ଜୁନାଗଡ଼ ଗଣବଳାତ୍କାର ମାମଲା : ମୋଟ ଗିରଫ ସଂଖ୍ୟା ୧୦, ଖବରଦାତା ସମ୍ମିଳନୀରେ ସୂଚନା ଦେଲେ ଏସ୍‌ପି

ଭବାନୀପାଟଣା,୨୮।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ଗଣ ବଳାତ୍କାର ମାମଲା ନୂଆମୋଡ଼ ନେଇଛି।  ଶୁକ୍ରବାର ପୀଡ଼ିତା ମୁଖ୍ୟ ଅଭିଯୁକ୍ତ ଲଳିନ୍ଦ୍ର ଶବର ତାଙ୍କୁ ଗିରଫ କରା ନ ଗଲେ ଆତ୍ମହତ୍ୟା କରିବେ ବୋଲି ଗଣମାଧ୍ୟମ ସମ୍ମୁଖରେ ପ୍ରକାଶ କରିବା ପରେ ଯାଦବ ସମାଜ ଏବଂ ଜିଲା ଭାଜପା ମହିଳା ମୋର୍ଚ୍ଚା ପକ୍ଷରୁ ଲଳିନ୍ଦ୍ରକୁ ଗିରଫ ପାଇଁ ଜିଲା ଆରକ୍ଷୀ ଦାବିପତ୍ର ପ୍ରଦାନ କରାଯାଇଥିଲା। ଏହା ପରେ ପୋଲିସ ଲଳିନ୍ଦ୍ରକୁ ଗିରଫ କରିଛି। ତେବେ ପୋଲିସ ପ୍ରଶାସନ ପକ୍ଷରୁ ଶନିବାର ପୀଡ଼ିତାଙ୍କ ବୟାନ ରେକର୍ଡ କରିବା ସମୟରେ ଲଳିନ୍ଦ୍ର ଶବର ତାଙ୍କୁ ପ୍ରଥମେ ବଳାତ୍କାର କରିଥିବା ପ୍ରକାଶ କରିଥିଲେ। ପରେ ଲଳିନ୍ଦ୍ରକୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି ବୋଲି ଶନିବାର ସନ୍ଧ୍ୟାରେ ଏସ୍‌ପି ବାତୁଲା ଗଙ୍ଗାଧର ଏକ ଖବରଦାତା ସମ୍ମିଳନୀରେ ପ୍ରକାଶ କରିଛନ୍ତି। ଏହି ଘଟଣାରେ ଗଣବଳାତ୍କାର ମାମଲାରେ ଏଯାଏ ଗିରଫ ସଂଖ୍ୟା ୭ରେ ପହଞ୍ଚତ୍ଥିବା ବେଳେ ଭିଡିଓ ଭାଇରାଲ ଘଟଣାରେ ୩ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି। ମୋଟ ଗିରଫ ସଂଖ୍ୟା ୧୦ରେ ପହଞ୍ଚତ୍ଛି।
ସୂଚନାଯୋଗ୍ୟ ଯେ, ଗତ ୧୪ ତାରିଖରେ ସୁଭଦ୍ରା ବସ୍‌ର ଡ୍ରାଇଭର ଲଳିନ୍ଦ୍ର ଶବର ପୀଡ଼ିତାଙ୍କୁ ମୋଟରସାଇକେଲରେ ଲିଫ୍ଟ ଦେଇ ଜୁନାଗଡ଼ ରାସ୍ତାରେ ନେଇଥିଲେ। ତେବେ ଜାରିଙ୍ଗ ନିକଟରେ ମୋଟରସାଇକେଲ ଅଟକାଇବା ପରେ ୬ ଜଣ ଯୁବକ ପୀଡ଼ିତାଙ୍କୁ ଜଙ୍ଗଲ ଭିତରକୁ ଟେକି ନେଇ ବଳାତ୍କାର କରିଥିଲେ। ଏହି ଘଟଣାର ଭିଡିଓ ଭାଇରାଲ ହେବା ପରେ ପୀଡ଼ିତା ଜୁନାଗଡ଼ ଥାନାରେ ଲିଖିତ ଏତଲା ଦେଇଥିଲେ। ଉକ୍ତ ଏତଲାକୁ ଭିତ୍ତିକରି ଏସ୍‌ପି ବାତୁଲା ଗଙ୍ଗାଧର ନିଜେ ତିନୋଟି ଟିମ୍‌ ଗଠନ କରି ୭ ଅଭିଯୁକ୍ତଙ୍କୁ ଗିରଫ କରିଥିଲେ। ଡ୍ରାଇଭର ଲଳିନ୍ଦ୍ରଙ୍କୁ ପୋଲିସ ମୁଖ୍ୟ ସାକ୍ଷୀ କରି ଛାଡ଼ିଦେଇଥିଲା। ମାତ୍ର ପୀଡ଼ିତା ଲଳିନ୍ଦ୍ର ମୁଖ୍ୟ ଅଭିଯୁକ୍ତ ଏବଂ ପ୍ରଥମେ ଲଳିନ୍ଦ୍ର ହିଁ ତାଙ୍କୁ ବଳାତ୍କାର କରିଥିବା ଗଣମାଧ୍ୟମ ନିକଟରେ ପ୍ରକାଶ କରିବା ପରେ ପୋଲିସ ଲଳିନ୍ଦ୍ରଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁକୁ ସମ୍ପୂର୍ଣ୍ଣ ମଦମୁକ୍ତ କରିବା ପାଇଁ ଜିଲାପାଳଙ୍କଠାରେ ପହଞ୍ଚିଲେ ଶତାଧିକ ମହିଳା

ବଲାଙ୍ଗୀର,୧୨ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ବ୍ଲକ ବେଲପଡ଼ା ପଞ୍ଚାୟତ ଦେଓଗାଁ ଗ୍ରାମରେ ସମ୍ପୂର୍ଣ୍ଣ ମଦ ବିକ୍ରିକୁ ବନ୍ଦ କରିବା ନେଇ ସୋମବାର ଜିଲାପାଳ ଅଫିସରେ…

ଦୁଇଥର ଗଜକେଶରୀ ଯୋଗ: ଏହି ୪ ରାଶିଙ୍କ ଭାଗ୍ୟରେ ଲାଗିଲା ଲଟେରୀ, ଚାରିଆଡୁ ଆସିବ ଟଙ୍କା!

ବୈଦିକ ଜ୍ୟୋତିଷ ଅନୁସାରେ ଗଜକେଶରୀ ଯୋଗକୁ ଏକ ଶୁଭ ଯୋଗ ଭାବେ ବିବେଚନା କରାଯାଏ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ଜନ୍ମକୁଣ୍ଡଳୀରେ ଏହି ଯୋଗ ସୃଷ୍ଟି ହେଲେ କ୍ୟାରିୟର,…

ଏଲିଟ ଫିଲ୍ଡିଂ କ୍ଲବରେ ସାମିଲ ହେଲେ ତିଲକ

ଇନ୍ଦୋର,୧୨।୧୦: ଭାରତୀୟ ଟି-୨୦ ଦଳର ଉପଅଧିନାୟକ ତିଳକ ବର୍ମା ଏକ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଅନ୍ତର୍ଜାତୀୟ ଟି-୨୦ ସିରିଜର ତୃତୀୟ ମ୍ୟାଚ୍‌ରେ ତିଳକ…

୧୩ରେ ଲଘୁଚାପ: ପାଣିପାଗ ବିଭାଗର କହିଲା ଏହାର ଗତିବିଧି…

ଭୁବନେଶ୍ୱର,୧୨।୧୦ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଆସନ୍ତା ୧୩ ଅକ୍ଟୋବର ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ତେବେ ଅନୁକୂଳ ପାଣିପାଗ ଓ ସାମୁଦ୍ରିକ ପରିସ୍ଥିତି…

କ୍ରିକେଟ ମଇଦାନରେ କମାଲ କଲେ ଦ୍ରାବିଡ଼ଙ୍କ ପୁଅ: ବିସ୍ଫୋରକ ଇନିଂସ ଖେଳି ସମସ୍ତଙ୍କୁ କରିଦେଲେ ଚକିତ

ନୂଆଦିଲ୍ଲୀ, ୧୨।୧୦: ପୂର୍ବତନ ଭାରତୀୟ ଅଧିନାୟକ ତଥା ମୁଖ୍ୟ କୋଚ ରାହୁଲ ଦ୍ରାବିଡ଼ଙ୍କ ପୁଅ ଅନୱୟ ଦ୍ରାବିଡ଼ ନିଜର ଆକ୍ରମଣାତ୍ମକ ବ୍ୟାଟିଂ ପାଇଁ ଏବେ ଚର୍ଚ୍ଚାରେ। ଭିନୁ…

ଅର୍ଥନୀତି କ୍ଷେତ୍ରରେ ନୋବେଲ ପୁରସ୍କାର ଘୋଷଣା: ଏହି ୨ ଜଣଙ୍କୁ ମିଳିଲା

ନୂଆଦିଲ୍ଲୀ,୧୨।୧୦: ୨୦୨୬ ମସିହାର ଅର୍ଥନୀତି କ୍ଷେତ୍ରରେ ନୋବେଲ ପୁରସ୍କାର ଆମେରିକୀୟ ଅର୍ଥନୀତିଜ୍ଞ ରବର୍ଟ ଇ. ହଲ (Robert E. Hall) ଏବଂ ମାଇକେଲ ୱୁଡଫୋର୍ଡ (Michael Woodford)ଙ୍କୁ…

ସରକାରୀ କର୍ମଚାରୀଙ୍କ ଦରମା-ପେନସନ ଉପରେ ବଡ଼ ଖବର: ଏହି ରାଜ୍ୟ ଗଠନ କଲା ଅଷ୍ଟମ ବେତନ ଆୟୋଗ

ନୂଆଦିଲ୍ଲୀ, ୧୨।୧୦: କେନ୍ଦ୍ର ସରକାର ୨୦୨୫ ନଭେମ୍ବରରେ ଅଷ୍ଟମ ବେତନ ଆୟୋଗ ଗଠନକୁ ମଞ୍ଜୁରି ଦେଇଥିଲେ। ଏହା ପରେ ଏକ କମିଟି ଗଠନ କରାଯାଇଛି। ଏହି କମିଟି…

ବୈଭବ ସୂର୍ଯ୍ୟବଂଶୀ ନୁହେଁ, ଏହି ଭାରତୀୟ ଷ୍ଟାରଙ୍କୁ ୱାଲର୍‌ଡ ସୁପରପାୱାର ଓପନର କହିଲେ ଦିନେଶ କାର୍ତ୍ତିକ

ଇନ୍ଦୋର,୧୨।୧୦: ଭାରତୀୟ ଦଳର ଷ୍ଟାର ଓପନର ଅଭିଷେକ ଶର୍ମାଙ୍କ ଜବରଦସ୍ତ ବ୍ୟାଟିଂକୁ ନେଇ ପ୍ରଶଂସାରେ ଶତମୁଖ ହୋଇଛନ୍ତି ପୂର୍ବତନ ଭାରତୀୟ କ୍ରିକେଟର ଦିନେଶ କାର୍ତ୍ତିକ। ବିଭିନ୍ନ ପରିସ୍ଥିତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?