ଜିଲା ମୁଖ୍ୟ ଚିକିତ୍ସାଳୟରେ ‘ମୋ ସରକାର ଟିମ୍‌’

ବାଲେଶ୍ୱର ଅଫିସ, ୨୦।୧୨-ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟ ତଥା ଫକୀରମୋହନ ସରକାରୀ ମେଡ଼ିକାଲ କଲେଜକୁ ଗୁରୁବାର ପୂର୍ବାହ୍ନ ସାଢ଼େ ୧୧ଟାରେ ୩ ଜଣିଆ ମୋ ସରକାର ଟିମ୍‌ ପରିଦର୍ଶନ କରିଛନ୍ତି। ଚିକିତ୍ସାଳୟ ଓପିଡ଼ି ସମେତ ଔଷଧ ବିତରଣ କେନ୍ଦ୍ର ଓ ସମସ୍ତ ବିଭାଗ ପରିଦର୍ଶନ କରିବା ପରେ ଆହାର କେନ୍ଦ୍ରରେ ମିଳୁଥିବା ଖାଦ୍ୟର ମାନ ଯାଞ୍ଚ କରିଥିଲେ।
ମୋ ସରକାର ଟିମ୍‌ର ସ୍ବାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ସ୍ବତନ୍ତ୍ର ଶାସନ ସଚିବ ଡା. ମାନସ ରଞ୍ଜନ ସାମନ୍ତରାୟ, ଅତିରିକ୍ତ ନିର୍ଦ୍ଦେଶକ ଡା. ପ୍ରଶାନ୍ତ କୁମାର ଦାସ, ଗୋଷ୍ଠୀ ସାଧନ କେନ୍ଦ୍ର ଜାତୀୟ ସ୍ବାସ୍ଥ୍ୟ ମିଶନ ମୁଖ୍ୟ ପରାମର୍ଶଦାତା ଡା. ସୁଶାନ୍ତ କୁମାର ନାୟକ ମିଳିତ ଭାବେ ଜିଲା ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନରେ ସାମିଲ ଥିଲେ। ଟିମ୍‌ ସଦସ୍ୟମାନେ ପହଞ୍ଚତ୍ ଓପିଡ଼ିର ଡାକ୍ତରମାନେ ରୋଗୀଙ୍କ ପାଇଁ ଲେଖୁଥିବା ଔଷଧ, ଔଷଧ ବିତରଣ କେନ୍ଦ୍ର, ବିଭିନ୍ନ ୱାର୍ଡ଼ର ସ୍ବଚ୍ଛତା, ରୋଗୀଙ୍କ ଚିକିତ୍ସା ସମ୍ପର୍କରେ ସମ୍ପର୍କୀୟଙ୍କୁ ପଚାରି ବୁଝିବା ପରେ ଚିକିତ୍ସାଳୟର ଉନ୍ନତି ନିମନ୍ତେ ଫକୀରମୋହନ ସରକାରୀ ମେଡ଼ିକାଲ କଲେଜର ସୁପରିଣ୍ଟେଣ୍ଡେଣ୍ଟ ଡା. ସୁଧୀର ଘୋଷ, ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ବାନାର୍ଜୀ ପ୍ରସାଦ ଛୋଟରାୟଙ୍କ ସମେତ ବହୁ କର୍ମଚାରୀଙ୍କ ସହ ଆଲୋଚନା କରିଥିଲେ। ଶେଷରେ ଚିକିତ୍ସାଳୟ ପରିସରରେ ଥିବା ଆହାର କେନ୍ଦ୍ରକୁ ଯାଇ ରୋଗୀମାନଙ୍କୁ ମିଳୁଥିବା ଖାଦ୍ୟ ଖାଇ ତାହାର ମାନ ଯାଞ୍ଚ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ବର୍ଷା ସତ୍ତ୍ୱେ କେଏସୟୁବି କଲେଜରେ ଚାରାରୋପଣ: ସହଯୋଗ କଲେ…

ଭଞ୍ଜନଗର,୧୬।୭(ବାବୁଲା ପ୍ରଧାନ): ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଗୁରୁବାର ପ୍ରବଳ ବର୍ଷା ସତ୍ତ୍ୱେ ଚାରାରୋପଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଅଧ୍ୟକ୍ଷ ଡ. ଗଗନ ବିହାରୀ…

ନିଜ ଦରମାରୁ ମୃତକଙ୍କ ପରିବାରକୁ ଆର୍ଥିକ ସହାୟତା ଦେଲେ ସମିତି ସଭ୍ୟ ଧ୍ରୁବ, ବୁଦ୍ଧିଜୀବୀ ମହଲରେ ଉଚ୍ଚ ପ୍ରଶଂସା

ଗଞ୍ଜାମ,୧୬।୭ (ବିଦ୍ୟାଧର ସାହୁ ): ଝିଅ ବିବାହ ଏବଂ ମୃତ ବ୍ୟକ୍ତିଙ୍କ ପରିବାରକୁ ଆର୍ଥିକ ସହାୟତା କରି ଚର୍ଚ୍ଚାରେ ସମିତି ସଭ୍ୟ ଧ୍ରୁବ ଚରଣ ପଲାଇ। ଗଞ୍ଜାମ…

ଜାରି ରହିଛି ଲଗାଣ ବର୍ଷା: କୁଲାଡ ରଥଯାତ୍ରା ବର୍ଷା ପାଇଁ ନାହିଁ ଶ୍ରଦ୍ଧାଳୁଙ୍କ ଭିଡ଼

ଭଞ୍ଜନଗର,୧୬।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ବୁଧବାର ରାତିରୁ ଗୁରୁବାର ଖବର ଲେଖା ହେବା ପର୍ଯ୍ୟନ୍ତ ଲଗାଣ ବର୍ଷା ଲାଗି ରହିଛି। ଏହାଦ୍ୱାରା ଜନଜୀବନ ଅସ୍ତବ୍ୟସ୍ତ…

ବିଦ୍ୟୁତ ବୋର୍ଡ ମରାମତି କରୁଥିବା ବେଳେ ମାରିଲା କରେଣ୍ଟ, ତାପରେ….

ପାଟଣା,୧୬ା୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ସାହାରପଡା ବ୍ଲକ ବଡ଼ବିଲ ପଞ୍ଚାୟତ ଅନ୍ତର୍ଗତ ବାର ତୁଣିଆ ଗ୍ରାମରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ବିପଦପୂର୍ଣ୍ଣ ଅବସ୍ଥାରେ ବୃଦ୍ଧାଙ୍କ ଘର: ସହାୟତାର ହାତ ବଢ଼ାଇଲେ ସମାଜସେବୀ

କର୍ଲାମୁଣ୍ଡା:୧୬।୭(ପ୍ରଦୀପ କୁମାର ସାହୁ)କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଯୋରାଡବରା ଗ୍ରାମ ପଞ୍ଚାୟତ କୁଶୁର୍ଲା ହଜାରିପଡ଼ାର ଜଣେ ଅସହାୟ ବୃଦ୍ଧା ଫୁଲତୁଲା ସାହୁ( ୭୫)ଙ୍କ ଘର ଲଗାତାର ବର୍ଷା…

ରଣ୍ଢାରେ ବଡ଼ ସଡ଼କ ଦୁର୍ଘଟଣା; ଔଷଧ କିଣିବାକୁ ଯାଉଥିବା ବେଳେ କାର-ଟ୍ରକ ଧକ୍କାରେ ଦମ୍ପତି ମୃତ, କ୍ଷତିପୂରଣ ଦାବିରେ ୧୬ ନଂ ଜାତୀୟ ରାଜପଥ ଅବରୋଧ

ଗୋପାଳପୁର,୧୬ା୭(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ୧୬ ନଂ ଜାତୀୟ ରାଜପଥ ଗୋଳନ୍ଥରା ଅଧିନସ୍ଥ ରଣ୍ଢାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଗୁରୁବାର ଦିନ ରାସ୍ତା…

ବର୍ଷା ସତ୍ତ୍ୱେ ଜନଜାତି ଗାଁରେ ନିଆରା ଢଙ୍ଗରେ ପାଳନ ହେଉଛି ରଥଯାତ୍ରା: ଦେଖିବାକୁ ଶ୍ରଦ୍ଧାଳୁଙ୍କ ଭିଡ଼

ଦାରିଙ୍ଗବାଡି, ୧୬।୭ (ଅରୁଣ ସାହୁ):ଲଘୁଚାପ ପ୍ରଭାବରେ ବୁଧବାର ବିଳମ୍ବିତ ରାତ୍ର ଠାରୁ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଲଗାଣ ବର୍ଷା ଜାରି ରହିଛି । ତେବେ…

କବାଟ ବନ୍ଦ କରି ୪ ବର୍ଷର ପୁଅକୁ ହତ୍ୟା କଲେ ବାପା, ମା’ ଆଖିରୁ ଶୁଖୁନି ଲୁହ, କହିଲେ ତାଙ୍କ ସ୍ବାମୀ…

ଉଦଳା,୧୬ା୭(ସନ୍ତୋଷ କୁମାର ବାଛିନି): ବାପା ସାଜିଲେ ଜହ୍ଲାଦ। ଦୁନିଆ କ’ଣ ଜାଣି ନ ଥିବା ୪ ବର୍ଷର ଜନ୍ମ କଲା ପୁଅକୁ କଟୁରିରେ ହାଣି ହତ୍ୟା କଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri