ଜୀବିକା ଛଡ଼ାଇ ନେଇଛି କରୋନା: ସରକାରୀ ସହାୟତା ଦାବି କଲା ବରଗଡ଼ ଫଟୋଗ୍ରାଫର ଆସୋସିଏଶନ

ବରଗଡ଼ ଅଫିସ,୨୭।୫- ଘାତକ କରୋନା (କୋଭିଡ-୧୯) ଭୂତାଣୁ ସଂକ୍ରମଣ ଯୋଗୁ ଦେଶବ୍ୟାପୀ ଲକ୍‌ଡାଉନ୍‌ ସ୍ଥିତି ଜାରି ରହିଛି। ସରକାରଙ୍କ ଏହି କଟକଣା ଯୋଗୁ ଫଟୋଗ୍ରାଫରଙ୍କ ଜୀବନ ଜୀବିକା ପ୍ରଭାବିତ ହୋଇଛି। ବିଭିନ୍ନ ବିବାହ, ବ୍ରତ, ଜନ୍ମଦିନ ପାଳନରେ ଫଟୋ ଉଠାଇ ସେମାନେ ରୋଜଗାର କରୁଥିଲେ। ମାତ୍ର ଲକ୍‌ଡାଉନ୍‌ କଟକଣା ଲାଗୁ ହେବା ଦିନରୁ ରୋଜଗାର ଠପ୍‌ ହୋଇ ଯାଇଛି। ଏଭଳି ସ୍ଥିତିରେ ପରିବାର ଗୁଜୁରାଣ ମେଣ୍ଟାଇବା ମଧ୍ୟ ସେମାନଙ୍କ ପାଇଁ କଷ୍ଟସାଧ୍ୟ ହୋଇ ପଡିଛି। ଫଳରେ ସେମାନଙ୍କୁ ସରକାରୀ ସହାୟତା ଯୋଗାଇ ଦେବାକୁ ବରଗଡ଼ ଆକ୍ଟିଭ ଫଟୋଗ୍ରାଫର ଆସୋସିଏଶନ ଦାବି କରିଛି। ଏହି ଦାବି ନେଇ ବୁଧବାର ସଂଘ ପକ୍ଷରୁ ବରଗଡ଼ ଜିଲାପାଳଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି। ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନଙ୍କ ଅନୁପସ୍ଥିତିରେ ଅତିରିକ୍ତ ଜିଲାପାଳ ର୍ମିଧା ଟପ୍ପୋ ସ୍ମାରକପତ୍ର ଗ୍ରହଣ କରିଥିଲେ। ସଂଘର ଉପସଭାପତି ମନବୋଧ ମେହେର, ସମ୍ପାଦକ ଦିପକ ବିଶ୍ୱାସ ପ୍ରମୁଖ ସ୍ମାରକପତ୍ର ପ୍ରଦାନ ସମୟରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଗୃହ କାର୍ଯ୍ୟ ଶେଷ କରିବାକୁ ହିତାଧିକାରୀଙ୍କୁ ନିର୍ଦ୍ଦେଶ

କେସିଙ୍ଗା,୧୦ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସି ଅଧ୍ୟକ୍ଷ ନୃପରାଜ ଯାଦବଙ୍କ ସଭାପତିତ୍ୱରେ ପୌର ଅଞ୍ଚଳରେ ପ୍ରଧାନମନ୍ତ୍ରୀ ଆବାସ ଗୃହ ୧.୦ ମାଧ୍ୟମରେ କାର୍ଯ୍ୟ ସମ୍ପୂର୍ଣ୍ଣ କରୁ…

ଦୁର୍ଘଟଣାରେ ମା’-ଝିଅଙ୍କ ମୃତ୍ୟୁକୁ ନେଇ କାର୍ଯ୍ୟାନୁଷ୍ଠାନ ଦାବି କଲା ବିଜେଡି

ବଲାଙ୍ଗୀର,୧୦ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଗାନ୍ଧୀନଗରପଡ଼ା ୨୬ ନମ୍ବର ଜାତୀୟ ରାଜପଥରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ମା’ ଝିଅଙ୍କ ମୃତ୍ୟୁ ଘଟିଥିଲା।…

ସାଙ୍ଗମାନଙ୍କ ସହ ଗାଧୋଇବାବେଳେ ପାଣିରେ ବୁଡ଼ି ୨ ଜଣଙ୍କ ଜୀବନ ଗଲା

ନୀଳଗିରି,୧୦ା୬(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ରାଧାକିଶୋରପୁର ପଞ୍ଚାୟତ ସୋନ ନଦୀ ରଣିତ ଘାଟରେ ଘଟିଛି ଅଘଟଣ। ବୁଧବାର ମଧ୍ୟାହ୍ନରେ ଦୁଇ ସାଙ୍ଗ ଜାମୁକୋଳି…

ବିଧାୟିକାଙ୍କ ହସ୍ତକ୍ଷେପ ପରେ ମିଳିଲା ମୁଖ୍ୟମନ୍ତ୍ରୀ ରିଲିଫ ସହାୟତା

ରିଷିଡ଼ା,୧୦ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅଞ୍ଚଳରେ ବିଭିନ୍ନ କାରଣରୁ ମୃତ୍ୟୁବରଣ କରିଥିବା ବ୍ୟକ୍ତିମାନଙ୍କୁ ସରକାରୀ ସହାୟତା ମିଳିବାରେ ବହୁ ବିଳମ୍ବ ହୋଇଥାଏ। କିନ୍ତୁ ସ୍ଥାନୀୟ…

ସରକାରୀ ସହାୟତା ଯୋଗାଇବା ନାଁରେ ଦଲାଲ ଠକି ନେଇଥିଲେ ଟଙ୍କା , ଥାନାରେ ଫେରାଇ…

ରିଷିଡ଼ା,୧୦ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ଜନୈକ ମହିଳାଙ୍କଠାରୁ ଓ ବିଭିନ୍ନ ଅଞ୍ଚଳର ଲୋକମାନଙ୍କଠୁ ସରକାରୀ ସହାୟତା ଯୋଗାଇ ଦେବା ନାମରେ ପୌରକେଲା ଗ୍ରାମର ହଜାରୁ…

ବ୍ରାଉନସୁଗାର ସହ ନଗଦ ଟଙ୍କା ଜବତ, ଜଣଙ୍କୁ ଗିରଫ କରି…

ଧାମନଗର,୧୦ା୬(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ଥାନା ଆନନ୍ଦପୁର ପଞ୍ଚାୟତସ୍ଥିତ ବୈତରଣୀ ନଦୀପୋଲ ନିକଟରୁ ଧାମନଗର ପୋଲିସ ଜଣେ ବ୍ରାଉନସୁଗାର ବିକ୍ରେତା ଙ୍କୁ ଗିରଫ କରିଛି। ଗିରଫ…

ଘର ବିବାଦକୁ ନେଇ ଯୁବକଙ୍କୁ ହତ୍ୟା ଉଦ୍ୟମ ଘଟଣା; ଜାମିନ ଆବେଦନ ଖାରଜ ହେବାରୁ ୨ ଯାଆଙ୍କୁ…

ଦିଗପହଣ୍ଡି,୧୦।୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଗୋକର୍ଣ୍ଣପୁର ଗ୍ରାମ ବଡ଼ ସାହିର ଝୁନୁ ସେଠୀ ଓ ବୁଧି ସେଠୀ ୨ ଯାଆଙ୍କୁ ବୁଧବାର…

ଅପରେଶନ ବୈତରଣୀ: ୪ ହାଇୱା, ଜେସିବି, ଖନନ ଯନ୍ତ୍ର, ୩୩ ଟ୍ରାକ୍ଟର ଜବତ: ୩୮ ମାମଲା ରୁଜୁ…

ହାଟଡିହୀ/ଆନନ୍ଦପୁର/ବଞ୍ଚୋ, ୧୦।୬ (ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ/ ପ୍ରଦୋଷ ବିଶ୍ୱାଳ):‘ଅପରେଶନ ବୈତରଣୀ’ର ଧାରାବାହିକତା ଏବଂ କେନ୍ଦୁଝର ଜିଲା ପୋଲିସ ଅଧୀକ୍ଷକଙ୍କ ନିର୍ଦ୍ଦେଶକ୍ରମେ ଆନନ୍ଦପୁର ଉପଖଣ୍ଡ ପୋଲିସ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri