ଜୁନାଗଡ଼ରୁ ଭୁବନେଶ୍ୱରକୁ ଗଡ଼ିଲା ସ୍ବତନ୍ତ୍ର ଟ୍ରେନ: ଅରୁଣ ଜେଟଲୀଙ୍କ ବିୟୋଗ ଯୋଗୁ ବାତିଲ ହେଲା ଉଦ୍‌ଘାଟନୀ ଉତ୍ସବ

ଜୁନାଗଡ଼,୨୫।୮(ଡି.ଏନ.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ଠାରୁ ଭୁବନେଶ୍ୱରକୁ ଶନିବାର ସ୍ବତନ୍ତ୍ର ଟ୍ରେନ୍‌ ଚାଲିଛି। ଅପରାହ୍ନ ସାଢେ ୪ଟାରେ ଜୁନାଗଡ଼ ରୋଡ-ଭୁବନେଶ୍ୱରକୁ ଏକ୍ସପ୍ରେସ ଟ୍ରେନ(ନଂ.୧୮୪୩୭-୧୮୪୩୮) ଯାତ୍ରା ଆରମ୍ଭ କରିଥିଲା। ଅପରାହ୍ନ ୩ଟାରେ ରେଲଓ୍ବେ ପକ୍ଷରୁ ଜୁନାଗଡ଼ ରୋଡ୍‌ ଷ୍ଟେଶନ ପରିସରରେ ଏକ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ରଖାଯାଇଥିଲା। ହେଲେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଅରୁଣ ଜେଟଲୀଙ୍କ ବିୟୋଗ ଖବର ମିଳିବା ପରେ କାର୍ଯ୍ୟକ୍ରମ ବାତିଲ କରାଯାଇଥିଲା। ତେବେ ଉକ୍ତ ଟ୍ରେନ ଯାତ୍ରା ଆରମ୍ଭ ସମୟରେ ଶକ୍ତି, ଶିଳ୍ପ, ଏମ୍‌ଏସ୍‌ଏମ୍‌ଇ ମନ୍ତ୍ରୀ କ୍ୟାପଟେନ୍‌ ଦିବ୍ୟଶଙ୍କର ମିଶ୍ର, ବିରୋଧୀ ଦଳ ନେତା ତଥା ଭବାନୀପାଟଣା ବିଧାୟକ ପ୍ରଦୀପ୍ତ କୁମାର ନାଏକ, କଳାହାଣ୍ଡି ଏମ୍‌ପି ବସନ୍ତ କୁମାର ପଣ୍ଡା, ପୂର୍ବତନ ମନ୍ତ୍ରୀ ହିମାଂଶୁ ଶେଖର ମେହେର ପ୍ରମୁଖ ଉପସ୍ଥିତ ଥିଲେ।

ସୂଚନାଯୋଗ୍ୟ, ପୂର୍ବରୁ ହୀରାଖଣ୍ଡ ଏକ୍ସପ୍ରେସ୍‌ ସହ ଯୋଡି ହୋଇ ଏହି ଟ୍ରେନ୍‌ ଜୁନାଗଡ଼ ଯାଉଥିଲା । ପ୍ରଥମେ ଟ୍ରେନ ରାୟଗଡା ଯିବା ପରେ ସେଠାରୁ ଅଲଗା ହୋଇ ଆଉ ଏକ ଇଞ୍ଜିନ ସହ ଜୁନାଗଡ଼ ଯାତ୍ରା କରୁଥିଲା। ସ୍ବତନ୍ତ୍ର ଟ୍ରେନ ପ୍ରତିଦିନ ଭୁବନେଶ୍ୱରରୁ ରାତି ୧୦ଟା୩୫ ମିନିଟ୍‌ରେ ବାହାରି ପରଦିନ ସାଢ଼େ ୧୧ଟାରେ ଜୁନାଗଡରେ ପହଞ୍ଚତ୍ବ। ସେହିପରି ଜୁନାଗଡ ରୋଡ୍‌ରୁ ଅପରାହ୍ନ ସାଢେ ୪ଟାରେ ଯାତ୍ରା ଆରମ୍ଭ କରି ପରଦିନ ସକାଳ ସାଢେ ୬ଟାରେ ଭୁବନେଶ୍ୱର ମୁଖ୍ୟ ରେଳଷ୍ଟେଶନରେ ପହଞ୍ଚତ୍ବ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri