ଜୀବନ ନେବାକୁ ଚାହିଁଛି ଲୁହାଛଡ଼

ବ୍ରହ୍ମପୁର ଅଫିସ୍‌,୩ା୬-ରାମଲିଙ୍ଗମ୍‌ ପୋଖରୀର ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ମନ୍ଥରଗତିରେ ଚାଲିଛି। ଫଳରେ ଏହି ପୋଖରୀର ତିନି ପାଖରେ ଥିବା ରାସ୍ତାରେ ଯାତାୟାତରେ ଅସୁବିଧା ହେଉଛି। ରାସ୍ତା କାର୍ଯ୍ୟ ଅଧାପନ୍ତରିଆ ରହିବା ଫଳରେ ଲୁହା ଛଡ଼ ପଦାକୁ ବାହାରିଛି। ଅନେକ ସ୍ଥାନରେ ଲମ୍ବା ଲୁହା ଛଡ଼ ରାସ୍ତା ଉପରେ ରହିଛି । ବାଇକ୍‌ରେ ଯାତାୟାତ ବେଳେ ସାମାନ୍ୟ ଅସାବଧାନତା ହେଲେ ଲୁହା ଛଡ଼ ବାଜିବାର ଆଶଙ୍କା ସୃଷ୍ଟି ହୋଇଛି। ବିଶେଷକରି ରାତିରେ ଏହି ରାସ୍ତାରେ ଯିବା କଷ୍ଟକର ହୋଇପଡ଼ୁଛି । ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ଲୁହା ଛଡ଼ଗୁଡ଼ିକ ନ କାଟି, ଖୋଲା ଛାଡ଼ି ଦିଆଯାଇଛି। ରାସ୍ତାରେ ଭିଡ଼ ରହୁଥିବା ବେଳେ ଅନେକ ସମୟରେ କାର୍‌ ଏବଂ ବସ୍‌ ଏହି ଲୁହା ଛଡ଼କୁ ଧକ୍କା ଦେଉଛି ।
ପ୍ରାୟ ୪ବର୍ଷ ହେଲା ବ୍ରହ୍ମପୁର ମହାନଗର ନିଗମ(ବିଏମ୍‌ସି) ଏହି ପୋଖରୀକୁ ଘରୋଇ ମାଲିକାନାରୁ ଦଖଲକୁ ନେଇଛି। ଦୁଇଟି ପର୍ଯ୍ୟାୟରେ ୧୮କୋଟି ଟଙ୍କାରେ ଏହି ପୋଖରୀର ସୌନ୍ଦର୍ଯ୍ୟକରଣ ପାଇଁ ଯୋଜନା ରହିଛି। ଏପରିକି ପ୍ରଥମ ପର୍ଯ୍ୟାୟରେ ରାଜ୍ୟ ନଗର ଉନ୍ନୟନ ବିଭାଗ ସହରାଞ୍ଚଳ ଭିତ୍ତିଭୂମି ବିକାଶ ପାଣ୍ଠିରୁ ୮କୋଟି ଟଙ୍କା ଋଣ ମିଳିସାରିଛି। ୨୦୧୬ ଫେବୃୟାରୀ ୨ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବ୍ରହ୍ମପୁର ଗସ୍ତ ବେଳେ ସୌନ୍ଦର୍ଯ୍ୟକରଣ କାର୍ଯ୍ୟର ଶିଳାନ୍ୟାସ କରିଥିଲେ। କିନ୍ତୁ ଏହା ପରଠୁ ନିର୍ମାଣ କାର୍ଯ୍ୟରେ ଅହେତୁକ ବିଳମ୍ବ ଦେଖିବାକୁ ମିଳିଛି। ବହୁ ଥର ସରକାରୀସ୍ତରରେ ସମୀକ୍ଷା ବୈଠକ ବସୁଛି। ନିର୍ମାଣ ଶେଷ ପାଇଁ ତାରିଖ ଧାର୍ଯ୍ୟ ହେଉଛି, ହେଲେ କାମ ଶେଷ ହେଉନି। ଅନ୍ୟପଟେ ଅଧାପନ୍ତରିଆ କାର୍ଯ୍ୟ ଯୋଗୁ ଏବେ ପୋଖରୀ ରାସ୍ତାଦେଇ ଯାତାୟାତ କରିବା କଷ୍ଟକର ହୋଇ ପଡ଼ିଲାଣି ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଉପରେ ବଡ଼ ଆର୍ଥିକ କଟକଣା ଘୋଷଣା କଲେ ଟ୍ରମ୍ପ, ସହଯୋଗୀ ଦେଶକୁ ଅଲଟିମେଟମ

ଓ୍ବାଶିଂଟନ,୨୦।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଇସଲାମିକ ଗଣରାଜ୍ୟ ଇରାନକୁ ତାଙ୍କ ପରି କେହି ଚୁକ୍ତି କରିବା ପାଇଁ ଏତେ ସୁଯୋଗ ଦେଇନାହାଁନ୍ତି। ଟ୍ରମ୍ପ…

ସ୍ମାର୍ଟ ମିଟର ଲଗାଇବା ବାଧ୍ୟତାମୂଳକ ନୁହେଁ: ଓଲଟା କାମ କରୁଛି ଟାଟା ପାଓ୍ବାର

ଭୁବନେଶ୍ୱର,୨୦।୮(ସୁନିତ୍‌ ମିଶ୍ର):ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ (ଓଇଆର୍‌ସି) ୨୪ ମାର୍ଚ୍ଚ ୨୦୨୬ରେ ଦେଇଥିବା ତଥ୍ୟ ଅନୁଯାୟୀ ରାଜ୍ୟରେ ବର୍ତ୍ତମାନ ୯୭ ଲକ୍ଷ ୪୯ ହଜାର ୬୧୫ ଜଣ…

‘ବନ୍ଦେ ମାତରମ’: କଂଗ୍ରେସ ପ୍ରସ୍ତାବକୁ ସମାଲୋଚନା କଲା ଭାଜପା

ନୂଆଦିଲ୍ଲୀ,୨୦।୮: ‘ବନ୍ଦେ ମାତରମ’ ଉପରେ ଚାଲିଥିବା ରାଜନୈତିକ ହଟ୍ଟଗୋଳ ମଧ୍ୟରେ, କଂଗ୍ରେସ କାର୍ଯ୍ୟକାରିଣୀ କମିଟି (CWC) କେବଳ ଏହାର ପ୍ରଥମ ଦୁଇଟି ପଦ ଗାଇବା ପାଇଁ ଏକ…

ବିପଦସଙ୍କୁଳ ଶ୍ରେଣୀଗୃହ, ମୁହଁ ମୋଡୁଛନ୍ତି ଛାତ୍ରୀଛାତ୍ର

ଭବାନୀପାଟଣା,୨୦ା୮(ଉତ୍ତମ କୁମାର ଦାଶ):ଓଡ଼ିଶା ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ୨୦୧୪ରେ ରାଜ୍ୟର ସମସ୍ତ ଅସୁରକ୍ଷିତ ଓ ପରିତ୍ୟକ୍ତ ସ୍କୁଲ କୋଠା ଚିହ୍ନଟ…

ଘରେ ଶୋଇଥିଲେ ଟିକେଶ୍ୱର, କାମୁଡ଼ିଲା ସାପ: ରାତିଅଧରେ ଏମିତି କାମ କରିବାରୁ ଘଟିଲା…

ଦେବଗଡ,୨୦।୮(ଶଶାଙ୍କ ଶେଖର ଝାଙ୍କର): ସାପ କାମୁଡାରେ ଦେବଗଡ ଥାନା ତଥା ବାରକୋଟ ବ୍ଲକ କଂଟାପାଲି ଗ୍ରାମ ପଞ୍ଚାୟତର ଟୁସୁଳା ଗ୍ରାମର ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି…

ଆଉ ଏକ ଲଘୁଚାପ: ୨୨ରୁ ପୁଣି ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯ା୮(ସୌମ୍ୟରଞ୍ଜନ ରାଉତ) – ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ…

ଜାତୀୟ ରାଜପଥରେ ପିକ୍‌ଅପ୍‌ ଭ୍ୟାନ୍‌ ଅଟକାଇ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ଜେଲ ଗଲେ ୩ ଅଭିଯୁକ୍ତ,୪ ନାବାଳକ…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ପାଟପୁର ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି। ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ମାର୍ଥାପୁର ନିକଟରେ ପିକ୍‌ଅପ୍‌ ଭ୍ୟାନ୍‌…

ରାଜ୍ୟର ଅଧିକାର ଛଡ଼ାଇ ନେବ ଏମ୍‌ଏମ୍‌ଡିଆର୍‌ ବିଲ୍‌: ଚେତାଇଲେ ନବୀନ, BJPକୁ ଟାର୍ଗେଟ୍ କରି…

ଭୁବନେଶ୍ୱର,୧୯।୮(ସୁନିତ୍‌ ମିଶ୍ର): ୨୦୦୦ ମସିହାରେ ଯେତେବେଳେ ବିଜେଡି ଶାସନ କ୍ଷମତାକୁ ଆସିଲା, ସେତେବେଳକୁ ଓଡ଼ିଶାର ଅର୍ଥନୀତି ବହୁ ଖରାପ ଅବସ୍ଥାରେ ଥିଲା। ସରକାର ଓଭରଡ୍ରାଫ୍ଟ ଉପରେ ନିର୍ଭର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri