ଜୀବନ ଜୀବିକାକୁ ନେଇ ଅସହାୟ ଯୋଗୀ

ପାରଳାଖେମୁଣ୍ଡି,୧୯।୫(ସ୍ବ.ପ୍ର.): ଗୋଟିଏ ପଟେ ଗୋଡ଼ ହରାଇଥିବା ସ୍ତ୍ରୀ, ଅନ୍ୟପଟେ ଜନ୍ମରୁ ଦୃଷ୍ଟିହୀନ ଝିଅ। ଏହି ଦୁଇଜଣଙ୍କୁ ନେଇ ବଡ଼ କଷ୍ଟରେ ଦିନ କାଟୁଛନ୍ତି ଯୋଗୀ। ଆର୍ଥତ୍କ ସ୍ଥିତି ଭଲ ନଥିବା ବେଳେ ଷାଠିଏ ବୟସରେ ଏହି ଦୁଇଜଣଙ୍କୁ ନେଇ ଚଳିବା ତାଙ୍କ ପକ୍ଷେ କଷ୍ଟକର ହୋଇପଡୁଛି।
ଗଜପତି ଜିଲା କାଶୀନଗର ବ୍ଲକ ଅନ୍ତର୍ଗତ ଅଲଡ଼ା ପଞ୍ଚାୟତ ଗାନ୍ଧୀନଗର ଗ୍ରାମର ଯୋଗୀ ପାତିକା (୬୦) ଦିନ ମଜୁରିଆ ଭାବେ କାମ କରି ସ୍ତ୍ରୀ ଓ ଦୃଷ୍ଟିହୀନ ଝିଅଙ୍କୁ ଚଳାଇଥାନ୍ତି। ପ୍ରାୟ ବର୍ଷକ ତଳେ ସ୍ତ୍ରୀ ବାସୁ ପାତିକା (୫୮) ବାମପାଦର ଅଙ୍ଗୁଳି ସଂକ୍ରାମକ ରୋଗରେ ଆକ୍ରାନ୍ତ ହେବା ପରେ ତାଙ୍କର ଗୋଡ଼ଟିକୁ କାଟି ଦିଆଯାଇଥିଲା। ଏହାପରେ ସେ ନିଜେ କୌଣସି କାର୍ଯ୍ୟ କରି ନପାରି ସ୍ବାମୀଙ୍କ ଉପରେ ନିର୍ଭର କରୁଥିଲେ । ଗୋଟିଏ ପଟେ ଦୀର୍ଘଦିନ ହେଲା ସ୍ତ୍ରୀଙ୍କ ଏପରି ଅସୁସ୍ଥତ। ସାଙ୍ଗକୁ ଏକମାତ୍ର ଝିଅ ଝରା ପାତିକା ଜନ୍ମରୁ ଦୃଷ୍ଟିଶକ୍ତି ହରାଇଛନ୍ତି। ଏହି ଦୁଇଜଣ ଅକ୍ଷମଙ୍କୁ ଧରି ସେ ନିଜର ଜୀବନ ଜୀବିକା ନିର୍ବାହ କରିବା କଷ୍ଟକର ହୋଇପଡୁଛି। ତେଣୁ ଯୋଗୀ ଜିଲା ପ୍ରଶାସନର ଦ୍ୱାରସ୍ଥ ହୋଇ ନିଜ ଆର୍ଥିକ ଅବସ୍ଥା ଜଣାଇବା ସହ ସହାୟତା ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଳି ଖାଇବୁ ପଛେ ଜମି ଦେବୁନାହିଁ: ରୋକଠୋକ୍‌ ଶୁଣାଇ ଦେଲେ ଅଞ୍ଚଳବାସୀ

ରାୟଗଡ଼ା/କଲ୍ୟାଣସିଂହପୁର,୧୧।୪(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା):ରାୟଗଡ଼ା ଜିଲା କାଶୀପୁର ବ୍ଲକ ସିଜିମାଳି ବକ୍ସାଇଟି ଖଣିକୁ ବେଦାନ୍ତ ପକ୍ଷରୁ ଗତ ମଙ୍ଗଳବାର ରାସ୍ତା ନିର୍ମାଣ ଉଦ୍ୟମ ଆରମ୍ଭ ହୋଇଥିଲା।…

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…

ବିବାହ ଭୋଜିରୁ ଫେରୁଥିବାବେଳେ ଅଘଟଣ: ଜଣେ ମୃତ,୨ ଗୁରୁତର

ମୁନିଗୁଡ଼ା,୯।୪ (ନନ୍ଦ କିଶୋର ପଟ୍ଟନାୟକ): ମୁନିଗୁଡା ଥାନା ଅନ୍ତର୍ଗତ ଲିଟିଗୁଡା ଛକ ନିକଟରେ ଗୁରୁବାର ଦୁଇ ବାଇକ ମୁହାମୁହିଁ ଧକ୍କା ହୋଇଛି। ଫଳରେ ଘଟଣାସ୍ଥଳରେ ଜଣକର ମୃତ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

କଲ୍ୟାଣସିଂହପୁର ବ୍ଲକ୍‌ରେ ବଳ ଦେଖାଇଲା ଭାଜପା: ବାଇକ୍‌ରେ କର୍ମୀ

କଲ୍ୟାଣସିଂହପୁର,୮।୪ (ଦୀପକ କୁମାର ପରିଡ଼ା)ରାୟଗଡ଼ା କଲ୍ୟାଣସିଂହପୁର ବ୍ଲକ୍‌ରେ ଭାଜପାର ୪୭ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭାଜପା ମଣ୍ଡଳ ସଭାପତି ଅଜିତ ପାଣିଗ୍ରାହୀଙ୍କ ନେତୃତ୍ୱରେ…

କାଳବୈଶାଖୀରେ ଭାଙ୍ଗିବା ଘର କ୍ଷତିଗ୍ରସ୍ତ ପରିବାରଙ୍କୁ ଭେଟିଲା ବ୍ଲକ୍‌ ପ୍ରଶାସନ

ଗୁଡାରି,୮।୪ (ପ୍ରମୋଦ କୁମାର ପତି ):ରାୟଗଡା ଜିଲା ଗୁଡାରି ବ୍ଲକର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ଜୋରରେ ପନ ବୋହିବା ସହ କୁଆପଥର ବର୍ଷା…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

କୂଅରେ ପଡି ଚାଲିଗଲା ଶିକ୍ଷକଙ୍କ ଜୀବନ, ପକ୍ଷାଘାତ ରୋଗ….

ଗୁଣପୁର,୬।୪(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୌର ପରିଷଦ ଅନ୍ତର୍ଗତ ଶିବ ଶକ୍ତି ନଗରରେ ଅଭାବନୀୟ ଘଟଣା । କୂଅରେ ପଡି ଶିକ୍ଷକଙ୍କ ମୃତ୍ୟୁ । ମୃତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri