ଜିଲା ମୁଖ୍ୟ ଚିକିତ୍ସାଳୟରେ କେନ୍ଦ୍ରାଞ୍ଚଳ ଆର୍‌ଡିସି: ଚିକିତ୍ସା ସେବାକୁ ପ୍ରାଥମିକତା ଦିଅ

ବାଲେଶ୍ୱର ଅଫିସ,୨୮।୧୧- କେନ୍ଦ୍ରାଞ୍ଚଳ ଆର୍‌ଡ଼ିସି ଇଂ. ଅନିଲ କୁମାର ସାମଲ ବୁଧବାର ପୂର୍ବାହ୍ନ ୧୦ଟା ସମୟରେ ଅଚାନକ ଗସ୍ତରେ ଆସି ବାଲେଶ୍ୱର ଫକୀରମୋହନ ମେଡ଼ିକାଲ କଲେଜ ଓ ହସ୍‌ପିଟାଲ ପରିଦର୍ଶନ କରିଥିଲେ। ଜିଲା ମୁଖ୍ୟ ଚିକିତ୍ସାଳୟରେ ଥିବା ବିଭିନ୍ନ ସମସ୍ୟାର ପ୍ରତିକାର ଉପରେ ସେ ଗୁରୁତ୍ୱାରୋପ କରି ତୁରନ୍ତ ଏହାର ସମାଧାନ ପାଇଁ ଜିଲା ଅଧିକାରୀଙ୍କ ସହ ଆଲୋଚନା କରିଥିଲେ। ଏଥିସହିତ ୫-ଟି କାର୍ଯ୍ୟକାରିତା ଉପରେ ସେ ଗୁରୁତ୍ୱାରୋପ କରିଥିଲେ। ରୋଗୀଙ୍କୁ ଯେଭଳି ଉପଯୁକ୍ତ ଚିକିତ୍ସା ସେବା ମିଳିବ ସେଥିଲାଗି ପ୍ରାଥମିକତା ଦେବାକୁ ସେ କହିଥିଲେ।
କେନ୍ଦ୍ରାଞ୍ଚଳ ଆର୍‌ଡ଼ିସି ଇଂ. ସାମଲ ଜିଲା ମୁଖ୍ୟ ଚିକିତ୍ସାଳୟରେ ପହଞ୍ଚତ୍ ପ୍ରଥମେ ସର୍ଜରୀ ୱାର୍ଡ଼, ସ୍ତ୍ରୀ ଓ ପ୍ରସୂତି ବିଭାଗ ଯାଇ ପରେ ଭେଷଜ ବିଭାଗ ବୁଲି ରୋଗୀଙ୍କ ସମ୍ପର୍କୀୟଙ୍କ ସହ ଆଲୋଚନା କରିଥିଲେ। ବିଭିନ୍ନ ଅବ୍ୟବସ୍ଥା ସମ୍ପର୍କରେ ଆର୍‌ଡ଼ିସିଙ୍କୁ ରୋଗୀଙ୍କ ସମ୍ପର୍କୀୟମାନେ ଅବଗତ କରାଇଥିଲେ। ସେଥିମଧ୍ୟରେ ଡାକ୍ତର ଓ କର୍ମଚାରୀ ନିଯୁକ୍ତି, ଉତ୍ତମ ସେବା ପାଇଁ ବ୍ୟବସ୍ଥା, ଆବଶ୍ୟକୀୟ ଉପକରଣ ଅଭାବ ଥିବାର ରୋଗୀଙ୍କ ସମ୍ପର୍କୀୟ ଗିରିଜା ଦାସ ଅଭିଯୋଗ ଆଣିଥିଲେ। କେନ୍ଦ୍ରାଞ୍ଚଳ ଆର୍‌ଡ଼ିସି ପରେ ଆହାର କେନ୍ଦ୍ର ପରିଦର୍ଶନ କରିବା ସହିତ ରୋଗୀଙ୍କ ଧାଡ଼ିରେ ଛିଡ଼ା ହୋଇ ଖାଦ୍ୟ ଖାଇବା ସହ ରୋଗୀଙ୍କ ସମ୍ପର୍କୀୟଙ୍କ ସହ ଖାଦ୍ୟର ମାନ ସମ୍ପର୍କରେ ଆଲୋଚନା କରିଥିଲେ। ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ, ଫକୀରମୋହନ ମେଡ଼ିକାଲ କଲେଜ ଡିନ୍‌ ଅଧ୍ୟକ୍ଷ ଡା. ପ୍ରତାପ ରଥ, ସୁପରିଣ୍ଟେଣ୍ଡେଣ୍ଟ ଡା. ସୁଧୀର ଘୋଷ ପ୍ରମୁଖ ଉପସ୍ଥିତ ଥିଲେ। ୫-ଟି ଉପରେ ସରକାର ଗୁରୁତ୍ୱ ଦେଉଥିବାବେଳେ ଲୋକଙ୍କୁ ଉତ୍ତମ ଚିକିତ୍ସା ସେବା ଯୋଗାଇବା ପାଇଁ ପ୍ରଶାସନିକ ଅଧିକାରୀମାନେ ଉଦ୍ୟମ ଚଳାଇଥିବା ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ବାନାର୍ଜୀ ପ୍ରସାଦ ଛୋଟରାୟ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ଆନନ୍ଦପୁର ସମବାୟ ସମିତିର ନିଲମ୍ବିତ ସମ୍ପାଦକ: ୨୧ ଲକ୍ଷରୁ ଅଧିକ ଟଙ୍କା ଆତ୍ମସାତ୍

ବାଙ୍କୀ, ୧୧।୮(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ କେନ୍ଦ୍ର ସମବାୟ ବ୍ୟାଙ୍କ ଅନ୍ତର୍ଗତ ଓସ୍ତିଆ ପଞ୍ଚାୟତର ଆନନ୍ଦପୁର ସେବା ସମବାୟ ସମିତିରେ ହୋଇଥିବା ବ୍ୟାପକ ଦୁର୍ନୀତି ଏବଂ ଅର୍ଥ ହେରଫେର…

ବାଙ୍କୀରେ ୧୬୩ ଧାରା ଉଲ୍ଲଂଘନ: ଭାଜପା-ବିଜେଡି ମୁହାଁମୁହିଁ, ୭ ଦିନିଆ ଚେତାବନୀ: ପ୍ରଶାସନିକ କାର୍ଯ୍ୟାନୁଷ୍ଠାନକୁ ନେଇ

ବାଙ୍କୀ, ୧୧।୮(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଉପଖଣ୍ଡ ଡମପଡ଼ା ବ୍ଲକ ଏବଂ ଉପଜିଲ୍ଲାପାଳ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ବିଏନ୍‌ଏସ୍‌ର ୧୬୩ ଧାରା ଜାରି ହୋଇଥିବା ସତ୍ତ୍ବେ ଦୁଇ ପ୍ରମୁଖ…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

ତିନିଦିନିଆ ଲକ୍ଷପତି ଦିଦି କର୍ମଶାଳା-ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା ଶୁଭାରମ୍ଭ, ବିଧାୟକ ଯୋଗଦେଇ…

ଗଞ୍ଜାମ, ୧୧।୮(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପରିସରରେ ସମନ୍ୱିତ ଶିଶୁ ପ୍ରକଳ୍ପ କାର୍ଯ୍ୟାଳୟ ପକ୍ଷରୁ ତିନିଦିନିଆ ଲକ୍ଷପତି ଦିଦି କର୍ମଶାଳା ଏବଂ ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା ମଙ୍ଗଳବାର…

ବିଜୟଲକ୍ଷ୍ମୀନାରାୟଣପୁର ଗ୍ରାମରେ ଘଟିଥିଲା ସବର୍ଣ୍ଣ-ଅସବର୍ଣ୍ଣ ସଂଘର୍ଷ: ବର୍ଷେ ପରେ ୩ ଅଭିଯୁକ୍ତ ଗଲେ ଜେଲ 

ଦିଗପହଣ୍ଡି, ୧୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟଲକ୍ଷ୍ମୀନାରାୟଣପୁର ଗ୍ରାମରେ ଗତ ବର୍ଷ ଘଟିଥିବା ସବର୍ଣ୍ଣ-ଅସବର୍ଣ୍ଣ ଗୋଷ୍ଠୀ ସଂଘର୍ଷ ଏବଂ ହତ୍ୟା ଉଦ୍ୟମ ମାମଲାରେ…

ଭିଟାମାଟିରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ରେଡକ୍ରସରୁ ସହାୟତା, ଗୃହହୀନ ପରିବାରକୁ ଥଇଥାନ ଦାବି

ଦିଗପହଣ୍ଡି,୧୧।୮(ଅଶେଷ ନାଥ ମିଶ୍ର): ତାମିଲନାଡ଼ୁରେ ଟ୍ରେନରୁ ଖସି ମୃତ୍ୟୁବରଣ କରିଥିବା ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମର ଦାଦନ ଶ୍ରମିକ ଟୁନା ବେହେରାଙ୍କ ମୃତଦେହ ମଙ୍ଗଳବାର…

ପ୍ରଶାସନିକ ଅବହେଳାର ପ୍ରତିବାଦ: ବର୍ଷାଜଳ ନିଷ୍କାସନ ନ ହେବାରୁ ଅନେକ ଗ୍ରାମର ଚାଷ ଜମି ଜଳମଗ୍ନ, ଆନ୍ଦୋଳନ ଚେତାବନୀ

ହାଟଡିହୀ/ଛେନାପଦୀ,୧୧।୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଡରମ୍ପାସ କେନାଲରେ ଅବ୍ୟବସ୍ଥା ଯୋଗୁ ବର୍ଷାଜଳ ନିଷ୍କାସନ ହୋଇପାରୁ ନାହିଁ, ଯାହାଫଳରେ ଚାଷ କାର୍ଯ୍ୟରେ ଗୁରୁତର…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri