ଲକର ଆଦର୍ଶ ବିଦ୍ୟାଳୟ ଓ ବସ୍‌ଷ୍ଟାଣ୍ଡରେ ଥଣ୍ଡା ପାନୀୟ ଜଳ ପ୍ରକଳ୍ପ କରିବାକୁ ସ୍ଥିର କରାଯାଇଥିଲା। ବିଭିନ୍ନ ବିଭାଗକୁ ଦିଆଯାଇଥିବା ଅର୍ଥ ଓ ସମୁଦାୟ ଖର୍ଚ୍ଚ ତଥା ବଳକା ଥିବା ପ୍ରକଳ୍ପ କାର୍ଯ୍ୟ ସମ୍ପର୍କରେ ବି ସମୀକ୍ଷା କରାଯାଇଥିଲା। ବିଭାଗ ଗୁଡ଼ିକୁ ପ୍ରଦାନ କରାଯାଇଥିବା ଅନୁଦାନ ଜାନୁୟାରୀ ସୁଦ୍ଧା ଖର୍ଚ୍ଚ କରି ବିନିଯୋଗ ପ୍ରମାଣପତ୍ର ପ୍ରଦାନ କରିବାକୁ ଜିଲାପାଳ ବିଭାଗୀୟ ଅଧିକାରୀମାନଙ୍କୁ ପରାମର୍ଶ ଦେଇଥିଲେ। ଅନୁଗୋଳ ମହିଳା ମହାବିଦ୍ୟାଳୟର ଭିତ୍ତିଭୂମି ଉନ୍ନୟନ ପାଇଁ ୧.୮୧ କୋଟି ଟଙ୍କା ପ୍ରସ୍ତାବ ଉପରେ ଆଲୋଚନା ହୋଇଥିଲା। ସେହିପରି ବନ ବିଭାଗ ଦ୍ୱାରା ଜିଲାର ୬ଟି ସ୍ଥାନରେ ୫୬ ହଜାର ଚାରାରୋପଣ କରାଯାଇଛି ବୋଲି ବିଭାଗୀୟ ଅଧିକାରୀ ସୂଚନା ଦେଇଥିଲେ। ଖଣି ପ୍ରଭାବିତ ଅଞ୍ଚଳର ବୃଦ୍ଧାବୃଦ୍ଧମାନଙ୍କୁ ବାର୍ଦ୍ଧକ୍ୟ ଭତ୍ତା ସହ ନବମ ଶ୍ରେଣୀ ପିଲାଙ୍କ ପାଇଁ ମଧ୍ୟାହ୍ନ ଭୋଜନ କାର୍ଯ୍ୟକ୍ରମ ଚାଲୁ କରବା ଉପରେ ଆଲୋଚନା ହୋଇଥିଲା। ଅନ୍ୟମାନଙ୍କ ମଧ୍ୟରେ ତାଳଚେର ଉପଜିଲାପାଳ ପରେଶ ଚନ୍ଦ୍ର ନାୟକଙ୍କ ସମେତ ବିଭିନ୍ନ ବିଭାଗର ଜିଲାସ୍ତରୀୟ ଅଧିକାରୀ, ସ୍ଥାନୀୟ ନିର୍ବାଚିତ ଲୋକ ପ୍ରତିନିଧି ଓ ଜିଲା ଖଣିଜ ପାଣ୍ଠିର କର୍ମକର୍ତ୍ତାମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ତ୍ରୀ ପଦ୍ମିନୀ ଦିଆନ କରୋନା ପଜିଟିଭ୍‌

ଭୁବନେଶ୍ୱର,୩।୯(ବ୍ୟୁରୋ): ହସ୍ତତନ୍ତ ଓ ବୟନ ଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନ କରୋନା ଆକ୍ରାନ୍ତ ହୋଇଛନ୍ତି। ତାଙ୍କ ରିପୋର୍ଟ ପଜିଟିଭ୍‌ ଆସିବା ପରେ ସେ ହୋମ୍‌ କ୍ୱାରାଣ୍ଟାଇନ୍‌ରେ...

ଓଡ଼ିଶା ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ନିର୍ଦ୍ଦିଷ୍ଟ ସ୍ଥାନରେ ପୋଷ୍ଟିଂ ପାଇଁ ଚାପ ପକାଇପାରିବେନି କର୍ମଚାରୀ

କଟକ ଅଫିସ୍‌,୩୦।୫: କୌଣସି ନିର୍ଦ୍ଦିଷ୍ଟ ସ୍ଥାନରେ ପୋଷ୍ଟିଂ ପାଇଁ ଚାପ ପକାଇବା ଏବଂ ବଦଳି ହେବାକୁ ନ ଚାହିଁବାର ଆଇନଗତ କିମ୍ବା ବୈଧାନିକ ଅଧିକାର ସରକାରୀ...

ଆରବର୍ଷକୁ ଅପେକ୍ଷା

ଢେଙ୍କାନାଳ ଅଫିସ, ୮।୭: ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରାକୁ ମଝିରେ ମାତ୍ର ୪ ଦିନ। ଭକ୍ତଙ୍କୁ ଦର୍ଶନ ଦେବାକୁ ଭାଇ ବଳରାମ, ଭଉଣୀ ସୁଭଦ୍ରାଙ୍କୁ ନେଇ ବଡ଼ଦାଣ୍ଡକୁ...

ଭୋଟ୍‌ ବାକ୍ସ ଲୁଟିନେଲେ, ୩ ଖବରଦାତାଙ୍କୁ ନିସ୍ତୁକ ପିଟିଲେ

ବିଞ୍ଝାରପୁର,୨୦ା୨(ଡି.ଏନ୍‌.ଏ.): ଯାଜପୁର ଜିଲା ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ବାଛୋଳ ପଞ୍ଚାୟତରେ ରବିବାର ପୂର୍ବାହ୍ନରେ ଖବର ସଂଗ୍ରହ କରିବାକୁ ଯାଇଥିବା ଖବରଦାତାଙ୍କୁ ମରଣାନ୍ତକ ଆକ୍ରମଣ ସହ ଭୋଟ୍‌...

ପରିବହନ ସଂଘ ସହ ପ୍ରଶାସନର ବୈଠକ: ମାଲ୍‌ ପରିବହନ ପାଇଁ ସଜାଗ ରୁହ

ଅନୁଗୋଳ ଅଫିସ, ୨୫।୩ – ଅନୁଗୋଳ ଜିଲାରେ ଲକ୍‌ଡାଉନ ସହ ୧୪୪ ଧାରା ବଳବତ୍ତର ଥିବାରୁ ଲୋକମାନଙ୍କୁ କିପରି ଅତ୍ୟାବଶ୍ୟକ ସାମଗ୍ରୀ ସହଜରେ ଉପଲବ୍ଧ କରାଯାଇପାରିବ...

ଚିଲିକା ନିର୍ବାଚନ ମଣ୍ଡଳୀରେ ବିଜେଡି ଆଗୁଆ

ଖୋର୍ଦ୍ଧା ଅଫିସ,୨୩।୫: ଖୋର୍ଦ୍ଧା ଜିଲାର ଚିଲିକା ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେଡି ପ୍ରାର୍ଥୀ ଆଗୁଆ ଅଛନ୍ତି। ପ୍ରଥମ ରାଉଣ୍ଡରେ ପ୍ରଶାନ୍ତ କୁମାର ଜଗଦେବ ୩ଶହ ୯୯ଭୋଟରେ...

ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୮ା୩(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାରଠାରୁ ୩ ଦିନିଆ ଦିଲ୍ଲୀ ଗସ୍ତରେ ଯାଉଛନ୍ତି। ରାଜ୍ୟ ସ୍ବାର୍ଥ ପ୍ରସଙ୍ଗ ନେଇ କେନ୍ଦ୍ର ମନ୍ତ୍ରୀମାନଙ୍କ ସହ ନବୀନ ସେଠାରେ...

ଦୟା, ରାଜୁଆ ନଦୀର ମଧ୍ୟବର୍ତ୍ତୀ ଅଞ୍ଚଳ ଜଳମଗ୍ନ: ଲୋକେ ଆତଙ୍କିତ

କଣାସ, ୧୦।୯(ସ୍ବ.ପ୍ର.)-ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ପୁରୀ ଜିଲା କଣାସ ବ୍ଲକରେ ପ୍ରବାହିତ ହେଉଥିବା ଦୟା ଓ ରାଜୁଆ ନଦୀରେ ଜଳ ପତ୍ତନ ବୃଦ୍ଧିପାଇଛି।...

Advertisement
Archives

Model This Week