‘ଜୀବନରେ ଶାନ୍ତି ଆଣେ ସଙ୍ଗୀତ’

ରେମୁଣା, ୫।୧୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ରେମୁଣାସ୍ଥିତ କ୍ଷୀରଚୋରା ସଂଗୀତ ମହାବିଦ୍ୟାଳୟର ରୌପ୍ୟ ଜୟନ୍ତୀ ସମାରୋହ ରବିବାର ସନ୍ଧ୍ୟାରେ ରେମୁଣା ମନ୍ଦିର ଛକ ନିକଟରେ ଅନୁଷ୍ଠିତ ହୋଇଛି ା କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ସମାରୋହକୁ ଉଦ୍‌ଘାଟନ କରି ସଂଗୀତ ମଣିଷ ଜୀବନରେ ଶାନ୍ତି ଓ ସରସତା ଭରୁଥିବାର ଏହାକୁ କଳୁଷିତ ନ କରିବାକୁ ପରାମର୍ଶ ଦେଇଥିଲେ।
କ୍ଷୀରଚୋରା ସଙ୍ଗୀତ ମହାବିଦ୍ୟାଳୟର ସଭାପତି ଡ. ଭାଗବତ ପ୍ରସାଦ ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାଯର୍‌ୟକ୍ରମରେ ମୁଖ୍ୟଅତିଥି ଭାବେ ବିଧାୟକ ସୁଧାଂଶୁ ଶେଖର ପରିଡ଼ା, ମୁଖ୍ୟବକ୍ତା ଭାବେ କବି ପ୍ରଶାନ୍ତ ଦାସ ଭାରତୀୟ କବିତା ଓ ସଂଗୀତକୁ ପରମ୍ପରାର ଏକ ଅବିଛେଦ୍ୟ ଅଙ୍ଗ ବୋଲି କହିଥିଲେ। ଅତ୍ୟତମ ଅତିଥି ଭାବେ ରେମୁଣା ବ୍ଳକ ଚେୟାରମ୍ୟାନ ସୁଶାନ୍ତ ପଟ୍ଟନାୟକ, ଚଳଚ୍ଚିତ୍ର ନିର୍ଦେଶକ ସୁମନ୍ତ ଦେ, ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟ ଭୁବନେଶ୍ୱରର ପ୍ରଫେସର ଡ. ଜଗନ୍ନାଥ କୁଅଁର, ବରିଷ୍ଠ କଣ୍ଠଶିଳ୍ପୀ ମହାପାତ୍ର ମିନତୀ ଭଞ୍ଜ, ଅନୁଷ୍ଠାନର କାର୍ଯ୍ୟକାରୀ ସଭାପତି ପ୍ରଭାତ କୁମାର ବିଶ୍ୱାଳ, ଅଭ୍ୟର୍ଥନା କମିଟି ସଭାପତି ସରୋଜ କୁମାର ବେହେରା ପ୍ରମୁଖ ବକ୍ତବ୍ୟ ରଖିଥିଲେ। ଏହି ଅବସରରେ ରଜତ ଜୟନ୍ତୀ ବିଶେଷାଙ୍କ ‘ସଂଗୀତା’ ଉନ୍ମୋଚିତ ହୋଇଥିଲା ଏବଂ କୃତିତ୍ୱ ପାଇଁ ଅନେକ ବ୍ୟକ୍ତି ବିଶେଷଙ୍କୁ ସମ୍ମାନିତ କରାଯାଇଥିଲା। ଅନୁଷ୍ଠାନ ଅଧ୍ୟକ୍ଷ ଓ ସମ୍ପାଦକ ଗୁରୁ ବନମାଳୀ ଜେନା ପ୍ରାକ୍‌ କଥନ ରଖିଥିବା ବେଳେ ଉପସଭାପତି ପ୍ରଦୀପ କୁମାର ମିଶ୍ର ବିବରଣୀ ପାଠ କରିଥିଲେ ା ରୌପ୍ୟ ଜୟନ୍ତୀ ଅବସରରେ ୨୫ଟି ଦୀପ ପ୍ରଜ୍ୱଳନ କରାଯାଇ କାର୍ଯ୍ୟକ୍ରମର ଉଦ୍‌ଘାଟନ କରାଯାଇଥିଲା। ଯୋଗେଶ ଚନ୍ଦ୍ର ବେହେରା ଧନ୍ୟବାଦ ଦେଇଥିଲେ। ମନୋରଞ୍ଜନ ବାରିକ, ରମେଶ ଚନ୍ଦ୍ର ରଣା, ବିଶ୍ୱରଞ୍ଜନ ଜେନା, ରଶ୍ମିତା ଜେନା, ନରେନ୍ଦ୍ର ସେଠୀ, ଜ୍ୟୋତିରଞ୍ଜନ ଜେନା କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ସତ୍ୟଭାମା ମୁଦୁଲି ସାଂସ୍କୃତିକ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ପରେ ପିଲାଙ୍କ ଦ୍ୱାରା ଆକର୍ଷଣୀୟ ନୃତ୍ୟ ଓ ସଂଗୀତ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସୁଭଦ୍ରା ଯୋଜନାକୁ ନେଇ ସରକାରଙ୍କ ବଡ଼ ଘୋଷଣା, ମହିଳାଙ୍କୁ ମିଳିବ…

ଭୁବନେଶ୍ୱର,୨୦।୨: ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ମାଝୀ ଚଳିତ ବର୍ଷ ପାଇଁ ୩ ଲକ୍ଷ ୧୦ ହଜାର କୋଟି ଟଙ୍କାର ବଜେଟ ଆଗତ କରିଛନ୍ତି । ଏହି…

‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବାଦ୍‌ ପଡ଼ିଥିବା ୬ ଲକ୍ଷ ଯୋଗ୍ୟଙ୍କୁ ମିଳିବ ଭତ୍ତା, ଆଉ କାହାକୁ… 

ଭୁବନେଶ୍ୱର,୨୦।୨: ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ଏଥିରେ ‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ…

ବାପା-ମାଆଙ୍କ ଅନୁମତି ବିନା ଆପଣ ବିବାହ କରିପାରିବେନି, ବିଧାନସଭାରେ ବଡ଼କଥା କହିଦେଲେ ସରକାର

ନୂଆଦିଲ୍ଲୀ,୨୦।୨: ଗୁଜୁରାଟ ବିଧାନସଭାରେ ବିବାହ ପଞ୍ଜିକରଣକୁ ନେଇ ଏକ ଐତିହାସିକ ପ୍ରସ୍ତାବ ଦିଆଯାଇଛି । ବାପା ମାଆଙ୍କ ଅନୁମତି ବିନା କେହି ବି ବିବାହ କରିପାରିବେ ନାହିଁ, ଅର୍ଥାତ୍ ବିବାହ…

ଫର୍ମଫିଲପରେ ତ୍ରୁଟି : ଓଡ଼ିଆ ବଦଳରେ ହିନ୍ଦୀ ଥିବାରୁ ଯୁକ୍ତ ୨ ପରୀକ୍ଷାରୁ ବଞ୍ଚିତ…

ନନ୍ଦପୁର,୨୦ା୨(ତୁଷାର କାନ୍ତ ମହାନ୍ତି): ଯୁକ୍ତଦୁଇ ପରୀକ୍ଷା ପାଇଁ ଫର୍ମଫିଲପ ବେଳେ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ତ୍ରୁଟି ଯୋଗୁ କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ ଅଧୀନ ପାଡୁଆ ରାଧାକୃଷ୍ଣ ଉଚ୍ଚ…

ରାଜ୍ୟରେ ଛେଚିବ ପ୍ରବଳ ବର୍ଷା! ଲଘୁଚାପକୁ ନେଇ ଆସିଲା ବଡ଼ ଖବର…

ଭୁବନେଶ୍ୱର,୨୦।୨: ଆସନ୍ତା ୪୮ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା। ବିଷୁବୀୟ ଭାରତ ମହାସାଗର ଓ ସଲଂଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା…

ସ୍ବାସ୍ଥ୍ୟ ପାଇଁ ୨୩ ହଜାର କୋଟି

ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି…

ଧରିତ୍ରୀ ପ୍ରଭାବ: ଖବର ପ୍ରକାଶିତ ପରେ ଗଛରୁ କଣ୍ଟା କାଢୁଛି ବନ ବିଭାଗ

ଦାରିଙ୍ଗବାଡି, ୨୦।୨(ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବନାଞ୍ଚଳ ଦେଇ ଯାଇଥିବା ଗୋପାଳପୁର-ରାଇପୁର ୫୯ ନଂ ଜାତୀୟ ରାଜପଥ କଡ଼ ସମେତ ବିଭିନ୍ନ ଗାଁ ଛକ ଓ ରାସ୍ତାକଡ଼ରେ…

ବଜେଟରେ ଉପକୂଳବାସୀଙ୍କୁ ବଡ଼ ଉପହାର ଦେଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ,୨୦।୨: ଏଥର ବଜେଟରେ ଉଚ୍ଚଶିକ୍ଷା ଭିତ୍ତିଭୁମିକୁ ସଜାଡିବାକୁ ବଡ଼ ନିଷ୍ପତ୍ତି ନିଆଯାଇଛି। ଅନୁସୂଚିତ ଜାତି ଓ ଜନଜାତି ପିଲାଙ୍କ ପାଇଁ ବଡ଼ ଘୋଷଣା କରାଯାଇଥିବା ବେଳେ ଏଥିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri