ଢେଙ୍କାନାଳ ଅଫିସ, ୪।୬ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟ ଦୁର୍ନୀତି ମାମଲାର ନିରପେକ୍ଷ ତଦନ୍ତ କରି ଦୋଷୀ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରିଛନ୍ତି ଡାକ୍ତର ଏବଂ କର୍ମଚାରୀ। ଏ ନେଇ ସେମାନେ ଜିଲାପାଳଙ୍କୁ ଲିଖିତ ଭାବେ ଜଣାଇଛନ୍ତି। ଏଥିରେ ଅବହେଳା କରାଗଲେ ଆସନ୍ତା ସପ୍ତାହରେ କାର୍ଯ୍ୟବନ୍ଦ ଆନ୍ଦୋଳନ କରାଯିବ ବୋଲି କାର୍ଯ୍ୟରତ କର୍ମଚାରୀ ଚେତାବନୀ ଦେଇଛନ୍ତି।
ରାଜ୍ୟ ସ୍ବାସ୍ଥ୍ୟ ବିଭାଗର ବିନା ନିର୍ଦ୍ଦେଶରେ ନୂତନ ଜିଲା ମୁଖ୍ୟ ଚିକିତ୍ସାଳୟକୁ ବାଜିଚୌକସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ କାର୍ଯ୍ୟାଳୟ ସ୍ଥାନାନ୍ତର କରାଯାଇଥିଲା। ଏଥିରେ ପରିବହନ ବାବଦକୁ ୨୦ ଲକ୍ଷ ଟଙ୍କା ଖର୍ଚ୍ଚ ହୋଇଥିବା ବିଲ୍ କରାଯାଇଥିଲା। ନୂତନ ଜିଲା ଚିକିତ୍ସାଧିକାରୀ କାର୍ଯ୍ୟରେ ଯୋଗଦେବା ପରେ ଏହାର ଅଡିଟ୍ ନିର୍ଦ୍ଦେଶ ଦେଇଥିଲେ। ଏହାପରେ ଏହି କାର୍ଯ୍ୟରେ ଟଙ୍କା ହଡ଼ପ ହୋଇଥିବା ଜଣାପଡ଼ିଥିଲା। ଏହାର ସିବିଆଇ ତଦନ୍ତ ମଧ୍ୟ ହୋଇଥିଲା। ଏହି କାର୍ଯ୍ୟରେ ଜଣେ ଠିକା କର୍ମଚାରୀଙ୍କ ସମ୍ପୃକ୍ତି ଥିବା ଜଣାପଡ଼ିବା ପରେ ତାଙ୍କୁ ଅନ୍ୟତ୍ର ବଦଳି କରିବାକୁ ପରାମର୍ଶ ଦିଆଯାଇଥିଲା। ତେବେ ଏହାକୁ କାର୍ଯ୍ୟକାରୀ କରିବା ବେଳକୁ ସିଡିଏମ୍ଓଙ୍କ ଉପରେ ପ୍ରଶାସନିକ ଚାପ ପଡ଼ିଥିଲା। ଗଠନମୂଳକ କାର୍ଯ୍ୟରେ ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ସହଯୋଗ କରିବା, ଜିଲା ଚିକିତ୍ସାଳୟକୁ ଦୁର୍ନୀତିମୁକ୍ତ ଏବଂ ଆଦର୍ଶ ସ୍ବାସ୍ଥ୍ୟକେନ୍ଦ୍ରରେ ପରିଣତ କରିବା ଦିଗରେ ଆବଶ୍ୟକ ସହଯୋଗ କରିବାକୁ ବରିଷ୍ଠ ଚିକିତ୍ସକ ଡା. ଜ୍ୟୋତିଷ ଚନ୍ଦ୍ର ମହାପାତ୍ର, ଡା. ବିଦ୍ୟୁତ୍ କୁମାର ନନ୍ଦ, ଡା. ସଂକଳ୍ପ କେଶରୀ ଭୋଳ, ଡା. ଶାନ୍ତା ନିବେଦିତା ପ୍ରମୁଖଙ୍କ ଜିଲାପାଳଙ୍କୁ ଦେଇଥିବା ଅଭିଯୋଗପତ୍ରରେ ଦର୍ଶାଇଛନ୍ତି। ଦାବିପତ୍ରର ନକଲ ମୁଖ୍ୟମନ୍ତ୍ରୀ, ସ୍ବାସ୍ଥ୍ୟମନ୍ତ୍ରୀ, ସ୍ବାସ୍ଥ୍ୟ ସଚିବ ଓ ନିର୍ଦ୍ଦେଶକଙ୍କ ନିକଟକୁ ପଠାଯାଇଛି।
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ
ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…
ଭୁବନେଶ୍ୱର ଫୁଲ ଦୋକାନ
ଫର୍ନସ ଏନ୍ ପେଟାଲ୍ସ ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ
କଳିଙ୍ଗ ଫିଟନେସ୍ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍ରେ ସବୁ ପ୍ରକାର…
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ
ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…
କଟକ ଦହିବରା ଆଳୁଦମ
ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ
ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…
ଶ୍ରେଷ୍ଠ ପାଞ୍ଚ ପୁରୀର ମଠ
ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…
ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ
ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…
Archives

