ଜିଲା ଯୋଗାଣ ବିଭାଗର ଚଢ଼ାଉ: ବେଆଇନ ଗଚ୍ଛିତ ୧୩୮ ବସ୍ତା ଚାଉଳ ଜବତ

ଭଦ୍ରକ ଅଫିସ, ୧୮।୧୨: ଭଦ୍ରକ ଜିଲା ଯୋଗାଣ ବିଭାଗର ଏକ ଚାରିଜଣିଆ ଟିମ୍‌ ବୁଧବାର ଅପରାହ୍ନରେ ସଦର ବ୍ଲକ ଅଧୀନ ଦୈସିଂ ପଞ୍ଚାୟତ ଚଢ଼େୟା ଜେନାସାହିର ଏକ ଘରେ ଅଚାନକ ଚଢ଼ାଉ କରି ବେଆଇନ ଭାବେ ଗଚ୍ଛିତ ଥିବା ୧୩୮ ବସ୍ତା ଚାଉଳ ଜବତ କରିଛି। ଜିଲାପାଳ ଜ୍ଞାନରଞ୍ଜନ ଦାସଙ୍କ ନିର୍ଦ୍ଦେଶକ୍ରମେ ଅତିରିକ୍ତ ଜିଲା ଯୋଗାଣ ଅଧିକାରୀ ମାନସ ରଞ୍ଜନ ମହାପାତ୍ର, ବନ୍ତ ଯୋଗାଣ ନିରୀକ୍ଷକ ଅଶୋକ କୁମାର ବେହେରା, ବାସୁଦେବପୁର ପୌରପାଳିକା ଯୋଗାଣ ନିରୀକ୍ଷକ ଅଜୟ କୁମାର ଦାସ ଓ ଭଦ୍ରକ ଯୋଗାଣ ନିରୀକ୍ଷକ ବାବୁଲାଲ ବାରିକ ଚଢ଼ାଉରେ ସାମିଲ ଥିଲେ। ଏହି ସାହିର ଜଣେ ବ୍ୟକ୍ତିଙ୍କ ଘରକୁ ଅନ୍ୟ ଜଣେ ବ୍ୟକ୍ତି ଭଡ଼ାରେ ନେଇ ସେଠାରେ ୧୩୮ ବସ୍ତା ତଥା ୬୯ କୁଇଣ୍ଟାଲ ଚାଉଳ ରଖିଥିଲେ ବୋଲି ଅତିରିକ୍ତ ଜିଲା ଯୋଗାଣ ଅଧିକାରୀ ପ୍ରାଥମିକ ସୂଚନା ଦେଇଛନ୍ତି। ଉକ୍ତ ଚାଉଳରେ ବିଭିନ୍ନ ମିଲ୍‌ର ଟ୍ୟାକ୍‌ ଲାଗିଥିବା ଚଢ଼ାଉ ବେଳେ ଏହି ଟିମ୍‌ ଜାଣିବାକୁ ପାଇଛି। ତେବେ ଏତେ ପରିମାଣର ଚାଉଳ କିଭଳି ସେଠାରେ ରଖାଗଲା ସେ ନେଇ ଜିଲା ଯୋଗାଣ ବିଭାଗ ତଦନ୍ତ କରୁଛି। ବେଆଇନ ଗଚ୍ଛିତ ହୋଇଥିବାରୁ ଉକ୍ତ ଘରକୁ ସିଲ୍‌ କରାଯାଇ ଚାଉଳକୁ ସ୍ଥାନୀୟ ଜଣେ ଡିଲରଙ୍କୁ ଜିମା ଦିଆଯାଇଛି। ଘଟଣାର ତଦନ୍ତ ପରେ ଅଧିକ ରିପୋର୍ଟ ପ୍ରଦାନ କରାଯିବ ବୋଲି ଜିଲା ଯୋଗାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏ ସମ୍ପର୍କରେ ଜିଳାପାଳ ଦାସଙ୍କୁ ପଚାରିବାରୁ ଘଟଣାର ତଦନ୍ତ ପରେ ବେଆଇନ ଭାବେ ଚାଉଳ ଗଚ୍ଛିତ ରଖିଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri