ଜି.ଉଦୟଗିରି ବିଧାନସଭାରେ ବିଜେଡିର ବାଜିମାତ: ସାଲୁଗା ପ୍ରଧାନ ୧୧୨୬୧ଭୋଟରେ ବିଜୟୀ

ଜି.ଉଦୟଗିରି, ୨୪।୫(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଜି.ଉଦୟଗିରି ୮୩(ଏସ୍‌ଟି) ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡିର ସାଲୁଗା ପ୍ରଧାନ ବିଜୟୀ ହୋଇଛନ୍ତି। ସାଲୁଗା ନିଜର ନିକଟତମ ପ୍ରତିଦ୍ୱନ୍ଦ୍ୱୀ କଂଗ୍ରେସର ଶ୍ୟାମଘନ ପ୍ରଧାନଙ୍କୁ ୧୧୨୬୧ ଖଣ୍ଡ ଭୋଟ ବ୍ୟବଧାନରେ ପରାଜିତକରି ଏହି ସଫଳତା ପାଇଛନ୍ତି। ସାଲୁଗା ସମୁଦାୟ ୫୩୨୩୮ ଖଣ୍ଡ ଭୋଟ ପାଇଥିବା ବେଳେ ଶ୍ୟାମଘନ ୪୧୯୭୭ଟି ଭୋଟ ପାଇଥିଲେ। ଭାଜପାର ଅର୍ଚ୍ଚନା ପ୍ରଧାନ ୩୫୯୯୮ ଭୋଟ ପାଇ ତୃତୀୟ ସ୍ଥାନରେ ରହିଛନ୍ତି। ଏନ୍‌ସିପିର ଆଶିଷ ମଲିକ ୧୦୭୪, ସ୍ବାଧୀନ ପ୍ରାର୍ଥୀ ପୁଷାର କହଁର ୧୪୯୨, ସ୍ବାଧୀନ ପ୍ରାର୍ଥୀ ପ୍ରତାପ କୁମାର ପ୍ରଧାନ ୧୨୩୮, ପୂର୍ବତନ ବିଧାୟକ ଜାକବ ପ୍ରଧାନ ସ୍ବାଧୀନ ପ୍ରାର୍ଥୀ ଭାବେ ଛିଡ଼ା ହୋଇ ମାତ୍ର ୧୯୨୦ ଖଣ୍ଡ ଭୋଟ ପାଇଥିବା ବେଳେ ନୋଟାକୁ ୯୩୮ ଭୋଟ ଯାଇଛି। ବିଜେଡିକୁ ୩୮.୬୧ % ଭୋଟ ମିଳିଥିବା ବେଳେ କଂଗ୍ରେସ ୩୦.୪୫ ଏବଂ ଭାଜପା ୨୬.୨୧% ଭୋଟ ପାଇଛି। ସାଲୁଗା କଂଗ୍ରେସ ଗଡ଼କୁ ଭାଙ୍ଗିବା ପରେ ତାଙ୍କ ନିକଟରୁ ଶୁଭେଚ୍ଛାର ସୁଅ ଛୁଟୁଛି। ବିଜେଡି କର୍ମୀମାନେ ବାଣ ଫୁଟାଇ ଆନନ୍ଦରେ ବିଜୟ ଉତ୍ସବ ପାଳନ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନକ୍‌ଭିଙ୍କ ବଡ଼ ସୂଚନା: ବିନା ଦର୍ଶକରେ ହେବ ପାକିସ୍ତାନ କ୍ରିକେଟ ଲିଗ୍‌

ଲାହୋର, ୨୨ା୩: ମାର୍ଚ୍ଚ ୨୬ରୁ ପାକିସ୍ତାନ କ୍ରିକେଟ ଲିଗ୍‌ (ପିଏସ୍‌ଏଲ) ଅନୁଷ୍ଠିତ ହେବ। ତେବେ ଇରାନ-ୟୁଏସ୍‌ଏ-ଇସ୍ରାଏଲ ଯୁଦ୍ଧ ଯୋଗୁ ପ୍ରତିଯୋଗିତା ବିନା ଦର୍ଶରେ ଅନୁଷ୍ଠିତ ହେବ। ପାକିସ୍ତାନ…

ଯାତ୍ରୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ଆରପିଏଫ୍ କନେଷ୍ଟବଳ, ଟ୍ରେନରେ….

ରାୟଗଡ଼ା,୨୨।୩(ଆଶିଷ ରଞ୍ଜନ ପଣ୍ଡା): ଆରପିଏଫ କନଷ୍ଟେବଳଙ୍କ ସତର୍କତା କାରଣରୁ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ରେଳ ଷ୍ଟେସନରେ ।…

ରାସ୍ତା କଡ଼ ତାର ବାଡ଼ରେ ପିଟିହେଲା ବାଇକ୍‌, ଆଉ ତା’ପରେ…

କଳିଙ୍ଗନଗର,୨୨।୩(ଶୁଭାଶିଶ ରାଉତ): ଯାଜପୁର ଜିଲା କୋରାଇ ଥାନା ଅଧୀନ ଖମିଗାଁ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍‌ ଭାରସାମ୍ୟ ହରାଇ ସ୍ଥାନୀୟ ପଛିକୋଟ…

ଓଡିଆ ଭାଷା ସାହିତ୍ୟର ଶ୍ରୀବୃଦ୍ଧିରେ ଗୁରୁତ୍ୱପୂର୍ଣ୍ଣ ଥିଲା ଭଞ୍ଜନଗରର ଭୂମିକା

ଭଞ୍ଜନଗର,୨୨।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ କକ୍ଷରେ ରବିବାର ଓଡିଆ ଭାଷା ସାହିତ୍ୟର ଶ୍ରୀବୃଦ୍ଧି ସାଧନରେ ଭଞ୍ଜନଗରର ଭୂମିକା ଉପରେ ଏକ…

କ୍ରସର ୟୁନିଟରୁ ଚୋରି, ବିଳମ୍ବିତ ରାତିରେ ପାଣି ମୋଟର…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ କେ.ସାମନ୍ତରାପୁର ଗ୍ରାମ ନିକଟ ଷ୍ଟୋନ କ୍ରସର ୟୁନିଟରୁ ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଛି…

ସ୍ୱାମୀ ଚେତନାନନ୍ଦଙ୍କ ଆଧ୍ୟାତ୍ମିକ ବାଣୀ ମାନବ ଜୀବନକୁ ଶୃଙ୍ଖଳିତ କରିପାରିବ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନ୍‌ଏସି ୧୦ନମ୍ୱର ୱାର୍ଡ ଗଡ଼ ଚୈତନ୍ୟପୁର ଶାସନ ସାହି ସ୍ଥିତ ସ୍ୱାମୀ ଚେତନାନନ୍ଦ ସାରସ୍ୱତ ବିଦ୍ୟାମନ୍ଦିରର ୧୫ତମ ବାର୍ଷିକୋତ୍ସବ ଏବଂ ଦୁଇଦିନ…

ହର୍ମୁଜ ଷ୍ଟ୍ରେଟରେ ପହଞ୍ଚିଲା ବ୍ରିଟିଶ ବୁଡ଼ାଜାହାଜ, ଟ୍ରମ୍ପଙ୍କ ଧମକ ମଧ୍ୟରେ କୀର ଷ୍ଟାରମରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ଓ୍ବାଶିଂଟନ,୨୨।୩: ମଧ୍ୟପ୍ରାଚ୍ୟରେ ବର୍ତ୍ତମାନ ଚାଲିଥିବା ସଂଘର୍ଷ ଆରମ୍ଭ ହେବାର ତିନି ସପ୍ତାହରୁ ଅଧିକ ସମୟ ବିତିଗଲାଣି; ତଥାପି, ଯୁଦ୍ଧ ଶେଷ ହେବାର କୌଣସି ସୂଚନା ନାହିଁ –…

ବିନା ଦର୍ଶକରେ ଖେଳାଯିବ PSL ମ୍ୟାଚ୍, ଏହି କାରଣରୁ ନିଆଗଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୩: ପାକିସ୍ତାନ ସୁପର ଲିଗ୍ (PSL)ର ନୂତନ ସିଜିନ୍ ମାର୍ଚ୍ଚ ୨୬ ରେ ଆରମ୍ଭ ହେବାକୁ ଯାଉଛି । ସିଜିନ୍ ଆରମ୍ଭ ହେବା ପୂର୍ବରୁ, PCB ଟୁର୍ଣ୍ଣାମେଣ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri