ଛତ୍ରପୁର,୧୮ା୮(ଡି.ଏନ.ଏ)-ଛତ୍ରପୁର ବ୍ଲକର ସମସ୍ତ ସରକାରୀ ସ୍କୁଲରେ କାର୍ଯ୍ୟରତ ଜୁନିୟର, ପ୍ରାଥମିକ ଶିକ୍ଷକଙ୍କ ଜାତି ଓ ମାଇଗ୍ରେଶନ ପ୍ରମାଣପାତ୍ରର ଯାଞ୍ଚ ଶନିବାରଠାରୁ ଆରମ୍ଭ ହୋଇଛି। ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ ଏହି ଯାଞ୍ଚ ଚାଲିଛି ା କ୍ଲଷ୍ଟରସ୍ତରୀୟ ସ୍କୁଲଗୁଡିକର ଶିକ୍ଷକମାନଙ୍କୁ ପ୍ରମାଣପତ୍ର ଯାଞ୍ଚ ପାଇଁ ଡକାଯାଇଛି ା ଆସନ୍ତା ୪ ଦିନ ମଧ୍ୟରେ ଏହା ସରିବ ା ବ୍ଲକ ଶିକ୍ଷା ଅଧିକାରୀ ଅବିନାଶ ଶତପଥୀ ଏହାର ମନିଟରିଂ କରୁଛନ୍ତି। ଛତ୍ରପୁରସ୍ଥିତ ଅନସ୍ଲୋ ହାଇସ୍କୁଲ ଓ ସରକାରୀ ବାଳିକା ହାଇସ୍କୁଲର ଶିକ୍ଷୟିତ୍ରୀ ଶିକ୍ଷକ ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ ପ୍ରମାଣପତ୍ର ଯାଞ୍ଚ କରୁଛନ୍ତି। ଯାଞ୍ଚ ପରେ ଉକ୍ତ ପ୍ରମାଣପତ୍ରର ନକଲ ଓ ରିପୋର୍ଟ ସର୍ବଶିକ୍ଷା ଅଭିଯାନ୍ ଜିଲା ପ୍ରକଳ୍ପ ସଂଯୋଜକଙ୍କୁ ପ୍ରଦାନ କରାଯିବ ବୋଲି ବ୍ଲକ ଶିକ୍ଷା ଅଧିକାରୀ ସୂଚନା ଦେଇଛନ୍ତି। ଡିପିସି ଉକ୍ତ ପ୍ରମାଣପତ୍ରର ଚୂଡାନ୍ତ ଯାଞ୍ଚ ପାଇଁ ସମ୍ପୃକ୍ତ ବିଶ୍ୱବିଦ୍ୟାଳୟ ଓ ସ୍ଥାନୀୟ ତହସିଲଦାରମାନଙ୍କୁ ପଠାଇବେ ବୋଲି ଜଣାପଡିଛି ା ଉକ୍ତ ଶିକ୍ଷକମାନେ ପୁଣି ସେମାନଙ୍କର ସଦ୍ୟ ଜାତି ପ୍ରମାଣପତ୍ର ମଧ୍ୟ ଦାଖଲ କରିବାକୁ କୁହାଯାଇଛି ା ନିଯୁକ୍ତି ବେଳେ ଦାଖଲ ହୋଇଥିବା ଜାତି ପ୍ରମାଣ ପତ୍ର ସହ ସଦ୍ୟ ଜାତି ପ୍ରମାଣପତ୍ରର ମେଳ କରାଯିବ ା ଜାଲ ପ୍ରମାଣପତ୍ର ଦାଖଲ କରି କେତେକ ଶିକ୍ଷକ ପଦବୀରେ ନିଯୁକ୍ତି ପାଇଥିବା ନେଇ ବିଭିନ୍ନ ସମୟରେ ସ୍କୁଲ ଓ ଗଣଶିକ୍ଷା ବିଭାଗ ନିକଟରେ ଅଭିଯୋଗ ହୋଇଆସୁଥିଲା। ୨୦୧୧ ଜାନୁୟାରୀ ୧ରୁ ଏପର୍ଯ୍ୟନ୍ତ ନିଯୁକ୍ତ ସମସ୍ତ ଜୁନିୟର ଓ ରେଗୁଲାର ଶିକ୍ଷକଙ୍କ ଜାତି ଓ ମାଇଗ୍ରେଶନ ପ୍ରମାଣପତ୍ର ଯାଞ୍ଚ ପାଇଁ ରାଜ୍ୟ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଆସିଥିଲା ା ପୂର୍ବରୁ ମଧ୍ୟ ଶିକ୍ଷକମାନଙ୍କର ଶିକ୍ଷାଗତ ଓ ତାଲିମ ପ୍ରମାଣପତ୍ର ଯାଞ୍ଚ ସରିଥିବା ବ୍ଲକ ଶିକ୍ଷା ଅଧିକାରୀ କହିଛନ୍ତି।
ଭଞ୍ଜନଗର ବିଧାୟକଙ୍କ ବଡ଼ ସୂଚନା, ସମସ୍ତ ହାଇସ୍କୁଲରେ ଖୋଲିବ ଯୁକ୍ତ ୨
ଭଞ୍ଜନଗର,୧୬।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ୍ ରାସ୍ତାରେ ତ୍ରିରଙ୍ଗା ମିଡ଼ିଆ ଓ ସାମାଜିକ ସଂଗଠନର କାର୍ଯ୍ୟାଳୟ ଶନିବାର ରାତିରେ ଉଦ୍ଘାଟିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…
ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍ ଚାମ୍ପିୟନ
ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…
ସଶକ୍ତ ଶିଶୁ ସଶକ୍ତ ଭାରତ କାର୍ଯ୍ୟକ୍ରମରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, କହିଲେ ଶିଶୁଙ୍କ ବୈଷୟିକ ଜ୍ଞାନକୌଶଳ…
ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ଯା ପୀଠ ବିଦ୍ୟାଳୟ ପରିସରରେ ‘ସଶକ୍ତ ଶିଶୁ ସଶକ୍ତ ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରୋଟାରୀ…
ଦିଗପହଣ୍ଡିରେ ପୂର୍ବତନ ପ୍ରଧାନମନ୍ତ୍ରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି, ଜନନାୟକ…
ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଆସିକା ଜାତୀୟ ରାଜପଥ କଡ଼ ପୂର୍ତ୍ତ ବିଭାଗ କାର୍ଯ୍ୟାଳୟ ପରିସରରେ ଥିବା ଶ୍ରୀ ମୁକ୍ତେଶ୍ଵର ଶୈବପୀଠ କଲ୍ୟାଣ…
ଶ୍ମଶାନକୁ ରାସ୍ତା ନାହିଁ, କେନାଲ ପାର୍ ହୋଇ ଶବଦାହ କଲେ ଗ୍ରାମବାସୀ
ଗଞ୍ଜାମ,୧୬ା୮(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ପଞ୍ଚାୟତର ଗଡ଼ହୁମ୍ମା ଗ୍ରାମ ନିକଟରେ ରହିଛି ବାଉଁସିଆ ପଡ଼ା ଗ୍ରାମ। ଶବଦାହ ପାଇଁ ଗ୍ରାମବାସୀ ନାହିଁ ନ ଥିବା…
ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଜିଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ ନିଷ୍ପତ୍ତି ଚାଷୀ ସଙ୍ଗଠନ ନେଇ…
ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିର ଶ୍ରୀ ଦଧିବାମନ ମନ୍ଦିର ପ୍ରାଙ୍ଗଣରେ ଚାଷୀ ସଙ୍ଗଠନ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ବ୍ଲକ କମିଟି ପକ୍ଷରୁ ଆଲୋଚନା…
‘ପଣ୍ଡିତ ଉତ୍କଳମଣି ପ୍ରତ୍ୟେକ ବ୍ୟକ୍ତିବିଶେଷଙ୍କ ହୃଦୟରେ ମଣି ହୋଇ ରହିଛନ୍ତି’
ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତି…
ବିଧାୟକଙ୍କ ଦ୍ଵାରା ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ ଉଦଘାଟିତ: ୭ ଟିମ୍ ଖେଳିଲେ ମ୍ୟାଚ୍, ରବିବାର ହେବ…
ଦିଗପହଣ୍ଡି, ,୧୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ୍ ଏବଂ ଏନ୍ଏସି କାର୍ଯ୍ୟାଳୟର ମିଳିତ ଆନୁକୂଲ୍ୟରେ ପବିତ୍ର ସ୍ଵାଧୀନତା ଦିବସ ଅବସରରେ…
Archives

