ଅନୁଗୋଳ ଅଫିସ, ୧୧।୭ – ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟର ଜଣେ ମହିଳା ଡାକ୍ତର ବୁଧବାର ମେଡିକାଲରେ ଥାଇ ବି ଏକ ଘରୋଇ ଚିକିତ୍ସାଳୟର କାର୍ଯ୍ୟ କରିବା ଅଭିଯୋଗ ହୋଇଛି। ଜାତୀୟ ଫୁଟବଲ ଖେଳାଳି ତନୁଜା ବାଗେ ଏହି ଅଭିଯୋଗ ଆଣିଛନ୍ତି। ଘଟଣାକୁ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ପ୍ରତାପ କୁମାର ଗୁରୁତ୍ୱର ସହ ନେଇଛନ୍ତି। ସେ କହିଛନ୍ତି, ମେଡିକାଲରେ ଘଟିଥିବା ଏହି ଘଟଣା ନଜରକୁ ଆସିଛି। ଗୁରୁବାର ତଦନ୍ତ କରାଯାଇ ସମ୍ପୃକ୍ତା ଡାକ୍ତରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।
ତନୁଜା ଅଭିଯୋଗ କରିଛନ୍ତି ଯେ, ମଙ୍ଗଳବାର ରାତିରେ ତପସ୍ବିନୀ ଏକ୍ସପ୍ରେସରେ ସେ ଝିଅ ପଦ୍ମିନୀ ଓ ସ୍ବାମୀଙ୍କ ସହ ଝାରୁସୁଗୁଡ଼ା ଫେରୁଥିବା ବେଳେ ଝିଅର ଅସୁସ୍ଥତା ଯୋଗୁ ତାକୁ ଅନୁଗୋଳ ମେଡିକାଲ ଶିଶୁରୋଗ ବିଭାଗରେ ଭର୍ତ୍ତି କରିଥିଲେ। ବୁଧବାର ମଧ୍ୟାହ୍ନ ବେଳକୁ ଝିଅ ସାମାନ୍ୟ ସୁସ୍ଥ ହେବାରୁ ସେ ଦାୟିତ୍ୱରେ ଥିବା ଡାକ୍ତର କଳ୍ପନା ଜେନାଙ୍କ ନିକଟକୁ ଯାଇ ଡିସ୍ଚାର୍ଜ କରିବାକୁ କହିଥିଲେ। କିନ୍ତୁ ସମ୍ପୃକ୍ତା ଡାକ୍ତର ଅନ୍ୟ କାର୍ଯ୍ୟରେ ବ୍ୟସ୍ତ ଥିବା କହି ତାଙ୍କୁ ରୁମ୍ ବାହାରେ ଠିଆ ହେବାକୁ ନିର୍ଦ୍ଦେଶ ଦେଇଥିଲେ। ତନୁଜା ଝାରସୁଗୁଡ଼ା ଯିବେ ବୋଲି କହିଥିଲେ ମଧ୍ୟ ଡାକ୍ତର କିଛି ଶୁଣି ନ ଥିଲେ। ସେତେବେଳେ ଡାକ୍ତର କଳ୍ପନା ଏକ ଘରୋଇ ଡାକ୍ତରଖାନା ଫାଇଲ ଗୁଡ଼ିକରେ ଦସ୍ତଖତ କରୁଥିବା ତନୁଜା ଅଭିଯୋଗ କରିଛନ୍ତି। ଜଣେ ବ୍ୟକ୍ତି ଏ ସମ୍ପର୍କରେ ସମ୍ପୃକ୍ତା ମହିଳା ଡାକ୍ତରଙ୍କୁ ପଚାରିବାରୁ ସେ ତୁରନ୍ତ ଉକ୍ତ ଫାଇଲଗୁଡ଼ିକ ବନ୍ଦ କରିଦେଇଥିଲେ। ଏହି ସମୟରେ ଫାଇଲ ନେଇ ଆସିଥିବା ଏକ ଘରୋଇ ଡାକ୍ତରଖାନାର ଜଣେ କର୍ମଚାରୀ ସେଠାରୁ ଦୌଡି ପଳାଇ ଯାଇଥିଲେ। ଘଟଣା ସମ୍ପର୍କରେ ସେ ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରିଥିବା ତନୁଜା କହିଛନ୍ତି। ତେବେ ଅଭିଯୋଗ ସମ୍ପର୍କରେ ମହିଳା ଡାକ୍ତରଙ୍କ ସହ ଯୋଗାଯୋଗ କରିବାକୁ ତାଙ୍କ ମୋବାଇଲ ନଂ. ୯୪୩୭୨୧୩୬୦୮ରେ ବାରମ୍ବାର ଫୋନ କରାଯାଇଥିଲେ ମଧ୍ୟ ସେ ରିସିଭ ନ କରିବାରୁ ମତାମତ ମିଳିପାରି ନାହିଁ। ଏ ନେଇ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ବେହେରା କହିଛନ୍ତି, ଏଭଳି ଘଟଣା ଘଟିଥିଲେ କ୍ଷମା କରାଯିବ ନାହିଁ। ଜାତୀୟ ଫୁଟବଲ ଖେଳାଳି ହୁଅନ୍ତୁ କି ସାଧାରଣ ଲୋକ, ସେମାନଙ୍କ ଟଙ୍କାରେ ଦରମା ନେଇ ଅନ୍ୟ ଘରୋଇ ମେଡିକାଲ କାର୍ଯ୍ୟ କରିବା ବରଦାସ୍ତ କରାଯିବ ନାହିଁ। ଏହାର ତଦନ୍ତ କରାଯାଇ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସିଡିଏମ୍ଓ ବେହେରା ପ୍ରକାଶ କରିଛନ୍ତି।
ମାଛ ଜାଲରେ ଛନ୍ଦି ହୋଇ ଫସିଲା ହାତୀ ଛୁଆ, ୧୨ଘଣ୍ଟା ପରେ…
ପାଲଲହଡ଼ା,୨୩।୧(ଦିବ୍ୟଜ୍ୟୋତି ଦାଶ): ଅନୁଗୁଳ ଜିଲା ପାଲଲହଡା ବନାଞ୍ଚଳ ଦେବଗଡ଼ ବନ ଖଣ୍ଡ ଅନ୍ତର୍ଗତ ହରିପୁର ଗ୍ରାମ ନିକଟରେ ଥିବା ରେଙ୍ଗାଳି ନଦୀନ୍ଧ ରେ ବିଛା ଯାଇଥିବା ମାଛ…
ଘରକୁ ଫେରୁଥିବା ବେଳେ ବାଇକ୍କୁ ପଛ ପଟୁ ଧକ୍କା ଦେଲା ଟ୍ରକ୍, ପୁଅ ଆଗରେ ଚାଲିଗଲା ବାପାର ଜୀବନ
ପାଲଲହଡ଼ା,୨୧ା୧(ଦିବ୍ୟଜ୍ୟୋତି ଦାଶ): ଆଜି ଅପରାହ୍ନରେ ଜାତୀୟ ରାଜପଥ ୪୯ କଲେଜ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ବାପା ଏବଂ ପୁଅ ଏକ ସ୍କୁଟିରେ ଯାଉଥିବାବେଳେ…
ଶିକାର ପାଇଁ ଖଞ୍ଜିଥିବା ବୋମା ଚୋବାଇ ହାତୀର ମୃତ୍ୟୁ, ବନ ବିଭାଗର ଅବହେଳା ଅଭିଯୋଗ
ଅନୁଗୋଳ ୧୮/୦୧(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ବନ୍ତଳା ରେଞ୍ଜ ବାଳୁଅକଟା ଗାଁ ପଥରଗଡ଼ ସାହି ନିକଟରୁ ବୁଧବାର ବିଳମ୍ବିତ ରାତିରେ ଏକ ଅସୁସ୍ଥ ଅଣ୍ଡିରା ହାତୀର ମୃତଦେହ…
ଶିକାର ପାଇଁ ଖଞ୍ଜାଯାଇଥିବା ବୋମା ଖାଇ ହାତୀ ଗୁରୁତର! ବନ୍ୟପ୍ରାଣୀଙ୍କ ସୁରକ୍ଷାକୁ ନେଇ ପ୍ରାଣୀ ପ୍ରେମୀ ଚ଼ିନ୍ତାରେ…
ଅନୁଗୋଳ,୧୫।୧ (ମାନସ ବିଶ୍ୱାଳ ): ଅନୁଗୋଳ ବନଖଣ୍ଡ ବନ୍ତଳା ରେଞ୍ଜ ବାଳୁଅକଟା ଗାଁ ପଥରଗଡ଼ ସାହି ନିକଟରୁ ବୁଧବାର ବିଳମ୍ବିତ ରାତିରେ ଏକ ଅସୁସ୍ଥ ଅଣ୍ଡିରା ହାତୀ…
ଗଞ୍ଜେଇ ଗାଡି ସନ୍ଦେହରେ ଗୋଡାଉଥିଲା ପୋଲିସ, ଫେରାର୍ ମାରିବାବେଳେ ୨ ଜଣଙ୍କୁ ପିଟିଦେଲା କାର୍
ମାଧପୁର,୧୪।୧( ମନୋଜ କୁମାର ପ୍ରଧାନ): ଗଞ୍ଜେଇ ଗାଡି ସନ୍ଦେହରେ ପୋଲିସ ଗୋଡାଉଥିବା ଗାଡି ଦୁର୍ଘଟଣାରେ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ଆଠମଲ୍ଲିକ କିଆକଟା ଥାନା ନାଏକପଡା…
ଶୌଚ ପାଇଁ ଯାଇଥିଲେ ମହିଳା: ଦଳିଦେଲା ହାତୀ
ଅନୁଗୋଳ,୧୨।୧(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ଶଙ୍ଖପୁର ପଞ୍ଚାୟତ ଢିପପଦା ସାହିରେ ଜଣେ ମହିଳାଙ୍କୁ ଦଳଦେଇଛି ହାତୀ। ଢିପସାହିର ଇଚ୍ଛା ଦେହୁରୀ (୭୫) ଆଜି ଭୋର ସମୟରେ ଶୌଚପାଇଁ…
ଗୋରୁ ବୋଝେଇ ଟ୍ରକ୍ ଦୁର୍ଘଟଣାଗ୍ରସ୍ତ: ଜଣଙ୍କ ଜୀବନ ଗଲା,ଅନେକ ଗୋରୁ…
ମାଧପୁର,୧୦।୧(ମନୋଜ କୁମାର ପ୍ରଧାନ): ଅନୁଗୋଳ ଜିଲା କିଆକଟା ଥାନା ଅନ୍ତର୍ଗତ ପନ୍ଥେଇ ନିକଟରେ ଏକ ଗୋରୁ ବୋଝେଇ ଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛନ୍ତି। ଏହି ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ…
ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ ପଡିଲେ RI, ଝରକା ବାହାରକୁ ଫିଙ୍ଗି ଦେଲେ ଟଙ୍କା
ଅନୁଗୋଳ,୮ା୧: ଜମି ଚିହ୍ନଟ ପାଇଁ ଲାଞ୍ଚ ନେଉଥିବା ବେଳେ ଧାରା ପଡିଲେ ରାଜସ୍ବ ନିରୀକ୍ଷକ(RI)। ଗୁରୁବାର ଅନୁଗୋଳ ଜିଲା ଆଠମଲ୍ଲିକ ତହସିଲ ଅନ୍ତର୍ଗତ ତୁସର RI ସର୍କଲର…
Archives

