ଜଗନ୍ନାଥପ୍ରସାଦ,୧୨ା୧୧(ଡି.ଏନ୍.ଏ.)-ଜଗନ୍ନାଥପ୍ରସାଦ ଜଳୀସାହିଠାରେ ସୋମବାର ରାତ୍ର ପ୍ରାୟ ୯ଟାରେ ଜଣେ ଯୁବକଙ୍କୁ ଛୁରାମାଡ ହୋଇଛି। ସେ ହେଲେ ଉକ୍ତସାହିର ପବନା ସେଠି (୨୫)। ଗୁରୁତର ଅବସ୍ଥାରେ ତାଙ୍କୁ ବ୍ରହ୍ମପୁର ବଡ ମେଡିକାଲରେ ଭର୍ତ୍ତି କରାଯାଇଛି। ପୋଲିସ ଗଁାରେ ପହଞ୍ଚତ୍ ତଦନ୍ତ ଚଳାଇଥିବାବେଳେ ଛୁରାମାଡ କରିଥିବା ଯୁବକ ଫେରାର ହୋଇଯାଇଛନ୍ତି। ପ୍ରକାଶ ଯେ, ଉକ୍ତ ସାହିରେ ରାତିରେ ଜୁଆଖେଳ ଚାଲିଥିବାବେଳେ ପବନାଙ୍କ ସହ ଜନୈକ ଯୁବକଙ୍କର ପାଟିତୁଣ୍ଡ ହୋଇଥିଲା। ପରେ ସେ ପବନାଙ୍କ ପେଟରେ ଛୁରୀ ଭୂଷି ଦେଇଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରି ଜଗନ୍ନାଥପ୍ରସଦ ମେଡିକାଲକୁ ନିଆଯାଇଥିଲା। ସେଠାରେ କେହି ଡାକ୍ତର ନ ଥିବାବେଳେ ସ୍ଥାନାନ୍ତର ପାଇଁ ଆମ୍ବୁଲାନ୍ସ ଥିଲେ ମଧ୍ୟ ଚାଳକ ନଥିଲେ। ଫଳରେ ମେଡିକାଲରେ ଉତ୍ତେଜନା ପ୍ରକାଶ ପାଇଥିଲା। ପରେ ତାଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲକୁ ପରିବାର ଲୋକେ ଗାଡି ଭଡା କରି ନେଇଥିଲେ। ଗଁାରେ ପୋଲିସ ପହଞ୍ଚତ୍ ତଦନ୍ତ ଚଳାଇଥିବାବେଳେ ଖବରଲେଖାହେବା ସୁଦ୍ଧା ଥାନାରେ କୌଣସି ମାମଲା ହୋଇନାହିଁ।
ବାହୁନି ବାହୁନି କାନ୍ଦୁଛନ୍ତି ପତ୍ନୀ, ଅନ୍ଧକାରରେ ୩ ପିଲାଙ୍କ ଭବିଷ୍ୟତ; ଗୋଆରେ ଚାଲିଗଲା ଓଡ଼ିଆ ଶ୍ରମିକଙ୍କ ଜୀବନ, ଏବେ…
ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ପେଟ ପାଟଣା ପାଇଁ ରାଜ୍ୟ ବାହାରକୁ ଯାଇଥିଲେ। ହେଲେ କାରଖାନାରେ ଅଘଟଣ ଘଟିବା ଯୋଗୁ ଚାଲିଗଲା ଜୀବନ। ଏବେ ରୋଜଗାରିଆ ପୁଅଙ୍କୁ...
ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ
ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...
ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….
ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...
ଅତ୍ୟାଚାର, ଶୋଷଣ ବିରୋଧରେ ସ୍ବର ଉତ୍ତୋଳନ ଲୋଡ଼ା
ଭଞ୍ଜନଗର,୩୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ରାଧାକୃଷ୍ଣ ପାଠାଗାରରେ ଚକରା ବିଷୋୟୀ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ‘ଚକରା ବିଷୋୟୀଙ୍କ ଐତିହାସିକ...
ବାଇକ୍କୁ ଧକ୍କାଦେଲା ବାଇକ୍, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ
ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...
ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ
ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର ଗଣିଆନାଳ ଛକ...
କୁକୁର ମୁଁହରୁ ହରିଣକୁ ଉଦ୍ଧାରକଲେ ସରପଞ୍ଚ ପ୍ରତିନିଧି, ଚିକିତ୍ସା ପରେ ବନବିଭାଗକୁ କଲେ ହସ୍ତାନ୍ତର
ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ ): କୁକୁର ମୁଁହରୁ ଆହତ ହରିଣକୁ ଉଦ୍ଧାର କଲେ ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା । ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ...
ହାତୀଙ୍କ ସୁରକ୍ଷା ଆମର ଦାୟିତ୍ୱ: ଜାଗ୍ରତ କଲା ବନ ବିଭାଗ
ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବନ ବିଭାଗ ରେଞ୍ଜ କାର୍ଯ୍ୟାଳୟ ପରିସରରେ ବନ ବିଭାଗ ପକ୍ଷରୁ ଗଜ ସାଥି ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ...
Archives


