ଜୀବନ ଜୀବିକାକୁ ନେଇ ଅସହାୟ ଯୋଗୀ

ପାରଳାଖେମୁଣ୍ଡି,୧୯।୫(ସ୍ବ.ପ୍ର.): ଗୋଟିଏ ପଟେ ଗୋଡ଼ ହରାଇଥିବା ସ୍ତ୍ରୀ, ଅନ୍ୟପଟେ ଜନ୍ମରୁ ଦୃଷ୍ଟିହୀନ ଝିଅ। ଏହି ଦୁଇଜଣଙ୍କୁ ନେଇ ବଡ଼ କଷ୍ଟରେ ଦିନ କାଟୁଛନ୍ତି ଯୋଗୀ। ଆର୍ଥତ୍କ ସ୍ଥିତି ଭଲ ନଥିବା ବେଳେ ଷାଠିଏ ବୟସରେ ଏହି ଦୁଇଜଣଙ୍କୁ ନେଇ ଚଳିବା ତାଙ୍କ ପକ୍ଷେ କଷ୍ଟକର ହୋଇପଡୁଛି।
ଗଜପତି ଜିଲା କାଶୀନଗର ବ୍ଲକ ଅନ୍ତର୍ଗତ ଅଲଡ଼ା ପଞ୍ଚାୟତ ଗାନ୍ଧୀନଗର ଗ୍ରାମର ଯୋଗୀ ପାତିକା (୬୦) ଦିନ ମଜୁରିଆ ଭାବେ କାମ କରି ସ୍ତ୍ରୀ ଓ ଦୃଷ୍ଟିହୀନ ଝିଅଙ୍କୁ ଚଳାଇଥାନ୍ତି। ପ୍ରାୟ ବର୍ଷକ ତଳେ ସ୍ତ୍ରୀ ବାସୁ ପାତିକା (୫୮) ବାମପାଦର ଅଙ୍ଗୁଳି ସଂକ୍ରାମକ ରୋଗରେ ଆକ୍ରାନ୍ତ ହେବା ପରେ ତାଙ୍କର ଗୋଡ଼ଟିକୁ କାଟି ଦିଆଯାଇଥିଲା। ଏହାପରେ ସେ ନିଜେ କୌଣସି କାର୍ଯ୍ୟ କରି ନପାରି ସ୍ବାମୀଙ୍କ ଉପରେ ନିର୍ଭର କରୁଥିଲେ । ଗୋଟିଏ ପଟେ ଦୀର୍ଘଦିନ ହେଲା ସ୍ତ୍ରୀଙ୍କ ଏପରି ଅସୁସ୍ଥତ। ସାଙ୍ଗକୁ ଏକମାତ୍ର ଝିଅ ଝରା ପାତିକା ଜନ୍ମରୁ ଦୃଷ୍ଟିଶକ୍ତି ହରାଇଛନ୍ତି। ଏହି ଦୁଇଜଣ ଅକ୍ଷମଙ୍କୁ ଧରି ସେ ନିଜର ଜୀବନ ଜୀବିକା ନିର୍ବାହ କରିବା କଷ୍ଟକର ହୋଇପଡୁଛି। ତେଣୁ ଯୋଗୀ ଜିଲା ପ୍ରଶାସନର ଦ୍ୱାରସ୍ଥ ହୋଇ ନିଜ ଆର୍ଥିକ ଅବସ୍ଥା ଜଣାଇବା ସହ ସହାୟତା ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…

ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I  ମୃତ ବୃଦ୍ଧା...

ଭୟଙ୍କର ଦୁର୍ଘଟଣା: ଟ୍ରକ୍‌ ଚକା ତଳେ ଗଲା ଜୀବନ 

ରାୟଗଡା,୨୦।୧୨(ଆଶିଷ ରଞ୍ଜନ ପଣ୍ଡା): ଭୟଙ୍କର ଦୁର୍ଘଟଣା। ଟ୍ରକ୍‌-ବାଇକ ମୁହାଁମୁହିଁ ଧକ୍କାରେ ଜଣଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ଘଟିଥିବା ବେଳେ ଅନ୍ୟଜଣେ ଗୁରୁତର ହୋଇଥିବା ସୂଚନା ମିଳିଛି...

ଡିଜିଟାଲ ଆରେଷ୍ଟ ଜାଲରେ ଫସିଲେ ମହିଳା ଡାକ୍ତର, ୧୨ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ହରାଇଲେ

ରାୟଗଡା,୧୮।୧୨(ଆଶିଷ ରଞ୍ଜନ ପଣ୍ଡା)- ଡିଜିଟାଲ ଆରେଷ୍ଟ ହୋଇ ସାଇବର କ୍ରାଇମରେ ଫସିଛନ୍ତି ରାୟଗଡାର ଜଣେ ମହିଳା ଡାକ୍ତର। ରାୟଗଡା ଜିଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ...

ଦାଦନ ଖଟିବାକୁ ଯାଇ ଫସିଲେ ୯ ଯୁବକ, ପାଖରେ ଟଙ୍କା ନାହିଁ କି କାମ ନାହିଁ, ଭିଡିଓ କରି କହିଲେ…

ରାୟଗଡ଼ା,୧୮ା୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲାର ଖଣିଜ ସମ୍ପଦ ଭରା କାଶୀପୁର ବ୍ଲକରେ ବକ୍ସାଇଟ ପାଇଁ ବିଶ୍ବ ପରିଚିତ ଉତ୍କଳ ଆଲୁମିନା ଭଳି କମ୍ପାନୀ ରହିଛି।...

ରାୟଗଡ଼ା ରାଜନୀତି ସରଗରମ: କଂଗ୍ରେସ-ଭାଜପା ମଧ୍ୟରେ ବିବାଦ,ବିରୋଧ କଲେ…

ରାୟଗଡ଼ା,୧୭।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରର ଗଜପତି ଛକ ନିକଟରେ ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ରାମଚନ୍ଦ୍ର ଉଲାକାଙ୍କ ପ୍ରତିମୂର୍ତ୍ତି ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ମଙ୍ଗଳବାର...

ତୀର୍ଥଯାତ୍ରାରେ ବାହାରିଲେ ୭୭୫ ଜଣ ବରିଷ୍ଠ ନାଗରିକ: ସବୁଜ ପତାକା ଦେଖାଇଲେ ଉପମୁଖ୍ୟମନ୍ତ୍ରୀ

ରାୟଗଡା,୧୫।୧୨(ଆଶିଷ ରଞ୍ଜନ ପଣ୍ଡା): ରାଜ୍ୟ ପର୍ଯ୍ୟଟନ ବିଭାଗ ଆନୁକୂଲ୍ୟରେ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ଅନ୍ତର୍ଗତ ତୀର୍ଥଯାତ୍ରା ଭ୍ରମଣରେ ଯାଇଛନ୍ତି ୭୭୫ ଜଣ ବରିଷ୍ଠ ନାଗରିକ।...

ବସ୍‌-ବାଇକ୍‌ ମୁହାଁମୁହିଁ, ଚାଲିଗଲା ୨ ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୧ା୧୨(ଆଶିଷ ରଞ୍ଜନ ପଣ୍ଡା): ଗୁଡାରୀରୁ ବାଡ଼ିସୋଲା ସ୍କୁଲରେ ଯୁକ୍ତଦୁଇ ପାଠ ପଢ଼ିବା ପାଇଁ ବାଇକ୍‌ରେ ଯାଉଥିବା ବେଳେ ଗୁରୁବାର ସକାଳୁ ରାମନାଗୁଡ଼ା ବ୍ଲକ ପାଲୁପାଇ ନିକଟରେ...

ଚାଷ କାମ ପାଇଁ ଯାଇଥିଲେ, ହଠାତ୍‌ ଜଙ୍ଗଲରୁ ମାଡ଼ିଆସିଲା ହାତୀ: ଆଉ ତା’ପରେ ଘଟିଲା…

କଲ୍ୟାଣସିଂହପୁର,୩।୧୨(ଦୀପକ କୁମାର ପରିଡ଼ା): ରାୟଗଡା ଜିଲା କଲ୍ୟାଣସିଂହପୁର ବ୍ଲକର ପାରସାଲୀ ପଞ୍ଚାୟତ ଅଧୀନ ବୁଡୁଣି ଗାଁରେ ବୁଧବାର ସକାଳୁ ହାତୀ ଆକ୍ରମଣରେ ୩୨ ବର୍ଷୀୟ ବାଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri