ଜୀବନ ବିନ୍ଦୁ ରକ୍ତଦାନ କାର୍ଯ୍ୟକ୍ରମ

କପ୍ତିପଦା,୨୦ା୪(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା କପ୍ତିପଦା ବିଜେଡ଼ି ପକ୍ଷରୁ ଜୀବନ ବିନ୍ଦୁ କାର୍ଯ୍ୟକ୍ରମରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ବିଜେଡ଼ି ଜିଲା ସମ୍ପାଦକ ପ୍ରବୀର ଚନ୍ଦ୍ର ସାଏଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ ଏହି ଶିବିରରେ ୩୩ ୟୁନିଟ୍‌ ରକ୍ତ ସଂଗୃହୀତ ହୋଇଥିଲା। ଉପଖଣ୍ଡ ମୁଖ୍ୟ ଚିକିତ୍ସାଧିକାରୀ ଡ଼ା. ଶିବାନନ୍ଦ ମହାନ୍ତି ଶିବିରକୁ ଉଦ୍‌ଘାଟନ କରିଥିଲେ। ରାଜ୍ୟ କୃଷି ନିଗମର ଅଧ୍ୟକ୍ଷ ତଥା ଜିଲା ଜୀବନ ବିନ୍ଦୁ ସଂଯୋଜକ ଦେବାଶିଷ ମହାନ୍ତି ଉପସ୍ଥିତ ରହି ରକ୍ତଦାତାମାନଙ୍କୁ ଉତ୍ସାହିତ କରିଥିଲେ। ରକ୍ତଦାତାମାନେ କୋଭିଡ଼-୧୯ ଆଇନ୍‌ ୨୦୨୦ ସର୍ତ୍ତାବଳୀ ଅନୁଶାରେ ନାମ ପଞ୍ଜୀକରଣ କରି ସାମାଜିକ ଦୂରତ୍ୱ ବଜାୟ ରଖି ରକ୍ତଦାନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ପୂର୍ବତନ ବିଧାୟକ ଶ୍ରୀନାଥ ସୋରେନ୍‌, ଜୀବନ ବିନ୍ଦୁ ସଂଯୋଜକ ଅମୀୟ କୁମାର ବଳ, ଉଦଳା ନଗର ସଭାପତି ବନମାଳୀ ବେହେରା, ପୂର୍ବତନ ଜିଲା ପରିଷଦ ସଭ୍ୟ ସିରୁ ସୋରେନ୍‌, କୁନୁ ମୁର୍ମୁ, ଯୁବ ସଭାପତି ବୀଣାକର ମହାପାତ୍ର, ଜୋନାଲ୍‌ ସଭାପତି ପ୍ରଶାନ୍ତ ବେହେରା, ଯୁବ ସମ୍ପାଦକ ଆଲୋକ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ। କପ୍ତିପଦା ମେଡ଼ିକାଲର ଭାରପ୍ରାପ୍ତ ଅଧିକାରୀ ଉମାକାନ୍ତ ବାସ୍କେ, ଉଦଳା ରକ୍ତଭଣ୍ଡାରର ଡା. ପ୍ରଜ୍ଞାପ୍ରିୟଦର୍ଶନୀ ବେହେରା, ଟେକ୍‌ନିସିଆନ୍‌ ପ୍ରଶାନ୍ତ ପଟ୍ଟନାୟକ ପ୍ରମୁଖ ରକ୍ତ ସଂଗ୍ରହ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଉପସ୍ଥିତ ବୁଦ୍ଧି ଦେଖାଇଲେ ସରପଞ୍ଚ: ଠକକୁ ଏମିତି ଦେଲେ ପାନେ

ନୂଆପଡ଼ା,୧୧ା୭ (ମକାରୁ ବେମାଲ):ସତର୍କତା ଯୋଗୁ ନୂଆପଡ଼ା ଜିଲା କୋମନା ବ୍ଲକ କୁରେଶ୍ୱର ପଞ୍ଚାୟତର ସରପଞ୍ଚ ସତ୍ୟବାନ ସାହୁ ଏକ ସାଇବର ଠକେଇରୁ ବର୍ତ୍ତି ଯାଇଛନ୍ତି। ସୂଚନା ଅନୁସାରେ,…

ଷଣ୍ଢକୁ ହାଣି ଜେଲ ଗଲେ ଯବାନ: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଜନଗର,୧୧ା୭ (ଭାସ୍କର ରାଉତରାୟ): ବିଲରେ ଷଣ୍ଢ ପଶିଲା ବୋଲି ଷଣ୍ଢକୁ ଖଣତିରେ ବାଡ଼େଇବା ସହ କଟୁରିରେ ହାଣି ଜଣେ ଯବାନ ହତ୍ୟା କରିଛନ୍ତି। ଏଥିରେ ଅନ୍ୟ ଗୋଟିଏ…

ଭିତରକନିକାରେ ୯୨ ବଉଳା କୁମ୍ଭୀର ବସା ଚିହ୍ନଟ

ରାଜନଗର,୧୧ା୭(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ଭିତରକନିକାର ସୁଦ୍ଧା ନଦୀ, ନାଳରେ ବାସ କରୁଥିବା ବିରଳ ବଉଳା କୁମ୍ଭୀରଙ୍କ ୯୨ ବସା ଚିହ୍ନଟ ହୋଇଥିବା ଶୁକ୍ରବାର ବନବିଭାଗ ସୂତ୍ରରୁ…

ଜୀବିତ ରୋଗୀଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଆଉ ତା’ପରେ…

କାମାକ୍ଷାନଗର, ୧୧।୭ (ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଉପଖଣ୍ଡ ଚିକିତ୍ସାଳୟରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ଜୀବିତ ରୋଗୀଙ୍କୁ ଚିକିତ୍ସା…

ସାତୁଲୀ ୟୁଥ୍ କ୍ଲବ୍ କ୍ରିକେଟ ଟୁର୍ନାମେଣ୍ଟ: ସେମିଫାଇନାଲରେ ଅଙ୍ଗାରଗାଁର ଦମଦାର ବିଜୟ, ଫାଇନାଲରେ…

ଗଞ୍ଜାମ,୧୦।୭(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସନ୍ତୋଷପୁର ପଞ୍ଚାୟତ ଅଧୀନସ୍ଥ ସାତୁଲୀ ୟୁଥ୍ କ୍ଲବ୍ ଆନୁକୂଲ୍ୟରେ ଚାଲିଥିବା କ୍ରିକେଟ ଟୁର୍ନାମେଣ୍ଟର ଶୁକ୍ରବାର ଦିନ ସେମିଫାଇନାଲ ମ୍ୟାଚ୍ ଅନୁଷ୍ଠିତ ହୋଇଯାଇଛି।…

ଚାଲିଥିଲା ରିସେପସନର ଆୟୋଜନ, ବିବାହର ଚତୁର୍ଥ ଦିନରେ କନିଆଁ ଫେରାର: ବୈଶିଙ୍ଗା ଅଞ୍ଚଳରେ ଚର୍ଚ୍ଚା…

ବୈଶିଙ୍ଗା,୧୦|୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମହେଶପୁର ଗ୍ରାମରେ ଏକ ଅଭାବନୀୟ ତଥା ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଘରେ ବନ୍ଧୁମିଳନ ବା ରିସେପସନ୍…

ସମଣା ଘାଟରୁ ଉଠୁନି ଗୋଟେ ମୁଠା ବାଲି; ତଥାପି ପୋଲିସ,ପ୍ରଶାସନ, ମୁଖ୍ୟମନ୍ତ୍ରୀଙ୍କୁ ମିଛ ଟାର୍ଗେଟ: ପ୍ରତିବାଦରେ ଗର୍ଜିଲେ…

ହାଟଡିହୀ,୧୦।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନସ୍ଥ ସମଣା ବାଲିଘାଟକୁ ନେଇ ଚାଲିଥିବା ଇଚ୍ଛାକୃତ ଅପପ୍ରଚାର ଓ ଷଡ଼ଯନ୍ତ୍ର ବିରୋଧରେ ଗ୍ରାମବାସୀ ସ୍ୱର ଉତ୍ତୋଳନ କରିଛନ୍ତି।…

ପାଠ୍ୟପୁସ୍ତକ ତ୍ରୁଟି ପ୍ରତିବାଦ: ଶୁଖୁଆ ଓ ଝାଲମୁଢି ଧରି ବରଗଡ଼ରେ ବିଜେଡିର ‘ଶିକ୍ଷା ବଞ୍ଚାଅ’ ଆନ୍ଦୋଳନ

ବରଗଡ଼,୧୦।୭(ପ୍ରେମାନନ୍ଦ ଖମାରୀ)- ପାଠ୍ୟପୁସ୍ତକରେ ହୋଇଥିବା ଗୁରୁତର ତ୍ରୁଟିକୁ ନେଇ ବରଗଡ଼ରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଏକ ଅଭିନବ ପ୍ରତିବାଦ ଦେଖିବାକୁ ମିଳିଛି। ଶୁକ୍ରବାର ଛାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri