ଜୁନ୍‌ ପହିଲାରୁ ସମୁଦ୍ରରେ ମାଛଧରା ଅନୁମତି

ଭୁବନେଶ୍ୱର, ୨୮ା୫ (ବ୍ୟୁରୋ)- ଜୁନ୍‌ ପହିଲାରୁ ପୂର୍ବ ଉପକୂଳ ସାମୁଦ୍ରିକ ଜଳସୀମାରେ ମାଛ ଧରିପାରିବେ ମତ୍ସ୍ୟଜୀବୀ। ଏନେଇ ଅନୁମତି ଦେଇଛି ରାଜ୍ୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗ। ଗୁରୁବାର ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଥିବାବେଳେ ମତ୍ସ୍ୟ ସମ୍ପଦର ସୁପରିଚାଳନା ସହ ମତ୍ସ୍ୟଜୀବୀଙ୍କ ଆର୍ଥିକ ମେରୁଦଣ୍ଡକୁ ସୁଦୃଢ଼ କରିବା ପାଇଁ ଏହି ନିଷ୍ପତ୍ତି ନିଆଯାଇଥିବା ବିଭାଗ ପକ୍ଷରୁ କୁହାଯାଇଛି। ଲକ୍‌ଡାଉନ୍‌ ଯୋଗୁ ସମୁଦ୍ରରେ ମାଛ ମାରି ଜୀବିକା ନିର୍ବାହ କରୁଥିବା ମତ୍ସ୍ୟଜୀବୀମାନେ ହାତବାନ୍ଧି ବସିଥିଲେ। ସେମାନଙ୍କ ପରିବାର ନାନା ଦୁର୍ଦ୍ଦଶାରେ ରହିଥିବାବେଳେ ଏବେ ପୁଣିଥରେ ଅଣ୍ଟା ସଳଖିବେ ବୋଲି ଆଶା କରାଯାଉଛି।
ସୂଚନା ଅନୁଯାୟୀ, କେନ୍ଦ୍ର ସରକାରଙ୍କ ଦ୍ୱାରା ‘ଭାରତୀୟ ତଟବର୍ତ୍ତୀ ଏକ୍ସକ୍ଲୁସିଭ୍‌ ଇକୋନୋମିକ୍‌ ଜୋନ୍‌’ରେ ପ୍ରତିବର୍ଷ ଏପ୍ରିଲ୍‌ ୧୫ରୁ ଜୁନ୍‌ ୧୪ (୬୧ ଦିନ) ମାଛଧରା ନିଷିଦ୍ଧ କରାଯାଉଛି। ମତ୍ସ୍ୟସମ୍ପଦର ସଂରକ୍ଷଣ ଓ ସୁପରିଚାଳନା ତଥା ସାମୁଦ୍ରିକ ନିରାପତ୍ତା ନିମିତ୍ତ ଏହି କଟକଣା କରାଯାଉଛି। ହେଲେ ଚଳିତବର୍ଷ ମତ୍ସ୍ୟଜୀବୀମାନେ କରୋନା ପାଇଁ ଏପ୍ରିଲ୍‌ ୧୫ ପରିବର୍ତ୍ତେ ମାର୍ଚ୍ଚ ୨୪ରୁ ମାଛଧରାରୁ ବଞ୍ଚତ୍ତ ହୋଇ ଘରେ ବସି ରହିଛନ୍ତି। ତେଣୁ କେନ୍ଦ୍ର ସରକାର କଟକଣାକୁ ୬୧ ଦିନ ପରିବର୍ତ୍ତେ ୪୭ ଦିନ ଯାଏ ଲାଗୁ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଏବେ ଏହି କଟକଣା ସମୟସୀମା ଏପ୍ରିଲ୍‌ ୧୫ରୁ ମେ ୩୧ କରାଯାଇଛି। କେନ୍ଦ୍ର ସରକାରଙ୍କ ଏହି ନିଷ୍ପତ୍ତି ପରେ ରାଜ୍ୟ ସରକାର ମଧ୍ୟ ଚଳିତବର୍ଷ ଏହି କଟକଣାକୁ କୋହଳ କରିଛନ୍ତି। ଯାହାଫଳରେ ଆସନ୍ତା ଜୁନ୍‌ ପହିଲାରୁ ପୂର୍ବ ଉପକୂଳ ସାମୁଦ୍ରିକ ଜଳସୀମାରେ ମାଛଧରା ଆରମ୍ଭ ହେବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

କେରଳକୁ ଦାଦନ ଖଟି ଯାଇଥିଲେ, କୁଅରୁ ଉଦ୍ଧାର ହେଲା ଶ୍ରମିକଙ୍କ ମୃତଦେହ: ଅର୍ଥ ଅଭାବ ଯୋଗୁ ଚିନ୍ତାରେ ପରିବାର

ଦାରିଙ୍ଗବାଡ଼ି,୩୦।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗୁମିକିଆ ପଞ୍ଚାୟତ କୁନ୍ଦୁପାଙ୍ଗା ଅଞ୍ଚଳର ଜଣେ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତଦେହକୁ ନିଜ…

ବରଗଡ଼ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ସ୍କୁଲ ବସ୍‌ ଧକ୍କାରେ ଚାଲିଗଲା ୧୦୮ ଆମ୍ବୁଲାନ୍ସ ଚାଳକଙ୍କ ଜୀବନ

ବରଗଡ଼,୩୦।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି-ଅମ୍ବାଭୋନା ରାସ୍ତା ତରାଜୁଙ୍ଗା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସମ୍ମୁଖରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍କୁଲ ବସ୍ ଧକ୍କାରେ…

ରେଳମନ୍ତ୍ରୀଙ୍କୁ ଭେଟିଲେ MP ପ୍ରଦୀପ ପୁରୋହିତ: ବରଗଡ଼-ଝାରସୁଗୁଡ଼ା ପାଇଁ ୪ ନୂତନ ଟ୍ରେନ୍ ଚଳାଚଳ ପାଇଁ ଦେଲେ ପ୍ରସ୍ତାବ

ବରଗଡ଼,୩୦।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଲୋକସଭା କ୍ଷେତ୍ର ଅନ୍ତର୍ଗତ ବରଗଡ଼ ଓ ଝାରସୁଗୁଡ଼ା ଜିଲାରେ ରେଳସେବାର ବ୍ୟାପକ ବିକାଶ, ଯାତ୍ରୀ ସୁବିଧା ବୃଦ୍ଧି ଏବଂ ନୂତନ ଟ୍ରେନ୍ ସେବା…

ଅସହାୟଙ୍କ ପାଇଁ ସାହା ହେଲା ବିନ୍ଦୁମିନା ସେବା ଫାଉଣ୍ଡେଶନ: ବର୍ଷା ବିପନ୍ନଙ୍କୁ ମାଗଣା ରାଶନ ଓ ଶୁଖିଲା ଖାଦ୍ୟ ବଣ୍ଟନ

ଭବାନୀପାଟଣା/ଗୋଲାମୁଣ୍ଡା,୩୦।୭(ଉତ୍ତମ କୁମାର ଦାଶ/ବଟକୃଷ୍ଣ ପଣ୍ଡା): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକରେ ପ୍ରବଳ ବର୍ଷା ଯାହାକି ଜରୁରୀକାଳୀନ ପରିସ୍ଥିତି ସୃଷ୍ଟି କରିଛି, ସେହି ସମୟରେ ବିପନ୍ନଙ୍କ ପାଇଁ ଦେବଦୂତ…

ଛାଡ଼ି ଯାଇଛି ବନ୍ୟା, କମିନି ଦୁର୍ଦ୍ଦଶା: ୩୧ ହଜାରରୁ ଅଧିକ ଲୋକ ପ୍ରଭାବିତ; ଭାଙ୍ଗିଛି ଘର, ଚିନ୍ତାରେ…

ହାଟଡିହୀ/ଛେନାପଦୀ,୩୦।୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ବୈତରଣୀ ନଦୀରେ ଆସିଥିବା ବନ୍ୟା ପାଣି କମିଯାଇଥିଲେ ମଧ୍ୟ କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ବନ୍ୟା ପ୍ରଭାବିତ ଅଞ୍ଚଳରେ ଲୋକଙ୍କ ଦୁର୍ଦ୍ଦଶା କମିବାର…

୪୮ ଘଣ୍ଟା ପାଇଁ ଧବଳେଶ୍ବର ପୀଠକୁ ଯିବା ମନା: ଲାଗିଲା ପ୍ରଶାସନିକ କଟକଣା

ଆଠଗଡ଼, ୩୦।୭: ଆଠଗଡ଼ର ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ବରଙ୍କ ପୀଠକୁ ଗୁରୁବାର ଅପରାହ୍ଣ ୪ଟାରୁ ପରବର୍ତ୍ତୀ ୪୮ ଘଣ୍ଟା ପାଇଁ ଶ୍ରଦ୍ଧାଳୁଙ୍କ ଯିବା ଆସିବା ସମ୍ପୂର୍ଣ୍ଣ ବାରଣ…

ଟଙ୍କା ହେରଫେର, ପୂର୍ବତନ ସମିତି ସମ୍ପାଦକ ଗିରଫ

ହାଟଡିହୀ,୩୦।୭(ଶୁଭକାନ୍ତ ନାୟକ): ଟଙ୍କା ହେରଫେର ଅଭିଯୋଗରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସଢା ସେବା ସମବାୟ ସମିତିର ପୂର୍ବତନ ସମ୍ପାଦକ ଦୀନବନ୍ଧୁ ଜେନାଙ୍କୁ ଭିଜିଲାନ୍ସ ଗୁରୁବାର ଗିରଫ…

ବିଦ୍ୟୁତ୍‌ ଖୁଣ୍ଟ ଉପରେ ୫ ଦିନ ହେଲା ପଡ଼ିଛି ଗଛ, ହଟାଇବାର ନାଁ ଧରୁନି ବିଭାଗ, ଆନ୍ଦୋଳନ ପାଇଁ…

ଦାରିଙ୍ଗବାଡ଼ି,୩୦ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ତିଲୋରୀ ପଞ୍ଚାୟତର ଦୁର୍ଗମ ଗ୍ରାମ ପାଙ୍ଗାଲିଠାରୁ ଗଣ୍ଡିଗୁଡ଼ାକୁ ସଂଯୋଗ କରୁଥିବା ୧୧ କେଭି ବିଦ୍ୟୁତ ଖୁଣ୍ଟ ପାଙ୍ଗାଲି ନିକଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri