ଜୀବିତ ଲୋକଙ୍କୁ ବ୍ୟବଚ୍ଛେଦ ପାଇଁ ପଠାଇଲା ପୋଲିସ

ବରଗଡ଼ ଅଫିସ/ଅତାବିରା,୮ା୮: ଜଣେ ଜୀବିତ ଲୋକଙ୍କୁ ପୋଲିସ ମୃତ ଭାବିବା ଓ ବ୍ୟବଚ୍ଛେଦ ପାଇଁ ପଠାଇବା ଘଟଣା ଏଠାରେ ଚର୍ଚ୍ଚାର ବିଷୟ ହୋଇଛି। ବ୍ୟବଚ୍ଛେଦ ଗୃହରେ ସମ୍ପୃକ୍ତ ବ୍ୟକ୍ତି ଜୀବିତ ଥିବା ଜଣାପଡିବା ପରେ ତାଙ୍କୁ ତୁରନ୍ତ ଡାକ୍ତରଖାନାକୁ ନିଆଯାଇଥିଲା । ତେବେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିବା ଘଟଣା ଏଠାରେ ବିବାଦ ସୃଷ୍ଟି କରିଛି ।
ମିଳିଥିବା ସୂଚନା ଅନୁଯାୟୀ, ବରଗଡ଼ ଜିଲା ଅତାବିରା ଥାନା ଗୋଡ଼ଭଗା ଫାଣ୍ଡି ଅନ୍ତର୍ଗତ ପୋଡ଼ବାଡ଼ି (ବାବାଟିକ୍ରା)ର ରାହାସ ବିହାରୀ ଭୋଇ(୭୦) କୁଚିଣ୍ଡା ଭୋଜପୁର ଫରେଷ୍ଟ ରେଞ୍ଜରେ ଫରେଷ୍ଟ ଗାର୍ଡ଼ ଭାବେ କାର୍ଯ୍ୟରତ ଥିଲେ। ଅବସର ନେବା ପରେ ସେ ପୋଡ଼ବାଡ଼ି ବାବାଟିକ୍ରାକୁ ଆସି ସ୍ତ୍ରୀ ଗୋଲାପୀଙ୍କ ସହିତ ରହୁଥିଲେ। ତାଙ୍କ ଦୁଇ ପୁଅ ସୁରେନ୍ଦ୍ର, ଟୁନା ବାହାରେ ରହି କାମ କରନ୍ତି। ପ୍ରତିଦିନ ଭଳି ରାହାସ ମଙ୍ଗଳବାର ସକାଳୁ ଉଠି ଶୌଚ ପାଇଁ ଘରୁ ବାହାରିଥିଲେ। ପରେ ବାବାଟିକ୍ରାରୁ ଝାଇଁଜୋର ପଟକୁ ଯାଇଥିବା ଏକ ଛୋଟ କେନାଲରେ ଉଲଗ୍ନ ଓ ଅଚେତ ଅବସ୍ଥାରେ ସେ ପଡ଼ିଥିବା ସ୍ଥାନୀୟ ଲୋକେ ଦେଖିବାକୁ ପାଇଥିଲେ। ଏ ନେଇ ପରିବାର ଲୋକେ ପୋଲିସକୁ ଖବର ଦେଇଥିଲେ। ଘଟଣାସ୍ଥଳରେ ପୋଲିସ ପହଞ୍ଚି ରାହାସଙ୍କୁ ମୃତ ଭାବି ବ୍ୟବଚ୍ଛେଦ ପାଇଁ ଜିଲା ମୁଖ୍ୟ ଡାକ୍ତରଖାନାକୁ ପଠାଇଥିଲା। ତେବେ ଜଣେ ପଡ଼ୋଶୀ ସେ ଜୀବିତ ଥିବା ଅନୁମାନ କରି କହିବାରୁ ପୋଲିସ ତାଙ୍କୁ ଶବଗୃହରୁ ତୁରନ୍ତ ଡାକ୍ତରଖାନାର ଜରୁରିକାଳୀନ ୱାର୍ଡ଼କୁ ନେଇଥିଲା। ସେଠାରେ ଡାକ୍ତର ରାହାସ ଜୀବତ ଥିବା ଜଣାପଡିଥିଲା । ପରେ ଡାକ୍ତର ରାହାସଙ୍କୁ ସାଲାଇନ ଓ ଅକ୍ସିଜେନ ଦେଇ ଚିକିତ୍ସା ଆରମ୍ଭ କରିଥିଲେ। ମାତ୍ର କିଛି ସମୟ ପରେ ତାଙ୍କର ମୃତ୍ୟୁ ଘଟିଥିଲା।
ଜମି ବିବାଦରୁ ତାଙ୍କୁ ସୁପରିକଳ୍ପିତ ଭାବେ ହତ୍ୟା କରାଯାଇଥିବା ପୋଲିସ ଅନୁମାନ କରୁଛି। ଏ ନେଇ ଅତାବିରା ଥାନା ପୋଲିସ ଦଫା ୩୦୨ରେ ଏକ ମାମଲା (ନଂ.୧୬୮/୧୯) ରୁଜୁ କରି ଅଧିକ ତଦନ୍ତ ଚଳାଇଛି। ମୃତଦେହକୁ ଜିଲା ମୁଖ୍ୟ ଡାକ୍ତରଖାନା ଶବ ସଂରକ୍ଷଣ ଗୃହରେ ରଖାଯାଇଛି। ଗୁରୁବାର ବ୍ୟବଚ୍ଛେଦ କରାଯିବ ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଚଲିଙ୍ଗେଶ୍ୱରରେ ବାବାଙ୍କୁ ସ୍ପର୍ଶ ମନା: ଲାଗୁ ହେଲା କଟକଣା, ଜାଣନ୍ତୁ କାହିଁକି

ନୀଳଗିରି, ୨୭।୭ (ପ୍ରଶାନ୍ତ କୁମାର ବିଶ୍ୱାଳ): ଉତ୍ତର ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ ବାବା ପଞ୍ଚଲିଙ୍ଗେଶ୍ୱରରେ ଶ୍ରାବଣ ମାସର ଦ୍ୱିତୀୟ ସୋମବାର ଅବସରରେ ଝରଣା ପାଣିର ପ୍ରଖର ସ୍ରୋତ…

ପଡ଼ୋଶୀଙ୍କ ପଥରମାଡ଼ରେ ଯୁବକ ମୃତ, ୫ ଜଣଙ୍କୁ ପୋଲିସ ଅଟକ ରଖି…

ବଲାଙ୍ଗୀର,୨୭ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ଼ ଉପଖଣ୍ଡରୁ ଆସିଛି ଏକ ଚାଞ୍ଚଲ୍ୟକର ଖବର। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ପଥରମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି।…

ନଦୀରେ ବୁଡ଼ିଗଲେ ନାବାଳିକା କାଉଡ଼ିଆ: ଶିବ ମନ୍ଦିରରେ ଜଳଲାଗି ପାଇଁ….

ବାଲେଶ୍ୱର, ୨୭ (ବାଞ୍ଛାନିଧି ଦେ): ଶ୍ରାବଣ ମାସର ପ୍ରଥମ ସୋମବାରରେ ଘଟିଛି ଏକ ଅଭାବନୀୟ ଘଟଣା। ଶିବ ମନ୍ଦିରରେ ଜଳଲାଗି ପାଇଁ ନଦୀରୁ ପାଣି ଆଣିବାକୁ ଯାଇଥିବା…

ଫାଶୀ ଖୁଣ୍ଟର ସମ୍ମୁଖୀନ ହେବେ ବାଂଲାଦେଶର ପୂର୍ବତନ ରାଷ୍ଟ୍ରପତି? ଅଡୁଆରେ ଶେଖ ହାସିନାଙ୍କ ଶେଷ ସହଯୋଗୀ

ଢାକା,୨୭।୭: ବାଂଲାଦେଶର ରାଷ୍ଟ୍ରପତି ମହମ୍ମଦ ଶାହାବୁଦ୍ଦିନ ସମ୍ପ୍ରତି ଇସ୍ତଫା ଦେଇଛନ୍ତି। ବାଂଲାଦେଶରେ ବିପ୍ଳବ ପରେ, ସେ ଶେଖ ହାସିନାଙ୍କ ଅନ୍ତର୍ନିହିତ ସଦସ୍ୟ ମଧ୍ୟରୁ କ୍ଷମତାରେ ଥିବା ଶେଷ…

ସୁପ୍ରିମକୋର୍ଟଙ୍କ ବଡ଼ ମନ୍ତବ୍ୟ: ଶାନ୍ତିପୂର୍ଣ୍ଣ ଆନ୍ଦୋଳନ ବେଳେ ପୋଲିସର ଲାଠିମାଡ଼ ଠିକ୍‌ ନୁହେଁ

ନୂଆଦିଲ୍ଲୀ,୨୭।୮: ଶାନ୍ତିପୂର୍ଣ୍ଣ ଆନ୍ଦୋଳନ କରିବା ସମସ୍ତଙ୍କ ଅଧିକାର ରହିଛି। ଶାନ୍ତିପୂର୍ଣ୍ଣ ଭାବେ ଆନ୍ଦୋଳନ କଲେ ଲାଠିଚାର୍ଜ କରାଯାଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ସୁପ୍ରିମକୋର୍ଟରେ ଦାଖଲ ହୋଇଥିବା…

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ଏବେ CJPର କାହା ଉପରେ ନଜର? ନେଲା ନୂଆ ପଦକ୍ଷେପ, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୨୭॥୭: ନିଟ୍‌ ପେପର ଲିକ୍‌ ମାମଲାରେ ଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ପରେ କକ୍ରୋଚ ଜନତା ପାର୍ଟି (CJP) ଉତ୍ତରପ୍ରଦେଶରେ ମୋର୍ଚ୍ଚା ଖୋଲିଛି। ୟୁପି ସରକାର ରାମପୁରର ଜୌହର…

ସ୍ତ୍ରୀଙ୍କ ସାମ୍ନାରେ ସ୍ବାମୀଙ୍କୁ ବୀଭତ୍ସ ହତ୍ୟା କରି ଜେଲ୍‌ ଗଲେ ବାପ-ପୁଅ

ଜୟପାଟଣା,୨୭ା୭(ଓମ୍‌ ପ୍ରକାଶ ବୈଠାରୁ): କଳାହାଣ୍ଡି ଜିଲା ଜୟପାଟଣା ଥାନା ଅନ୍ତର୍ଗତ କୁମଜୋର ଗ୍ରାମରେ ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଘଟିଥିବା ହତ୍ୟାକାଣ୍ଡରେ ପୋଲିସ ବଡ଼ ସଫଳତା ପାଇଛି।…

‘ମ୍ୟାନ ଅଫ ଦି ସିରିଜ’ ବିବେଚିତ ହେବା ପରେ ହୃଦୟସ୍ପର୍ଶୀ ବୟାନ ଦେଇ ମନ କିଣିଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୭।୭: ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ଗସ୍ତର ତିକ୍ତ ସ୍ମୃତିକୁ ପଛରେ ପକାଇ, ଟିମ ଇଣ୍ଡିଆ ଜିମ୍ବାୱେରେ ବିଜୟୀ ହୋଇଥିଲା। ଭାରତ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri