ଜୁଆଆଡ୍ଡାରେ ଚଢ଼ାଉ: ଟଙ୍କା, ମୋବାଇଲ ଜବତ; ୫ ଗିରଫ

ପୁରୁଷୋତ୍ତମପୁର,୨।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିଖରପୁର ଗ୍ରାମରେ ଚାଲିଥିବା ଜୁଆଆଡ୍ଡା ଉପରେ ରବିବାର ରାତିରେ ପୋଲିସ ପକ୍ଷରୁ ଅତର୍କିତ ଭାବେ ଚଢ଼ାଉ କରାଯାଇଛି। ଏହି ଚଢ଼ାଉରେ ୫ ଜଣଙ୍କୁ ଗିରଫ କରାଯିବା ସହ ୩ଟି ମୋବାଇଲ, ୧୪ ହଜାର ୬୦ ଟଙ୍କା ଜବତ କରାଯାଇଛି। ଗିରଫ ଅଭିଯୁକ୍ତମାନେ ହେଲେ ଶିଖରପୁର ଗ୍ରାମର ସନ୍ତୋଷ ନାୟକ, ରାମକୃଷ୍ଣ ପଣ୍ଡା, କାଙ୍ଗାଳୀ ସେଠୀ, ନିଲୁ ପ୍ରଧାନ ଓ ଗଙ୍ଗାଧର ପୃଷ୍ଟି । ଏନେଇ ଥାନାରେ କେସ୍‌ ନଂ. ୨୯୭/୧୯ରେ ମାମଲା ରୁଜୁ ହୋଇଥିବା ବେଳେ ସୋମବାର ଅଭିଯୁକ୍ତମାନଙ୍କୁ କୋର୍ଟ ଚାଲାଣ କରାଯିବ ବୋଲି ଆଇଆଇସି ଜଗନ୍ନାଥ ମଲ୍ଲିକ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

‘ଦୃଶ୍ୟମ ୩’ର ଧମାକାଦାର ଟ୍ରେଲର ରିଲିଜ୍‌: ସାଉଁଟୁଛି ପ୍ରଶଂସା

ବଲିଉଡ ଅଭିନେତା ଅଜୟ ଦେବଗନଙ୍କ ବହୁ ପ୍ରତୀକ୍ଷିତ କ୍ରାଇମ ଥ୍ରିଲର୍‌ ‘ଦୃଶ୍ୟମ ଦ କନକ୍ଲୁଜନ’ ଅର୍ଥାତ୍‌ ‘ଦୃଶ୍ୟମ ୩’ର ଟ୍ରେଲର୍‌ ରିଲିଜ ହୋଇଛି। ୨୦୧୫ରେ ଆରମ୍ଭ ହୋଇଥିବା…

ଦ୍ୱିତୀୟ ସେମିଷ୍ଟାର ପରୀକ୍ଷା ଫଳକୁ ନେଇ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଅସନ୍ତୋଷ: ମୂଲ୍ୟାଙ୍କନ ଉପରେ ପ୍ରଶ୍ନବାଚୀ

ଭଞ୍ଜନଗର,୯।୯(ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶବିଦ୍ୟାଳୟ ପକ୍ଷରୁ ମଙ୍ଗଳବାର ସନ୍ଧ୍ୟାରେ ଯୁକ୍ତ ୩ ଦ୍ୱିତୀୟ ସେମିଷ୍ଟର ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ଏଥିରେ ଅନେକ ଛାତ୍ରୀଛାତ୍ରଙ୍କ ପେପର ବ୍ୟାକ…

ଭାରତ ରତ୍ନ ସିଏନଆର ରାଓଙ୍କୁ ‘SIR’ ନୋଟିସ: ଭୋଟର ତାଲିକାରେ ନାଁ ଭୁଲ

ବେଙ୍ଗାଲୁରୁ,୯।୯: ଭୋଟର ତାଲିକାରେ ନାଁ ସ୍ପେଲିଂ ବନାନରେ ଅସଙ୍ଗତି ଥିବା ଜଣାପଡ଼ିବା ପରେ ଭାରତ ରତ୍ନ ବିଶିଷ୍ଟ ବୈଜ୍ଞାନିକ ପ୍ରଫେସର ସିଏନଆର ରାଓଙ୍କୁ ନୋଟିସ ଜାରି କରାଯାଇଛି।…

ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ବ୍ୟକ୍ତିଙ୍କ ମୃତ୍ୟୁ

ପାଟଣା, ୯।୯ (ବୀର କିଶୋର ଦାଶ): ପାଟଣା ଥାନା ଅନ୍ତର୍ଗତ ମୂଷାଖୋରୀ ପଞ୍ଚାୟତର ମୂଷାନାଳି ଗ୍ରାମରେ ବିଦ୍ୟୁତ୍ ଆଘାତ ଲାଗି ବୁଧବାର ସକାଳେ ଦୟାନିଧି ମହାନ୍ତ (୪୮)ଙ୍କ…

ଭଦ୍ରକ-ଧାମରା ରେଳପଥ ଅବରୋଧ ଡିପିସିଏଲ୍‌ର ଅନ୍ୟାୟ: ଅନୀତି ବିରୋଧରେ ଜନଆକ୍ରୋଶ

ତିହିଡ଼ି, ୯।୯ (ସଞ୍ଜିତ ବଳ): ଭଦ୍ରକ-ଧାମରା ରେଳପଥର ତିହିଡ଼ି ବ୍ଲକ ଅଧୀନ ପୀରହାଟ ଥାନା ଅନ୍ତର୍ଗତ ଗୁରୁଦାସପୁରଠାରେ ବୁଧବାର ସକାଳଠାରୁ ରେଳପଥ ଅବରୋଧ କରାଯାଇଛି। ଧାମରା ପୋର୍ଟ…

ସ୍କୁଲରେ ତାଲା ପକାଇଲେ ଅଭିଭାବକ:ବାତ୍ୟା ଆଶ୍ରୟସ୍ଥଳୀରେ ପାଠପଢ଼ିଲେ ଛାତ୍ରୀଛାତ୍ର

ମହାକାଳପଡ଼ା,୯।୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳବର୍ତ୍ତୀ ସୁନିତି ପଞ୍ଚାୟତ ଅନ୍ତର୍ଗତ ଓଲ୍ଡ ଫିଲ୍ଡ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅଭିଭାବକମାନେ ତାଲା ପକାଇବା ଘଟଣାକୁ…

ପ୍ରଧାନ ଶିକ୍ଷକଙ୍କ ବଦଳି ନିଷ୍ପତ୍ତି ପ୍ରତ୍ୟାହାର ଦାବି: ଧାରଣାରେ ବସିଲେ ଅଭିଭାବକ

ବରୀ,୯।୯(ମହେନ୍ଦ୍ର ସ୍ବାଇଁ):ସରକାର ଶିକ୍ଷା ବ୍ୟବସ୍ଥାର ସୁଦୃଢ଼ୀକରଣ ଉପରେ ଗୁରୁତ୍ୱ ଦେଉଥିବାବେଳେ ବରୀ ଶିକ୍ଷାମଣ୍ଡଳ ଅଧୀନସ୍ଥ କୃଷ୍ଣନଗର ପ୍ରାଥମିକ ବିଦ୍ୟାଳୟରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି। ସୂଚନା ଅନୁଯାୟୀ,…

ଏସିଆ କପ୍‌ ଚାଲିଥିବାବେଳେ ସ୍ମୃତି ମନ୍ଧାନାଙ୍କୁ ମିଳିଲା ବଡ଼ ଖୁସିଖବର

ନୂଆଦିଲ୍ଲୀ,୯।୯: ମହିଳା ଏସିଆ କପରେ ହଂକଂ ବିପକ୍ଷରେ ଏକ ଚମତ୍କାର ଶତକ ମାରିଥିବା ସ୍ମୃତି ମନ୍ଧାନା ICC T20 ରାଙ୍କିଙ୍ଗର ଶୀର୍ଷ ୫ରେ ସ୍ଥାନ ପାଇଛନ୍ତି। ହଂକଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri