ଜିଲା ମୁଖ୍ୟଚିକିତ୍ସାଳୟ: ମେଡିଶିନ ବିଭାଗରେ ଲାଗିବ ଲିଫ୍ଟ, ର଼୍ୟାମ୍ପ

ବାଲେଶ୍ୱର ଅଫିସ, ୮।୧୨-ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ମେଡିସିନ ବିଭାଗରେ ଲିଫ୍ଟ ଓ ର଼୍ୟାମ୍ପ ନିର୍ମାଣ ହେବ। ଶନିବାର ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସ ଚିକିତ୍ସାଳୟରେ ପୃଥକ ଭାବେ ଡେଙ୍ଗୁ ଓ ଡାଇରିଆ ୱାର୍ଡ଼ ନିର୍ମାଣ ଲାଗି ଶନିବାର ଭିତ୍ତିପ୍ରସ୍ତର ସ୍ଥାପନ କରିବା ଅବସରରେ ଏହି ଘୋଷଣା କରିଛନ୍ତି। ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ, ମତ୍ସ୍ୟ ସମ୍ପଦ, ପ୍ରାଣୀଧନ, ଦୁଗ୍ଧ ପ୍ରକ୍ରିୟାକରଣ ରାଷ୍ଟ୍ରମନ୍ତ୍ରୀ ତଥା ବାଲେଶ୍ୱର ଏମ୍‌ପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ମୁଖ୍ୟଅତିଥି ଭାବେ ଯୋଗ ଦେଇଥିଲେ। ରାଜ୍ୟ ପର୍ଯ୍ୟଟନ ଓ ଓଡ଼ିଆ ଭାଷା, ସାହିତ୍ୟ, ସଂସ୍କୃତି ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ, ସଦର ବିଧାୟକ ମଦନମୋହନ ଦତ୍ତ, ରେମୁଣା ବିଧାୟକ ସୁଧାଂଶୁ ଶେଖର ପରିଡ଼ା ଓ ଜିଲା ପରିଷଦ ଅଧ୍ୟକ୍ଷା ନିବେଦିତା ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ।
ଭିତ୍ତିପ୍ରସ୍ତର ସ୍ଥାପନ ପରେ ସମ୍ମିଳନୀ କକ୍ଷଠାରେ ଏକ ସମୀକ୍ଷା ବୈଠକ ବସିଥିଲା। ବାଲେଶ୍ୱର ସଦର ବିଧାୟକ ଏବଂ ରେମୁଣା ବିଧାୟକ ଜିଲା ମୁଖ୍ୟ ଡାକ୍ତରଖାନାରେ ଲାଗି ରହିଥିବା ବିଭିନ୍ନ ସମସ୍ୟା ଉପସ୍ଥାପନ କରି ଏହାର ସମାଧାନ ଲାଗି ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଥିଲେ। ଏହି ଅବସରରେ ମେଡ଼ିକାଲ କଲେଜ କ୍ରିୟାନୁଷ୍ଠାନ କମିଟି ତରଫରୁ ଏକ ୧୫ଦଫା ସମ୍ବଳିତ ଦାବି ଉପସ୍ଥାପନା କରାଯାଇଥିଲା। ଏସବୁ ବିଷୟ ନେଇ ଆଲୋଚନା ବେଳେ ସ୍ବାସ୍ଥ୍ୟମନ୍ତ୍ରୀ କହିଥିଲେ ଉପରୋକ୍ତ ଦାବି ମଧ୍ୟରୁ ଅଧିକାଂଶ ଦାବି ପୂରଣ ହୋଇସାରିଛି। କେବଳ ଡାକ୍ତର ପଦବୀ ପୂରଣ କ୍ଷେତ୍ରରେ କେତେକ ସମସ୍ୟା ରହିଛି। କେନ୍ଦ୍ରମନ୍ତ୍ରୀ ଷଡଙ୍ଗୀ ଖାଲି ଥିବା ଡାକ୍ତରୀ ପଦବୀ ତୁରନ୍ତ ପୂରଣ ଦିଗରେ ରାଜ୍ୟ ସରକାର ଯତ୍ନବାନ ହେବା ସହ ଖାଲିପଡିଥିବା ପରିଚାଳକ ପଦବୀ ପୂରଣ କରନ୍ତୁ ବୋଲି କହିଥିଲେ। ସେହିପରି କୁକୁର କାମୁଡ଼ା ଔଷଧ ମହଜୁଦ୍‌ ରଖାଯିବା, ଆମ୍ବୁଲାନ୍ସ ଠିକ୍‌ ସମୟରେ ଯୋଗାଇ ଦେବା, ଆଉଟଡ଼ୋରକୁ ବ୍ୟବସ୍ଥିତ କରିବା ଆଦି ବିଷୟରେ କେନ୍ଦ୍ରମନ୍ତ୍ରୀ ଆଲୋଚନା କରି ଏ ଦିଗରେ ପଦକ୍ଷେପ ନେବାକୁ ବିଭାଗୀୟ ମନ୍ତ୍ରୀଙ୍କୁ ପଦକ୍ଷେପ ନେବାକୁ ଅନୁରୋଧ କରିଥିଲେ। ସ୍ବାସ୍ଥ୍ୟମନ୍ତ୍ରୀ ଦାସ ତାଙ୍କ ପ୍ରତ୍ୟୁତ୍ତରରେ ଡାକ୍ତର ଅଭାବ ସମସ୍ୟା ଆଗାମୀ ୩ ବର୍ଷ ଯାଏ ଲାଗି ରହିବ ବୋଲି କହିବା ସହିତ ଏହା ରାଷ୍ଟ୍ରବ୍ୟାପୀ ସମସ୍ୟା ବୋଲି ଦର୍ଶାଇଥିଲେ। ତେବେ ଆସନ୍ତା ଜାନୁୟାରୀ ୧୫ ସୁଦ୍ଧା ମେଡ଼ିକାଲ କଲେଜରେ ଆଉ ଏକ ଅଲଟ୍ରାସାଉଣ୍ଡ ମେଶିନ ଡାକ୍ତରଖାନାରେ ସ୍ଥାପିତ ହେବ ବୋଲି ସେ ପ୍ରତିଶ୍ରୁତି ଦେଇଥିଲେ। ସେହିପରି ଥାଲାସେମିଆ ରୋଗୀଙ୍କ ଉପଯୁକ୍ତ ଯତ୍ନ ନେବା, ଶଯ୍ୟା ସଂଖ୍ୟା ବୃଦ୍ଧି କରିବା, ଆଇସିୟୁରେ ସିଟ୍‌ ସଂଖ୍ୟା ବଢ଼ାଇବା, ସର୍ବଦା ଅନ୍ୟ ହସ୍‌ପିଟାଲ ରେଫରକୁ କମାଇବାକୁ ଦୃଷ୍ଟି ଦିଆଯିବ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ କହିଥିଲେ। ସମୀକ୍ଷା ପରେ ସ୍ବାସ୍ଥ୍ୟମନ୍ତ୍ରୀ ଡାକ୍ତରଖାନାର ଏସଏନସିୟୁ, ପ୍ରସୂତି ଗୃହ ଆଦି ବୁଲି ଦେଖିଥିଲେ। ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ, ମୁଖ୍ୟ ଚିକିତ୍ସାଧିକାରୀ ଡା. ବାନାର୍ଜୀ ପ୍ରସାଦ ଛୋଟରାୟ, ମେଡ଼ିକାଲ ସୁପରିଣ୍ଟେଣ୍ଡେଣ୍ଟ ଡା. ଅନୁପ କୁମାର ଘୋଷ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏଠାରେ ପେଟ୍ରୋଲ ଦର ବିଶ୍ୱରେ ସବୁଠାରୁ ଅଧିକ; ଇରାନ ଯୁଦ୍ଧ ଯୋଗୁ ପରିସ୍ଥିତି ଆହୁରି ଖରାପ, ଜାଣନ୍ତୁ କାରଣ

ହଂକଂ,୫।୪: ମଧ୍ୟପ୍ରାଚ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀରେ ପରିବହନରେ ବାଧା ଯୋଗୁ ବିଶ୍ୱ ଶକ୍ତି ବଜାର ସମ୍ପୂର୍ଣ୍ଣ ଅସ୍ଥିର ହୋଇପଡ଼ିଛି। ଅଶୋଧିତ ତୈଳ ମୂଲ୍ୟ…

ଯୁଦ୍ଧ ଭିତରେ ବଡ଼ ଖବର, ହସ୍ପିଟାଲରେ ଭର୍ତ୍ତି ହେଲେ ଟ୍ରମ୍ପ? ସାରା ବିଶ୍ୱରେ ଚହଳ, ହ୍ବାଇଟ୍‌ ହାଉସ୍‌…

ୱାଶିଂଟନ,୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଗତ କିଛି ଦିନ ହେବ ସୋସିଆଲ ମିଡିଆରେ ଜୋରଦାର ଚର୍ଚ୍ଚା ଚାଲିଛି। ସେ ଗୁରୁତର ଅସୁସ୍ଥ ହୋଇ…

ଆଉ ଏକ ଆମେରିକୀୟ ବିମାନକୁ ଖସାଇଲା ଇରାନ, ଦାବି କରି କହିଲା….

ତେହେରାନ,୫।୪: ଇରାନ ସହିତ ଚାଲିଥିବା ସଂଘର୍ଷରେ ଆମେରିକୀୟ ସେନା ପ୍ରବଳ କ୍ଷତି ସହୁଛି । ରବିବାର ଦିନ, ଇରାନର ଇସଲାମିକ୍ ରିଭୋଲ୍ୟୁସନାରୀ ଗାର୍ଡ କର୍ପସ (IRGC) ଇସଫାହାନ…

ଭାଜପା ସରକାରଙ୍କୁ ଅରୁଣଙ୍କ କଡ଼ା ଟାର୍ଗେଟ୍‌, କହିଲେ କାମ କରୁନି ଡବଲ ଇଞ୍ଜିନ, ପୂର୍ବରୁ…

ବଲାଙ୍ଗୀର,୫ା୪(ସୁନିଲ କୁମାର ମହାନ୍ତି): ନୟାଗଡ଼ ବିଧାୟକ ଅରୁଣ ସାହୁ ରବିବାର ବଲାଙ୍ଗୀର ଗସ୍ତରେ ଆସିଥିବା ବେଳେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଉଚ୍ଚଶିକ୍ଷା ବିଭାଗରେ କୋଟା ବୃଦ୍ଧିକୁ…

‘ସୁରକ୍ଷିତ ରହିବ ଓଡ଼ିଶାର ଐତିହ୍ୟ-ପରମ୍ପରା’

ପାଟଣା,୫ା୪(ବୀରକିଶୋର ଦାଶ): ଓଡ଼ିଆ ପକ୍ଷ ଉପଲକ୍ଷେ ରବିବାର ଓଡ଼ିଶାର ଐତିହ୍ୟ ଓ ପରମ୍ପରାକୁ ସୁରକ୍ଷା ଦେବା ଉଦ୍ଦେଶ୍ୟରେ ପାଟଣା ମୁଖ୍ୟାଳୟ ଆଞ୍ଚଳିକ ମହାବିଦ୍ୟାଳୟ ତରଫରୁ ଏକ ଗଣଦୌଡ଼…

Shubman Gillଙ୍କୁ ନେଇ ଆସିଲା ବଡ଼ ଅପଡେଟ, ଜାଣନ୍ତୁ କ’ଣ କହିଲେ କୋଚ

ନୂଆଦିଲ୍ଲୀ,୫।୪: ଶୁବମନ ଗିଲ ଶନିବାର ଅହମଦାବାଦରେ ଗୁଜରାଟ ଟାଇଟାନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଅନୁଷ୍ଠିତ ଆଇପିଏଲ ୨୦୨୬ର ୯ମ ମ୍ୟାଚ ଖେଳିପାରି ନଥିଲେ। ତାଙ୍କ ଅନୁପସ୍ଥିତିରେ…

ଯାତ୍ରା ଜଗତରେ ପାଦ ଥାପିବେ ବଲିଉଡ୍‌ର ଏହି ସୁପରଷ୍ଟାର, ସୂଚନା ଦେଇ ରାଣୀ ପଣ୍ଡା କହିଲେ ଖୁବ୍‌ଶୀଘ୍ର ମୋ’ ଯାତ୍ରାରେ…

ଭୁବନେଶ୍ୱର,୫ା୪: ଯାତ୍ରା ଅଭିନେତ୍ରୀରୁ ମାଲିକାଣୀ ପାଲଟିଥିବା ରାଣୀ ପଣ୍ଡା ଯାତ୍ରାଜଗତକୁ ନେଇ ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବଲିଉଡ୍‌ର ଜଣେ ସୁପରଷ୍ଟାର ତାଙ୍କ ଯାତ୍ରା…

‘ଏହା କେବଳ ଟ୍ରେଲର ମାତ୍ର… ପିକ୍ଚର ଏବେବି ବାକି ଅଛି’, AAPକୁ ନେଇ ନୂଆ ଭିଡ଼ିଓ ଜାରି କଲେ ରାଘବ ଚଢା

ନୂଆଦିଲ୍ଲୀ,୫।୪: ରାଜ୍ୟ ସଭାରେ ଉପନେତା ପଦରୁ ତାଙ୍କୁ ହଟାଇବା ପରେ, ଆମ ଆଦମୀ ପାର୍ଟି (ଆପ) ନେତା ଏବଂ ରାଘବ ଚଢାଙ୍କ ମଧ୍ୟରେ ବାକ ଯୁଦ୍ଧ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri