ଜୀରାନଦୀରେ ହେବ ଆନ୍ତଃନଦୀ ଜଳାଶୟ

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠରେ ପ୍ରବାହିତ ଜୀରାନଦୀରେ ଆନିକଟ୍‌ ତଥା ଆନ୍ତଃନଦୀ ଜଳାଶୟ ହେବ। ଏଥିପାଇଁ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ସୋମବାର ରାଜ୍ୟ ସରକାରଙ୍କ ଜଳ ସମ୍ପଦ ବିଭାଗର ଏକ ଟିମ୍‌ ବରଗଡ଼ ପହଞ୍ଚି ଥିଲେ। ଏହି ଟିମ୍‌ରେ ଜଳ ସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ଚନ୍ଦ୍ରଶେଖର ପାଢ଼ୀ, ଯୋଜନା ବିଭାଗର ମୁଖ୍ୟଯନ୍ତ୍ରୀ ସାଗର ମହାନ୍ତି, ବୁର୍ଲାର ମୁଖ୍ୟଯନ୍ତ୍ରୀ ସୁଶିଲ ବେହେରା ପ୍ରମୁଖ ଉପସ୍ଥିତ ଥିଲେ। ସେମାନେ ସ୍ଥାନୀୟ ବିଧାୟକ ଅଶ୍ୱିନୀ ଷଡ଼ଙ୍ଗୀଙ୍କ ସହିତ ଜୀରାନଦୀକୁ ଯାଇଥିଲେ। ଜୀରାନଦୀ ବାଲିଟିକ୍ରାଠାରୁ ଅମ୍ବାପାଲି ପର୍ଯ୍ୟନ୍ତ ଯାଇଥିଲେ ଏବଂ ଆନ୍ତଃନଦୀ ଜଳାଶୟ ପାଇଁ ସର୍ଭେକ୍ଷଣ କରିଥିଲେ। ଏଥିପାଇଁ ପ୍ରସ୍ତୁତ ମ୍ୟାପ୍‌ ଧରି ଆନ୍ତଃନଦୀ ଜଳାଶୟ ନିର୍ମାଣ ଉପରେ ଆଲୋଚନା କରିଥିଲେ।
ଆନ୍ତଃନଦୀ ଜଳାଶୟରେ ପାଣି କୂଳ ଲଙ୍ଘିବ ନାହିଁ। ଅନ୍ୟପଟେ ଭୂତଳ ଜଳସ୍ତର ବୃଦ୍ଧି ହେବ ବୋଲି ଜଳସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ପାଢ଼ୀ କହିଛନ୍ତି। ସେହିପରି ଏହା ନିର୍ମାଣରେ ଜମି ଅଧିଗ୍ରହଣ କିମ୍ବା ବିସ୍ଥାପନର କୌଣସି ଆବଶ୍ୟକତା ନାହିଁ। ଅନ୍ୟପଟେ ଜୀରାନଦୀରେ ଏହା ନିର୍ମାଣ ହେଲେ ଅଞ୍ଚଳର ବିକାଶ ହେବା ସହିତ ପର୍ଯ୍ୟଟନ କ୍ଷେତ୍ରରେ ମଧ୍ୟ ଉନ୍ନତି ଘଟିବ। ସେହିପରି ବିଶୋଧନ କରି ପାନୀୟଜଳଭାବେ ମଧ୍ୟ ତାହା ବ୍ୟବହାର କରି ହେବ ବୋଲି ସେ ପ୍ରକାଶ କରିଛନ୍ତି। ସେହିପରି ବରଗଡ଼ ବିଧାୟକ ଷଡ଼ଙ୍ଗୀ କହିଛନ୍ତି, ପିଲାବେଳୁ ବରଗଡ଼ ଜୀରାନଦୀରେ ଏକ ଆନିକଟ୍‌ ହେବ ବୋଲି ଶୁଣି ଆସୁଥିଲି। ହେଲେ ଏପର୍ଯ୍ୟନ୍ତ ତାହା ନିର୍ମାଣ ହୋଇ ପାରି ନାହିଁ। ତେବେ ଗତ ଧନୁଯାତ୍ରା ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜଅତିଥିଭବେ ମହୋତ୍ସବକୁ ଆସିଥିଲେ। ସେତେବେଳେ ସେ ରାଜ ଦରବାରରେ ଆନିକଟ୍‌ ନେଇ ଘୋଷଣା କରିଥିଲେ। ସେହି କ୍ରମରେ ଏହାର ପ୍ରକ୍ରିୟା ଆରମ୍ଭ ହୋଇଛି। ବର୍ତ୍ତମାନ ନଦୀର ଜଳସ୍ତର ୭ରୁ ୮ଫୁଟ୍‌ ତଳକୁ ଖସି ଯାଇଛି। ଆନିକଟ୍‌ ହେଲେ ଜଳସ୍ତର ବୃଦ୍ଧି ପାଇବ। ଏହା ସହିତ ବରଗଡ଼ର ସୌନ୍ଦର୍ଯ୍ୟରେ ଅଭିବୃଦ୍ଧି ଘଟିବା ସହିତ ବରଗଡ଼ର ମାନ, ଅଭିମାନ ମଧ୍ୟ ଏଥିରେ ରହିବ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026 ନିଲାମ: ଜାଣନ୍ତୁ କିଏ ରହିଲେ ଅନ୍‌ ସୋଲ୍ଡ

ଆବୁଧାବି,୧୬।୧୨: IPL 2026 ନିଲାମ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଅଷ୍ଟ୍ରେଲିଆ ଅଲ୍‌ରାଉଣ୍ଡର କ୍ୟାମେରନ ଗ୍ରୀନଙ୍କୁ KKR ସର୍ୱାଧିକ ୨୫ କୋଟି ୨୦ ଲକ୍ଷରେ କିଣିଛି। ଫଳରେ...

ଶାଶୁ ପରେ ଜ୍ୱାଇଁ ଘରେ ବୁଲିଲା ବୁଲଡୋଜର: ଏକାବେଳକେ ଛାନିଆ…

ପୁରୀ,୧୬।୧୨(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଅପରେଶନ ଚକ୍ର ଜରିଆରେ ନିଶା ବେପାରୀଙ୍କ ଘର ଉପରେ ବୁଲଡୋଜର ଚଳାଇଛି । ପୂର୍ବରୁ ଗତ ୪ ତାରିଖରେ...

ମାତ୍ର ଏତିକି କୋଟିରେ ଭେଙ୍କଟେଶଙ୍କୁ କିଣିଲା ଏହି ଦଳ, ଗତ ବର୍ଷ ତୁଳନାରେ ପ୍ରାୟ 70 ପ୍ରତିଶତ କମ୍‌

ନୂଆଦିଲ୍ଲୀ,୧୬।୧୨: ଭେଙ୍କଟେଶ ଆୟର ପ୍ରଥମ ଥର ପାଇଁ କୋଲକାତା ନାଇଟ ରାଇଡର୍ସ ବ୍ୟତୀତ ଅନ୍ୟ କୌଣସି IPL ଦଳ ପାଇଁ ଖେଳିବେ। ଯଦିଓ KKR ମଧ୍ୟ...

ଗୋଆ ଅଗ୍ନିକାଣ୍ଡ ଘଟଣା: ଭାରତ ଆସିଲେ ଲୁଥ୍ରା ବ୍ରଦର୍ସ

ନୂଆଦିଲ୍ଲୀ,୧୬।୧୨: ଗୋଆ ଅଗ୍ନିକାଣ୍ଡ ଘଟଣା ପରେ ପଲାତକ ଲୁଥ୍ରା ବ୍ରଦର୍ସ ସୌରଭ ଏବଂ ଗୌରବଙ୍କୁ ମଙ୍ଗଳବାର ଭାରତ ଫେରାଇ ଅଣାଯାଇଛି। ଦିଲ୍ଲୀରେ ଲୁଥ୍ରା ବ୍ରଦର୍ସଙ୍କ ବିମାନ...

ବିଶ୍ୱର ସବୁଠୁ ମହଙ୍ଗା ଫଳ: ମୂଲ୍ୟ ଜାଣିଲେ ଉଡିଯିବ ହୋଶ୍‌

ସାଧାରଣତଃ ମହଙ୍ଗା ଜିନିଷ କିଣିବାକୁ ହେଲେ ଲୋକେ ବିଳାସପୂର୍ଣ୍ଣ କାର, ସୁନା ଏବଂ ହୀରା ବିଷୟରେ ଚିନ୍ତା କରନ୍ତି। କିନ୍ତୁ ଜାପାନରେ ଏକ ତରଭୁଜ ଅଛି,...

ପୁଣି ପ୍ରେମାନନ୍ଦ ମହାରାଜଙ୍କ ଶରଣରେ ବିରାଟ-ଅନୁଷ୍କା, କଣ କହିଲେ ଦେଖନ୍ତୁ Video

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କିମ୍ବଦନ୍ତୀ ବିରାଟ କୋହଲି ଏବଂ ଅନୁଷ୍କା ଶର୍ମା ପୁଣି ଥରେ ପ୍ରେମାନନ୍ଦ ଜୀ ମହାରାଜଙ୍କୁ ଭେଟିଛନ୍ତି । ବୃନ୍ଦାବନର ପ୍ରସିଦ୍ଧ ପ୍ରେମାନନ୍ଦ ଜୀ...

ଆସନ୍ତା ୨୩ରୁ ଖୋଲିବ ଧାନମଣ୍ଡି, ଶୁଭାରମ୍ଭ ହେଲା ୨ଟି ସଚେତନତା ରଥ

ଛତ୍ରପୁର, ୧୬/୧୨ (ଦିଲ୍ଲୀପ ସାମଲ): ହିଞ୍ଜିଳିକାଟୁ ନିୟନ୍ତ୍ରିତ ବଜାର କମିଟି ପକ୍ଷରୁ ଛତ୍ରପୁର ସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟରୁ ୨ ଟି ସଚେତନତା ରଥର ଶୁଭାରମ୍ଭ...

ଅଷ୍ଟ୍ରେଲିଆ ଆତଙ୍କବାଦୀ ଆକ୍ରମଣ ସହ ଭାରତୀୟ ପାସପୋର୍ଟ ମଧ୍ୟରେ କ’ଣ ରହିଛି ସମ୍ପର୍କ? ନୂଆ ତଥ୍ୟକୁ ନେଇ ହଇଚଇ

ସିଡନୀ,୧୬।୧୨: ଅଷ୍ଟ୍ରେଲିଆରେ ଯିହୁଦୀ ସମ୍ପ୍ରଦାୟକୁ ଟାର୍ଗେଟ କରି ହୋଇଥିବା ବଣ୍ଡି ଆତଙ୍କବାଦୀ ଆକ୍ରମଣର ତଦନ୍ତ ସମୟରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। ଫିଲିପାଇନ୍ସ ସରକାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri