ଜିଲା ପରିଷଦ ଜୋନସ୍ତରୀୟ ଶିକ୍ଷା ସମୀକ୍ଷା ବୈଠକ

ସିନାପାଲି,୧୪।୮(ଡି.ଏନ.ଏ.)-ନୂଆପଡ଼ା ଜିଲା ସିନାପାଲି ବ୍ଲକ୍‌ କାର୍ଯ୍ୟାଳୟ ସଭାଗୃହରେ ୧୪ ନଂ. ଜିଲା ପରିଷଦ ଜୋନସ୍ତରରେ ସମସ୍ତ ବିଦ୍ୟାଳୟ ଏକ ସମୀକ୍ଷା ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଥିଲ। ଗୋଷ୍ଠୀ ଶିକ୍ଷାଧିକାରୀ ଜଗଦୀଶ ପ୍ରସାଦ ଖମାରୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ଏବିଇଓ ଉତ୍କଳମଣି ଅଗସ୍ତି, ଭାବଗ୍ରାହୀ ପଣ୍ଡା ଓ ରୁଦ୍ରେଶ୍ୱର ମେହେରଙ୍କ ସମେତ ଜିଲା ବିଜ୍ଞାନ ସୁପରଭାଇଜର୍‌ ଅଶ୍ୱିନୀ କୁମାର ଭୋଇ, ଶୁଭ୍ରାଂଶୁ ଶେଖର ବାରିକ ପ୍ରମୁଖ ଯୋଗଦେଇଥିଲେ । ଜିଲା ପରିଷଦ ସଭ୍ୟ ପ୍ରିୟରଞ୍ଜନ ମେହେର, ଗୋଡାଲ ସରପଞ୍ଚ ରାସେଶ୍ୱର ପାଣିଗ୍ରାହୀ, ସିନାପାଲି ସରପଞ୍ଚ ସତ୍ୟବାନ ମେହେର, ନୂଆପଡା ସରପଞ୍ଚ ବିଦ୍ୟାଧର ବୋଡକିଆ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ବୈଠକରେ ସମସ୍ତ ସିଆର୍‌ସିସି ଓ ୪୯ ଜଣ ବିଭିନ୍ନ ବିଦ୍ୟାଳୟ ପ୍ରଧାନଶିକ୍ଷକ ଯୋଗଦେଇଥିଲେ। ସରକାର ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ସମସ୍ତ ଦାୟିତ୍ୱ ଗ୍ରାମପଞ୍ଚାୟତକୁ ହସ୍ତାନ୍ତର କରିଥିବା ବେଳେ ଗ୍ରାମପଞ୍ଚାୟତ ସହିତ ବିଦ୍ୟାଳୟକୁ ଯୋଡିବା ପାଇଁ ଆଲୋଚନା କରାଯାଇଥିଲା। ଏହାସହିତ ବିଭିନ୍ନ ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ଅନୁପାତରେ ଶିକ୍ଷକ ଶିକ୍ଷୟିତ୍ରୀ ନିଯୁକ୍ତି, ଆବଶ୍ୟକ ଶ୍ରେଣୀ କୋଠରି, ବିଦ୍ୟାଳୟ ମରାମତି, ଆବଶ୍ୟକ ପାଇଖାନା, ପାନୀୟଜଳ ବ୍ୟବସ୍ଥା, ବିଦ୍ୟୁତ୍‌କରଣ, ବାଡା ନିର୍ମାଣ, ଖେଳପଡିଆ ଓ ବିଦ୍ୟାଳୟକୁ ସଂଯୋଗ କରୁଥିବା ରାସ୍ତା ଇତ୍ୟାଦିର ନିର୍ମାଣ ଓ ମରାମତି କାର୍ଯ୍ୟ କିପରି ଠିକ୍‌ ଢଙ୍ଗରେ ହୋଇ ପାରିବ ସେ ସମ୍ପର୍କରେ ଆଲୋଚନା କରାଯାଇଥିଲା। ସେହିପରି ବିଦ୍ୟାଳୟ ସୁରକ୍ଷା, ଜନସାଧାରଣଙ୍କ ସମ୍ପୃକ୍ତି ସମ୍ପର୍କରେ ଆଲୋଚନା କରାଯାଇଥିଲା । ସିନାପାଲି ଶିକ୍ଷା ବିଭାଗରେ ବହୁ ସମସ୍ୟା ଲାଗି ରହିଥିଲେ ବି ପ୍ରଶାସନ ସ୍ଥାଣୁ ପାଲଟିଥିବା ବେଳେ ଜିଲା ପରିଷଦ ସଦସ୍ୟଙ୍କ ନେତୃତ୍ୱରେ ସମସ୍ୟାର ସମାଧାନ ପାଇଁ ଉଦ୍ୟମ ଜାରି ରଖିଥିବା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି । ଏଭଳି ଉଦ୍ୟମ କେବେ ହୋଇ ନ ଥିବା ବେଳେ ବୁଦ୍ଧିଜୀବୀ ମହଲରେ ସାଧୁବାଦ ଜଣାଇଛନ୍ତି । ସୂଚନାଯୋଗ୍ୟ ଯେ, ବିଦ୍ୟାଳୟଗୁଡିକୁ ଯୋଗାଣ ହୋଇଥିବା ମଧ୍ୟାହ୍ନଭୋଜନ ଚାଉଳ ଯୋଗାଣରେ ବ୍ୟାପକ ଅନିୟମିତତା ହେଉଥିବା ନେଇ ଶିକ୍ଷକମାନେ ଅଭିଯୋଗ କରି ଆସୁଥିଲେ ମଧ୍ୟ ଏହାର ସମାଧାନ ହୋଇପାରୁନାହିଁ। ଏହି ଅନିୟମିତତାକୁ ନେଇ ଉଚ୍ଚସ୍ତରୀୟ ତଦନ୍ତ କରାଗଲେ ପ୍ରକୃତ ରହସ୍ୟ ଜଣାପଡିବ ବୋଲି ସାଧାରଣରେ ମତପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଲାଣ କରୁଥିଲେ କଫ୍ ସିରପ୍, ମାଡ଼ି ବସିଲା ପୋଲିସ

ଭେଡେନ, ୬/୯ (ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଋଷୁଡ଼ା ଫାଣ୍ଡି ପୋଲିସ ଶନିବାର ବିପୁଳ ପରିମାଣର କଫ୍ ସିରପ୍ ଜବତ କରିଛି। ଏହି ଘଟଣାରେ…

ନୂଆଁଖାଇ ଲଗ୍ନ ଧାର୍ଯ୍ୟ

ସମ୍ୱଲପୁର, ୬ା୯ (ବି.ଶଙ୍କର): ପରମ୍ପରା ଓ ରୀତିନୀତି ଅନୁସାରେ ପଶ୍ଚିମଓଡ଼ିଶାର କୃଷିଭିତ୍ତିକ ଗଣପର୍ୱ ନୂଆଁଖାଇ ପାଇଁ ଶନିବାର ଲଗ୍ନ ଧାର୍ଯ୍ୟ ହୋଇଛି। ଇଷ୍ଟ ଦେବୀ ସମଲେଇଙ୍କ ରାଶି…

ଦାରିଙ୍ଗବାଡ଼ିରେ ବର୍ଷା ଛାଡ଼ିବା ପରେ ସକାଳୁଆ ଶୀତ ସହ ଘନ କୁହୁଡ଼ି

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): ଲଘୁଚାପଜନିତ ବର୍ଷା ଛାଡ଼ିବା ପରେ ଏବେ ଦାରିଙ୍ଗବାଡ଼ି ଅଞ୍ଚଳରେ ପାଗ ସମ୍ପୂର୍ଣ୍ଣ ଶୁଖିଲା ରହିଛି। ଗତ ୨ ଦିନ ହେଲା ଦିନ…

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

ରାସ୍ତା ପାର୍‌ ହେଉଥିବା ବେଳେ ଧକ୍କା ଦେଲା ଅଜଣା ଗାଡ଼ି, ଚାଲିଗଲା ବୃଦ୍ଧଙ୍କ ଜୀବନ,ପୋଲିସ୍‌ର…

ଦିଗପହଣ୍ଡି,୫/୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ରାୟଗଡ଼ା ୩୨୬ ନମ୍ବର ଜାତୀୟ ରାଜପଥ ଧର୍ମପୁର ଗ୍ରାମ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ସଡ଼କ ଦୁର୍ଘଟଣା…

ଚାପୁଡ଼ାର ପ୍ରତିଶୋଧ ନେବାକୁ ଆକ୍ରମଣ! ଗ୍ରାମ୍ୟକମିଟି ସଭ୍ୟଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ, ୪ ଗିରଫ, ରକ୍ତଭିଜା ଖଣ୍ଡା…

ଦିଗପହଣ୍ଡି,୫। ୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମର ଗ୍ରାମ୍ୟକମିଟି ସଭ୍ୟ ବନମାଳୀ ବିଷୋୟୀଙ୍କ ପୁଅ ପ୍ରେମା ଓରଫ ପ୍ରେମାନନ୍ଦ…

ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…

ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri