ଜୁନାଗଡରେ ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର: ପଞ୍ଜୀକରଣ କଲେ ୩୯୩ ଦିବ୍ୟାଙ୍ଗ

ଜୁନାଗଡ,୨୮।୮(ଡି.ଏନ.ଏ.)-କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜୁନାଗଡ ବ୍ଲକର ୩୪ଟି ପଞ୍ଚାୟତର ୩୯୩ ଜଣ ଦିବ୍ୟାଙ୍ଗ ନାମ ପଞ୍ଜୀକରଣ କରିଥିଲେ। ସେଥିମଧ୍ୟରୁ ମୁକ ବଧିର ୬୯, ଦୃଷ୍ଟିହୀନ ୫୮, ମାନସିକ ବେକାରଗ୍ରସ୍ତ ୪୧ ଓ ଚଳବାଧିତ ୧୦୨ ଥିଲେ। ଏହି କାର୍ଯ୍ୟକ୍ରମରେ ବସ୍‌ ଓ ଟ୍ରେନ ପାସ୍‌ ପାଇଁ ୧୨୨ ଓ ଭିନ୍ନକ୍ଷମ ଭତ୍ତା ପାଇଁ ୨୦ ଜଣ ଆବେଦନ କରିଥିଲେ। ସେହିପରି ୧୬ଜଣଙ୍କୁ ସ୍ବତନ୍ତ୍ର ଦିବ୍ୟାଙ୍ଗ ପରିଚୟପତ୍ର ପ୍ରଦାନ କରାଯାଇଥିବା ବେଳେ ୩୩ଜଣଙ୍କୁ ଭୁବନେଶ୍ୱରର ଏକ ଟିମ୍‌ ଦକ୍ଷତା ବିକାଶ ତାଲିମ ଦେବା ପାଇଁ ଚିହ୍ନଟ କରିଥିଲେ। ଏହାସହ ୨୭ଜଣ ଦିବ୍ୟାଙ୍ଗଙ୍କୁ ହୁଇଲଚେୟାର ଓ ଟ୍ରାଏସାଇକେଲ ବଣ୍ଟନ କରାଯାଇଥିଲା। ଏଥିରେ ମୁଖ୍ୟଅତିଥି ଭାବେ ଜୁନାଗଡ ବ୍ଲକ ଅଧ୍ୟକ୍ଷା ନୁର୍ଯ୍ୟ ମାଝି ଯୋଗଦେଇ ଆନୁଷ୍ଠାନିକ ଭାବେ କାର୍ଯ୍ୟକ୍ରମ ଶୁଭାରମ୍ଭ କରିଥିଲେ। ସମ୍ମାନିତ ଅତିଥି ଭାବେ ବିଡିଓ ଦୁଳାରାମ ମାରାଣ୍ଡି, ବ୍ଲକ ଉପାଧ୍ୟକ୍ଷ ଟଙ୍କଧର ନାଏକ, ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ତୁଷାର ରଞ୍ଜନ ସାହୁ, ଗ୍ରାମପଞ୍ଚାୟତ ସମ୍ପ୍ରସାରଣ ଅଧିକାରୀ ସିର୍ଦ୍ଦେଶ୍ୱର ମେହେର, ଜୁନାଗଡ ବ୍ଲକ ସରପଞ୍ଚ ସଂଘ ସଭାପତି ଅଜୟ କୁମାର ବେହେରା ପ୍ରମୁଖଙ୍କ ସହ ବ୍ଲକର ବିଭିନ୍ନ ପଞ୍ଚାୟତ ଲୋକପ୍ରତିନିଧିମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

୨ଜଣଙ୍କୁ ଧକ୍କା ଦେଇ ଚାଲିଯାଇଥିଲା ଡାଲା ଅଟୋ, ଚିକିତ୍ସିତ ଅବସ୍ଥାରେ ଚାଲିଗଲା ଜଣକର ଜୀବନ

ଦିଗପହଣ୍ଡି, ୨୧|୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା  ଝାଟିପିଟିଆ ଗ୍ରାମ ହରିଜନ ସାହି ନିକଟ ମୁଖ୍ୟରାସ୍ତା ରେ ଘଟିଥିବା ଦୁର୍ଘଟଣାରେ ଗୁରୁତର ଆହତ ଯୁବକଙ୍କ ମୃତ୍ୟୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri