ଜିଲା ମୁଖ୍ୟ ଚିକିତ୍ସାଳୟକୁ ଜାତୀୟ କ୍ୱାଲିଟି ପ୍ରମାଣପତ୍ର

ଭବାନୀପାଟଣା,୨୧।୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟରେ ବିଭିନ୍ନ ସମସ୍ୟା ଏବଂ ଅଧାରୁ ଅଧିକ ଡାକ୍ତର ପଦବୀ ଖାଲିଥିବା ସତ୍ତ୍ୱେ ଜାତୀୟସ୍ତରରେ ଡାକ୍ତରଖାନାକୁ କ୍ୱାଲିଟି ପ୍ରମାଣପତ୍ର ମିଳିଛି। ଏ ସମ୍ପର୍କରେ ଜାତୀୟ ସ୍ବାସ୍ଥ୍ୟ ମିଶନର ଅତିରିକ୍ତ ସଚିବ ମନୋଜ ଝଲାନୀ ପତ୍ର ଲେଖି ଓଡ଼ିଶା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ କମିଶନର ତଥା ସଚିବ ଡ. ପ୍ରମୋଦ ମେହେରଙ୍କୁ ଜଣାଇଛନ୍ତି। ଦୁର୍ଘଟଣା ଜରୁରୀ ସେବା, ଫାର୍ମାସୀ ଏବଂ ଇଣ୍ଟେନ୍‌ସିଭ କେୟାର ୟୁନିଟ୍‌ ବ୍ୟତୀତ ଚିକିତ୍ସାଳୟରେ ୧୨ଟି ବିଭାଗକୁ ନେଇ ଯେଉଁ ସ୍ବାସ୍ଥ୍ୟସେବା ଯୋଗାଇ ଦିଆଯାଉଛି ତାହା ଉଲ୍ଲେଖଯୋଗ୍ୟ। ତେଣୁ ଜାତୀୟସ୍ତରରେ ଚିକିତ୍ସାଳୟ ଜାତୀୟ କ୍ୱାଲିଟି ସାର୍ଟିଫିକେଟ ପ୍ରଦାନ କରାଯାଇଛି। ଏଥି ନିମନ୍ତେ ଜୁଲାଇ ୨୨-୨୪ ତାରିଖ ପର୍ଯ୍ୟନ୍ତ ଏକ ତଦନ୍ତକାରୀ ଦଳ ଜିଲା ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ କରି ରିପୋର୍ଟ ପ୍ରଦାନ ପରେ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଜାତୀୟ କ୍ୱାଲିଟି ପ୍ରମାଣପତ୍ର ପ୍ରଦାନ କରାଯାଇଛି। କଳାହାଣ୍ଡି ଜିଲାର ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ ବେଳେ ୮୪% ନମ୍ବର ରଖି ସାର୍ଟିଫିକେଟ ପାଇବା ପାଇଁ ଯୋଗ୍ୟ ବିବେଚିତ ହୋଇଛି। ଏଥି ନିମନ୍ତେ ଜୁନାଗଡ଼ ବିଧାୟକ ତଥା ଶକ୍ତି, ଶିଳ୍ପ, ଏମ୍‌ଏସ୍‌ଏମଇ ଓ ଗୃହ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର କଳାହାଣ୍ଡି ଜିଲାରେ କାର୍ଯ୍ୟରତ ସ୍ବାସ୍ଥ୍ୟ ବିଭାଗର ସିଡିଏମ୍‌ଓଙ୍କ ସମେତ ସମସ୍ତ ଡାକ୍ତର ଓ ସ୍ବାସ୍ଥ୍ୟ କର୍ମଚାରୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସମସ୍ତ ଅସୁବିଧା ସତ୍ତ୍ୱେ ଜିଲାବାସୀଙ୍କୁ ଜିଲା ଚିକିତ୍ସାଳୟ ସେବା ଯୋଗାଇ ଦେଉଥିବାରୁ ମନ୍ତ୍ରୀ ମିଶ୍ର ସାଧୁବାଦ ଜଣାଇବା ସହ କଳାହାଣ୍ଡି ଜିଲାରେ ସ୍ବାସ୍ଥ୍ୟସେବାକୁ ଲୋକାଭିମୁଖୀ କରିବା ପାଇଁ ସମସ୍ତ ପ୍ରକାର ସହଯୋଗ କରିବା ନିମନ୍ତେ ମତ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...

ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ...

Bahraich Violence: ବହରାଇଚ ହିଂସା ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ, ଅନ୍ୟ ନଅ ଜଣଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୧୧।୧୨: ବହରାଇଚ ହିଂସାର ମୁଖ୍ୟ ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ଅନ୍ୟ ନଅ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ଆଜୀବନ କାରାଦଣ୍ଡ ଦିଆଯାଇଛି। ଗୁରୁବାର କୋର୍ଟ ରାମଗୋପାଳ...

ଦୁର୍ଘଟଣାରେ ଚାଲିଗଲା ଜୀବନ: ବାଇକ୍‌ ଚାଳକ ଗିରଫ

କୋକସରା,୧୧ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଗତ ୩ ତାରିଖ ରାତିରେ ନିଆଁ ପୁଇଁବା ସମୟରେ ବାଇକ୍‌ ଧକ୍କାରେ କୋକସରା ଥାନା ଡାଲଗୁମା ଗ୍ରାମର ଅଶୋକ କୁମାର...

୨୪ ଲିଟର ଅପମିଶ୍ରିତ ଦେଶୀ ମଦ ଜବତ; ୨ ଅଭିଯୁକ୍ତ କୋର୍ଟ ଚାଲାଣ

ଦିଗପହଣ୍ଡି,୧୧।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ ଥାନା ଅଧୀନରେ ଚଢ଼ାଉ କରାଯାଇ ମୋଟ ୨୪ ଲିଟର ଅପମିଶ୍ରିତ ଦେଶୀ ମଦ ଜବତ କରାଯାଇଛି।...

ପତ୍ନୀଙ୍କୁ ହତ୍ୟାକରି ମୃତ ଶରୀରକୁ ବ୍ଲେଣ୍ଡରରେ ପୁରାଇ ପ୍ୟୁରି ବନାଇଦେଲେ ସ୍ବାମୀ…, ପୂର୍ବତନ ମିସ୍‌ ସ୍ବିଜରଲ୍ୟାଣ୍ଡଙ୍କ ସ୍ବାମୀ ଅଭିଯୁକ୍ତ

ବେର୍ନ,୧୧।୧୨: ପୂର୍ବତନ ମିସ ସ୍ବିଜରଲ୍ୟାଣ୍ଡ ଫାଇନାଲିଷ୍ଟ କ୍ରିଷ୍ଟିନା ଜୋକ୍ସିମୋଭିକଙ୍କ ସ୍ବାମୀଙ୍କ ବିରୋଧରେ ହତ୍ୟା ଅଭିଯୋଗ ଆସିଛି। ସ୍ବିସ କର୍ତ୍ତୃପକ୍ଷ କହିଛନ୍ତି ଯେ ସନ୍ଦିଗ୍ଧ ବ୍ୟକ୍ତି କ୍ରୋଧରେ...

ଟସ୍‌ ଜିତିଲା ଭାରତ: ସୂର୍ଯ୍ୟକୁମାରଙ୍କୁ ମିଳିଲା ବଡ଼…

ଚଣ୍ଡିଗଡ,୧୧।୧୨: ଦକ୍ଷିଣ ଆଫ୍ରିକା ବିପକ୍ଷରେ ଦ୍ୱିତୀୟ ଟି-୨୦ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ମ୍ୟାଚ...

ମାନବିକତା ଦେଖାଇଲେ ଛତ୍ରପୁର ବିଧାୟକ, ଦୁର୍ଘଟଣା ହୋଇ ରାସ୍ତାରେ ପଡିଥିବା ବାପା-ପୁଅଙ୍କୁ…

ଛତ୍ରପୁର,୧୧।୧୨ (ଦିଲ୍ଲୀପ ସାମଲ ): ମାନବିକତା ଦେଖାଇଲେ ଛତ୍ରପୁର ବିଧାୟକ। ଦୁର୍ଘଟଣାରେ ଆହତ ହୋଇଥିବା ବିଧାୟକ ବାପା ପୁଅଙ୍କୁ ମେଡିକାଲ ପଠାଇଛନ୍ତି। ଏଭଳି ଏକ ଦୃଶ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri