ଜିଲା ଚିଠି : ଅସଜଡ଼ା ସ୍ବାସ୍ଥ୍ୟସେବା

ରାଜ୍ୟ ସରକାରଙ୍କ ପକ୍ଷରୁ ‘ମୋ ସରକାର’ ଯୋଜନା ଜିଲାର ପ୍ରତି ଡାକ୍ତରଖାନାରେ ଲାଗୁ କରାଯାଇଛି। ଏଥିପାଇଁ ସବୁଠି ତତ୍ପରତା ପ୍ରକାଶ ପାଇଛି। ତଥାପି ଜିଲାବାସୀଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ମିଳୁ ନାହିଁ। କେଉଁଠି ଭିତ୍ତିଭୂମି ଅସଜଡ଼ା ଅବସ୍ଥାରେ ରହିଛି ତ ଆଉ କେଉଁଠି ଆବଶ୍ୟକ ସଂଖ୍ୟକ ଡାକ୍ତରଙ୍କ ଅଭାବରୁ ଫାର୍ମାସିଷ୍ଟମାନେ ରୋଗୀ ଦେଖି ରୋଗ ଚିହ୍ନଟ କରୁଛନ୍ତି ଓ ସେହି ରୋଗର ଉପଶମ ପାଇଁ ଔଷଧ ବି ଲେଖୁଛନ୍ତି। ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରଠାରୁ ଆରମ୍ଭ କରି ନୂତନ ସ୍ବାସ୍ଥ୍ୟକେନ୍ଦ୍ରରେ ବି ଏପରି ଅବ୍ୟବସ୍ଥା ଦେଖିବାକୁ ମିଳିଛି। ଜିଲା ମୁଖ୍ୟ ଡାକ୍ତରଖାନା ଏଥିରୁ ବି ବାଦ୍‌ ପଡ଼ିନାହିଁ। ବିଭିନ୍ନ ବିଭାଗରେ ଆବଶ୍ୟକ ସଂଖ୍ୟଙ୍କ ଡାକ୍ତର ନ ଥିବାରୁ ରୋଗୀ ସେବା ଏକ ପ୍ରକାର ଅଚଳ ହୋଇପଡ଼ିଛି। ସବୁଠି ଯେମିତି ଅବ୍ୟବସ୍ଥା ଲାଗି ରହିଛି। ସବୁ ଡାକ୍ତରଖାନାରେ ରୋଗୀ ଓ ତାଙ୍କ ସମ୍ପର୍କୀୟଙ୍କ ଭିଡ଼ ଲାଗି ରହୁଛି। ପରିସ୍ଥିତି ଏପରି ହୋଇଛି ଯେ, ରୋଗୀ ରୋଗ ବିଷୟରେ ସମ୍ପୂର୍ଣ୍ଣ ତଥ୍ୟ କହିବା ପୂର୍ବରୁ ଦାୟିତ୍ୱରେ ଥିବା ଡାକ୍ତର ଔଷଧ ଲେଖି ଦେଉଥିବା ଅଭିଯୋଗ ହେଉଛି। ସେହିଭଳି ଜିଲା ମୁଖ୍ୟ ଡାକ୍ତରଖାନାର କେତେଜଣ ଡାକ୍ତର ନିଜର ସରକାରୀ କ୍ୱାର୍ଟର୍ସରେ ବି ରୋଗୀ ଦେଖି ଫି ନେଇ ନାମୀଦାମୀ କମ୍ପାନୀର ଔଷଧ ଲେଖୁଛନ୍ତି। ଜିଲା ମୁଖ୍ୟ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ରୋଗୀମାନେ ଯଦି କୌଣସି ଅବ୍ୟବସ୍ଥାକୁ ନେଇ ପ୍ରତିବାଦ କରୁଛନ୍ତି ବା ସ୍ବାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ଦାବି କରୁଛନ୍ତି ତା’ହେଲେ ଡାକ୍ତରଖାନା କର୍ତ୍ତୃପକ୍ଷ ତୁରନ୍ତ ସେହି ରୋଗୀଙ୍କୁ ଅନ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତର ପାଇଁ ନିର୍ଦ୍ଦେଶ ଦେଉଛନ୍ତି। ମିଳିଥିବା ସୂଚନା ଅନୁସାରେ, ଜିଲାରେ ୧୯୬ ଜଣ ଡାକ୍ତର ଆବଶ୍ୟକ ଥିବା ବେଳେ ଅଛନ୍ତି ମାତ୍ର ୮୬ ଜଣ। ୧୧୦ ଡାକ୍ତର ପଦବୀ ଖାଲି ପଡ଼ିଛି, ଫଳରେ ଜିଲାରେ କିପରି ଭାବେ ରୋଗୀ ସେବା ଚାଲିଥିବ ତାହା ଅନୁମେୟ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅକ୍ଟୋବର ୧୬ରେ ନୟାଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ପରିସରରେ ୧୦୦ ଶଯ୍ୟା ବିଶିଷ୍ଟ ଚିକିତ୍ସାଳୟ, ରୋଗୀମାନଙ୍କ ସମ୍ପର୍କୀୟଙ୍କ ପାଇଁ ଏକ ଆଶ୍ରୟସ୍ଥଳୀ, ଜିଲା ରୋଗୀ କଲ୍ୟାଣ ସମିତି ପାଣ୍ଠିକୁ ୧୦ ଲକ୍ଷ ଟଙ୍କା ସହାୟତା ପ୍ରଦାନ, ଜିଲାକୁ ଦୁଇଟି ଆମ୍ବୁଲାନ୍ସ ଓ ଗୋଟିଏ ମହାପ୍ରୟାଣ ଗାଡ଼ି ମଞ୍ଜୁର କରିଥିଲେ। ଭିତ୍ତିଭୂମି ସଜଡ଼ା ପାଇଁ ସରକାର ଉଦ୍ୟମ ଜାରି ରଖିଥିବାବେଳେ ଖାଲି ପଡ଼ିଥିବା ଡାକ୍ତର ପଦବୀ ପୂରଣ ପାଇଁ ଜିଲାବାସୀ ଦାବି କରିଛନ୍ତି। ଅନ୍ୟପକ୍ଷେ ଡାକ୍ତରମାନେ ରୋଗୀ ଓ ତାଙ୍କ ସମ୍ପର୍କୀୟମାନଙ୍କ ସହ ଭଲ ବ୍ୟବହାର କରିବା ପାଇଁ ବୁଦ୍ଧିଜୀବୀ ମହଲରେ ଗୁରୁତ୍ୱାରୋପ କରାଯାଇଛି।
– ରଞ୍ଜନ କୁମାର ପ୍ରଧାନ


Enter your email to get our daily news in your inbox.

All Right Reserved By Dharitri.Com

ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ୨୪ ଘଣ୍ଟିଆ ଅନଶନ

ଗୁଣପୁର,୧୩ା୮(ସୁଜାତା ପାଢ଼ୀ): ଅଖିଳ ଭାରତୀୟ କୃଷି ଓ ଗ୍ରାମୀଣ ଶ୍ରମିକ ସଂଘ ତରଫରୁ ଦେଶ ବ୍ୟାପୀ ଅନଶନ ଓ ସତ୍ୟାଗ୍ରହ ଗୁରୁବାର କରାଯାଇଥିବାବେଳେ ଗୁଣପୁର ନୂଆ ବସ୍‌ଷ୍ଟାଣ୍ଡଠାରୁ…

କର୍ଲାମୁଣ୍ଡାରେ ହର୍‌ ଘର୍‌ ତ୍ରିରଙ୍ଗା ଶୋଭାଯାତ୍ରା, ଭାଜପା….

କର୍ଲାମୁଣ୍ଡା,୧୩ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ମଣ୍ଡଳ ଭାଜପା ପକ୍ଷରୁ ମଣ୍ଡଳ ସଭାପତି ଡୋଳା ମଣୀ ଭୋଇଙ୍କ ନେତୃତ୍ୱରେ ହର୍‌ ଘର୍‌ ତ୍ରିରଙ୍ଗା ଶୋଭାଯାତ୍ରା ଗୁରୁବାର…

‘ଫେକ ନ୍ୟୁଜ ଫେକ ଇଣ୍ଟଲିଜେନ୍ସ ଠାରୁ ମଧ୍ୟ ଖରାପ’: ହର୍ମୁଜକୁ ନିୟନ୍ତ୍ରଣ କରିବା ସମ୍ପର୍କରେ ଟ୍ରମ୍ପଙ୍କ ବୟାନ ଉପରେ ଇରାନର କଟାକ୍ଷ

ତେହରାନ,୧୩।୮: ଗୁରୁବାର ଇରାନର ବୈଦେଶିକ ମନ୍ତ୍ରୀ ସୈୟଦ ଆବାସ ଆରାଘଚି ଆମେରିକୀୟ ଗୁପ୍ତଚର ଉପରେ କଟାକ୍ଷ କରିଥିଲେ। ସେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ହର୍ମୁଜ ପ୍ରଣାଳୀ…

ସୁଇମିଂ ଷ୍ଟାର ସୌରଭ ପୁଟେଲଙ୍କୁ ସମ୍ମାନିତ କଲେ ବଲାଙ୍ଗୀର ଜିଲାପାଳ, ଅଭିନନ୍ଦନ ଜଣାଇ…

ବଲାଙ୍ଗୀର,୧୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଇନ୍ଦିରାନଗରପଡ଼ାର ଉଦୟୀମାନ କ୍ରୀଡାବିତ୍‌ ସୌରଭ ପୁଟେଲ ଏବେ ଚର୍ଚ୍ଚାରେ ରହିଛନ୍ତି। ସେ ବଲାଙ୍ଗୀର ପତିତପାବନ ହାଇସ୍କୁଲ ଛାତ୍ର ଭାବେ ରାଜସ୍ଥାନର…

Air Indiaର ସମସ୍ତ ପାଇଲଟଙ୍କର ହେବ ଡ୍ରଗ୍ସ ଟେଷ୍ଟ, ଜାଣନ୍ତୁ ଏହାର କାରଣ…

ନୂଆଦିଲ୍ଲୀ,୧୩।୮: ‘ମାରିଜୁଆନା ଘଟଣା’ ପରେ, ଏୟାର ଇଣ୍ଡିଆ ଏହାର ସମସ୍ତ ପାଇଲଟଙ୍କ ପାଇଁ ବାଧ୍ୟତାମୂଳକ ସ୍କ୍ରିନିଂ ନିର୍ଦ୍ଦେଶ ଦେଇଛି। ନିଷିଦ୍ଧ ପଦାର୍ଥ ଏବଂ ଔଷଧର ଯାଞ୍ଚ ନିୟମ…

ଗମ୍ଭୀରଙ୍କୁ ନେଇ ଏଭଳି କହିଦେଲେ ହରଭଜନ ସିଂ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୧୩।୮: ଗୌତମ ଗମ୍ଭୀରଙ୍କୁ ନେଇ ପୂର୍ବତନ ଭାରତୀୟ ସ୍ପିନର୍ ହରଭଜନ ସିଂ ଏକ ବଡ଼ ବୟାନ ଦେଇଛନ୍ତି । ହରଭଜନଙ୍କ କହିବାନୁଯାୟୀ, ସେ ଯେଉଁ ଗୌତମ ଗମ୍ଭୀରଙ୍କୁ…

ଗଭୀର ଅବପାତ ରୂପ ନେଲା ଲଘୁଚାପ, ସମୁଦ୍ର ଅଶାନ୍ତ, ଦୀଘା ବେଳାଭୂମିରେ ଲାଗିଲା…

ଭୋଗରାଇ,୧୩ା୮(ପ୍ରଦୀପ ଦାସ): ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଗଭୀର ଅବପାତରେ ପରିଣତ ହୋଇଛି। ମୌସମୀ ସକ୍ରିୟ ସହ ଅବପାତ ହେବାରୁ ଉତ୍ତର ଓଡ଼ିଶା…

Sukhbir Badal: ସୁଖବୀର ସିଂହ ବାଦଲଙ୍କ ଉପରେ ଆକ୍ରମଣର ହେବ ତଦନ୍ତ; ମୁଖ୍ୟମନ୍ତ୍ରୀ ଫଡନାଭିସ ଦେଲେ ବଡ଼ ନିର୍ଦ୍ଦେଶ

ମୁମ୍ବାଇ,୧୩।୮: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ ଅକାଳି ଦଳର ମୁଖ୍ୟ ଏବଂ ପୂର୍ବତନ ପଞ୍ଜାବ ଉପମୁଖ୍ୟମନ୍ତ୍ରୀ ସୁଖବୀର ସିଂହ ବାଦଲଙ୍କ ଉପରେ ହୋଇଥିବା ଆକ୍ରମଣର ତଦନ୍ତ ନିର୍ଦ୍ଦେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri