ଜୀବନ ବିନ୍ଦୁ କାର୍ଯ୍ୟକ୍ରମରେ ୭୮ ୟୁନିଟ ରକ୍ତ ସଂଗୃହୀତ

ବାରିପଦା ଅଫିସ, ୧୮ା୪: ପ୍ରବାଦ ପୁରୁଷ ବିଜୁବାବୁଙ୍କ ୨୩ତମ ଶ୍ରାଦ୍ଧ ଦିବସ ଅବସରରେ ବାରିପଦା ମେଡ଼ିକାଲ ପରିସରରେ ଥିବା ରେଡ଼କ୍ରସ ରକ୍ତଭଣ୍ଡାରରେ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜୀବନ ବିନ୍ଦୁ କାର୍ଯ୍ୟକ୍ରମର ମୟୂରଭଞ୍ଜ ଜିଲା ସଂଯୋଜକ ତଥା ବିଜେଡି ଜିଲା ସଭାପତି ଜିତେନ୍ଦ୍ର ମହାନ୍ତିଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ ଏହି ସ୍ବେଚ୍ଛାକୃତ ରକ୍ତଦାନ ଶିବିରରେ ମୋଟ ୭୮ ୟୁନିଟ ରକ୍ତ ସଂଗୃହୀତ ହୋଇଥିଲା। ରକ୍ତଭଣ୍ଡାରର ଭାରପ୍ରାପ୍ତ ଅଧିକାରୀ ଡା. ପ୍ରଶାନ୍ତ କୁମାର ଦାସଙ୍କ ସମେତ ସ୍ବାସ୍ଥ୍ୟ ସେବିକା ରୁଚିକା ଖୁରାନା, କରୁଣାକର ଜେନା, ସ୍ବାଗତିକା ପାଣିଗ୍ରାହୀ, ଶକୁନ୍ତଳା ମହାନ୍ତ ସ୍ବେଚ୍ଛାକୃତ ରକ୍ତଦାତାମାନଙ୍କ ନିକଟରୁ ରକ୍ତ ସଂଗ୍ରହ କରିଥିଲେ ା ଉକ୍ତ କାର୍ଯ୍ୟକ୍ରମରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ମନ୍ତ୍ରୀ ସୁଦାମ ମାରାଣ୍ଡି, ରାଜ୍ୟସଭା ସଦସ୍ୟା ମମତା ମହାନ୍ତ, ମୋରଡ଼ା ବିଧାୟକ ରାଜ କିଶୋର ଦାସ, ଓଡ଼ିଶା କୃଷି ନିଗମ ଅଧ୍ୟକ୍ଷ ଦେବାଶିଷ ମହାନ୍ତିି, ବିଜେଡି ଜିଲା କାର୍ଯ୍ୟକାରୀ ସଭାପତି ଦେବାଶିଷ ମାରାଣ୍ଡିି, ମୟୂରଭଞ୍ଜ କେନ୍ଦ୍ର ସମବାୟ ବ୍ୟାଙ୍କ ସଭାପତି ରାଜ କିଶୋର ଆଚାର୍ଯ୍ୟ ପ୍ରମୁଖ ଯୋଗ ଦେଇ ଏହି ଶିବିରକୁ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୪ ଦିନ ହେଲା ଏକ୍ସ-ରେ ମେଶିନ ଅଚଳ, ହନ୍ତସନ୍ତ ହେଉଛନ୍ତି ରୋଗୀ

ଦାରିଙ୍ଗବାଡ଼ି,୧ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ରହିଥିବା ଏକ ମାତ୍ର ଏକ୍ସ-ରେ ମେଶିନ ଗତ ୪ ଦିନ ହେଲା ଅଚଳ ହୋଇପଡ଼ିଛି। ଫଳରେ ଉକ୍ତ…

ଅଭିଯୋଗର ଗୋଟିଏ ଦିନରେ ରାସ୍ତ ମରାମତି: ସିଟିଜେନ ଫୋରମଙ୍କୁ ଧନ୍ୟବାଦ

କେସିଙ୍ଗା,୧।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ଓ ବଲାଙ୍ଗିର ଜିଲାର ଟିଟଲାଗଡ଼କୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାର ତ୍ରିମୂର୍ତ୍ତି ଛକରୁ ତେଲନଦୀ ବ୍ରିଜ ପ୍ରାୟ ୮୦୦ମିଟର ରାସ୍ତାରେ…

ଚେନ୍ନାଇରେ କାମ କରୁଥିବାବେଳେ ଆନନ୍ଦଙ୍କ ମୃତ୍ୟୁ, ପରିବାର ଲୋକଙ୍କୁ ଭେଟି ଆର୍ଥିକ ସହାୟତା ଦେଲେ ବିଧାୟକ

ଗଞ୍ଜାମ,୧।୮(ବିଦ୍ୟାଧର ସାହୁ ): ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକଙ୍କ ମହନତା। ଦିନକୁ ଦିନ ବିଧାୟକ ନାୟକଙ୍କ ଲୋକପ୍ରିୟତା ବୃଦ୍ଧି ପାଉଥିବାବେଳେ ସ୍ଥାନୀୟ ଅଞ୍ଚଳବାସୀଙ୍କ ଆସ୍ଥା ମଧ୍ୟ…

ଅମରପାଲିରେ +୨ କଲେଜ ପ୍ରତିଷ୍ଠା ଦାବି: ୪୦ରୁ ଅଧିକ ଗ୍ରାମର ଛାତ୍ରୀଛାତ୍ର ହେବେ ଉପକୃତ

ଅମରପାଲି,୧ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ଉପାନ୍ତ ଅଞ୍ଚଳ ଅମରପାଲିରେ ଏକ +୨ କଲେଜ ପ୍ରତିଷ୍ଠା ପାଇଁ ସ୍ଥାନୀୟ ଅଞ୍ଚଳବାସୀଙ୍କ ଦାବି ଜୋରଦାର ହେଉଛି। ଏହି…

ସ୍କୁଲ ପଡ଼ିଆରେ ମନ୍ଦିର ନିର୍ମାଣ ମସୁଧା, ତେଜିଲା ଅସନ୍ତୋଷ

ବରଗଡ଼,୧।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ଥିବା ରାଣାପ୍ରତାପ ହାଇସ୍କୁଲ ପଡ଼ିଆରେ ମନ୍ଦିର ନିର୍ମାଣ ମସୁଧା ଚାଲଛି। ଏଭଳି ଅଭିଯୋଗ କରି ସ୍କୁଲ ପରିଚାଳନା କମିଟି ଏବଂ ଶିକ୍ଷକ, ଅଭିଭାବକ…

ଗଜପତି ଝିଅ ସ୍ବାଗତିକାଙ୍କୁ ‘ମିସେସ୍‌ ଏସିଆ ୱାଲର୍‌ଡ-୨୦୨୬’ ସମ୍ମାନ: ଛୁଟୁଛି ଶୁଭେଚ୍ଛାର ସୁଅ

ପାରଳାଖେମୁଣ୍ଡି,୧ା୮(ଗିରିଧାରୀ ପରିଚ୍ଛା):ଗଜପତି ଜିଲାର ଝିଅ ସ୍ବାଗତିକା ପାଣିଗ୍ରାହୀ ଜିଲା ଓ ରାଜ୍ୟ ପାଇଁ ଗୌରବ ଆଣିଛନ୍ତି। ଆନ୍ତର୍ଜାତିକ ସ୍ତରରେ ‘ମିସେସ୍‌ ଏସିଆ ୱାଲର୍‌ଡ-୨୦୨୬’ରେ ସ୍ବାଗତିକା ସଫଳତା ସାଉଁଟିଛନ୍ତି।…

ମଧ୍ୟାହ୍ନ ଭୋଜନ ଛୁଟିରେ ଘରକୁ ଖାଇବାକୁ ଯିବା ବେଳେ ଅଣ ଛାତ୍ରଙ୍କ ଛୁରାମାଡ଼ରେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ

ଜୟପୁର,୧ା୮(ପବନ ପାଣିଗ୍ରାହୀ): ସ୍କୁଲରୁ ମଧ୍ୟାହ୍ନ ଭୋଜନ ଛୁଟିରେ ଘରକୁ ଖାଇବାକୁ ଯିବା ବେଳେ ଶୁକ୍ରବାର ୨ ଅଣ ଛାତ୍ରଙ୍କ ଛୁରାମାଡ଼ରେ ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ…

ଆଜି ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ: ପର୍ଯ୍ୟଟକଙ୍କ ମଧ୍ୟରେ ଆନନ୍ଦ

ରାଜନଗର, ୧ା୮(ଭାସ୍କର ରାଉତରାୟ):ବଉଳା କୁମ୍ଭୀରଙ୍କ ପ୍ରଜନନ ପାଇଁ ୩ ମାସ ଧରି ପର୍ଯ୍ୟଟକଙ୍କ ଲାଗି ବନ୍ଦ ରହିଥିବା ଭିତରକନିକା ଜାତୀୟ ଉଦ୍ୟାନ ଅଗଷ୍ଟ ୧ତାରିଖ ଶନିବାର ଖୋଲାଯିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri