ଜୁନାଗଡ ପୋଲିସ ପକ୍ଷରୁ ପରୀ ପାଇଁ କଥାଟିଏ କାର୍ଯ୍ୟକ୍ରମ

ଜୁନାଗଡ,୭।୮(ଡି.ଏନ.ଏ.): କଳାହାଣ୍ଡି ଜିଲା ଜୁନାଗଡ ସହରସ୍ଥିତ ସଂସ୍କୃତି ଭବନଠାରେ ଜୁନାଗଡ ପୋଲିସ ପକ୍ଷରୁ ପରୀ ପାଇଁ କଥାଟିଏ କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇଯାଇଛି। ଏଥିରେ ଜୁନାଗଡ ସରକାରୀ ଉଚ୍ଚ ବିଦ୍ୟାଳୟ ଓ ଲଙ୍କେଶ୍ୱରୀ ବାଳିକା ବିଦ୍ୟାଳୟର ଛାତ୍ରୀଛାତ୍ର, ଶିକ୍ଷୟତ୍ରୀଶିକ୍ଷକମାନେ ଯୋଗଦେଇଥିଲେ। ଜୁନାଗଡ ଆଇଆଇସି ପ୍ରଭାତ କୁମାର ସେଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଜିଲା ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଗୋପୀନାଥ ମଣିପାତ୍ର, ଧର୍ମଗଡ ଏସଡିପିଓ ଲକ୍ଷ୍ମୀ ନାରାୟଣ ପଣ୍ଡା ପ୍ରମୁଖ ଯୋଗଦେଇଥିଲେ। ଶିଶୁମାନଙ୍କ ପ୍ରତି ହେଉଥିବା ନିର୍ଯାତନାକୁ କିପରି ପ୍ରତିହତ କରି ହେବ ତଥା ସୁରକ୍ଷା ବ୍ୟବସ୍ଥା କିପରି କଡାକଡି ହେବ ସେ ନେଇ କାର୍ଯ୍ୟକ୍ରମରେ ଆଲୋଚନା କରାଯାଇଥିଲା। ସେହିପରି ଶିଶୁ ଚାଲାଣ, ଶିଶୁ ନିର୍ଯାତନା, ଶିଶୁ ଶ୍ରମିକ ପ୍ରଥାକୁ କିପରି ରୋକାଯାଇ ପାରିବ ତାହା ଉପରେ ଆଲୋକପାତ କରାଯାଇଥିଲା। ଯଦି କୌଣସି ସ୍ଥାନରୁ ଏପରି ଖବର ଆସେ ତାହା ହେଲେ ତୁରନ୍ତ ପୋଲିସକୁ ଜଣାଇବା ପାଇଁ ସମସ୍ତଙ୍କୁ ଅନୁରୋଧ କରାଯାଇଥିଲା। ଏପରି ହେଲେ ଅନେକ ସ୍ଥାନରେ ଶିଶୁମାନଙ୍କ ପ୍ରତି ଘଟୁଥିବା ନିର୍ଯାତନାକୁ ରୋକାଯାଇ ପାରିବ ବୋଲି ମତ ପ୍ରକାଶ ପାଇଥିଲା। କାର୍ଯ୍ୟକ୍ରମରେ ସାମାଜିକ କର୍ମୀ ସୁଖବିନ୍ଦର ସିଂ ମଞ୍ଚ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ପେ-ଲେଭଲ୍ ବୃଦ୍ଧି ଓ କ୍ୟାଡ଼ର ପୁନର୍ଗଠନ ଦାବି: ଏଓବିଏସଏସଓଏ ପକ୍ଷରୁ କଳାହାଣ୍ଡି ଜିଲାପାଳଙ୍କୁ ଦାବିପତ୍ର

ଭବାନୀପାଟଣା,୨୧।୭(ଉତ୍ତମ କୁମାର ଦାଶ): ଅଲ ଓଡ଼ିଶା ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ପରିଷଦ (ଏଓବିଏସଏସଓଏ) ପକ୍ଷରୁ ମଙ୍ଗଳବାର କଳାହାଣ୍ଡି ଜିଲାପାଳ ପାୱାର ସଚିନ ପ୍ରକାଶଙ୍କୁ ଏକ ୮…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ବ୍ଲକ-ପଞ୍ଚାୟତ ପ୍ରଶାସନର ଟାଳଟୁଳ ନୀତି: ସ୍ୱାମୀଙ୍କ ମୃତ୍ୟୁର ଦୁଇ ବର୍ଷ ପରେ ବି ସୂର୍ଯ୍ୟଙ୍କୁ ମିଳିନି ବିଧବା ଭତ୍ତା

ଥୁଆମୂଳ ରାମପୁର,୨୧।୭ (ଦୁର୍ଗା କୀର୍ତ୍ତି): ସରକାରୀ ସାମାଜିକ ସୁରକ୍ଷା ଯୋଜନାର ବ୍ୟାପକ ପ୍ରଚାର ଚାଲିଥିଲେ ହେଁ ପ୍ରଶାସନିକ ଅବହେଳା ଯୋଗୁ ପ୍ରକୃତ ହିତାଧିକାରୀମାନେ ଏହାରୁ ବଞ୍ଚିତ ହେଉଥିବା…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

ଜୀରାନଦୀ ଜଳ ହେବ ସ୍ବଚ୍ଛ: ୧୭୮.୫୦ କୋଟି ଟଙ୍କାର ଏସଟିପି ପ୍ରକଳ୍ପ ପାଇଁ ମିଳିଲା ରାଜ୍ୟ ସରକାରଙ୍କ ମଞ୍ଜୁରୀ

ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ମଧ୍ୟ ଦେଇ ପ୍ରବାହିତ ଜୀରାନଦୀକୁ ପ୍ରଦୂଷଣମୁକ୍ତ କରିବା ଏବଂ ସହରର ବ୍ୟବହୃତ ଜଳ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri