ଜିଲା ପରିଷଦ ଅଧ୍ୟକ୍ଷ ପଦ ଫେରିପାଇଲେ ପୁରୁଷୋତ୍ତମ

ରାୟଗଡ଼ା ଅଫିସ ,୧୯ା୯- ରାୟଗଡ଼ା ଜିଲା ଦୌରାଜଜ୍‌ଙ୍କ ଦ୍ୱାରା ଅସିଦ୍ଧ ଘୋଷଣା ହୋଇଥିବା ଜିଲାପରିଷଦ ଅଧ୍ୟକ୍ଷ ପଦକୁ ଗୁରୁବାର ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ପୁରୁଷୋତ୍ତମ ଗମାଙ୍ଗ ପୁଣି ଫେରି ପାଇଛନ୍ତିି। ଦୀର୍ଘ ୧୦ ମାସ ପରେ ନିଜ କାର୍ଯ୍ୟାଳୟକୁ ଫେରି କାର୍ଯ୍ୟ ଆରମ୍ଭ କରିଛନ୍ତି।
ସୂଚନାଯୋଗ୍ୟ ଯେ , ୨୦୧୭ ମାର୍ଚ୍ଚ ୧୨ରେ ଜିଲା ପରିଷଦ ଅଧ୍ୟକ୍ଷ ପଦବୀ ପାଇଁ ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ଏଥିରେ କଂଗ୍ରେସର ପୁରୁଷୋତ୍ତମ ଗମାଙ୍ଗ ଏବଂ ବିଜେଡ଼ିର ଗଙ୍ଗାଧର ପୁଆଲା ପ୍ରତିଦ୍ୱନ୍ଦ୍ୱିତା କରିଥିଲେ। ତେବେ ୨୨ ଜିଲାପରିଷଦ ସଭ୍ୟଙ୍କ ମଧ୍ୟରୁ ଭାଜପା ସପକ୍ଷରେ ୩ ଟି ଭୋଟ ପଡ଼ିଥିବାବେଳେ ବିଜେଡ଼ିକୁ ମିଳିଥିଲା ୯ ଟି ଭୋଟ। କଂଗ୍ରେସର ପୁରୁଷୋତ୍ତମ ଗମାଙ୍ଗ ୧୦ଟି ଭୋଟ ପାଇ ଅଧ୍ୟକ୍ଷ ଭାବେ ନିର୍ବାଚିତ ହୋଇଥିଲେ। ଗୁପ୍ତ ମତଦାନରେ ବ୍ୟାହତ ସାଙ୍ଗକୁ ସରକାର ନିର୍ବାଚନର ଖିଲାପ ଦର୍ଶାଇ ରାୟଗଡ଼ା ଜୋନ -୨ ର ବିଜେଡ଼ି ଜିଲା ପରିଷଦ ସଭ୍ୟ ଗଙ୍ଗାଧର ପୁଆଲା ଜିଲା ଦୌରାଜଜ୍‌ଙ୍କ ଅଦାଲତରେ ଏକ ମାମଲା ରୁଜୁ କରିଥିଲେ। ଏହି ମାମଲାରେ ତତ୍କାଳୀନ ନିର୍ବାଚନ ଅଧିକାରୀ ତଥା ପ୍ରକଳ୍ପ ନିର୍ଦ୍ଦେଶକ ପ୍ରଶାନ୍ତ କୁମାର ରଥ ଏବଂ ଗଙ୍ଗାଧର ପୁଆଲାଙ୍କ ବୟାନ ରେକର୍ଡ କରି ପୁରୁଷୋତ୍ତମଙ୍କୁ ନୋଟିସ କରିଥିଲେ। ମାତ୍ର ନୋଟିସ ସ଼ତ୍ତ୍ୱେ ପୁରୁଷୋତ୍ତମ କୋର୍ଟରେ ହାଜର ନ ହେବାରୁ ଜିଲା ଦୈରାଜଜ୍‌ ତାଙ୍କର ଜିଲା ପରିଷଦ ଅଧ୍ୟକ୍ଷ ପଦ ରଦ୍ଦ କରିଥିଲେ। ଏନେଇ ପୁରୁଷୋତ୍ତମ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ହାଇକୋର୍ଟ ନିଜ ରାୟରେ ତଳ କୋର୍ଟର ରାୟକୁ ଖାରଜ କରିବା ସହ ଆସନ୍ତା ୨୫ ରେ ନିଜ ପକ୍ଷ ତଳ କୋର୍ଟରେ ରଖିବାକୁ ନିର୍ଦ୍ଦେଶ ଦେଇଥିବା ପୁରୁଷୋତ୍ତମ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦ ହଜାର ଟଙ୍କା ଲାଞ୍ଚ ନେଇ ଜେଲ ଗଲେ ଶ୍ରମ ଅଧିକାରୀ

କେନ୍ଦୁଝର,୧।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ୨୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଥିବା କେନ୍ଦୁଝର ଜିଲା ଶ୍ରମ ଅଧିକାରୀ ଆକାଶ ବିଶୋଇଙ୍କୁ ମଙ୍ଗଳବାର କୋର୍ଟ ଚାଲାଣ…

ଘୁମୁସର ବନଖଣ୍ଡରେ ୯୪ ହାତୀ: ଧାନ ଫସଲ ନଷ୍ଟ କରୁଛନ୍ତି ହାତୀପଲ, ଚିନ୍ତାରେ ଚାଷୀ

ଭଞ୍ଜନଗର,୧।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ଘୁମୁସର ଉତ୍ତର ଓ ଘୁମୁସର ଦକ୍ଷିଣ ବନଖଣ୍ଡରେ ହାତୀ ଉପଦ୍ରବ ବଢ଼ିବାରେ ଲାଗିଛି। ସୋମବାର ସୁଦ୍ଧା ଦୁଇ ବନଖଣ୍ଡର ବିଭିନ୍ନ…

ନୂଆଁଖାଇ ପାଇଁ ଏକଜୁଟ ହେଲେ ଦୁଇ ଖଣ୍ଡ ଗାଁର ୮୦୦ ପରିବାର

ବଲାଙ୍ଗୀର, ୧।୯: ବଲାଙ୍ଗୀର ଜିଲାରେ ନୂଆଁଖାଇ ପର୍ବ ପାଳନକୁ ନେଇ ଏବେଠାରୁ ପ୍ରସ୍ତୁତି ଆରମ୍ଭ ହୋଇଗଲାଣି। ଗଣପର୍ବ ନୂଆଁଖାଇ ଭାଇଚାରା ଓ ଏକତାର ପର୍ବ ହୋଇଥିବାରୁ ବିଭିନ୍ନ…

ଯୋଗ୍ୟ ଭୋଟରଙ୍କ ନାମ ତାଲିକାରୁ ବାଦ ପ୍ରସଙ୍ଗରେ ଗର୍ଜିଲା ବିଜେଡି

ଧାମନଗର,୧।୯(ସନ୍ତୋଷ କୁମାର ମହାପାତ୍ର): ଫର୍ମ-୭ର ଅପବ୍ୟବହାର କରି ପ୍ରାୟ ୩ ହଜାରରୁ ଊଦ୍ଧର୍‌ବ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୋଗ୍ୟ ଭୋଟରଙ୍କ ନାମ ତାଲିକାରୁ ବାଦ ଦେବା ପ୍ରସଙ୍ଗରେ ଧାମନଗର…

ମୟୂରଭଞ୍ଜ ପ୍ରବଳରୁ ଅତି ପ୍ରବଳ ବର୍ଷା: ଉପୁଜିଲା ବନ୍ୟା ଆଶଙ୍କା

ବାରିପଦା,୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଲଘୁଚାପଜନିତ ବର୍ଷା ପ୍ରଭାବରେ ବନ୍ୟା ପରିସ୍ଥିତି ଉପୁଜିଛି। ଜିଲାର ବିଭିନ୍ନ ବ୍ଲକ ସମେତ ଶିମିଳିପାଳର ବିଭିନ୍ନ ସ୍ଥାନରେ ସୋମବାର ସକାଳ…

ଖାଦ୍ୟ ଖୋଜି ଗାଁରେ ଭାଲୁ! ରାତି ଅଧରେ ମନ୍ଦିରରେ ପଶି ନେଇଗଲା ଘିଅ ଡବା, ଭୟରେ ଗ୍ରାମବାସୀ

ନବରଙ୍ଗପୁର,୧।୯(ସଦାଶିବ ପ୍ରହରାଜ): ଭାଲୁ ଖୋଜୁଛି ଖାଦ୍ୟ ଠିକଣା । ଖାଦ୍ୟ ଅନ୍ୱେଷଣରେ ଜଙ୍ଗଲ ଛାଡି ଜନ ବସତି ମୁହାଁ ଭାଲୁ । ନବରଙ୍ଗପୁର ଜିଲା ତେନ୍ତୁଳୀଖୁଣ୍ଟି ବ୍ଲକ୍‌…

ଟିଟିଲାଗଡ଼ ସହରରେ ହାତୀ ଆତଙ୍କ: ରେଳ ଧାରଣା ନିକଟରେ ଥିବା ବୁଦାମୂଳ ଭିତରକୁ ପଶି…

ଟିଟିଲାଗଡ଼, ୧/୯ (ସଞ୍ଜୟ କୁମାର ବେହେରା): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ହାତୀ ଆତଙ୍କ ଦେଖାଦେଇଛି। ସୋମବାର ସକାଳୁ ଟିଟିଲାଗଡ଼ ସହରର ମାଳଗୋଦାମପଡ଼ା ନିକଟସ୍ଥ ରେଳ ଲାଇନ…

ଭଞ୍ଜନଗର ସ୍ବତନ୍ତ୍ର କାରାଗାରରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ: କର୍ମଚାରୀ ଅଭାବ

ଭଞ୍ଜନଗର,୧।୯(ବାବୁଲା ପ୍ରଧାନ): ବେସରକାରୀ ପରିଦର୍ଶକମାନେ ଗଞ୍ଜାମ ଜିଲା ଭଞ୍ଜନଗର ସ୍ବତନ୍ତ୍ର କାରାଗାରକୁ ଯାଇ ସେମାନଙ୍କ ଖାଦ୍ୟ, ସ୍ବାସ୍ଥ୍ୟସେବା, ସର୍ବୋପରି ଜେଲ ପରିସର ପରିଷ୍କାର ଓ ପରିଚ୍ଛନ୍ନତା ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri