ଜିଲା ଶିକ୍ଷା ବ୍ୟବସ୍ଥାରେ ବିଚିତ୍ର ନୀତି : ଛୁଟିଦିନରେ ବି ପିଲାଙ୍କୁ ମଧ୍ୟାହ୍ନଭୋଜନ ଦିଆଯାଇଥିବା ଦର୍ଶାଯାଇଛି

ମାଲକାନଗିରି,୬ା୭(ଡି.ଏନ୍‌.ଏ.): ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କ ପାଇଁ ସରକାର ମଧ୍ୟାହ୍ନଭୋଜନର ବ୍ୟବସ୍ଥା କରିଛନ୍ତି। କିନ୍ତୁ ସରକାରୀ ଛୁଟି ଦିନଗୁଡ଼ିକରେ ଏହି ବ୍ୟବସ୍ଥା ନ ଥିଲେ ମଧ୍ୟ ଶିକ୍ଷକଙ୍କ ଖାମଖିଆଲ ତଥା ଅର୍ଥଲୋଭ ଜିଲାର ଶିକ୍ଷା ବ୍ୟବସ୍ଥା ପ୍ରତି ଅଙ୍ଗୁଳି ନିର୍ଦ୍ଦେଶ କରିଛି। ଏପରି ଅନିୟମିତତା ମାଲକାନଗିରି ଜିଲା ଖଇରପୁଟ ବ୍ଲକ ଅନ୍ତର୍ଗତ ବୃଡଡୁରାଲ ପଞ୍ଚାୟତ ବାଲିକୁଣ୍ଡ ପ୍ରାଥମିକ ବିଦ୍ୟାଳୟରେ ଦେଖିବାକୁ ମିଳିଛି। ଛୁଟିଦିନରେ ମଧ୍ୟ ଉକ୍ତ ବିଦ୍ୟାଳୟରେ ମଧ୍ୟାହ୍ନଭୋଜନ ଦିଆଯାଇଥିବା ବିଦ୍ୟାଳୟର ସରକାରୀ ନଥିପତ୍ରରୁ ଜଣାପଡ଼ିଛି। ସରକାରୀ ତାଲିକା ଅନୁଯାୟୀ, ଗତ ଜୁନ୍‌ ୩୦ ତାରିଖ ରବିବାର ସରକାରୀ ଛୁଟି ସତ୍ତ୍ୱେ ବାଲିକୁଣ୍ଡ ପ୍ରାଥମିକ ବଦ୍ୟାଳୟରେ ମଧ୍ୟାହ୍ନଭୋଜନ ଦିଆଯାଇଥିବା ସ୍କୁଲ କର୍ତ୍ତୃପକ୍ଷ ଶିକ୍ଷାଧିକାରୀଙ୍କୁ ମୋବାଇଲରେ ମେସେଜ ପଠାଇଛନ୍ତି। ଉକ୍ତ ଦିନ ୧୯ ଜଣ ଛାତ୍ରୀଛାତ୍ର ଉପସ୍ଥିତ ଏବଂ ମଧ୍ୟାହ୍ନଭୋଜନ ଦିଆଯାଇଥିବା ଦର୍ଶାଯାଇଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା ଏପରି ମେସେଜ୍‌ ପାଇଲା ପରେ ବ୍ଲକ କିମ୍ବା ଜିଲା ଶିକ୍ଷାଧିକାରୀ ଏ ସମ୍ବନ୍ଧରେ କୌଣସି ପ୍ରଶ୍ନ ଉଠାଇନାହାନ୍ତି। ଘଟଣା ସମ୍ବନ୍ଧରେ ଶିକ୍ଷା ବିଭାଗର ପଦାଧିକାରୀ ଏବଂ ଜିଲାପାଳ ଉକ୍ତ ଗ୍ରାମକୁ ଯାଇ ସେହି ଗ୍ରାମର ଅଭିଭାବକ ଛାତ୍ରୀଛାତ୍ର ଏବଂ ସ୍କୁଲ ବିଦ୍ୟାଳୟର ନଥିପତ୍ର ଯାଞ୍ଚ କଲେ ଅନେକ ଅନିୟମିତତା ଲୋକଲୋଚନକୁ ଆସିପାରିବ ବୋଲି ସାଧାରଣରେ ଦାବି ହୋଇଛି। ଏ ନେଇ ଜିଲା ଶିକ୍ଷାଧିକାରୀଙ୍କ ସହ ଯୋଗାଯୋଗ ହୋଇ ପାରି ନ ଥିବାରୁ ତାଙ୍କର ପ୍ରତିକ୍ରିୟା ମିଳି ପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

୧୧ କେଭି ତାରରେ ଲାଗି ୩ ଦଣ୍ଡୁଆ ମୃତ, ୨ ଗୁରୁତର

ଢେଙ୍କାନାଳ, ଅନୁଗୋଳ, ୧୨ା୪ (ରତନ ନାୟାର/ଜ୍ୟୋତିରଞ୍ଜନ ସାହୁ): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବାଲିମି ଥାନା ଅଧୀନ ପାଟଳା ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଦୁଃଖଦ ଘଟଣା…

ହେଉଥିଲେ ଚାଲାଣ: ଟ୍ରେନ୍‌ରୁ ୧୬୩ ନାବାଳକ ଉଦ୍ଧାର

ଭୋପାଳ,୧୨ା୪: ବିହାର ଏବଂ ମହାରାଷ୍ଟ୍ରରୁ ଚାଲାଣ ହେଉଥିବା ୧୬୩ଜଣ ନାବାଳକଙ୍କୁ ମଧ୍ୟପ୍ରଦେଶର କାଟ୍‌ନି ଜିଲାରେ ଏକ ଏକ୍ସପ୍ରେସ୍‌ ଟ୍ରେନ୍‌ରୁ ରେଲ୍‌ଓ୍ବେ ପୋଲିସ ଉଦ୍ଧାର କରିଛି। ପିଲାମାନଙ୍କ ବୟସ…

ହର୍ମୁଜକୁ ବନ୍ଦ କରିବ ଆମେରିକା! ଟ୍ରମ୍ପଙ୍କ ଘୋଷଣା ପରେ ବିଶ୍ବରେ ହଲଚଲ

ଓ୍ବାଶିଂଟନ,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି । ବଢ଼ିପାରେ ତୈଳ ସଙ୍କଟ । ବିଶେଷକରି, ଟ୍ରମ୍ପ କହିଛନ୍ତି ଯେ ଆମେରିକା ନୌସେନା…

କିଏ ହେବେ ବିହାରର ନୂଆ ମୁଖ୍ୟମନ୍ତ୍ରୀ, ଦୌଡ଼ରେ ଏହି ପ୍ରମୁଖ ନେତା

ନୂଆଦିଲ୍ଲୀ,୧୨ା୪: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ସଭାକୁ ଯିବା ପରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ, ତାହାକୁ ନେଇ କଳ୍ପନାଜଳ୍ପନା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷେ ଭାଜପା…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ

ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri