Posted inଖେଳ

ଜୁନ୍‌ରେ ଫିଫା ୨୦୨୩ ମହିଳା ବିଶ୍ୱକପ୍‌ ଆୟୋଜକ ବାଛିବ

ଜୁରିକ, ୧୬।୫ (ଏପି): ଆସନ୍ତା ମାସରେ ବିଶ୍ୱ ଫୁଟବଲର ସର୍ବୋଚ୍ଚ ପ୍ରଶାସନିକ ସଂସ୍ଥା ଫିଫା ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ଯାଉଛି। ଜୁନ୍‌ ୨୫ରେ ଫିଫା ୨୦୨୩ ମହିଳା ବିଶ୍ୱକପ୍‌ର ଆୟୋଜକ ଚୟନ କରିବ। ଏହି ବିଶ୍ୱକପ୍‌ ଆୟୋଜନ ଅଧିକାର ଦୌଡ଼ରେ ଏକାଧିକ ଦେଶ ସାମିଲ ରହିଛନ୍ତି। ବ୍ରାଜିଲ, ଜାପାନ, କଲମ୍ବିଆ ଓ ଅଷ୍ଟ୍ରେଲିଆ ଏବଂ ନ୍ୟୁଜିଲାଣ୍ଡ ମିଳିତ ଭାବେ ଏ ନେଇ ବିଡ୍‌ ଦାଖଲ କରିଛନ୍ତି। ଫିଫା କାଉନସିଲର ୩୭ ଜଣ ସଦସ୍ୟ ଏକ ମତଦାନ ମାଧ୍ୟମରେ ଆୟୋଜକ ବାଛିବେ। ମତଦାନର ଫଳାଫଳ ଓ ପ୍ରତ୍ୟେକ ଭୋଟରଙ୍କ ପସନ୍ଦକୁ ସାର୍ବଜନୀନ କରାଯିବ।
କରୋନା ଭାଇରସ ସଂକ୍ରମଣ କାରଣରୁ ଅନ୍ତର୍ଜାତୀୟ ଯାତ୍ରା କଟକଣା ଲାଗୁ ହେବାପୂର୍ବରୁ ଗତ ଜାନୁୟାରୀ ଓ ଫେବୃୟାରୀରେ ଫିଫା ପର୍ଯ୍ୟବେକ୍ଷକ ଦଳ ବିଡ୍‌ ଦାଖଲ କରିଥିବା ୪ଟି ପ୍ରାର୍ଥୀ ବା ଦେଶଗୁଡିକ ଭ୍ରମଣ କରିଥିଲେ। ସଂକ୍ରାନ୍ତରେ ଫିଫାର ମୂଲ୍ୟାଙ୍କନ ରିପୋର୍ଟ ଅନ୍ତିମ ପର୍ଯ୍ୟାୟରେ ପହଞ୍ଚିଛି। ଉଲ୍ଲେଖଥାଉ କି, ୨୦୨୩ ବିଶ୍ୱକପ୍‌ରେ ପ୍ରଥମଥର ପାଇଁ ୩୨ଟି ଦଳ ଅଂଶଗ୍ରହଣ କରିବେ। ୨୦୧୯ ସଂସ୍କରଣରେ ୨୪ଟି ଦଳ ଅଂଶଗ୍ରହଣ କରିଥିଲେ। ଫ୍ରାନ୍ସରେ ଅନୁଷ୍ଠିତ ଏହି ବିଶ୍ୱକପ୍‌ରେ ଆମେରିକା ଚାମ୍ପିୟନ ହେବାର ଗୌରବ ଅର୍ଜନ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଫେବୃଆରୀ ୧ରୁ FASTag ନିୟମରେ ହେବ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୧।୧: କେନ୍ଦ୍ର ସରକାର FASTag ନିୟମରେ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଏହା ଅଧୀନରେ, ଗାଡ଼ି ମାଲିକଙ୍କୁ FASTag ପାଇବା ପାଇଁ ଆଉ KYC ପୂରଣ...

ସାବରିମାଲା ଦୁର୍ନୀତିର ବଡ଼ ପର୍ଦ୍ଦାଫାଶ

କୋଚି,୧ା୧: କେରଳ ହାଇକୋର୍ଟଙ୍କ ତରଫରୁ ସାବରିମାଲା ମନ୍ଦିରର ସୁନା ଚୋରି ଘଟଣାର ତଦନ୍ତ ଆରମ୍ଭ କରିଥିବା ସ୍ୱତନ୍ତ୍ର ତଦନ୍ତକାରୀ ଟିମ୍‌ (ଏସ୍‌ଆଇଟି) ମନ୍ଦିର ଗର୍ଭଗୃହର ଦ୍ୱରାପାଳକ...

ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଦଳରେ ସ୍ପିନରଙ୍କୁ ପ୍ରାଧାନ୍ୟ

ମେଲବୋର୍ନ,୧ା୧: ଶ୍ରୀଲଙ୍କା ଏବଂ ଭାରତରେ ହେବାକୁଥିବା ଟି୨୦ କ୍ରିକେଟ ବିଶ୍ୱକପ୍‌ ପାଇଁ ଅଷ୍ଟ୍ରେଲିଆ ଚୟନକର୍ତ୍ତା ଏକ ୧୫ଜଣିଆ ଦଳ ଘୋଷଣା କରିଛନ୍ତି। ଦଳରେ ସ୍ପିନରଙ୍କୁ ପ୍ରାଧାନ୍ୟ...

ନୂଆବର୍ଷରେ କର୍ମୀଙ୍କ ବ୍ୟାନର ଓ୍ବାର, ନୂଆନୂଆ ଚେହେରା ଦେଖି…

ଧର୍ମଶାଳା,୧ା୧(ଶିବପ୍ରସାଦ ମହାନ୍ତି): ବିଦାୟ ନେଇଛି ବର୍ଷ ୨୦୨୫, ଆରମ୍ଭ ହୋଇଛି ନବବର୍ଷ ୨୦୨୬। ଏଥିପାଇଁ ଅନେକ ପ୍ରସ୍ତୁତି ମଧ୍ୟ ହୋଇଛି। ସବୁଠି ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହ...

୨୦୨୬ରେ ଲେଖା ହେବ ମହାକାଶ ବିଜ୍ଞାନର ନୂଆ ଅଧ୍ୟାୟ: ଭାରତ, ଆମେରିକା ରଚିବେ ଇତିହାସ

ନୂଆଦିଲ୍ଲୀ,୧।୧: ୨୦୨୬ ବର୍ଷଟି ବିଶ୍ୱ ମହାକାଶ ଇତିହାସରେ ଏକ ନୂତନ ଯୁଗର ସୂତ୍ରପାତ କରିବାକୁ ଯାଉଛି। ଭାରତର ‘ଇସ୍ରୋ’ ଏବଂ ଆମେରିକାର ‘ନାସା’ ଦୁଇଟି ଭିନ୍ନ...

ନୂଆ ରେକର୍ଡ କଲା ନନ୍ଦନକାନନ: ବୁଲିଲେ ୪୦ ଲକ୍ଷ ପର୍ଯ୍ୟଟକ

ଭୁବନେଶ୍ୱର,୧।୧: ୨୦୨୫ରେ ନନ୍ଦନକାନନକୁ ରେକର୍ଡ ସଂଖ୍ୟକ ପର୍ଯ୍ୟଟକ ଆଗମନ କରିଥିବା ଗୁରୁବାର ସୂଚନା ମିଳିଛି। ୨୦୨୫ରେ ନନ୍ଦନକାନନକୁ ୪୦ ଲକ୍ଷ ୨୦ହଜାର ୫୩୯ ପର୍ଯ୍ୟଟକ ଆସିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri