ଜୀବନବିନ୍ଦୁ କାର୍ଯ୍ୟକ୍ରମ, ୩୫ୟୁନିଟ ରକ୍ତ ସଂଗ୍ରହ

ସୁନ୍ଦରଗଡ, ୨୪|୪ (ଡି.ଏନ୍‌.ଏ) – ସୁନ୍ଦରଗଡ ବିଜୁ ଜନତା ଦଳ ପକ୍ଷରୁ ଗୁରୁବାରଠାରୁ ତିନିଦିନିଆ ଜୀବନବିନ୍ଦୁ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଜିଲା ମୁଖ୍ୟ ଚିକିତ୍ସାଳୟ ରେଡକ୍ରସ ସ୍ବାସ୍ଥ୍ୟ ଭଣ୍ଡାରଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ୩୫ୟୁନିଟ ରକ୍ତ ସଂଗୃହୀତ ହୋଇଛି । ବର୍ତ୍ତମାନ କରୋନା ମହାମାରୀ ଜୀବନଯାତ୍ରାକୁ ସ୍ଥାଣୁ କରିଦେଇଥିବା ବେଳେ ଲକ୍‌ଡାଉନ କଟକଣା ମଧ୍ୟରେ ଜିଲା ମୁଖ୍ୟ ଡାକ୍ତରଖାନାରେ ରକ୍ତର ଅଭାବ ଯୋଗୁଁ ରୋଗୀଙ୍କ ଜୀବନ ବିପଦରେ। ଏହି ଡାକ୍ତରଖାନା ଉପରେ ସୁନ୍ଦରଗଡ ସମେତ ପଡୋଶୀ ଜିଲା ଝାରସୁଗୁଡା ପଡୋଶୀ ରାଜ୍ୟ ଛତିଶଗଡ ଓ ଝାଡଖଣ୍ଡର ରୋଗୀମାନେ ନିର୍ଭର କରିଥାଆନ୍ତି। ସେଥିପାଇଁ ଏଠାରେ ମାସିକ ପ୍ରାୟ ୩୭୫ ୟୁନିଟ ରକ୍ତର ଆବଶ୍ୟକତା ପଡିଥାଏ। ଲକଡାଉନ ଯୋଗୁଁ ରୋଗୀଙ୍କ ପରିବାରବର୍ଗ ମଧ୍ୟ ଡାକ୍ତରଖାନା ଆସିବାର ଅସୁବିଧା ହେଉଛି। ଫଳରେ ରୋଗୀଙ୍କୁ ବ୍ଲଡବ୍ୟାଙ୍କ ଉପରେ ନିର୍ଭର କରିବାକୁ ପଡୁଛି । ଏଭଳି ସ୍ଥିତିରେ ବିଜେଡି ଜିଲା ପ୍ରଭାରୀ ବିଧାୟକ ଇଂ.ପ୍ରୀତିରଞ୍ଜନ ଘଡାଇ ଓ ଜୀବନବିନ୍ଦୁର ସୁନ୍ଦଋଗଡ ସଂଯୋଜକ ବିନୟ ଟପ୍ପୋଙ୍କ ସହଯୋଗରେ ସୁନ୍ଦରଗଡ, ତଳସରା ଅଞ୍ଚଳର ଛାତ୍ର ଓ ଯୁବକମାନେ ଅଂଶଗ୍ରହଣ କରିଥିଲେ । ଛାତ୍ର ବିଜୁ ଜନତା ଦଳର ପଶ୍ଚିମାଞ୍ଚଳ ସଭାପତି ବୈକୁଣ୍ଠ ନାଏକଙ୍କ ନେତୃତ୍ୱରେ ଆୟୋଜିତ ଏହି ଜୀବନବିନ୍ଦୁ କାର୍ଯ୍ୟକ୍ରମରେ ହରଜେନ୍ଦ୍ର ସିଂ,ପୂର୍ବତନ ନଗରପାଳ ବେଣୁଧର ତାଣ୍ଡିଆ, ଅଶୋକ ସ୍ବାଇଁ, ଲଲାଟ ପରିଡା ରୋଶନ ସାହୁ ପ୍ରମୁଖ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri